ବ୍ୟବସାୟରେ ଭାଗୀଦାରୀ ମାନଙ୍କ ସହ ମତାନ୍ତର ମନାନ୍ତର ଦୂରେଇ ଯାଇ କାରବାରରେ କୁଶଳତାକୁ ଆଧାର କରି ବରିଷ୍ଠ ବ୍ୟକ୍ତିଙ୍କ ସହ ସୁସମ୍ପର୍କ ସ୍ଥାପିତ ହେବ ।
ପ୍ରତିଟି କାମ ମନ ଦେଇ କଲେ ସଫଳତା ପାଇବେ । ଜୀବନସାଥିଙ୍କ ବିଚାରକୁ ବୁଝିବାକୁ ଚେଷ୍ଟା କରିବେ । ବିଦ୍ୟାର୍ଥୀ କୌଣସି ପ୍ରତିଯୋଗିତାମୂଳକ ପରୀକ୍ଷା ପାଇଁ ଫର୍ମ ଭରିବେ । ବ୍ୟବସାୟିକ କ୍ଷେତ୍ରରେ ଆଶାଜନକ ଫଳ ପ୍ରାପ୍ତି ହେବ । ଯେଉଁ କାମ ପାଇଁ ଚେଷ୍ଟା କରୁଛନ୍ତି ସେଥିରେ ବିଳମ୍ବରେ ସଫଳତା ପାଇବେ । ଆର୍ଥିକ ସ୍ଥିତିର ପରିବର୍ତ୍ତନ ସକାଶେ ମନ ଭୁଲାଣିଆ କଥା କହି ପରିସ୍ଥିତିକୁ ନିୟନ୍ତ୍ରଣ କରିବେ । କଳା ସାହିତ୍ୟ, କ୍ରୀଡା, ଚଳଚ୍ଚିତ୍ରାଦି କ୍ଷେତ୍ରରୁ ସୁଫଳ ମିଳିବ ।
ପ୍ରତିକାର- ଘରୁ ବାହାରିବା ସମୟରେ ସବୁଜ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ
ଶୁଭ ରଙ୍ଗ :ସବୁଜ
ଶୁଭ ସଂଖ୍ୟା :୫