• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 26 Feb To 03 March 2024: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ । ଖାଦ୍ୟସାମଗ୍ରୀ, କାଚ, ବିଦ୍ୟୁତ୍ ସାମଗ୍ରୀ, ଧାତୁ, ବସ୍ତ୍ର, ଚଳଚ୍ଚିତ୍ର ଇତ୍ୟାଦିରେ କାର୍ଯ୍ୟରତ ଥିଲେ କିମ୍ବା ଏହି ସମ୍ବନ୍ଧିୟ ଦ୍ରବ୍ୟ ବ୍ୟବସାୟ କରୁଥିଲେ ଆଶାତୀତ ଲାଭ ପାଇବେ ।

Aries

ମେଷ

Monday 26 Feb 2024

ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ବନ୍ଧୁ ବାନ୍ଧବଙ୍କ ଦ୍ୱାରା କୌଣସି ଜଟିଳ ସମସ୍ୟାର ସମାଧାନ ହେବ । ଧାର୍ମିକ ରୁଚି ବଢିବା ସହିତ ଦାମ୍ପତ୍ୟ ଜୀବନ ସୁଖମୟ ହେବ । ଛାତ୍ରଛାତ୍ରୀମାନେ କଠିନ ପରିଶ୍ରମ କରିବା ସହିତ ପଢା ପଢିରେ ମନଯୋଗ ଦେଇ ଉଚ୍ଚ ଶିକ୍ଷାରେ ସଫଳତା ଲାଭ କରିବେ । ଘରୋଇ ସଂସ୍ଥାର କର୍ମ କ୍ଷେତ୍ରରେ ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇ ଶାନ୍ତି ଲାଭ କରିବେ । ବ୍ୟବସାୟ ଶୁଭାରମ୍ଭ କରିବାର ସୁଯୋଗ ପାଇବେ ।

ପ୍ରତିକାର- ମଙ୍ଗଳଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :