ପିଲାମାନଙ୍କ କିଛି ବ୍ୟତିକ୍ରମ ହେତୁ ମନଟା ଅସ୍ଥିର ରହିପାରେ। ବ୍ୟବସାୟ, ପରିବହନ, ବାଣିଜ୍ୟ ମାନ୍ଦା ହେବ ନାହିଁ । ସୌଭାଗ୍ୟକ୍ରମେ ଆର୍ଥିକ ଉନ୍ନତି ଘଟିବ, କିଛି ବ୍ୟାଙ୍କ ଜମା ମଧ୍ୟ କରିପାରିବ। ଆପଣ ଯେଉଁ କାମରେ ହାତଦେବେ ସେଥିରେ ଅବଶ୍ୟ ସଫଳତା ପାଇବେ।
କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଉପକୃତ ହେବେ। ଅସନ୍ତୁଷ୍ଟ ରହିଲେ ମଧ୍ୟ ପାରିବାରିକ କ୍ଷେତ୍ରରେ ଜାଣିଶୁଣି ନୀରବ ରହିବାକୁ ବାଧ୍ୟ ହେବେ। ଦୀର୍ଘଦିନରୁ ଅଟକି ରହିଥିବା ନିର୍ମାଣାଧୀନ କାମଟିକୁ ହଠାତ୍ ଆରମ୍ଭ କରିବାକୁ ମନ ବଳାଇ ଖୁସି ହେବେ। ବ୍ୟବସାୟ, ବାଣିଜ୍ୟ ଓ ପରିବହନ ପାଇଁ ଦିନଟି ବିଶେଷ ଶୁଭ । ଆନୁଷ୍ଠାନିକ କିମ୍ବା ସାଂସ୍କୃତିକ କାର୍ଯ୍ୟକ୍ରମରେ ସାମିଲ ହୋଇ ଖୁସି ହୋଇ ପାରନ୍ତି । ଭୁଲ୍ ଖବର ପାଇ କିମ୍ବା ଉପରିସ୍ଥଙ୍କ କାମର ଚାପରେ ସାମୟିକ ବିବ୍ରତ ହେବାର ଆଶଙ୍କା ରହିଛି।
ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୧