ଏହି ସପ୍ତାହରେ ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବ ,ଏହି ସପ୍ତାହରେ ଆକସ୍ମିକ ଧନ ଲାଭ ହେବ ,ଏହି ସପ୍ତାହରେ ବିଦେଶ ଯାତ୍ରାର ଯୋଗ ରହିଛି । କୌଣସି ନୂତନ ବନ୍ଧୁଙ୍କ ସହ ଭେଟ ହେବ ।
ବ୍ୟବସାୟରେ ଭାଗୀଦାରୀ ମାନଙ୍କ ସହ ମତାନ୍ତର ମନାନ୍ତର ଦୂରେଇ ଯାଇ କାରବାରରେ କୁଶଳତାକୁ ଆଧାର କରି ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ । ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି । ବ୍ୟବସାୟ ପାଇଁ ବିଦେଶ ଯାତ୍ରା କରି ଲାଭବାନ ହୋଇପାରନ୍ତି । ନିର୍ଦ୍ଧାରିତ ସମୟ ମଧ୍ୟରେ କାମ କରନ୍ତୁ ଆପଣଙ୍କୁ ଲାଭ ମିଳିବ । ନୂଆ କାମ କରିବାକୁ ଆଗ୍ରହି ଥିଲେ ବରିଷ୍ଠ ଙ୍କ ପରାମର୍ଶ ନିଅନ୍ତୁ । ଚାକିରିଆ ବ୍ୟକ୍ତି ନିଜର ବାଣୀ ଉପରେ ଧ୍ୟାନ ଦିଅନ୍ତୁ ।
ପ୍ରତିକାର – ମାଆ ବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧