• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Weekly Horoscope: From 22nd July To 28th July 2024: ଏହି ସପ୍ତାହରେ ଆୟ ଉପାର୍ଜନ କ୍ଷେତ୍ର ପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ

ନିର୍ମାଣମୂଳକ ଯୋଜନାରେ ଆଗେଇ ଯିବେ ଓ ପାରିବାରିକ ଜୀବନ ସୁଖରେ କଟିବ । ଶୁଭକାମ କରି ପ୍ରଶଂସିତ ହେବେ । ବିବାହ ସମ୍ବନ୍ଧୀୟ କଥାବାର୍ତ୍ତା ଆଗକୁ ବଢିବ ।

Leo

ସିଂହ

Monday 22 Jul 2024

ପାରିବାରିକ କ୍ଷେତ୍ରରେ ବୁଝାମଣା ଠିକ୍ ରହିବ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ପଡିବ । କର୍ମ କ୍ଷେତ୍ରରେ ଅସ୍ୱାଭାବିକ ପରିସ୍ଥିତି ସୃଷ୍ଟି ହେବାର ସମ୍ଭାବନା ରହିଛି । ଶିଳ୍ପ, ବାଣିଜ୍ୟ ଓ ବ୍ୟବସାୟରେ ନିଜର ଯୋଜନା ମୁତାବକ କାମ କରିବେ । କର୍ମଚାରୀ ମାନଙ୍କୁ ଭରସା କଲେ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ସମସ୍ତଙ୍କ ପ୍ରତି ସକରାତ୍ମକ ଚିନ୍ତା ଆଗକୁ ବଢିବାରେ ସାହାଯ୍ୟ କରିବ । ନିଜ ଇଚ୍ଛା ବିରୋଧରେ କୌଣସି କାର୍ଯ୍ୟ କଲେ ବିପଦରେ ପଡିପାରନ୍ତି । ପଡୋଶୀମାନେ ସମ୍ମୁଖରେ ପ୍ରଶଂସା କରି ପଛରେ ନିନ୍ଦା କରିପାରନ୍ତି ।

ପ୍ରତିକାର – ସୂର୍ଯ୍ୟ ଦେବତାଙ୍କର ପୂଜା କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :