ଏହି ସପ୍ତାହରେ ରାଜନୈତିକ କ୍ଷେତ୍ରରେ ମାନ୍ୟତା ଅର୍ଜନ କରିବେ, ନୂତନ ଜମି କ୍ରୟ କରିବାର ଯୋଗ ରହିଛି । ଏହି ସପ୍ତାହରେ ପ୍ରେମ ପ୍ରସଙ୍ଗରେ ମଧୁରତା ଆସିବ,କର୍ମ କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ଠାରୁ ଶୁଭ ସୂଚନା ପାଇବେ ।
ଅତୀତରେ ହଜିଯାଇଥିବା କିମ୍ବା ଖୋଜୁଥିବା ଜିନିଷ ହଠାତ୍ ମିଳିଯିବ । ନୂଆ ଜ୍ଞାନର ବୃଦ୍ଧି ହେବ ଓ ସୁଖ ସମ୍ପଦ ପ୍ରାପ୍ତି ହେବ । ପାରିବାରିକ ସ୍ତରରେ ଶାନ୍ତି ଶୃଙ୍ଖଳା ବଜାୟ ରହିବ । ବ୍ୟବସାୟ ଦିଗରୁ ପ୍ରାୟତଃ ଅନୁକୂଳ ରହିବା ଫଳରେ ଆଶାତୀତ ଲାଭ ପାଇବାର ରାସ୍ତା ପରିଷ୍କାର ହୋଇଯିବ । ଅଫିସରେ ଲାଗିରହିଥିବା ଟେନସନ୍ ଦୂର ହୋଇ ସୁସମ୍ବାଦ ପ୍ରାପ୍ତି ହେବ । ଦୂର ଯାତ୍ରାର ସୁଯୋଗ ପାଇବେ ଓ ଆତ୍ମ ବିଶ୍ୱାସ ବୃଦ୍ଧି ପାଇବ ।
ପ୍ରତିକାର- ଗୋସାଳାରେ ଗୋଖାଦ୍ୟ ଦାନ କରନ୍ତୁ
ଶୁଭ ରଙ୍ଗ :ଲାଲ୍
ଶୁଭ ସଂଖ୍ୟା :୯