ଏହି ସପ୍ତାହରେ ପ୍ରେମୀ ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବ,ଆକସ୍ମିକ ଧନ ଲାଭ ହେବ । ବିଦେଶ ଯାତ୍ରାର ଯୋଗ ରହିଛି । କୌଣସି ନୂତନ ବନ୍ଧୁଙ୍କ ସହ ଭେଟ ହେବ ।
ବ୍ୟବସାୟୀମାନେ ବହୁ ଦିନର ବାକିପଡିଥିବା ଅର୍ଥ ପାଇ ସମସ୍ୟାକୁ ସୁଧାରି ନେବେ । ଖୋଜୁଥିବା ଜିନିଷର ସନ୍ଧାନ ଡେରିରେ ମିଳିବା କାରଣରୁ ବ୍ୟସ୍ତତା ବୃଦ୍ଧି ପାଇବ ।ଦାମ୍ପତ୍ୟ ଜୀବନରେ ସନ୍ଦେହାତ୍ମକ ବାତାବରଣ ମଧ୍ୟରେ ଅଣନିଃଶ୍ୱାସୀ ହେବାକୁ ପଡ଼ିପାରେ। ଶିକ୍ଷା କ୍ଷେତ୍ରରେ ଅପୂରଣୀୟ ଆଶା ଓ ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ ମାନସିକ ସ୍ଥିତିକୁ ଦୁର୍ବଳ କରିଦେବ। ଆତ୍ମୀୟମାନେ ହଠାତ୍ ଶତ୍ରୁତା କରିବେ। ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ରକରି ଝଗଡ଼ା ଲାଗିବା ଆଶଙ୍କା ରହିଛି।
ପ୍ରତିକାର – ଓଁ ବ୍ରାଂ ବ୍ରୀଂ ବୈା ସଃ ବୁଧାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬