Weekly Horoscope From 24th February 2025 To 2nd March 2025: କେମିତି କଟିବ ଏହି ସପ୍ତାହ ? ଜାଣନ୍ତୁ ଏହି ସପ୍ତାହର ରାଶିଫଳ

ପିଲାମାନଙ୍କ କିଛି ବ୍ୟତିକ୍ରମ ହେତୁ ମନଟା ଅସ୍ଥିର ରହିପାରେ। ବ୍ୟବସାୟ, ପରିବହନ, ବାଣିଜ୍ୟ ମାନ୍ଦା ହେବ ନାହିଁ । ସୌଭାଗ୍ୟକ୍ରମେ ଆର୍ଥିକ ଉନ୍ନତି ଘଟିବ, କିଛି ବ୍ୟାଙ୍କ ଜମା ମଧ୍ୟ କରିପାରିବ। ଆପଣ ଯେଉଁ କାମରେ ହାତଦେବେ ସେଥିରେ ଅବଶ୍ୟ ସଫଳତା ପାଇବେ।

Aries

ମେଷ

Monday 24 Feb 2025

ସାମଗ୍ରିକ ଦୃଷ୍ଟିକୋଣରୁ ଆପଣଙ୍କ ସକାଶେ ବହୁତ ଭଲ। ହାତକୁ ନେଇଥିବା କାମଗୁଡିକ ସହଜ ଓ ସୁବିଧାରେ ହୋଇଯିବ। ଅବଶ୍ୟ ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ସାମାନ୍ୟ ମନ୍ଥର କରିପାରେ। ଆର୍ଥିକ ପରିସ୍ଥିତି ଓ କିଛି କରିବା ସକାଶେ ମନବଳାଇ କର୍ମମୁଖର ହେବେ। ପ୍ରତ୍ୟେକ କ୍ଷେତ୍ରରେ ଆଜଚେଷ୍ଟ କରି ଚଳିପାରିବା ହେତୁ କିଛି ଅସୁବିଧା ହେବନାହିଁ। ପରିସ୍ଥିତିକୁ ଯେତେଟା ଜଟିଳ ମନେ କରୁଛନ୍ତି ବାସ୍ତବରେ ସେମିତି କିଛି ହେବନାହିଁ। ପ୍ରତିଦ୍ୱନ୍ଦ୍ୱିତା ବଢ଼ିଚାଲିବା କାରଣରୁ ବ୍ୟବସାୟ ଓ ବାଣିଜ୍ୟରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ। ପରିସ୍ଥିତିରେ ପଡି କେତେକ କାମ ଇଚ୍ଛା ନ ଥିଲେ ମଧ୍ୟ କରିବାକୁ ବାଧ୍ୟ ହେବେ।

ପ୍ରତିକାର - ହନୁମାନଙ୍କର ପୂଜା ସହିତ ଚାଳିଶା ପାଠ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :