ଏହି ସପ୍ତାହରେ ନୂତନ କର୍ମ ନିଯୁକ୍ତିର ସୁଯୋଗ ପାଇବେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଜାଗା, ଜମି, ବାସଗୃହ ଓ ଯାନବାହାନ କ୍ରୟ କରିବାର ସୁବିଧା ପାଇବେ ।
ସମାଜ ସେବା ଓ ରାଜନୀତିରେ ସ୍ୱନାମ ଅର୍ଜନ କରିପାରିବେ । ସାଧାରଣ ଲୋକମାନେ ଆପଣଙ୍କ ବାଣୀ ଓ ଯୋଗ୍ୟତାରେ ପ୍ରଭାବିତ ହେବେ । ରାଜକୀୟ ମାମଲାରେ ସଫଳତା ମିଳିିବ । ପାରିବାରିକ ସୁଖ ଶାନ୍ତି ବୃଦ୍ଧି ହେବ । ନୂତନ ବନ୍ଧୁ ମିତ୍ରଙ୍କ ମିଳନ ହେବ । ପ୍ରେମ ପ୍ରସଙ୍ଗରେ ମଧ୍ୟ ସଫଳତା ମିଳିବ । ବିଦ୍ୟା କ୍ଷେତ୍ରରେ ବିଜୟ ପ୍ରାପ୍ତ ହେବ । ଆନ୍ତରିକ ଉତ୍ସାହ ବୃଦ୍ଧିହେବା ଫଳରେ ବ୍ୟବସାୟ କ୍ଷେତ୍ରର ସମସ୍ୟାକୁ ସମାଧାନ କରି ମାନ ସମ୍ମାନ ପାଇବେ । ବନ୍ଧୁଙ୍କ ସମସ୍ୟା ସମାଦାନ କରିବା ପାଇଁ ଚିନ୍ତା କରିବେ । ଛୋଟ ଛୋଟ ସମସ୍ୟାର ଅଣ ଦେଖା ନକରିଲେ ଭଲ ହେବ । ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ-ସମ୍ପର୍କ ଫଳରେ ପ୍ରଶଂସା ପାଇବେ ।
ପ୍ରତିକାର - “ଓଁ ଶ୍ରୀଂ ବତ୍ସଳାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮