ନିର୍ମାଣମୂଳକ ଯୋଜନାରେ ଆଗେଇ ଯିବେ ଓ ପାରିବାରିକ ଜୀବନ ସୁଖରେ କଟିବ । ଶୁଭକାମ କରି ପ୍ରଶଂସିତ ହେବେ । ବିବାହ ସମ୍ବନ୍ଧୀୟ କଥାବାର୍ତ୍ତା ଆଗକୁ ବଢିବ ।
ମିତ୍ରମାନଙ୍କ ଦ୍ୱାରା ଲାଭ ମିଳିବ । ପ୍ରିୟଜନ ମାନେ ଆଗକୁ ବଢିବାରେ ସାହାର୍ଯ୍ୟ କରିବେ । ଧାର୍ମିକ କାର୍ଯ୍ୟରେ ରୁଚି ବଢିବ । କଳା, ସାହିତ୍ୟ, ଚଳଚ୍ଚିତ୍ର, ସଙ୍ଗୀତାଦି କ୍ଷେତ୍ରରେ ସ୍ୱନାମ ଅର୍ଜନ କରିବେ । ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ । ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ବନ୍ଧୁଙ୍କ ସହ ମନାନ୍ତରଜନିତ ମାନସିକ ଅଶାନ୍ତିର ଆଶଙ୍କା ରହିଛି । ପ୍ରତ୍ୟେକ କ୍ଷେତ୍ରରେ ସମସ୍ୟାର ସରଳ ସମାଧାନ କରିବାରେ ସମର୍ଥ ହୋଇପାରନ୍ତି । ଆତ୍ମୀୟମାନେ ଅସୁବିଧାରେ ପକାଇବାକୁ ଚେଷ୍ଟା କରିପାରନ୍ତି ।
ପ୍ରତିକାର – ନୃସିଂହଙ୍କର ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯