ଏହି ସପ୍ତାହରେ ଜୀବନସାଥୀଙ୍କ ସହ ସମ୍ବନ୍ଧରେ ମଧୁରତା ଆସିବ । ବ୍ୟବସାୟୀଙ୍କୁ ଲାଭ ମିଳିବ ,ବିବାହ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ । ଏହି ସପ୍ତାହରେ ପରୀକ୍ଷାର୍ଥୀଙ୍କୁ ଶୁଭ ଖବର ମିଳିବ ।
ଲକ୍ଷ୍ୟକୁ ନେଇ ଯାତ୍ରା ସମ୍ପର୍ଣ୍ଣ କରିବେ । ନୂଆ ଲୋକଙ୍କ ସହ ସାକ୍ଷାତରେ ଆପଣଙ୍କୁ ଲାଭ ହେବ । ବ୍ୟବସାୟରେ ନୂଆ ସୁଯୋଗ ଓ କାମ ପାଇବେ । ଯେଉଁ କାମ କରିବାକୁ ଚାହିଁବେ ତାକୁ ମନପ୍ରାଣ ଢାଳି ପୂରା କରିଦେବେ । ରାଜନୈତିକ ପରିସର ବୃଦ୍ଧି ହେବ । ପରିବାରରେ କୈାଣସି ବ୍ୟକ୍ତିଙ୍କର ନୂତନ କର୍ମ ନିଯୁକ୍ତିର ସୁଯୋଗ ଆସିପାରେ । ଶିକ୍ଷା କ୍ଷେତ୍ରରେ ମାନସିକ ଏକାଗ୍ରତା ବଜାୟ ରହିବା ଯୋଗେ ଆନନ୍ଦିତ ହେବେ ।
ପ୍ରତିକାର - “ଓଁ ନମୋ ପ୍ରୀଂ ପୀତାମ୍ବରାୟ ନମଃ” ଏହି ମନ୍ତ୍ରକୁ ପ୍ରତିଦିନ ପାଠ କରନ୍ତୁ ।
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫