ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକରେ ରହିଛି ଅନନ୍ୟ ଇକୋ ଟୁରିଜିମ୍ ବିଚିତ୍ରପୁରରେ ବର୍ଷକ ବାରମାସ ପର୍ଯ୍ୟଟକଙ୍କ ବେଶ ଭିଡ ଜମିଥାଏ । କିଛି ପର୍ଯ୍ୟଟନସ୍ଥଳୀକୁ କେବଳ ସମୁଦ୍ରର ମଜାନେବା ପାଇଁ ପର୍ଯ୍ୟଟକମାନେ ଆସିଥାନ୍ତି । କିନ୍ତୁ ବିଚିତ୍ରପୁରରେ ମିଳେ ଡବଲ ମଜା । କାରଣ ଏଠାରେ ସୁବର୍ଣ୍ଣରେଖା ନଦୀ...
ରାଜସ୍ଥାନ ଜାଲୋରରେ ବାଡମେର୍ ହାଇୱେରେ ଏହି ଏୟାରଷ୍ଟ୍ରିପର ଆରମ୍ଭ ହୋଇଛି । ଏନେଇ ଏକ ସ୍ୱତନ୍ତ୍ର କର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା । ପାକିସ୍ତାନ ସୀମାରେ ତିଆରି ହୋଇଥିବା ଏୟାରଷ୍ଟ୍ରିପରେ ସୁଖୋଇ ଓ ଜାଗୁଆର ବିମାନ ଦମ୍ ଦେଖାଇବା ସହ ହାଇୱେରେ ଅବତରଣ କରିଛନ୍ତି ।
ଷଷ୍ଠ ଶ୍ରେଣୀରୁ ମହାବିଦ୍ୟାଳୟ ସ୍ତରରେ ଛାତ୍ରୀ ମାନଙ୍କୁ ମିଳିବ ମାଗଣା ସାନିଟାରୀ ନାପ୍କିନ୍ । ଏହି ଉଦ୍ଦେଶ୍ୟ ନେଇ ରାଜ୍ୟ ସରକାର ଆରମ୍ଭ କରିଥିଲେ କିଶୋରୀ ସ୍ୱଚ୍ଛତା କାର୍ଯ୍ୟକ୍ରମ । ଏହି କାର୍ଯ୍ୟକ୍ରମର "ଖୁସି' ଯୋଜନା ଜରିଆରେ ଛାତ୍ରୀ ମାନଙ୍କୁ ମାଗଣାରେ ସାନିଟାରୀ ନାପ୍କିନ୍ ବଣ୍ଟନ କରାଗଲା ।
ବିଧାନସଭା ସମ୍ମୁଖରେ ଆତ୍ମହତ୍ୟା ଉଦ୍ୟମ କରିଥିବା ଯୁବକଙ୍କ ମୃତ୍ୟୁ ଘଟଣାରେ ରାଜ୍ୟ ସରକାରଙ୍କୁ ଉଭୟ କଂଗ୍ରେସ ଓ ବିଜେପିର ସମାଲୋଚନା । ଦୁଷ୍ମନ୍ତ ବହୁବାର ସରକାରଙ୍କୁ ନିଜର ଦୁଃଖ ଜଣାଇଛନ୍ତି ବୋଲି କହିଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ। ସରକାର ତା’ର ଦୁଃଖ ଶୁଣିବାର ଆବଶ୍ୟକତା ଥିଲା
କେନ୍ଦ୍ରୀୟ ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ୨୦୨୧ ଶିକ୍ଷାବର୍ଷର NIRF Ranking ଜାରି କରିଛନ୍ତି । ବେଙ୍ଗଲୁରୁ ଇଣ୍ଡିଆନ ଇନଷ୍ଟିଚ୍ୟୁଟ ଅଫ୍ ସାଇନ୍ସକୁ ଶ୍ରେଷ୍ଠ ୟୁନିଭରସିଟିକୁ ମାନ୍ୟତା ମିଳିଛି । ସେହିପରି ନୂଆଦିଲ୍ଲୀର ଜବାହରଲାଲ ନେହେରୁ ୟୁନିଭରସିଟି ଏହି ତାଲିକାରେ ଦ୍ୱିତୀୟରେ ରହିଛି । ସେହିପରି ବନାରସ ହିନ୍ଦୁ...
ଆଜି ତାଙ୍କ ଜନ୍ମତିଥିରେ ମନେପଡ଼େ ସହିଦ ବୀର ଯବାନଙ୍କ ବୀରତ୍ୱର ଗାଥା । କାରଗିଲ୍ ଯୁଦ୍ଧରେ ତାଙ୍କର କୋଡ୍ ଥିଲା ’ଶେରଶାହ’ । ଶତ୍ରୁର ଘନଘନ ଗୁଳିବର୍ଷା ଭିତରେ ମୁକ୍ତିର ରଙ୍ଗକୁ ସେ ଫିକା ପଡ଼ିବାକୁ ଦେଇନଥିଲେ । ଦେଶମାତୃକା ଆଉ ସମାଜ ପାଇଁ କାରଗିଲ ହିରୋ ନିଜ...
ପାଞ୍ଚ ମାସ ତଳେ ସ୍ୱାମୀଙ୍କ ଅକାଳ ବିଯୋଗ ପରେ ଆଠଟି ସନ୍ତାନଙ୍କ ଦାୟିତ୍ୱ ଲକ୍ଷ୍ମୀଙ୍କ ମୁଣ୍ଡ ଉପରେ । ୨୩ ବର୍ଷର ବଡ଼ ପୁଅ ଧର୍ମେନ୍ଦ୍ର ଜନ୍ମରୁ ଭିନ୍ନକ୍ଷମ । ସେହିପରି ଧର୍ମେନ୍ଦ୍ରଙ୍କ ଦୁଇ ଭାଇ ସୁଭମ ଓ ସନିଆ ମଧ୍ୟ ଭିନ୍ନକ୍ଷମ । ଚାରି ଝିଅ ଏବଂ...
ଶିକ୍ଷକଙ୍କୁ ଜିନ୍ସ, ଟି-ସାର୍ଟ ପିନ୍ଧିବା ମନା । ପାକିସ୍ତାନରେ ତାଲିବାନୀ ଶାସନ । ଆଫଗାନିସ୍ତାନରେ ତାଲିବାନ ଶାସନ ଆରମ୍ଭ ପରେ ଏହାର ପ୍ରଭାବ ପାକିସ୍ତାନରେ ମଧ୍ୟ ଦେଖିବାକୁ ମିଳୁଛି । ସମସ୍ତ କେନ୍ଦ୍ରୀୟ ଶିକ୍ଷାନୁଷ୍ଠାନର ଶିକ୍ଷକମାନଙ୍କ ପାଇଁ ନୂଆ ନିର୍ଦ୍ଦେଶାନାମା ଜାରି କରିଛନ୍ତି ଇମ୍ରାନ ସରକାର
ମୁକ୍ତହସ୍ତରେ ତାଲିବାନ୍ ସରକାରଙ୍କୁ ସାହାଯ୍ୟ କରୁଛି ଚୀନ୍ । ଆଫଗାନିସ୍ତାନରେ ସରକାର ଗଠନର୨୪ ଘଣ୍ଟା ମଧ୍ୟରେ ତାଲିବାନୀଙ୍କ ପାଇଁ ଚୀନ୍ ନିଜର ରାଜକୋଷ ଖୋଲି ଦେଇଛି । ତାଲିବାନୀ ଯେପରି ସୁରୁଖୁରୁରେ ସରକାର ଚଳାଇବା ପାରବେ, ସେଥିପାଇଁ ୩୧୦ଲକ୍ଷ ଡଲାର ସହାୟତା ଘୋଷଣା କରିଛି ଚୀନ୍ । ଏହା...
ଏହି କାରଣରୁ ବିକ୍ଷୋଭ ପ୍ରଦର୍ଶନ କରୁଥିବା ମହିଳା, ସାଧାରଣ ଜନତା ଏବଂ ସାମ୍ବାଦିକଙ୍କ ଉପରେ ଅତ୍ୟାଚାର ଆରମ୍ଭ କରିଦେଇଛି ତାଲିବାନ ସରକାର । ତାଲିବାନ ଦ୍ୱାରା ମଧ୍ୟବର୍ତ୍ତୀକାଳୀନ ସରକାର ଘୋଷଣା ହେବା ପରେ ମହିଳାମାନେ କାବୁଲର ବିଭିନ୍ନ ସ୍ଥାନରେ ପ୍ରଦର୍ଶନ କରୁଛନ୍ତି ଏବଂ ସରକାରରେ ପଦବୀ ଦାବି କରିଛନ୍ତି...
ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଆଗୁଆ ପ୍ରସ୍ତୁତି । ପୁଣି ଥରେ ଉତ୍ତରପ୍ରଦେଶକୁ ଗେରୁଆ ରଙ୍ଗରେ ରଙ୍ଗେଇବାକୁ ଚକ୍ରବ୍ୟୁହ ରଚନା କରୁଛି ବିଜେପି । ଏଥିପାଇଁ ନିର୍ବାଚନ ପୂର୍ବରୁ ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଯାଇଛି । ଆଉ ଏଥିପାଇଁ ବୁଧବାର ଦିନ ବିଜେପି ପକ୍ଷରୁ ନିର୍ବାଚନ ପ୍ରଭାରୀ,...
ହ୍ୱାଟସଆପରେ ଆପଣଙ୍କର ବ୍ୟକ୍ତିଗତ ମେସେଜ ଓ ଭିଡିଓ ସୁରକ୍ଷିତ କି ? ବାରମ୍ବାର ୟୁଜରଙ୍କ ମନରେ ଏହି ପ୍ରଶ୍ନ ଉଠେ । ତେବେ ଏନେଇ କମ୍ପାନୀ ଅନେକ ଥର ନିଜର ସ୍ପଷ୍ଟୀକରଣ ରଖିଛି । କମ୍ପାନୀ ନିଜେ ଚାହିଁଲେ ବି ୟୁଜରଙ୍କ ବ୍ୟକ୍ତିଗତ ମେସେଜ ପଢ଼ିପାରିବ ନାହିଁ ବୋଲି...
କରୋନା ପାଇଁ ସୃଷ୍ଟି ହୋଇଥିବା ଭକ୍ତ ଭଗବାନଙ୍କ ମଧ୍ୟରେ ଦୂରତା ଧୀରେ ଧୀରେ ହ୍ରାସ ପାଉଛି । ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥା ନେଇ ଗାଇଡଲାଇନକୁ ସାମାନ୍ୟ କୋହଳ କରାଯାଇଛି । ଏହାସହ ଶ୍ରୀମନ୍ଦିର ଦର୍ଶନ ବ୍ୟବସ୍ଥା ନେଇ ସାନି ଏସଓପି ଜାରି କରାଯାଇଛି । କେବଳ ସାନିଟାଇଜେସନ ପାଇଁ...
କଟକ ଜିଲ୍ଲା ମାହାଙ୍ଗା ବ୍ଲକର ଲାପଟୁଆଁ-ବରାହିପୁର ଗାଁ । ପିଢ଼ି ପରେ ପିଢ଼ି ଏଠାରେ ସୁରକ୍ଷିତ ଜୀବନ ବିତାଉଛନ୍ତି ବାଦୁଡିମାନେ। ଗାଁର ଅନେକ ଗଛରେ ସେମାନେ ନିର୍ଭୟରେ ରୁହନ୍ତି । ଗାଁ ଲୋକଙ୍କ ବିଶ୍ଵାସ ଅନୁସାରେ ଗାଁରେ ବାଦୁଡ଼ିମାନେ ରହିବା ଦିନଠୁ ଗାଁ ଲୋକଙ୍କ ଉପରେ କାହାର କୁଦୃଷ୍ଟି...
ମେକ୍ସିକୋରେ ଭୟଙ୍କର ଭୂମିକମ୍ପ । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୬.୮ ରେକର୍ଡ କରାଯାଇଛି । ଭୂମିକମ୍ପ ପ୍ରଭାବରେ ମେକ୍ସିକୋ ସହର ପ୍ରାୟ ଏକ ମିନିଟ ପର୍ଯ୍ୟନ୍ତ ଥରି ଉଠିଥିଲା ।
ବୁଧବାର ସକାଳେ ବଲିଉଡ ସୁପରଷ୍ଟାର ଅକ୍ଷୟ କୁମାରଙ୍କ ମା ଅରୁଣା ଭାଟିଆଙ୍କ ଦେହାନ୍ତ ହୋଇଛି । ଗତ କିଛି ଦିନ ହେବ ଅକ୍ଷୟଙ୍କ ମା’ଙ୍କ ସ୍ୱାସ୍ଥ୍ୟାବସ୍ଥା ଆଦୌ ଭଲନଥିଲା । ଏଥିପାଇଁ ତାଙ୍କୁ ମୁମ୍ବାଇର ହିରାନନ୍ଦାନୀ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ।
କେନ୍ଦୁଝର ଜିଲ୍ଲା ବାମେବାରୀ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କ ସନ୍ଦେହଜନକ ମୃତ୍ୟୁକୁ ନେଇ ପ୍ରଶ୍ନ ଉଠାଇଛି ବିଜେପି । ପାରିପାର୍ଶିକ ସ୍ଥିତିରୁ ଏହା ଦୁଷ୍କର୍ମ ଏବଂ ହତ୍ୟା ବୋଲି କହିଛି ବିଜେପି । ବରିଷ୍ଠ ବିଜେପି ନେତା ମୂରଲୀ ମନୋହର ଶର୍ମାଙ୍କ ନେତୃତ୍ୱରେ ଏକ ପ୍ରତିନିଧି ମଣ୍ଡଳୀ କେନ୍ଦୁଝର...
ମୋଷ୍ଟ ୱାଣ୍ଟେଡ୍ ଆତଙ୍କୀଙ୍କୁ ତାଲିବାନ୍ ସରକାରରେ ମିଳିଲା ଗୃହମନ୍ତ୍ରୀ ପଦ । ଆଫଗାନିସ୍ତାନ ଦଖଲ କରିବାର ୨୨ ଦିନ ପରେ ମଙ୍ଗଳବାର ଦିନ ନୂଆ ସରକାର ଘୋଷଣା କରିଛି ତାଲିବାନ୍ । ତାଲିବାନ ଆମେରିକାର ମୋଷ୍ଟ ୱାଣ୍ଟେଡ୍ ଆତଙ୍କବାଦୀ ସିରାଜୁଦ୍ଦିନ ହକ୍କାନୀଙ୍କୁ ଆଫଗାନିସ୍ତାନର ନୂଆ ଗୃହମନ୍ତ୍ରୀ ଭାବରେ ନିଯୁକ୍ତ...
କିଛି ଦିନ ପୂର୍ବରୁ ଅବଦୁଲ ଘନି ବରଦାର ତାଲିବାନ୍ ସରକାରରେ ବରିଷ୍ଠ ନେତା ଦାୟିତ୍ୱ ତୁଲାଇବେ ବୋଲି କୁହାଯାଉଥିଲା । କିନ୍ତୁ ବର୍ତ୍ତମାନ ନୂତନ ସରକାରରେ ସେ ଦୁଇ ନମ୍ବର ପଦବୀରେ ରହୁଛନ୍ତି । ଜବିହୁଲ୍ଲା ଏକ ପ୍ରେସମିଟରେ ସ୍ପଷ୍ଟ କରିଛନ୍ତି ଏହି ସରକାର ବର୍ତ୍ତମାନ ପାଇଁ କେବଳ...
ଜେଲ ଗଲେ ଛତିଶଗଡ ମୁଖ୍ୟମନ୍ତ୍ରୀ ଭୂପେଶ ବଘେଲଙ୍କ ବାପା ନନ୍ଦ କୁମାର ବଘେଲ । ଜାତିଆଣ ମନ୍ତବ୍ୟ ଦେଇଥିବାରୁ ତାଙ୍କୁ ଗିରଫ ପରେ ୧୫ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି । ସେପ୍ଟେମ୍ବର ୨୧ ରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ । ମଙ୍ଗଳବାର ଦିନ...