• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope 27 Nov To 03 Dec 2023: ଜାଣନ୍ତୁ ଆପଣଙ୍କ ପାଇଁ କେମିତି ରହିବ ଏହି ସପ୍ତାହ...

କର୍ମକ୍ଷେତ୍ରରେ ମନର ବଳ ଖୁବ୍ ଟାଣ ରହିବ ଓ ଅଟକି ରହିଥିବା କାମକୁ ଶେଷ କରିପାରିବେ । ଅର୍ଥ ସାହାଯ୍ୟ ଲାଭକରି ଅଟକି ଯାଉଥିବା କାମକୁ ଅଗ୍ରଗାମୀ କରାଇବାରେ ସାହାଯ୍ୟ କରିବ ।

Virgo

କନ୍ୟା

Monday 27 Nov 2023

ମନରେ ଧୈର୍ଯ୍ୟ ଓ ସାହସ ଭରପୂର ରହିଥିବା କାରଣରୁ ଆଜି କୌଣସି ସମସ୍ୟା ଆପଣଙ୍କୁ ବିଚଳିତ କରିପାରିବ ନାହିଁ । କଳା, ସାହିତ୍ୟ, ସାମ୍ବାଦିକତା ଓ ସଭା ସମିତିରେ ସମସ୍ୟା ସମାଧାନ ସକାଶେ ସମର୍ଥ ହେବେ । କିଛି ଶୁଭ ଖବର ପାଇ ମନରେ ଲୁଚିଥିବା ଦୁଃଖ ଓ ନୈରାଶ୍ୟକୁ ପାସୋରି ଦେଇପାରନ୍ତି । ପୁତ୍ର କନ୍ୟାମାନଙ୍କର ଉନ୍ନତି ଓ ଅଗ୍ରଗତି ଘଟିବ । ଦାମ୍ପତ୍ୟ ଜୀବନରେ ମତାନ୍ତର ଦେଖା ଦେଇପାରେ । ମୂଲ୍ୟବାନ ପଦାର୍ଥ ଓ ଅଧିକ ଧନରତ୍ନ ସହିତ ଏକୁଟିଆ ଚଳପ୍ରଚଳ ହେବା ନିରାପଦ ନୁହେଁ । ହାତ ପାହାନ୍ତାରେ ଥିବା ସୁଯୋଗ ହରାଇ ମନ ବିଚଳିତ ହୋଇପାରେ । ବେପାରୁଆ କାର୍ଯ୍ୟକଳାପ ଯୋଗୁ ଉଚ୍ଚବର୍ଗଙ୍କ ଠାରୁ ସମାଲୋଚିତ ହେବେ ।

ପ୍ରତିକାର-ମିଠା ଦହି ଖାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :