ଏହି ସପ୍ତାହରେ ରାଜନୀତି କ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ବ୍ୟବସାୟୀ ମାନେ ଆଶାତୀତ ଲାଭପାଇବେ । ଏହି ସପ୍ତାହରେ ପାରିବାରିକ ସମସ୍ୟା ସମାଧାନ ହୋଇ ଦାମ୍ପତ୍ୟ ଜୀବନ ସୁଖମୟ ହେବ ।
ପ୍ରେମିକା, ପ୍ରେମିକ ମାନଙ୍କର ଅନେକ ଦିନର ଅଭିଳାଷା ପୂର୍ଣ୍ଣ ହେବ । ଭଉଣୀ ମାନଙ୍କ ସହ ମନୋମାଳିନ୍ୟ ଦୂର ହେବ । ସହକର୍ମୀ ମାନଙ୍କ ମାଧ୍ୟମରେ ଆପଣ ଆର୍ଥିକ ସୁବିଧା ପାଇବେ ଓ ଆର୍ଥର ଅଭାବ ଦୂର ହେବ । ସାମାଜିକ ପ୍ରତିଷ୍ଠା ଓ ମାନ ସମ୍ମାନ ବୃଦ୍ଧି ହେବ । ଅନ୍ୟମାନଙ୍କୁ ସାହାଯ୍ୟ କରିବେ ତେଣୁ ଲୋକମାନେ ଆପଣଙ୍କୁ ସମ୍ମାନ ଦେବେ । ଛାତ୍ରଛାତ୍ରୀ ମାନେ ପାଠ ପଢାରେ ମନଯୋଗ ଦେବେ । ଉଚ୍ଚସ୍ତରୀୟ ବାହନ କ୍ରୟ କରିବା ପାଇଁ ଯୋଗାଯୋଗ କରିପାରନ୍ତି । ବନ୍ଧୁ ମିତ୍ରଙ୍କ ଠାରୁ ଉପହାର ପ୍ରାପ୍ତି ହେବ ।
ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮