ପିଲାମାନଙ୍କ କିଛି ବ୍ୟତିକ୍ରମ ହେତୁ ମନଟା ଅସ୍ଥିର ରହିପାରେ। ବ୍ୟବସାୟ, ପରିବହନ, ବାଣିଜ୍ୟ ମାନ୍ଦା ହେବ ନାହିଁ । ସୌଭାଗ୍ୟକ୍ରମେ ଆର୍ଥିକ ଉନ୍ନତି ଘଟିବ, କିଛି ବ୍ୟାଙ୍କ ଜମା ମଧ୍ୟ କରିପାରିବ। ଆପଣ ଯେଉଁ କାମରେ ହାତଦେବେ ସେଥିରେ ଅବଶ୍ୟ ସଫଳତା ପାଇବେ।
ଆପଣ ଯାହା ଆଶା କରୁଥିଲେ ଆଜି ତାହା ସହଜ ଓ ସୁବିଧାରେ ପାଇଯିବେ। କଳା, ସାହିତ୍ୟ, ସଙ୍ଗୀତ, ଚଳଚ୍ଚିତ୍ର କ୍ଷେତ୍ରରେ ସୁନାମ ଅର୍ଜନ କରିପାରିବେ। ପ୍ରତ୍ୟେକ କ୍ଷେତ୍ରରେ ପ୍ରତିଯୋଗିତାମୂଳକ ମନୋଭାବ ଉପୁଜିବ। ପଡ଼ୋଶିନୀ କିମ୍ବା ସମ୍ପର୍କୀୟା ଭଉଣୀଙ୍କ ସହ ମତାନ୍ତର ସୃଷ୍ଟି କରିବ। ପାରିବାରିକ ସମସ୍ୟା ବାରମ୍ବାର ମନରେ ଚିନ୍ତା କରି ମନଟା ଭଲ ରହିବ ନାହିଁ। କର୍ମକ୍ଷେତ୍ରର ବିଭିନ୍ନ ଘଟଣାବଳୀ ମନକୁ ଆଲୋଡିତ କରିବ। ପୁଣି କେତେକ କ୍ଷେତ୍ରରେ ଶେଷ ସମୟରେ ନିଷ୍ପତ୍ତି ବଦଳାଇବା ସକାଶେ ମନ ବଳାଇବେ।
ପ୍ରତିକାର – ଶୁକ୍ରଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬