କେମିତି କଟିବ ଆପଣଙ୍କର ଏହି ସପ୍ତାହ ? କାହାର ହେବ ଧନର ଲାଭ ? କିଏ ପାଇବ ବ୍ୟବସାୟରେ ସଫଳତା ? ପ୍ରେମ କ୍ଷେତ୍ରରେ କାହାକୁ ମିଳିବ ସଫଳତା ? ଜାଣନ୍ତୁ....
ଶାରୀରିକ କଷ୍ଟ ଦୂର ହୋଇ ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଅନୁଭବ କରିବେ । ସାମାଜିକ ସ୍ଥିତି ଓ ମାନ ସମ୍ମାନ ବଜାୟ ରହିବ । ଅଫିସରେ କରିଥିବା କାମର ଶୁଭ ସୂଚନା ଶୁଣିବାକୁ ପାଇବେ । ପରିବହନ ଓ ନିର୍ମାଣ ଆଲୋଚନା ଚୁକ୍ତିପତ୍ର ପାଇଁ ଦିନଟି ଭଲ ରହିବ । କଳା, ସାହିତ୍ୟ ପ୍ରତି ଆଗ୍ରହ ବଢିବ । ଆଲୋଚନା ଅନୁଯାୟୀ କାମ ସବୁ ଠିକ୍ରେ ହୋଇଯିବ । କୌଣସି ନୂତନ କର୍ମ କରିବାକୁ ଚାହୁଁଥିଲେ ସେଥିରେ ବିଜୟୀ ହେବେ । ରାଜନୀତିରେ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦିକ୍ରୟ କରିବେ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ଖଳ ପ୍ରକୃତିର ଲୋକମାନେ ବିରୋଧୀ ଆଚରଣ କରିପାରନ୍ତି ।
ପ୍ରତିକାର- “ଓଁ ଶ୍ରୀଂ କ୍ରୀଂ ଚଂ ଚନ୍ଦ୍ରାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬