ସମ୍ପର୍କ ହାନି କାରଣରୁ ମାନସିକ ଅସ୍ଥିରତା ଅନୁଭବ କରିବେ । ଆଲୋଚନା କ୍ଷେତ୍ରରେ କିମ୍ବା ସଭାସମିତିରେ ସଫଳତା ପାଇବେ ନାହଁ । ପରିବାର ଭିତରେ ମନର ଭାବକୁ ପ୍ରକାଶ କରିବାରେ ପଛେଇ ଯିବେ। ସଭାସମିତି, ପ୍ରଶାସନ, ପ୍ରକାଶନ, ଆଇନ ଓ ଅଦାଲତ କ୍ଷେତ୍ରରେ ଆଶ୍ୱସ୍ତି ଲାଭ କରିବେ।
ଯାହା କରିବା ପାଇଁ ଭାବୁଥିବେ ନିର୍ଦ୍ଦିଷ୍ଟ ସମୟର କିଛି ପୂର୍ବରୁ ପରିସ୍ଥିତି ବଦଳି ଯାଇପାରେ। ଅନ୍ୟମନସ୍କ ହେତୁକ କୌଣସି ଭୁଲ୍ କରି ଅନୁତପ୍ତ ହେବାକୁ ପଡ଼ିପାରେ।ପାରିବାରିକ କ୍ଷେତ୍ରରେ ବ୍ୟତିକ୍ରମ ରହିଥିଲେ ମଧ୍ୟ ଅସୁବିଧା ହେବନାହିଁ। ମାଲିମକଦ୍ଦମା ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ଶିକ୍ଷାକ୍ଷେତ୍ରରେ ପରୀକ୍ଷା ପରିଣାମ ଅନୁକୂଳ ହେବା ଯୋଗେ ବନ୍ଧୁ ବାନ୍ଧବଙ୍କ, ଗୁରୁଜନଙ୍କ ପାଖରେ ଆଦୃତ ହେବେ ।ଘରେ ଚାଲୁଥିବା ମତଭେଦ ମାନସିକ ଚାପ ଦେଇପାରେ । ମହିଳା ମାନେ ଇଶ୍ୱର ବିଶ୍ୱାସୀ ହେବେ ।
ପ୍ରତିକାର – ଓଁ ପ୍ରାଂ ପ୍ରୀଂ ପୌ ସଃ ଶନିଶ୍ୱରାୟ ନମଃ ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮