ରାଜ୍ୟରେ ପଞ୍ଚାୟତ ନିର୍ବାଚନ ବେଳେ ଯେଭଳି ହିଂସା ଘଟଣା ସାମ୍ନାକୁ ଆସିଥିଲା, ପୌର ନିର୍ବାଚନରେ ମଧ୍ୟ ବିଭିନ୍ନ ସ୍ଥାନରେ ହିଂସା ଘଟିଥିବା ଖବର ସାମ୍ନାକୁ ଆସିଛି। କେଉଁଠି ଟଙ୍କା ବଣ୍ଟାକୁ କେନ୍ଦ୍ର କରି ଗଣ୍ଡଗୋଳ ହୋଇଛି ତ ଆଉ କେଉଁଠି ଇଭିଏମ୍ ଅଚଳକୁ ନେଇ ଲୋକମାନେ ଅସନ୍ତୋଷ ପ୍ରକାଶ...
ଟଙ୍କା ବାଣ୍ଟିବା ଅଭିଯୋଗରେ ପାଟଣାଗଡ଼ ବିଧାୟକ ସରୋଜ ମେହେରଙ୍କ ଭାଇ ପ୍ରଦୀପ ମେହେରଙ୍କୁ ମାଡ଼ ମରାଯାଇଥିବା ସୂଚନା ମିଳିଛି।
ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଲୋକଙ୍କ ଉପରେ ଗାଡ଼ି ଚଢ଼ାଇବା ଘଟଣାକୁ ନେଇ ତୀବ୍ର ପ୍ରତିକ୍ରିୟା ରଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପୋଲିସର ତଦନ୍ତ ପ୍ରକ୍ରିୟା ଜନମାନସରେ ସନ୍ଦେହ ସୃଷ୍ଟି କରୁଛି ବୋଲି ସେ କହିଛନ୍ତି।
ଗଣତନ୍ତ୍ର ମହାନପର୍ବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି)ର ୫୩ ନମ୍ବର ୱାର୍ଡରେ ଆଜି ମୁଖ୍ୟମନ୍ତ୍ରୀ ଭୋଟ୍ ଦେଇଛନ୍ତି।
ଆଜି ମତଦାନ ଆରମ୍ଭ ହେବାର ମାତ୍ର କିଛି ସମୟ ପୂର୍ବରୁ ଅର୍ଥାତ୍ ସକାଳୁ ସକାଳୁ ଜଣେ ସ୍ୱାଧୀନ ପ୍ରାର୍ଥୀଙ୍କ ସ୍ୱାମୀ ଲୋକଙ୍କୁ ଟଙ୍କା ବାଣ୍ଟୁଥିବା ଅଭିଯୋଗର ଖବର ସାମ୍ନାକୁ ଆସିଛି।
ପୌର ଭୋଟ୍ ପୂର୍ବରୁ ରାଜ୍ୟର ବିଭିନ୍ନ ସ୍ଥାନରେ ‘ନୋଟ୍ ଫର୍ ଭୋଟ୍’ର ସାଙ୍ଘାତିକ ଅଭିଯୋଗ ଆସିଛି। ବ୍ରହ୍ମପୁରରୁ ମଧ୍ୟ ଏଭଳି କିଛି ଅଭିଯୋଗ ଆସିଛି। ଏହି କାରଣରୁ ଦୁଇ ଗୋଷ୍ଠୀ ମୁହାଁମୁହିଁ ହୋଇଛନ୍ତି।
ପୌର ନିର୍ବାଚନ ଲାଗି ଆଜି ମତଦାନ। ରାଜ୍ୟର ୧୦୬ ମ୍ୟୁନିସିପାଲିଟି, ଏନ୍ଏସି ଓ ୩ ମହାନଗର ନିଗମର ୪୦ ଲକ୍ଷରୁ ଅଧିକ ଭୋଟର ସେମାନଙ୍କ ପ୍ରତିନିଧିଙ୍କୁ ନିର୍ବାଚିତ କରିବେ।
ଶର୍ମିଷ୍ଠାଙ୍କ କାର୍ରେ ମାନସଙ୍କୁ ଅପହରଣ କରାଯାଇଥିଲା। ଅପହରଣ ସହ ମୃତଦେହକୁ ବି ଏହି କାର୍ରେ ନୟାଗଡ଼ ନିଆଯାଇଥିଲା। ଏହାପରେ ମୃତଦେହ ନୟାଗଡ଼ରେ ପୋତି ଦିଆଯାଇଥିଲା।
ଗୋଟିଏ କି ଦୁଇଟି ନୁହେଁ, ଏକାଧିକ ନର କଙ୍କାଳ ଓ ଖପୁରୀ ରାସ୍ତାକଡ଼ ଆବର୍ଜନା ଭିତରେ ପଡ଼ି ରହିଛି। ଭୁବନେଶ୍ୱର ମଞ୍ଚେଶ୍ୱର ଥାନା ଇଞ୍ଜଣା ବ୍ରିଜ୍ ନିକଟରୁ ଏହି ନରକଙ୍କାଳ ସବୁ ମିଳିଛି।
କୌଣସି ବ୍ୟକ୍ତି ଡବଲ ଭୋଟ୍ ଦେଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଯଦି ଭୋଟ୍ ଦେଇଥିବା ପ୍ରମାଣ ମିଳିଲା, କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ନିର୍ବାଚନ କମିଶନର ଆଦିତ୍ୟ ପ୍ରସାଦ ପାଢ଼ୀ ସୂଚନା ଦେଇଛନ୍ତି।
ବହୁ ଚର୍ଚ୍ଚିତ କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଶର୍ମିଷ୍ଠା ରାଉତଙ୍କ କାର୍ ଠାବ ହୋଇଛି। ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍କାଏ ଟାୱାର ଆପାର୍ଟମେଣ୍ଟ ଗ୍ୟାରେଜରୁ ଶର୍ମିଷ୍ଠାଙ୍କ କାର୍ ମିଳିଛି।
ଭୟଙ୍କର ଅଗ୍ନିକାଣ୍ଡରେ ଜୀଅନ୍ତା ଜଳିଗଲେ ୧୧ ଜଣ ଶ୍ରମିକ। ତେଲେଙ୍ଗାନା ସିକନ୍ଦରାବାଦରେ ଏକ କାଠ ଗୋଦାମରେ ଆଜି ଭୋର ସମୟରେ ଏହି ଅଗ୍ନିକାଣ୍ଡ ଘଟିଛି।
ଆସନ୍ତାକାଲି ପୌର ନିର୍ବାଚନ ଲାଗି ମତଦାନ ହେବ। ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଖୋର୍ଦ୍ଧା ଜିଲ୍ଲାରେ ସବୁ ଶିକ୍ଷାନୁଷ୍ଠାନ ୨ ଦିନ ଛୁଟି ଘୋଷଣା କରିଛନ୍ତି ଖୋର୍ଦ୍ଧା ଜିଲ୍ଲାପାଳ।
ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କର ହେବ ବନକଲାଗି ନୀତି। ଏଥିପାଇଁ ଅପରାହ୍ଣ ସାଢ଼େ ୪ଟାରୁ ରାତି ସାଢ଼େ ୮ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।
ଆଜି ପୁଣି ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର। ପେଟ୍ରୋଲ ଓ ଡିଜେଲ ଲିଟର ପିଛା ୭୫ରୁ ୮୫ ପଇସା ପର୍ଯ୍ୟନ୍ତ ବୃଦ୍ଧି ପାଇଥିବା ଜଣାପଡ଼ିଛି। ଲଗାତାର ଦ୍ୱିତୀୟ ଦିନରେ ଦିଲ୍ଲୀରେ ପେଟ୍ରୋଲ ଓ ଡିଜେଲ ଲିଟର ପ୍ରତି ୮୦ ପଇସା ବୃଦ୍ଧି ପାଇଛି।
ଟଙ୍କା ନିଅ, ଭୋଟ୍ ଦିଅ। ନ ହେଲେ ମାଡ଼ ଖାଅ। ପୌର ନିର୍ବାଚନ ପୂର୍ବରୁ କେନ୍ଦୁଝରରେ ନିର୍ବାଚନୀ ହିଂସା ଦେଖିବାକୁ ମିଳିଛି। ଟଙ୍କା ବଣ୍ଟାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ହିଂସା ଘଟିଛି।
ଜେଲ୍ ଗଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ବାଣପୁର ଜେଏମ୍ଏଫସି କୋର୍ଟ ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଜାମିନ୍ ଆବେଦନ ଖାରଜ କରିବାରୁ ତାଙ୍କୁ ଜେଲ୍ ପଠାଇ ଦିଆଯାଇଛି।
କ୍ୟାମେରାମ୍ୟାନ୍ ମାନସ ସ୍ୱାଇଁ ହତ୍ୟା ମାମଲାରେ ଚାଞ୍ଚଲ୍ୟକର ଓ ବଡ଼ ଖୁଲାସା ହୋଇଛି। ହତ୍ୟାକାଣ୍ଡ ପଛରେ ସୂଚନା ଓ ଲୋକ ସମ୍ପର୍କ ବିଭାଗର ପୂର୍ବତନ ନିର୍ଦ୍ଦେଶକ ନିରଞ୍ଜନ ସେଠୀଙ୍କ ସମ୍ପୃକ୍ତି ଥିବା ଜଣାପଡ଼ିଛି।
ବିଶିଷ୍ଟ ଓଡ଼ିଆଙ୍କୁ ମିଳିଲା ପଦ୍ମଶ୍ରୀ ସମ୍ମାନ। ବାବା ବଳିଆ, ଶାସ୍ତ୍ରୀୟ ସଂଗୀତ ଗାୟିକା ଶ୍ୟାମାମଣି ଦେବୀ, ସାହିତ୍ୟିକ ନରସିଂହ ପ୍ରସାଦ ଗୁରୁଙ୍କୁ ସମ୍ମାନଜନକ ପଦ୍ମଶ୍ରୀ ସମ୍ମାନରେ ସମ୍ମାନିତ କରାଯାଇଛି।
କିଏ ଜାଳି ଦେଲା ସୁନା ସଂସାର ? ଗଣଆତ୍ମହତ୍ୟା ନାଁ ଯୋଜନାବଦ୍ଧ ହତ୍ୟାକାଣ୍ଡ ? ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ଥାନା ଅନ୍ତର୍ଗତ ଶିକାରପାଇ ଗାଁରେ ଗୋଟିଏ ପରିବାରର ୩ ମୃତ ଓ ୨ ଗୁରୁତର ଘଟଣା ଏବେବି ରହସ୍ୟ ଘେରରେ।