ନୂଆ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଥିବା ମନ୍ତ୍ରୀମାନଙ୍କର ପ୍ରଧାନମନ୍ତ୍ରୀ ପରିଚୟ ପ୍ରଦାନ କରିବାବେଳେ କଂଗ୍ରେସ ପକ୍ଷରୁ ପ୍ରତିବାଦ ହୋଇଥିଲା । ଏହାକୁ ନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଆପତ୍ତି ଉଠାଇଥିଲେ ।
କେବଳ ଗ୍ରାସଆର୍ଟ ପାର୍କ ନୁହେଁ, ପୂର୍ବରୁ ଆଇଟିଆଇଟି ପରିସରରେ ଲାଗିଛି ବିରାଟ ବିରାଟ ଲୁହାର କଳାକୃତି ସ୍କ୍ରାପ୍
ଖେଳକୁଦ ପ୍ରତି ରୁଚି ରଖୁଥିବା ପିଲାମାନଙ୍କୁ ମାଗଣାରେ ପ୍ରଶିକ୍ଷଣ ଦେଇ ଭଲ ଆଥଲେଟ୍ ଭାବେ ଗଢିବାକୁ ପ୍ରୟାସ । ଏଭଳି ନିଆରା ଉଦ୍ୟମ କରୁଛନ୍ତି ଅନ୍ତର୍ଜାତୀୟ ସ୍ତରର ଆଥଲେଟ୍ ତଥା ସ୍ପ୍ରିଂଟ କୁଇନ ଦୂତି ଚାନ୍ଦଙ୍କ ବଡ଼ ଭଉଣୀ ସରସ୍ୱତୀ ଚାନ୍ଦ
ମୁମ୍ବାଇରେ ବର୍ଷା ଏବଂ ଭୂସ୍ଖଳ ଯୋଗୁଁ ଭୟଙ୍କର ସ୍ଥିତି ଉପୁଜିଛି । ବର୍ତ୍ତମାନ ସୁଦ୍ଧା ୩୨ ଜଣଙ୍କ ଜୀବନ ଗଲାଣି । କେବଳ ଚେମ୍ବୁରରେ ଦୁର୍ଘଟଣାରେ ୧୯ ଜଣଙ୍କର ମୃତ୍ୟୁ ଘଟିଛି ।
ପ୍ରାଥମିକ ପର୍ଯ୍ୟାୟରେ ୮୭ଟି ବସ ଚାଲିବ । ସୋମବାରରୁ ଶୁକ୍ରବାର ସକାଳ ୭ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମୋ ବସ ଚାଲୁ ରହିବ ।
ଆନନ୍ଦପୁର ଉପଖଣ୍ଡ ହାଟଡ଼ିହି ବ୍ଲକ ସଙ୍ଗମ ଗାଁର ରାଣୀ ହେମ୍ବ୍ରମ । ଅଭାବ ଅନଟନ ଭିତରେ ହଜି ଯାଇଛି ମାଟ୍ରିକ ସଫଳତାର ଖୁସି । ରାତି ପାହିଲେ ଘାରୁଛି ପେଟ ଚିନ୍ତା ।
କୃଷି ଆଇନ ବିରୋଧରେ କୃଷକଙ୍କ ଆନ୍ଦୋଳନ ମଧ୍ୟରେ ଆଜି ଠାରୁ ସଂସଦର ମୌସୁମୀ ଅଧିବେଶନ ସୋମବାର ଆରମ୍ଭ ହେଉଛି । ଅଧିବେଶନ ଆରମ୍ଭ ହେବା ସହିତ ସିଙ୍ଘୁ ସୀମାରୁ ସଂସଦକୁ ଯିବାକୁ କୃଷକ ସଂଗଠନ ଚେତାବନୀ ଦେଇଛି
ଶହେ କି ଦୁଇ ଶହ ନୁହେଁ, ଜୀବନ ଜାକର ଜମାପୁଞ୍ଜି ନଷ୍ଟ କରିଦେଲେ ମୂଷା । ତୁଣ୍ଡ ଝାଳ ମୁଣ୍ଡରେ ମାରି ପେଟ ଅପରେସନ୍ ଲାଗି ଜମା କରିଥିବା ଦୁଇ ଲକ୍ଷ ଟଙ୍କା କାଟିଦେଲା
ରାଜ୍ୟରେ ଖସୁଛି ସଂକ୍ରମଣ । ଲଗାତାର ଚାରିଦିନ କରୋନା ସଂକ୍ରମଣ ବଢ଼ିବା ପରେ ଆଜି ତଳମୁହାଁ ହୋଇଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟା ମଧ୍ୟରେ ୧୬୪୮ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି
ମୌସୁମୀ ଦୁର୍ବଳ, ବର୍ଷା ଅଭାବରୁ ଚାଷୀ କଲବଲ । କେଉଁଠି ପାଣି ଅଭାବରୁ ଚାଷ ଜମି ଫାଟି ଆଁ କଲାଣି, ତ କେଉଁଠି ଧାନ ତଳି ଜଳିଗଲାଣି । ଭଦ୍ର ଜିଲ୍ଲା ବାସୁଦେବପୁର ଅଞ୍ଚଳର ଆକାଶରେ ମେଘ ମାଳ ମାଳ ,ହେଲେ ବର୍ଷା ଅଭାବରୁ ଜମି ଏକଦମ୍ ଶୁଖିଲା
ଅଢ଼େଇ ମାସର ବିରତି ପରେ ଆଜିଠୁ ରାଜ୍ୟବ୍ୟାପୀ ଗଡ଼ିବ ବସ୍ । ଦାବି ପୂରଣ ଲାଗି ସରକାରଙ୍କ ପ୍ରତିଶ୍ରୁତି ପରେ ଘରୋଇ ବସ୍ ମାଲିକ ସଂଘ ଚଳାଚଳ ପାଇଁ ନିଷ୍ପତ୍ତି ନେଇଥିଲା
କରୋନା ଲକ୍ଷଣ ଥିଲେ ବି ଟେଷ୍ଟ କରିବାକୁ ଆସୁନାହାନ୍ତି ଲୋକେ । ତେଣୁ ତାଙ୍କର କଣ୍ଟାକ୍ଟ ଟ୍ରେସିଂ ହୋଇପାରୁନାହିଁ । ଅନେକ ହିଡେନ୍ କେସ ରହୁଛି ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ।
SPଙ୍କ କାର୍ଯ୍ୟାଳୟରେ ଡିଜିପି ଅଭୟଙ୍କ ନିକଟରେ ଏମାନେ ଆତ୍ମସମର୍ପଣ କରିଥିବା ୨ ମାଓବାଦୀ ହେଲେ ଏରିଆ କମିଟି ମେମ୍ବର ସବିତା ଓ ପାର୍ଟି ମେମ୍ବର ରାଇଧର
ଯେଉଁ ବୟସରେ କାନ୍ଧରେ ବହି ବସ୍ତାନୀ ରହିବା କଥା, ସେହି ବୟସରେ କାନ୍ଧରେ ମଦ ବୋତଲ ବୋହୁଛି ଏକ ଛୋଟ ପିଲା । ସୁନ୍ଦରଗଡ ଜିଲ୍ଲାର ଖଣିଖାଦାନ ଭରା କୋଇଡା ଅଞ୍ଚଳରେ ଏପରି ଘଟଣା ଦେଖିବାକୁ ମିଳିଛି ।
ମହାମାରୀ ସହ ମଙ୍କିପକ୍ସ ପାଇଁ ଚିନ୍ତାରେ ସରକାର । ସଂକ୍ରମିତ ବ୍ୟକ୍ତି ଜଣକ ନିକଟରେ ଆଫ୍ରିକାର ନାଇଜେରିଆ ଯାତ୍ରା କରିଥିବା ଜଣାପଡ଼ିଛି ।
ଦେଶର ସୁରକ୍ଷା ପାଇଁ ଖୁବଶୀଘ୍ର ମୁତୟନ ହେବ ସ୍ୱଦେଶୀ ଆଣ୍ଟିଡ୍ରୋନ୍ ଟେକ୍ନୋଲଜି । ବିଏସ୍ଏଫ୍ ଅଳଙ୍କରଣ ସମାରୋହରେ ଏହି ଘୋଷଣା କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ । ପ୍ରାୟ ଦୁଇ ସପ୍ତାହ ପୂର୍ବରୁ ଜାମ୍ମୁ ଏୟାରବେସରେ ହୋଇଥିବା ଡ୍ରୋନ୍ ଆକ୍ରମଣ ପରେ ଗୃହମନ୍ତ୍ରୀ ଅମିତ ଶାହା ଏପରି ବଡ଼ ବୟାନ୍...
ମହାତ୍ମା ଗାନ୍ଧୀ ଜାତୀୟ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାରେ ଅନ୍ତର୍ଗତ ହୋଇଛି ରାସ୍ତା କାମ । ସୁବର୍ଣ୍ଣପୁର ଜିଲ୍ଲା ସଂଗ୍ରାମପୁର ପଞ୍ଚାୟତର ଯୁବରାଜପୁର ଗାଁରୁ ଘାସିମାଲକୁ ସଂଯୋଗ କରୁଥିବା ରାସ୍ତାର ଅବସ୍ଥା କହିଲେ ନସରେ ।
ରାଜ୍ୟରେ ଲଗାତର ୪ ଦିନ ହେଲା ପୁଣି ବଢୁଛି କରୋନା ସଂକ୍ରମଣ । ୨୪ ଘଣ୍ଟାରେ ୨ ହଜାର ୨୧୫ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ କ୍ୱାରେଣ୍ଟିନରୁ ୧ ହଜାର ୨୭୨ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ରହିଛି ୯୪୩ । ଖୋର୍ଦ୍ଧା...
ପ୍ରବଳ ବର୍ଷା ହେବା ପରେ ମୁମ୍ବାଇର ବିଭିନ୍ନ ସ୍ଥାନରେ ପାଣି ଭରିଯାଇଛି । ପୂରା ମୟାନାଗରୀ ଏବେ ଜଳମୟ । ଫଳରେ ଗୋଟିଏ ସ୍ଥାନରୁ ଅନ୍ୟ ସ୍ଥାନକୁ ଯିବାଆସିବା କରିପାରୁ ନାହାନ୍ତି ଲୋକେ ।
ରାଜସ୍ଥାନ ପ୍ରାଶାସନିକ ସେବା ପରୀକ୍ଷା ପାସ୍ କରିଛନ୍ତି ତିନି ଭଉଣୀ । ରାଜସ୍ଥାନ ହନୁମାନଗଡ ଜିଲ୍ଲାର ଭୌରୁସାରୀ ଗାଁ ସହ ଏଭଳି ସଫଳତାର ଗାଥା ଯୋଡି ହୋଇଛି । ଗାଁର ତିନି ଝିଅ ରିତୁ, ଅଂଶୁ ଓ ସୁମନ ଏକାବେଳେ ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି