• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 23 to 29 October 2023: ଜାଣନ୍ତୁ ଆପଣଙ୍କର କେମିତି କଟିବ ଏହି ସପ୍ତାହ

ବିଦ୍ୟାର୍ଥୀମାନେ ବିଦ୍ୟାରେ ଉନ୍ନତି କରିବା ସହ ପରୀକ୍ଷା ପ୍ରତିଯୋଗୀତାରେ ବିଜୟୀ ହେବେ । ନୂତନ କର୍ମରେ ନିଯୁକ୍ତି ପାଇବେ । କାର୍ଯ୍ୟର ପ୍ରଗତି ପାଇଁ ସମସ୍ତ ପ୍ରକାର ପ୍ରୟାସ କରିବେ ।

Gemini

ମିଥୁନ

Monday 23 Oct 2023

ନୂତନ ବ୍ୟବସାୟ ଆରମ୍ଭ କରିବା ପାଇଁ ସୁଯୋଗ ମିଳିପାରେ । ଭାଗିଦାରୀ ବ୍ୟବସାୟ ପାଇଁ ସାହାଯ୍ୟ ସହଯୋଗ ଅଚାନକ ମିଳିବ । ସ୍ୱାସ୍ଥ୍ୟରେ ଉନ୍ନତି ହେବାରୁ ମନ ଭଲ ରହିବ । ସାମାଜିକ କଲ୍ୟାଣ କାମରେ ପୂର୍ଣ୍ଣ ସହଯୋଗ କରିବେ । ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ଅର୍ଥ ଓ ସମ୍ମାନ ମିଳିବା ଦିଗରେ ବିଶେଷ କଷ୍ଟ ସ୍ୱୀକାର କରିବାକୁ ପଡିବ । କର୍ମ କ୍ଷେତ୍ରରେ ଅପ୍ରିୟ ସତ୍ୟ ଭାଷଣ ସମସ୍ୟା ସୃଷ୍ଟିର ଏକମାତ୍ର ମୁଖ୍ୟ କାରଣ ହୋଇପାରେ । ରାଜନୈତିକ କ୍ଷେତ୍ରରେ ସାଙ୍ଗଠନିକ କାର୍ଯ୍ୟ ସକାଶେ ତତ୍ପରତା ବଢିବ । କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ଖେଳାଳୀ ମାନଙ୍କ ପାଇଁ ଦିନଟି ଶୁଭ ରହିବ ।

ପ୍ରତିକାର- “ଓଁ ଐଂ ସ୍ତ୍ରୀଂ ଶ୍ରୀଂ ବୁଧାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :