ପିଲାମାନଙ୍କ କିଛି ବ୍ୟତିକ୍ରମ ହେତୁ ମନଟା ଅସ୍ଥିର ରହିପାରେ। ବ୍ୟବସାୟ, ପରିବହନ, ବାଣିଜ୍ୟ ମାନ୍ଦା ହେବ ନାହିଁ । ସୌଭାଗ୍ୟକ୍ରମେ ଆର୍ଥିକ ଉନ୍ନତି ଘଟିବ, କିଛି ବ୍ୟାଙ୍କ ଜମା ମଧ୍ୟ କରିପାରିବ। ଆପଣ ଯେଉଁ କାମରେ ହାତଦେବେ ସେଥିରେ ଅବଶ୍ୟ ସଫଳତା ପାଇବେ।
ପରିବାର ଭିତରର କିଛି କଥା ଅନ୍ୟମାନଙ୍କ ଆଗରେ କହିପାରିବେ ନାହିଁ । ଅତି ବିଶ୍ୱସ୍ତ ଲୋକଠାରୁ ଭୁଲ୍ ଖବର ପାଇ ସାମୟିକ ଭାବରେ ବିବ୍ରତ ହେବାକୁ ପଡ଼ିପାରେ। ଧାତୁ, ଅଳଙ୍କାର, ଗୃହୋପକରଣ କିମ୍ବା ମୂଲ୍ୟବାନ୍ ଦ୍ରବ୍ୟ କ୍ରୟ କରିବେ। ଗୃହ, ଭୂମି, ଗାଡ଼ିମୋଟର ସମ୍ପର୍କୀୟ ଚିନ୍ତା ଦୂର ହେବ। ଜଣେ ବନ୍ଧୁଙ୍କ ଟାଣକଥାକୁ କେନ୍ଦ୍ର କରି ଝଗଡ଼ା ଲାଗିପାରେ। ମନର ଭାବକୁ ମନରେ ରଖି ଅନ୍ୟର ନିକଟତର ହେବାକୁ ଚେଷ୍ଟା କରିବେ। କେତେକ ସ୍ଥଗିତ କାମ କରିବାରେ ଅସମର୍ଥ ହୋଇ ଚିନ୍ତିତ ରହିପାରନ୍ତି। ଅଫିସରେ କାହାକୁ କିଛି ନ କହି ମନ କଥା ମନରେ ମାରି ରହିବାକୁ ବାଧ୍ୟ ହେବେ।
ପ୍ରତିକାର – ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨