୧୦ରୁ ୧୫ ଲୋକ ଅଫିସ ଭିତରକୁ ଆସିଥିଲେ। ଅଫିସ୍କୁ ନ ଆସିବା ଓ ବାହାରି ଯିବା ପାଇଁ ମୋତେ ଧମକ ଦେଇଥିଲେ। ଆମେ କଥା ନମାନିଲେ ଆମେ ଗଣ୍ଡଗୋଳ କରିବୁ ବୋଲି ସେମାନେ କହିଥିଲେ। ମୋ ଜୀବନକୁ ଏବେ ବିପଦ ଅଛି।
ଜଳପ୍ରପାତରେ ୫୦ ଫୁଟ୍ ଉପରୁ ପାଣି ପଡ଼ି ନଦୀକୁ ପ୍ରଖର ବେଗରେ ଚାଲି ଯାଉଥିବାରୁ ସେମାନଙ୍କୁ ଉଦ୍ଧାର କରିବା ସ୍ଥାନୀୟ ଲୋକଙ୍କ ପକ୍ଷେ ସମ୍ଭବପର ହୋଇନଥିଲା। ବର୍ତ୍ତମାନ ସୁଦ୍ଧା ସେମାନଙ୍କ ପତ୍ତା ମିଳିନାହିଁ।
କଂଗ୍ରେସ ମୁଖପାତ୍ର ଦେବାଶିଷ ପଟ୍ଟନାୟକ ପୁଣି ଥରେ ଯୋଜନା କାର୍ଯ୍ୟକାରୀ କରିବାକୁ ଦାବି କରିଛନ୍ତି। ଏଯାଏଁ ୩୧ ହଜାର ଶିଶୁ ଅଭିଭାବକଙ୍କୁ ହରାଇଥିବାବେଳେ ଆଶିର୍ବାଦ ଯୋଜନାରେ ଅନ୍ତର୍ଭୁକ୍ତ ହୋଇଛନ୍ତି ମାତ୍ର ୧୦ ହଜାର। ବଳକା ୨୧ ହଜାର ପିଲାଙ୍କୁ ଯୋଜନାରେ ସାମିଲ କରାଯାଉ ବୋଲି ଦେବାଶିଷ ଦାବି କରିଛନ୍ତି।
୨୫ ଫେବ୍ରୁଆରୀ ୨୦୧୧, ସିଂହଦ୍ୱାର ସମ୍ମୁଖ ଏମଆର ମଠରୁ ମିଳିଥିଲା ୫୨୨ ଖଣ୍ଡ ମୂଲ୍ୟବାନ ରୁପା ଇଟା, ଯାହାର ଆନୁମାନିକ ମୂଲ୍ୟ ସେତେବେଳେ ପ୍ରାୟ ୯୦ କୋଟି ଟଙ୍କା ହେବ ବୋଲି ଆକଳନ କରାଯାଉଥିଲା। ମଠରୁ ଗୋଟିଏ ଇଟା ଚୋରି କରି ବିକ୍ରି ଉଦ୍ୟମ କରୁଥିବା ଏକ ଚୋରର...
ହୀରାକୁଦ ଉପର ମୁଣ୍ଡରେ ମହାନଦୀର ବ୍ୟାକ୍ ଓ୍ୱାଟର୍ ବା ପଛୁଆ ପାଣି ଯୋଗୁଁ ଜଳମଗ୍ନ ହୋଇଛି ଗାଁ, ବୁଡି ଯାଇଛି ମନ୍ଦିର। ବରଗଡ଼ ଜିଲ୍ଲା ଅମ୍ବାଭନା ବ୍ଲକ୍ର ଚିଖିଲି ଓ ଅନ୍ତରାଡି ଗାଁରେ ଅଣ୍ଟାଏ ପାଣି। ସେହିଭଳି ହୀରାକୁଦର ଉପର ମୁଣ୍ଡରେ ମହାନଦୀ କୂଳରେ ଥିବା ଶିବ ମନ୍ଦିର ବି ପାଣିରେ ବୁଡି...
ଆଇଏମ୍ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା ଅନୁସାରେ, ଓଡ଼ିଶାରେ ୧୮ ତାରିଖ ସନ୍ଧ୍ୟା ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ନାହିଁ। କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୧୯ ଓ ୨୦ ତାରିଖରେ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।...
ଟି-୨୦ ଅଧିନାୟକତ୍ୱ ଛାଡ଼ିବେ ବିରାଟ କୋହଲି। ଭାରତୀୟ ଟି-୨୦ ଦଳର ଅଧିନାୟକ ପଦ ଛାଡ଼ିବେ। ଆଗାମୀ ବିଶ୍ୱକପ ପରେ ଅଧିନାୟକ ପଦ ଛାଡ଼ିବାକୁ ଘୋଷଣା କରିଛନ୍ତି। ଏନେଇ ଟୁଇଟ୍ ଯୋଗେ ବିରାଟ କୋହଲି ସୂଚନା ଦେଇଛନ୍ତି।
ସୂଚନା ଅନୁସାରେ, ବାଲେଶ୍ୱର ଚାନ୍ଦିପୁରସ୍ଥିତ ଇଣ୍ଟିଗ୍ରେଟେଡ୍ ଟେଷ୍ଟ ରେ୍ଞ୍ଜ, ITRରୁ ତଥ୍ୟ ଲିକ୍ ଅଭିଯୋଗରେ ଓଡ଼ିଶା ପୋଲିସ ତଦନ୍ତ କରିଥିଲା। ପାକିସ୍ତାନ ISIକୁ କେଇଟା ଟଙ୍କା ପାଇଁ ଦେଶର ପ୍ରତିରକ୍ଷା ସମ୍ପର୍କିତ ଗୁପ୍ତ ତଥ୍ୟ ଯୋଗାଉଥିବା ଅଭିଯୋଗରେ ପୋଲିସ୍ ସେପ୍ଟେମ୍ବର ୧୪ରେ ୪ ଜଣଙ୍କୁ ଗିରଫ କରିଥିଲା। ଏହି ୪ ଅଭିଯୁକ୍ତ...
ପୂର୍ବତନ ସାଂସଦ ବୈଜୟନ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ କମିଟି ଗଠନ ହୋଇଛି। ଏହି କମିଟିରେ କ୍ରିକେଟର ମହେନ୍ଦ୍ର ସିଂ ଧୋନୀ ସଦସ୍ୟ ମନୋନୀତ ହୋଇଛନ୍ତି। ସେହିପରି ଶିଳ୍ପପତି ଆନନ୍ଦ ମହିନ୍ଦ୍ରା, ସାଂସଦ ବିନୟ ସହସ୍ରବୁଦ୍ଧେ ବି ସଦସ୍ୟ ଅଛନ୍ତି। NCCକୁ ଅଧିକ ସମୟୋପଯୋଗୀ ପାଇଁ କମିଟି ବିଶ୍ଳେଷଣ କରିବ।
ରାକୁଦରୁ ଆସୁଥିବା ଜଳ ଶନିବାର ସକାଳ ସୁଦ୍ଧା ମୁଣ୍ଡଳିରେ ବଢ଼ିବ। ଶନିବାର ସକାଳରୁ ମଧ୍ୟାହ୍ନ ଭିତରେ ୮ ଲକ୍ଷ କ୍ୟୁସେକ୍ ପାସ୍ କରିବ। ମୁଣ୍ଡଳିରେ ମଧ୍ୟାହ୍ନରେ ଗଲେ ରାତି ସୁଦ୍ଧା ତଳିଆ ଅଞ୍ଚଳରେ ପହଞ୍ଚିବ। କେନ୍ଦ୍ରାପଡ଼ା, ପୁରୀ ଆଦି ଜିଲ୍ଲାରେ ଶନିବାର ରାତିରେ ପାସ୍ କରିବ। ସମ୍ବାବ୍ୟ ବନ୍ୟା...
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪
ଏକାଧିକ ଟାର୍ଗେଟେଡ୍ କିଲିଂ ଏବଂ ସିରିଜ୍ IED ବ୍ଲାଷ୍ଟ୍ କରିବା ଯୋଜନାରେ ଥିଲେ। ବିଶେଷ କରି ନବରାତ୍ର ଓ ରାମଲୀଳା ବେଳେ ଜନଗହଳିପୂର୍ଣ୍ଣ ସ୍ଥାନକୁ ଟାର୍ଗେଟ୍ କରିଥାନ୍ତେ। ଅଧିକ ତଦନ୍ତ ପାଇଁ ୬ଜଣଙ୍କୁ ରିମାଣ୍ଡରେ ନେଇଛି ଦିଲ୍ଲୀ ପୋଲିସର ସ୍ପେଶାଲ୍ ସେଲ୍।
ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନାଙ୍କ ସୂଚନା ଅନୁଯାୟୀ, ହୀରାକୁଦ ତଳମୁଣ୍ଡରେ ଏବେ ବର୍ଷା କମିଥିଲେ ବି ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ଜଳଭଣ୍ଡାରକୁ ଜଳପ୍ରବେଶ ବଢୁଛି। ତେବେ ଡ୍ୟାମ୍ ଜଳସ୍ତରକୁ ୬୨୮ ଫୁଟ୍ ମଧ୍ୟରେ ସ୍ଥିର ରଖିବା ପାଇଁ ଉଦ୍ୟମ ଚାଲିଛି।
କୃଷି ଋଣରୁ ଚାଷୀମାନେ ୫୦.୨ ପ୍ରତିଶତ କୃଷି କାର୍ଯ୍ୟରେ ବ୍ୟୟ କରୁଥିବା ବେଳେ କୃଷି ବ୍ୟବସାୟରେ ୪.୨ ପ୍ରତିଶତ, ଆବାସ ପାଇଁ ୧୩.୨ ପ୍ରତିଶତ, ବିବାହ ଓ ଉତ୍ସବରେ ୮.୪ ପ୍ରତିଶତ, ଶିକ୍ଷା ଓ ସ୍ୱାସ୍ଥ୍ୟରେ ୯.୯ ପ୍ରତିଶତ ଏବଂ ଅନ୍ୟାନ୍ୟ ବ୍ୟବହାରିକ ଖର୍ଚ୍ଚରେ ୧୦.୨ ପ୍ରତିଶତ ବ୍ୟୟ...
ଗତକାଲି ଦିଦିଙ୍କ ଭୁବନେଶ୍ୱର କେଶୁରା ଓ ଝାରପଡ଼ାରେ ଏକାଧିକ ବହୁତଳ କୋଠା ଠାବ ହୋଇଥିଲା। ଝାରପଡ଼ାରେ ୨ଟି ୩ ମହଲା ବିଲ୍ଡିଂ ଏବଂ ଗୋଟିଏ ଏକ ମହଲା କୋଠା ମିଳିଛି। ଏଥିସହ ୧୪ଟି ପ୍ଲଟ୍ ଠାବ କରିଛି ଭିଜିଲାନ୍ସ।
ଏହାକୁ ନେଇ ସବୁବେଳେ ଆରୋପ-ପ୍ରତ୍ୟାରୋପ ଲାଗି ରହିଥିବା ବେଳେ ନ୍ୟାସନାଲ୍ କ୍ରାଇମ୍ ରେକର୍ଡସ୍ ବ୍ୟୁରୋ ଦ୍ୱାରା ପ୍ରକାଶିତ କ୍ରାଇମ୍ ଇନ୍ ଇଣ୍ଡିଆ-୨୦୨୦ ରିପୋର୍ଟ ପ୍ରକୃତ ଚିତ୍ର ସାମ୍ନାକୁ ଆଣିଛି। କିଛି ଦିନ ପୂର୍ବରୁ ବିଧାନସଭାରେ ନାବାଳିକା ଯୌନ ନିର୍ଯାତନା, ହତ୍ୟା, ଯୌତୁକ ଜନିତ ହତ୍ୟା, ନାରୀ ନିର୍ଯାତନା ସଂଖ୍ୟା ବଢିବା...
ଚାନ୍ଦିପୁର ITRରେ କିଏ ୧୦ ବର୍ଷ ଧରି କାମ କରୁଥିଲା, ତ ଆଉ କିଏ ୨୦ ବର୍ଷ ଧରି। ସ୍ଥାନୀୟ ଅଞ୍ଚଳର ଏତେ ପୁରୁଣା ଠିକା କର୍ମଚାରୀ ହେବା ସତ୍ତ୍ୱେ, ଏମାନେ କେମିତି ପଛାଇନଥିଲେ ଦେଶଦ୍ରୋହ ଭଳି ସଂଗୀନ ଅପରାଧ କରିବାକୁ? କେଉଁ ଲାଳସା ବାଧ୍ୟ କରିଥିଲା ଶତ୍ରୁରାଷ୍ଟ୍ର ଆଗରେ...
ପାକିସ୍ତାନର ଗୁଇନ୍ଦା ସଂସ୍ଥା ISIକୁ ଦେଶର ପ୍ରତିରକ୍ଷା ସମ୍ପର୍କିତ ଗୁପ୍ତ ତଥ୍ୟ ଯୋଗାଉଥିବା ଅଭିଯୋଗରେ ପୋଲିସ୍ ଗତକାଲି ୪ ଜଣଙ୍କୁ ଗିରଫ କରିଥିଲା। ଘଟଣାର ତଦନ୍ତ ଭାର ନେବା ଲାଗି କ୍ରାଇମବ୍ରାଞ୍ଚ ଟିମ୍ ବାଲେଶ୍ୱର ଗସ୍ତ କରିଛି। ସେପଟେ ଗିରଫ ହୋଇଥିବା ୪ ଜଣଙ୍କର କୋଭିଡ୍ ଟେଷ୍ଟ ସହ...
ଆଜି ଅପରାହ୍ନ ସମୟରେ ବରୀ ବ୍ଲକ ବାଲିଆ ପଞ୍ଚାୟତ ଗଙ୍ଗାଧରପୁର ଗାଁର କୁଶ ସିଂ ଗାଈକୁ ନେଇ ଘରୁ ବାହାରି ଯାଇଥିଲେ। କିନ୍ତୁ ମାଟିଆପଦା ନିକଟରେ ଦୁଇ ଦୁଇଟା ବଡ଼ ଘାଇ ହୋଇଥିଲା। ଘାଇ ହୋଇଥିବାରୁ ରାସ୍ତା ପଟେ ପାଣି ଯାଉଥିଲା। ସେହି ରାସ୍ତାରେ ଯିବାବେଳେ କୁଶ ସିଂ ଭାସି...
ଟାଉନ୍ ଥାନା ପୁଲିସ ପାଟ୍ରୋଲିଂ କରୁଥିବା ସମୟରେ ଜଣେ ଯୁବକ ବୁଲୁଥିବା ଦେଖିବାକୁ ପାଇଥିଲା। ପରେ ତାକୁ ଥାନାକୁ ନେଇ ଆସିଥିଲା। ପଚରାଉଚରା ପରେ ଯୁବକ ଜଣକ ଗଁନ୍ଦିଆ ଥାନା ହାଟ ବାଇଁଶିଆର ଧର୍ମେନ୍ଦ୍ର ସ୍ୱାଇଁ ବୋଲି ଜଣାପଡ଼ିଥିଲା। ଆଜି ସକାଳେ ତାକୁ ଛାଡ଼ି ଦିଆଯାଇଥିଲା। ଠିକ୍ ସେହି ସମୟରେ ଥାନା...