ପିଲାମାନଙ୍କ କିଛି ବ୍ୟତିକ୍ରମ ହେତୁ ମନଟା ଅସ୍ଥିର ରହିପାରେ। ବ୍ୟବସାୟ, ପରିବହନ, ବାଣିଜ୍ୟ ମାନ୍ଦା ହେବ ନାହିଁ । ସୌଭାଗ୍ୟକ୍ରମେ ଆର୍ଥିକ ଉନ୍ନତି ଘଟିବ, କିଛି ବ୍ୟାଙ୍କ ଜମା ମଧ୍ୟ କରିପାରିବ। ଆପଣ ଯେଉଁ କାମରେ ହାତଦେବେ ସେଥିରେ ଅବଶ୍ୟ ସଫଳତା ପାଇବେ।
ପରିବାରରେ ଭୁଲ୍ ବୁଝାମଣାରୁ ଅଶାନ୍ତିକର ପରିବେଶ ସୃଷ୍ଟି ହେବ। ବ୍ୟବସାୟ, ନିର୍ମାଣ, ଗୃହ, ଜମି, ପରିବହନ ପ୍ରଭୃତିରୁ ଖୁସି ରହିବେ। ମିଠା କଥା କହି ଅନ୍ୟମାନଙ୍କୁ ଆପଣେଇ ନେବାରେ ସମର୍ଥ ହେବେ। ଇଚ୍ଛାନୁଯାୟୀ କାମଗୁଡ଼ିକ ହେବାରୁ ମାନସିକ ସ୍ଥିରତା ରହିବ। ଅନ୍ୟକୁ ଭରସାକରି ବସି ରହିଲେ ସମସ୍ୟା ଭିତରେ ଛନ୍ଦି ହୋଇଯିବେ। ଆନୁଷ୍ଠାନିକ କାମରେ ପ୍ରଶଂସା ଊଣା ହେବ ନାହିଁ । ଧାତୁ, ଅଳଙ୍କାର ଔଷଧ ପତ୍ର କିମ୍ବା ସୌଖୀନ ଦ୍ରବ୍ୟ କ୍ରୟ କରିପାରନ୍ତି । ବ୍ୟବସାୟ, ପରିବହନ, ଆଇନ ଅଦାଲତ ଓ ଜମିଜମା କ୍ଷେତ୍ରରୁ ସଫଳତା ହାସଲ କରିବେ।
ପ୍ରତିକାର - ମିଠା ଖାଇ ଘରୁ ବାହରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫