କେମିତି କଟିବ ଆପଣଙ୍କର ଏହି ସପ୍ତାହ ? କାହାର ହେବ ଧନର ଲାଭ ? କିଏ ପାଇବ ବ୍ୟବସାୟରେ ସଫଳତା ? ପ୍ରେମ କ୍ଷେତ୍ରରେ କାହାକୁ ମିଳିବ ସଫଳତା ? ଜାଣନ୍ତୁ....
ବନ୍ଧୁଙ୍କ କାମକୁ ଅଗ୍ରାଧିକାର ଭିତରେ କରିବାକୁ ଯାଇ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି। ଅନୁକୂଳ ବାତାବରଣ ସୃଷ୍ଟି ହେବ। କର୍ମକ୍ଷେତ୍ରରେ ନୂତନ ଦାୟିତ୍ୱ ହାତକୁ ନେବାକୁ ପଡ଼ିପାରେ। ଅନ୍ୟମାନଙ୍କ କଥାରେ ପ୍ରଭାବିତ ହୋଇ ସହକର୍ମୀର ମନୋଭାବ ବଦଳିଯାଇପାରେ । ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍ ଦୃଷ୍ଟିକୋଣରୁ ବିଚାର କରିପାରନ୍ତି। ପ୍ରିୟଜନ ଭାବରେ ପାଖରେ ରକିଥିବା ବ୍ୟକ୍ତିଟି ଦୁଶ୍ଚିନ୍ତାର କେନ୍ଦ୍ରବିନ୍ଦୁ ସାଜିପାରନ୍ତି । ଉପରିସ୍ଥଙ୍କ ଅନୁକମ୍ପା ହେତୁ କାମ ହାସଲ କରି ବହୁଜନ ପ୍ରଶଂସିତ ହେବେ । ଜିଦ୍ ଖୋର ମନୋବୃତ୍ତି କାରଣରୁ କୌଣସି କ୍ଷେତ୍ରରେ ଗୁଡାଏ ଟଙ୍କା ଖର୍ଚ୍ଚ କରି ଦୁଃଖିତ ହେବେ ।
ପ୍ରତିକାର – ସକାଳୁ ଛୋଟ ପିଲାଙ୍କୁ କିଛି ଖାଇବାକୁ ଦିଅନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫