ଏହି ସପ୍ତାହରେ ପରିବାରରେ ଶୁଭକାର୍ଯ୍ୟ ଅନୁଷ୍ଟିତ ହେବ । ଜମିବାଡିକୁ ନେଇ ଲାଗି ରହିଥିବା ସମସ୍ୟା ସମାଧାନ ହେବ,ଏହି ସପ୍ତାହରେ ଉଚ୍ଚଶିକ୍ଷା ପାଇଁ ବିଦେଶ ଯାତ୍ରା କରିବାର ଆଶା ପୂରଣ ହୋଇପାରେ
ପରିବାରରେ ସୁଖ ସମୃଦ୍ଧି ବୃଦ୍ଧି ପାଇବ । ପ୍ରେମିକା, ପ୍ରେମିକ ମାନଙ୍କ ସମ୍ପର୍କରେ ପରିବର୍ତନ ହୋଇପାରେ । ଯାନବାହନ, ବାସଗୃହ କ୍ରୟ କରିବାର ସୁବିଧା ପାଇବେ । ଧାର୍ମିକ କାର୍ଯ୍ୟରେ ଯୋଗଦାନ କରିବେ । ନିଜର ଖର୍ଚ୍ଚ ପ୍ରତି ବିଶେଷ ଧ୍ୟାନ ଦିଅନ୍ତୁ । ବିଦ୍ୟାର୍ଥୀ ମାନେ ପରୀକ୍ଷାରେ ଉତୀର୍ଣ୍ଣ ହୋଇ ଉଚ୍ଚଶିକ୍ଷାରେ ଶ୍ରେଷ୍ଠସ୍ଥାନ ଲାଭ କରିବେ । ମିତ୍ରଙ୍କ ସାହାଯ୍ୟ ସହଯୋଗ ଅବିସ୍ମରଣୀୟ ରହିବ ।
ପ୍ରତିକାର- “ଓଁ ଐଂ ହ୍ରୀଂ ଶ୍ରୀଂ ଶନୈଶ୍ଚରାୟ ନମଃ”ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ
ଶୁଭ ରଙ୍ଗ :ନୀଳ
ଶୁଭ ସଂଖ୍ୟା :୮