ସେଠାରେ ଲୋକଙ୍କ ପ୍ରବଳ ଗହଳି ଥିଲା ଏବଂ ସେମାନେ ପ୍ରଥମେ ତାଲିବାନୀ କମାଣ୍ଡରଙ୍କ ଚେକ୍ପଏଣ୍ଟ୍ ଦେଇ ଆବେ ଗେଟ୍ ପାଖକୁ ଆସୁଥିଲେ।ଆମେରିକୀୟ ମରିନ୍ର ଯବାନ ଓ ଅନ୍ୟ ଅଧିକାରୀ ସେମାନଙ୍କୁ ଚେକିଂ କରୁଥିଲେ। ତାଲିବାନ କମାଣ୍ଡର୍ ଓ ଲଢ଼ାକୁ ଭିଡ଼କୁ କାବୁ କରିବା ପାଇଁ ୨ଥର ଲୋକମାନଙ୍କୁ ଠେଲି ନେଇଯାଇଥିଲେ।
ସ୍ଥାନୀୟ ପୋଲିସ୍ ଅଧକାରୀଙ୍କ କହିବାନୁସାରେ କିଶୋର ନିଖୋଜ ଥିବା ନେଇ ବାପା ଏମ୍ଆଇଡିସି ଥାନାରେ ଅଭିଯୋଗ କରିଥିଲେ। କିଶୋର ମୋବାଇଲରେ ପବଜି ଖେଳି ନିଜ ମା'ର ବ୍ୟାଙ୍କ ଆକାଉଣ୍ଟରୁ ୧୦ ଲକ୍ଷ ଟଙ୍କା ଖର୍ଚ୍ଚ କରିଦେଇଛି । ଏହା ଜାଣିବା ମାତ୍ରେ ତାଙ୍କ ବାପା କିଶୋରଙ୍କୁ ଗାଳି ଦେଇଥିଲେ ।...
ଏହି ଗାଁଟି ଇଟାଲୀର ଉତ୍ତର ଅଞ୍ଚଳରେ ଅବସ୍ଥିତ। ଚାରିପଟେ ଘେରି ରହିଛି ଉଚ୍ଚ ପାହାଡ ଏବଂ ଘାଟି। ଏହି କାରଣରୁ ,ବିଶେଷ କରି ଶୀତଦିନର ନଭେମ୍ବରରୁ ଫେବୃଆରୀ ମାସ ପର୍ଯ୍ୟନ୍ତ ତିନି ମାସ ଏହା ଅନ୍ଧକାର ଘେରରେ ରହେ। କାହିଁକି ନା ସୂର୍ଯ୍ୟକିରଣ ପହଞ୍ଚିପାରେ ନାହିଁ।
ଆଜି ଓ ଆସନ୍ତାକାଲି ଦୁଇ ଦିନ ଧରି ଏହି ବର୍ଷାର ପ୍ରଭାବ ରହିବ। ୩୦ ତାରିଖ ପରେ ବର୍ଷାର ପରିମାଣ ହ୍ରାସ ପାଇବ। ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଏହି ବର୍ଷାର ସମ୍ଭାବନା ରହିଥିବା କହିଛି ପାଣିପାଗ ବିଭାଗ। ବିଶେଷ କରି ଗତ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାରେ ହାଲକାରୁ ମଧ୍ୟମ...
ପଡୋଶୀ କହିଥିଲେ ଯେ, ‘ବବି ମିଶ୍ର କାହାସହ ଫୋନ୍ରେ କଥା ହେଉଥିବା ମୁଁ ଶୁଣିବାକୁ ପାଇଲି। ଏହି ସମୟରେ ସେ କହିଥିଲେ, ଆଜି ଲୋକ ଡକାଇବି। ତପି ମିଶ୍ରକୁ ମାରିବି ଓ ତା ସ୍ତ୍ରୀକୁ ବାହା ହେବି। ଏପରିକି ବବି ଆସି ଆମ ଘରର ଗ୍ରୀଲକୁ ଗୋଇଠା ମାରିଛନ୍ତି। ଫଳରେ...
ଟିକା ବ୍ୟବହାର ପୂର୍ବରୁ ଉତ୍ପାଦ ଓ ସପ୍ଲାଇ ଚେନ୍ ପ୍ରତି ସତର୍କ ଦୃଷ୍ଟି ଦେବାକୁ କୁହାଯାଇଛି। ଘରୋଇ ହସ୍ପିଟାଲର ପାଖରେ ଟିକାକରଣ ଅଭିଯାନ ପ୍ରତି ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏମିତି କିଛି ନଜରକୁ ଆସିଲେ ତ୍ୱରିତ କାର୍ଯ୍ୟାନୁଷ୍ଠାନ ପାଇଁ ACS ନିର୍ଦ୍ଦେଶ ଦେଇଛନ୍ତି।
ଭାଇରାଲ ହୋଇଥିବା ଏହି ଭିଡିଓରେ ଦେଖାଯାଉଛି ମାନସ ଦାସଙ୍କ ସପକ୍ଷରେ ତାଙ୍କ ଅନୁଗାମୀମାନେ ଏକ ରାଲି କରିଛନ୍ତି। ତାଙ୍କୁ ସ୍ୱାଗତ କରିବା ପାଇଁ ସଙ୍ଗଠନର ସଦସ୍ୟମାନେ ଭିଡ ଜମାଇଛନ୍ତି। ଏପରିକି ସେ ଗାଡିରୁ ଓହ୍ଲାଇବା ପରେ ରାସ୍ତାରେ ଫୁଲ ବିଛାଇ ତାଙ୍କୁ ସ୍ୱାଗତ କରୁଥିବା ଦେଖିବାକୁ ମିଳିଛି।
ପାଇଲଟଙ୍କୁ ହାର୍ଟଆଟାକ ଆସିବା ସମୟରେ ବିମାନଟି ରାୟପୁର ପାଖ ଇଲାକାରେ ଥିଲା । ବିମାନର କର୍ମଚାରୀମାନେ କୋଲକାତା ଏଟିସି ସହ ଯୋଗାଯୋଗ କରି ତାଙ୍କୁ ଏହି ବିଷୟରେ ଅବଗତ କରାଇଥିଲେ । ଯାହା ପରେ ତାଙ୍କୁ ନିକଟସ୍ଥ ନାଗପୁର ବିମାନବନ୍ଦରରେ ଅବତରଣ କରିବା ପାଇଁ ପରାମର୍ଶ ଦିଆଯାଇଥିଲା ।...
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪
ବିଶେଷ କରି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାରେ ହାଲକାରୁ ମଧ୍ୟମ ଧରଣର ବର୍ଷା ହେବ। ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ଜଗତସିଂପୁର, ନୟାଗଡ଼, କଟକ, ଅନୁଗୁଳ, ଦେବଗଡ଼, କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷାର ପୁର୍ବାନୁମାନ କରିଛି ପାଣିପାଗ ବିଭାଗ।
ଭିଆଇପି ଲାଇନରେ ଆମ୍ବୁଲାନ୍ସ କାହିଁକି ଆଣିଲ ବୋଲି ସଂପୃକ୍ତ ଅଣଓଡ଼ିଆ କର୍ମଚାରୀ ତାଙ୍କ ଯୁକ୍ତିତର୍କ କରିବା ସାଙ୍ଗକୁ ଆମ୍ବୁଲାନ୍ସକୁ ୭ରୁ ୮ମିନିଟ ଯାଏଁ ଅଟକାଇ ରଖିଥିବା ଡ୍ରାଇଭର ଅଭିଯୋଗ କରିଛନ୍ତି।
ମୟୁରଭଞ୍ଜ ଜିଲ୍ଲାର ୧୧ ତମ ଜିଲ୍ଲା ପରିଷଦ ବୈଠକ ବସିଥିଲା। ଏଥିରେ ବିଭିନ୍ନ ବିଭାଗର ଆଲୋଚନାବେଳେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ବୈଠକକୁ ଅଧାରୁ ସ୍ଥଗିତ ରଖିଥିଲେ। ଏହାକୁ ନେଇ ଆରମ୍ଭ ହୋଇଥିଲା ହଟ୍ଟଗୋଳ।
ରାଜ୍ୟରେ ଦୈନିକ ସଂକ୍ରମଣ କିଛିଦିନ ହେଲା ଏକ ହଜାର ତଳେ ରହୁଛି କିନ୍ତୁ ସେଥିମଧ୍ୟରୁ ୧୮ ବର୍ଷରୁ କମ୍ ବୟସ୍କ କିଶୋର ଓ ଶିଶୁଙ୍କ ସଂଖ୍ୟା ୧୦୦ ଉପରେ ରହୁଛି। ତେଣେ ଅଡିଟ୍ ପରେ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଆଉ ୬୯ ଜଣଙ୍କ କୋଭିଡ୍ରେ ମୃତ୍ୟୁ ହୋଇଥିବା ଦର୍ଶାଇଛି, ଯେଉଁଥିରେ ୨ ଜଣ...
ବୈଦୁତିକ ଯାନର ନବୀକରଣ ଓ ଗବେଷଣାକୁ ମଧ୍ୟ ପ୍ରୋତ୍ସାହନ ଯୋଗାଇ ଦିଆଯିବ। ସେହିଭଳି ଉତ୍ପାଦନକାରୀ କମ୍ପାନୀ ଓ ଯାନ ବ୍ୟବହାରକାରୀ ସାଧାରଣ ଲୋକଙ୍କୁ ଆର୍ଥିକ ରିହାତି ସହ ଗାଡ଼ି ପଞ୍ଜିକରଣ ଦେୟ, ରୋଡ୍ ଟ୍ୟାକ୍ସ ଆଦି ଛାଡ଼ କରାଯିବାର ପ୍ରାବଧାନ ରହିଛି।
ଆଖିରେ ଲୁହ, ଛାତିରେ କୋହ ତଥାପି ନିଜକୁ ସମ୍ଭାଳି ନେଇଥିଲେ ମନୋରଞ୍ଜନ। ଏମିତିକି ଏ ଦୁଃଖଦ ଖବର ଶୁଣି ସେତେବେଳେ ଖୋଲାକଥାର ହଟ୍ସିଟ୍ରେ ବସିଥିବା ଅତିଥି ତଥା ବରିଷ୍ଠ କଂଗ୍ରେସ ନେତା ତାରା ପ୍ରସାଦ ବାହିନୀପତି କାର୍ଯ୍ୟକ୍ରମ ଅନ୍ୟ କେଉଁ ଦିନ କରିବାକୁ ଅନୁରୋଧ କରିଥିଲେ।
ମନ୍ଦିରରେ କଣ ସୁବିଧା ଅସୁବିଧା ଅଛି, ତାର ଅନୁଧ୍ୟାନ କରିଥିଲେ। ମନ୍ଦିରର ସଂରକ୍ଷଣ ଓ ପୁନରୁଦ୍ଧାର କାମର ଅଗ୍ରଗତି ନେଇ ଆଲୋଚନା କରାଯିବ ବୋଲି ବିଏମ୍ସି କମିଶନର କହିଛନ୍ତି। ସେ ସୂଚନା ଦେଇଛନ୍ତି, ମନ୍ଦିର ଓ ପ୍ରଭୁ ଲିଙ୍ଗରାଜଙ୍କ ସୁରକ୍ଷାକୁ ଗୁରୁତ୍ୱ ଦିଆଯିବ। ନାଟ ମଣ୍ଡପରେ ପାଣି ଗଳିବା ନେଇ...
ଆସନ୍ତା ୩୦ ତାରିଖ ସୋମବାରଠାରୁ ତରଙ୍ଗରେ ପ୍ରସାରଣ ହେବ ଧାରାବାହିକ ଶ୍ରୀମନ୍ଦିର। ଶ୍ରୀମନ୍ଦିର ଧାରାବାହିକ ସମ୍ପର୍କରେ ବିସ୍ତୁତ ଭାବେ ଜଗଦଗୁରୁଙ୍କ ସହ ଆଲୋଚନା କରିଥିଲେ। ଏହି ସମୟରେ ପୂର୍ବରୁ ପ୍ରସାରିତ ଶ୍ରୀଜଗନ୍ନାଥ ଧାରାବାହିକ ସମ୍ପର୍କରେ ବି ବିସ୍ତୁତ ଆଲୋଚନା କରିଥିଲେ।
ବାଲେଶ୍ୱର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ୧୨ ପିଲା କରୋନା ପଜିଟିଭ । ୪ ଜଣ ପିଲା SNCUରେ ରହି ଚିକିତ୍ସିତ ହେଉଥିବା ବେଳେ ଚିହ୍ନଟ, ଆଉ ୮ଜଣ ପଜିଟିଭ ଥିବା ପିଲାଙ୍କ ବୟସ ମାସକରୁ ଉର୍ଦ୍ଧ୍ୱ, ସୂଚନା ଦେଲେ CDMO ଦୁଲାଲସେନ ଜଗଦେବ ।
ଶ୍ରୀମନ୍ଦିର ସେବାୟତ ପରିବାରକୁ ମିଳିବ ଘର, ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକରେ ନିଷ୍ପତ୍ତି । ପ୍ରଥମ ପର୍ଯ୍ୟାୟରେ ୪ଶହ ସେବାୟତ ପରିବାରକୁ ଘର ମିଳିବ । ଘର କରିବା ପାଇଁ ପରିବାର ପିଛା ୨ ଲକ୍ଷ ଟଙ୍କା ଦିଆଯିବ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରୀଷନ କୁମାରଙ୍କ ସୂଚନା ।
ବିପଦରେ ଶ୍ରୀମନ୍ଦିର ରତ୍ନଭଣ୍ଡାର । ସୂଚନା ଅଧିକାର ଆଇନ ବଳରେ ମିଳିଥିବା ତଥ୍ୟରୁ ଏକଥା ସ୍ପଷ୍ଟ ହୋଇଛି । ୨୦୧୮ ମସିହାରେ ରତ୍ନଭଣ୍ଡାର ଯାଞ୍ଚ ରିପୋର୍ଟ ସଂପର୍କରେ ଜାଣିବାକୁ ଆରଟିଆଇ ଆକ୍ଟରେ ଶ୍ରୀମନ୍ଦିର ପ୍ରଶାସନଠାରୁ ମିଳିଥିବା ତଥ୍ୟରୁ ଆହୁରି ମଧ୍ୟ ଜଣାପଡ଼ିଛି ଯେ, କେବଳ ବାହାର ଭଣ୍ଡାର ନୁହେଁ...