ପିଲାମାନଙ୍କ କିଛି ବ୍ୟତିକ୍ରମ ହେତୁ ମନଟା ଅସ୍ଥିର ରହିପାରେ। ବ୍ୟବସାୟ, ପରିବହନ, ବାଣିଜ୍ୟ ମାନ୍ଦା ହେବ ନାହିଁ । ସୌଭାଗ୍ୟକ୍ରମେ ଆର୍ଥିକ ଉନ୍ନତି ଘଟିବ, କିଛି ବ୍ୟାଙ୍କ ଜମା ମଧ୍ୟ କରିପାରିବ। ଆପଣ ଯେଉଁ କାମରେ ହାତଦେବେ ସେଥିରେ ଅବଶ୍ୟ ସଫଳତା ପାଇବେ।
ପାରିବାରିକ କ୍ଷେତ୍ରରେ ଦ୍ୱନ୍ଦ୍ୱରେ ପଡ଼ି ପ୍ରତ୍ୟେକ ବ୍ୟକ୍ତିଙ୍କ କଥାକୁ ଠିକ୍ ଭାବେ ବୁଝି ପାରିବେନି। ଲେଖାପଢ଼ା, ପ୍ରକାଶନ, ପ୍ରଶାସନ, ମାଲି ମକଦ୍ଦମା ଓ ସଭାସମିତି କ୍ଷେତ୍ରରେ ଶୁଭଫଳ ପାଇବେ। ଆର୍ଥିକ ସମସ୍ୟାର ସରଳ ସମାଧାନ କରିବାରେ ଅସମର୍ଥ ହେବେ। କର୍ମକ୍ଷେତ୍ରରେ କୌଣସି ବିବାଦୀୟ ଘଟଣା ମନକୁ ବିବ୍ରତ କରିପାରେ। ଅସାବଧାନତା ସହକାରେ ଯାନବାହନ କିମ୍ବା ଯାନ୍ତ୍ରିକ ଜିନିଷ ଚଳାଇବା ଠିକ୍ ହେବ ନାହିଁ। ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । କଳା, ସାହିତ୍ୟ, ସଂସ୍କୃତି, ବାଣିଜ୍ୟ ଓ ପରିବହନରେ ଉନ୍ନତି କରିବେ। ବହୁତ ଦିନରୁ ଲାଗିରହିଥିବା କଚେରି ମାମଲା ଚିନ୍ତାର କାରଣ ହୋଇପାରେ।
ପ୍ରତିକାର – ପର୍ଶୁରାମକୁ ପୂଜାର୍ଚ୍ଚନା କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬