ବ୍ୟବସାୟୀମାନେ ସେମାନଙ୍କ ପରିବାରର ସଦସ୍ୟଙ୍କଠାରୁ ଦୂରରେ ରହିବେ । କର୍ମକ୍ଷେତ୍ରରେ କିଛି ନୂତନ କାମ ସୃଷ୍ଟି କରିବା ସକଶେ ଚିନ୍ତା କରି ପାରନ୍ତି। ଜାଣନ୍ତୁ, ଏହି ସପ୍ତାହରେ କେଉଁ ରାଶିରେ କ’ଣ ରହିଛି ଓ ଏହାର ପ୍ରତିକାର
ବ୍ୟବସାୟରେ ଭାଇ କିମ୍ବା ଭଉଣୀର ସାହାଯ୍ୟରୁ ଲାଭ ପାଇବାର ସମ୍ଭାବନା ଅଛି । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବାରୁ ସାମୟିକ ମନକୁ ସାନ୍ୱନା ମିଳିବ। ସାମାଜିକ ସ୍ତରରେ ସ୍ନେହ, ଶ୍ରଦ୍ଧା ଓ ଆଦର ମଧ୍ୟରେ ନିଜକୁ ହଜାଇ ଦେବେ। କଳା, ସାହିତ୍ୟ ତଥା ରଚନାମତ୍କ କାର୍ଯ୍ୟରେ ଅଗ୍ରଗତି ଘଟିବ। ରାଜନୈତିକ ସ୍ତରରେ ଲୋକସମ୍ପର୍କ ବୃଦ୍ଧି ପାଇବ। ସରକାରୀ କାମ ଓ ପଦସ୍ଥ ବ୍ୟକ୍ତିବିଶେଷଙ୍କ କ୍ଷେତ୍ରରୁ ଉପକୃତ ହେବେ। କେତେକ କ୍ଷେତ୍ରରେ ସବୁ ଜାଣିଶୁଣି ସୁଦ୍ଧା ଚୁପ୍ ରହିବାକୁ ବାଧ୍ୟ ହେବେ। ସନ୍ତାନଙ୍କ ଗୌରବରେ ଗୌରବାନ୍ବିତ ହୋଇପାରନ୍ତି । କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ।
ପ୍ରତିକାର- “ଓଁ ବୃଂ ବୃହସ୍ପତୟେ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ଶୁଭ ରଙ୍ଗ :ହଳଦିଆ
ଶୁଭ ସଂଖ୍ୟା :୩