ଭୁବନେଶ୍ୱର: ଆଜି କଂଗ୍ରେସ ୯ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ଏଥର ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଦୁଇଟି ସ୍ଥାନରେ ନିର୍ବାଚନ ଲଢ଼ିବେ। ଘସିପୁରା ସହ ଭଣ୍ଡାରୀପୋଖରୀ ବିଧାନସଭା ଆସନରୁ ସେ ନିର୍ବାଚନ ଲଢ଼ିବେ। ଭଦ୍ରକରୁ ଯୁବନେତା ନଳିନୀକାନ୍ତ ମହାନ୍ତିଙ୍କୁ ଟିକେଟ୍ ମିଳିଥିବା ବେଳେ ବଡ଼ଚଣାରୁ...
ଧର୍ମଗଡ଼(ଇଙ୍ଗିତ ପଣ୍ଡା): ମନ୍ତ୍ରୀ ନିରଞ୍ଜନ ପୂଜାରୀ ପରେ ବିଜେଡିର କଳାହାଣ୍ଡି ଲୋକସଭା ପ୍ରାର୍ଥୀ ପୁଷ୍ପେନ୍ଦ୍ର ସିଂହଦେଓ ମଧ୍ୟ ବିରୋଧର ସମ୍ମୁଖୀନ ହୋଇଛନ୍ତି। ପୁଷ୍ପେନ୍ଦ୍ର ପ୍ରଚାର କରୁଥିବାବେଳେ କୋକସରା କାଉଡ଼ଲା ଗାଁରେ ଲୋକଙ୍କ ବିରୋଧର ସମ୍ମୁଖୀନ ହୋଇଛନ୍ତି। ଗତ ନିର୍ବାଚନରେ ଦେଇଥିବା ପ୍ରତିଶ୍ରୁତି ପୂରଣ ହୋଇ ନଥିବା ନେଇ ଲୋକମାନେ...
ଭୁବନେଶ୍ୱର: ମୟୂରଭଞ୍ଜ ଜିଲ୍ଲା ବାରିପଦା ବିଧାନସଭା ଆସନ ପାଇଁ ଆଜି ବିଜେଡି ପ୍ରାର୍ଥୀ ଘୋଷଣା କରିଛି। ବରିଷ୍ଠ ବିଜେଡି ନେତ୍ରୀ ତଥା ରାଜ୍ୟସଭା ସାଂସଦ ସରୋଜିନୀ ହେମ୍ବ୍ରମଙ୍କ ନାଁ ପ୍ରାର୍ଥୀ ଭାବେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ସରୋଜିନୀ ୨୦୦୯ରୁ ୨୦୧୪ ଯାଏ ବାଙ୍ଗିରିପୋଷିରୁ ବିଧାୟକ...
ଗୁଣପୁର(ଇନ୍ଦ୍ରଜିତ୍ ପଣ୍ଡା): ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାୟଗଡ଼ା ଜିଲ୍ଲା ଗୁଣପୁରରେ ନିର୍ବାଚନୀ ପ୍ରଚାର କରିବେ। ଆୟୋଜିତ ସାଧାରଣସଭାରେ ମୁଖ୍ୟମନ୍ତ୍ରୀ ଯୋଗ ଦେଇ ସମ୍ବୋଧନ କରିବେ। ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ନେଇ ବିଜେଡି କର୍ମୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ନବୀନ ଗୁଣପୁରରେ ପହଞ୍ଚିବା ପରେ ଏକ ରୋଡ୍ ସୋ’...
ନୀଳଗିରି(ବିଶ୍ୱମ୍ୱର ଦାସ): ବାଲେଶ୍ୱର ଜିଲ୍ଲା ଔପଦା ବ୍ଲକ୍ ଢ଼ୋଲପୁର ଗାଁରେ ହାତୀ ଆତଙ୍କ। ଗତକାଲି ରାତିରେ ହାତୀପଲ ଗାଁରେ ପଶି ଫସଲ ନଷ୍ଟ କରିବା ସହ ଘର ଖୁଣ୍ଟ ଭାଙ୍ଗି ଦେଇଛନ୍ତି। ତେବେ ଗାଁ ଲୋକେ ଏକାଠି ହୋଇ ହାତୀପଲ ଘଉଡ଼ାଇ ଦେଇଛନ୍ତି। ବାରମ୍ବାର ହାତୀ ପଲ ଗାଁରେ...
ଭୁବନେଶ୍ୱର: ରାଜ୍ୟରେ ସ୍ୱାସ୍ଥ୍ୟସେବା ଯୋଗାଇବାରେ ବିଜେଡି ସରକାର ବିଫଳ ହୋଇଛି। ଶନିବାର ଏକ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ସରକାରଙ୍କ ଉପରେ ଏଭଳି ବର୍ଷିଛି କଂଗ୍ରେସ। ରାଜ୍ୟରେ ୬ହଜାର୫୩୬ ଡାକ୍ତରଙ୍କ ଆବଶ୍ୟକ ଥିବାବେଳେ ସେଥିରୁ ୩ହଜାର୧୧୯ ଡାକ୍ତର ପଦବୀ ଖାଲି ପଡ଼ିଛି। ନର୍ସ ଓ ଫାର୍ମାସିଷ୍ଟ ପଦବୀ ମଧ୍ୟ ଖାଲି...
ଭୁବନେଶ୍ୱର: ଆଜି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଓଡ଼ିଶା ଆସୁଛନ୍ତି। ଗଞ୍ଜାମର ପୋଲସରା ଏବଂ ବରଗଡ଼ରେ ଦଳୀୟ ସମାବେଶରେ ସେ ଯୋଗ ଦେବେ। ଅମିତ ଶାହଙ୍କ ବରଗଡ଼ ଗସ୍ତ ଲାଗି ଦଳ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହାଙ୍କ ସହ କେନ୍ଦ୍ରମନ୍ତ୍ରୀ...
ବାଲେଶ୍ୱର(ରଶ୍ମିରଞ୍ଜନ ଦାସ): ବାଲେଶ୍ୱର ଜିଲ୍ଲା ବସ୍ତାର କୁଣ୍ଡପୁର ପାଖରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ୪ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ୩ ଜଣ ଆହତ ହୋଇଛନ୍ତି। ଆହତମାନଙ୍କୁ ବାଲେଶ୍ୱର ଜିଲ୍ଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମୃତକମାନେ ହେଲେ ଜଳେଶ୍ୱର ପାଇକସିଧା ଗାଁର ତୋଫାନି ରଣା ଓ ତାଙ୍କ...
ସମ୍ୱଲପୁର(ସଞ୍ଜୟ ଜେନା): ସମ୍ବଲପୁରର ବିଜେଡି ଲୋକସଭା ପ୍ରାର୍ଥୀ ନଳିନୀକାନ୍ତ ପ୍ରଧାନଙ୍କ ପ୍ରାର୍ଥିପତ୍ର କାଏମ ରହିଛି। ଯାଞ୍ଚ ପରେ ପ୍ରାର୍ଥିପତ୍ର କାଏମ ରହିଥିବା ରିଟର୍ଣ୍ଣିଂ ଅଫିସର ତଥା ସମ୍ବଲପୁର ଜିଲ୍ଲାପାଳ ସୂଚନା ଦେଇଛନ୍ତି। ତେବେ ଏହାକୁ ନେଇ ବିଜେପି ଅସନ୍ତୋଷ ପ୍ରକାଶ କରିଛି। ଏନେଇ ହାଇକୋର୍ଟରେ ଆବେଦନ କରାଯିବ ବୋଲି...
ଉମରକୋଟ(କାର୍ତ୍ତିକ ମଲ୍ଲିକ): ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଚାର ଅଭିଯାନରେ ନବରଙ୍ଗପୁର ଜିଲ୍ଲାର ବିଭିନ୍ନ ସ୍ଥାନ ଗସ୍ତ କରିଛନ୍ତି। ନବୀନ ପ୍ରଥମରେ ରାଇଘରରେ ପହଞ୍ଚି ସାଧାରଣ ସଭା କରିଛନ୍ତି। ରାଇଘର ସଭାରେ ସେ କେନ୍ଦ୍ର ସରକାର ଉପରେ ବର୍ଷିଛନ୍ତି। ସେ କହିଛନ୍ତି,“ ପ୍ରାକୃତିକ ବିପର୍ଯ୍ୟୟ ବେଳେ କେନ୍ଦ୍ରୀୟ ନେତାଙ୍କ...