ପାର୍ବଣରେ କରୋନା ପ୍ରତି ସଜାଗ ରହିବାକୁ କେନ୍ଦ୍ର ସରକାର ପରାମର୍ଶ ଦେଇଛନ୍ତି। ଏନେଇ ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ ଚିଠି ଲେଖିଛନ୍ତି।
ସୁପର୍ ସଣ୍ଡେରେ ସୁପର୍ ଫାଇଟ୍। ଟି-୨୦ ବିଶ୍ୱକପ୍(T20 World Cup)ରେ ଆଜି ଭାରତ-ପାକିସ୍ତାନ ମଧ୍ୟରେ ହେବ ଟକ୍କର। କ୍ରିକେଟ୍ ମୈଦାନରେ ଜମିବ ହାଇଭୋଲ୍ଟେଜ ମ୍ୟାଚ୍। ଦୁବାଇ ଇଣ୍ଟରନ୍ୟାସନାଲ୍ ଷ୍ଟାଡିୟମ୍ରେ ବାବର୍ ବ୍ରିଗେଡ୍କୁ ଟକ୍କର ଦେବ ବିରାଟ ବାହିନୀ। ଦୁଇ ବର୍ଷ ପରେ ମୁହାଁମୁହିଁ ହେବେ ଉଭୟ ଦଳ।
ଶିକ୍ଷୟିତ୍ରୀ ମମିତା ମେହେର ମୃତ୍ୟୁ ମାମଲାରେ ବିଜେପିର ରଣହୁଙ୍କାର। ଶିଶୁ ଭବନ ଛକରେ ବିଜେପି ମହିଳା ମୋର୍ଚ୍ଚା କର୍ମୀ ଓ ପୋଲିସ ଧସ୍ତାଧସ୍ତି ହୋଇଥିଲେ। ତେବେ ମହିଳା ପୋଲିସ ଆନ୍ଦୋଳନରତ ବିଜେପି କର୍ମୀଙ୍କୁ ଉଠାଇ ନେଇଯାଇଥିଲେ।
ନିଜକୁ ITDCର ବରିଷ୍ଠ ଅଧିକାରୀ ପରିଚୟ ଦେଇ ଜଣେ ବ୍ୟକ୍ତି ଲକ୍ଷାଧିକ ଟଙ୍କା ଠକି ଥିବା ଅଭିଯୋଗ ହୋଇଛି। ବହୁ ପୁରାତନ ନୀଳାଚଳ ଅଶୋକ ହୋଟେଲ୍କୁ ବିକ୍ରି ନେଇ ଏକ ଫେକ୍ ଡିଲ୍ ହୋଇଥିଲା।
ମହିଳା କମିଶନ ଅଧ୍ୟକ୍ଷା ବଲାଙ୍ଗିର ତୁରେକେଲା ଝରଣୀ ଗାଁକୁ ଯାଇ ମମିତାଙ୍କ ପରିବାର ଲୋକଙ୍କ ସହ ଆଲୋଚନା କରିଥିଲେ। ଘଟଣା ପାଇଁ ଦୁଃଖ ପ୍ରକାଶ ଓ ସମବେଦନା ଜଣାଇଥିଲେ ମହିଳା କମିଶନ ଅଧ୍ୟକ୍ଷା। ତେବେ ଦୋଷୀ ଯେପରି କଠୋର ଦଣ୍ଡ ପାଇବ ସେ ବିଷୟରେ କଥା ହୋଇଥିଲେ।
ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାର ଗୋଟିଏ ପରେ ଗୋଟିଏ ଗୁମର ଖୋଲୁ ଥିବାବେଳେ ସସ୍ପେନ୍ସ ମଧ୍ୟ ବଢ଼ିବାରେ ଲାଗିଛି। ଏବେ ମହାଲିଙ୍ଗ କଲେଜର ଲେଡିଜ ହଷ୍ଟେଲର ରୁମ୍ ନମ୍ବର ୨୦କୁ ନେଇ ଚର୍ଚ୍ଚା ଜୋର୍ ଧରିଛି। ଯୁକ୍ତ ୩ର ଲେଡିଜ୍ ହଷ୍ଟେଲର ଏହି ରୁମ୍ ନଂ ୨୦ରେ...
ନରସିଂହପୁର ଥାନାରେ ଗଣ୍ଡଗୋଳ ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରିଛି। ଗିରଫ ୩ ଜଣ ହେଲେ ନରସିଂହପୁରର ବିଜେପି ନେତା ବିଜୟ ଦଳବେହେରା, ତାଙ୍କ ଭାଇ ଓ ସହଯୋଗୀ। ଥାନା ଗେଟ୍ରେ ତାଲା ପକାଇ ଲୋକମାନେ ଧାରଣା ଦେଇଥିଲେ। ଫଳରେ ଥାନା ପରିସରରେ ଉତ୍ତେଜନା ପ୍ରକାଶ ପାଇଥିଲା।
ଶିକ୍ଷୟିତ୍ରୀ ମମିତା ମେହେର ହତ୍ୟା ମାମଲାର ଗୋଟିଏ ପରେ ଗୋଟିଏ ଗୁମର ଖୋଲୁ ଥିବାବେଳେ ସସ୍ପେନ୍ସ ମଧ୍ୟ ବଢ଼ିବାରେ ଲାଗିଛି। ମମିତାଙ୍କ ବ୍ୟାଗ୍ ସହ ମୋବାଇଲ୍କୁ ନେଇ ସସ୍ପେନ୍ସ ବଢ଼ି ଚାଲିଛି।
କରୋନା ଟିକା ନନେଇ ମଧ୍ୟ ଜଣେ ମହିଳାଙ୍କୁ ମିଳିଛି ଟିକା ନେଇଥିବାର ପ୍ରମାଣପତ୍ର। ଜଣେ ମହିଳା କରୋନାର ପ୍ରଥମ ଡୋଜ ନେଇ ନ ଥିବା ବେଳେ ତାଙ୍କୁ ମିଳିଛି ଟିକା ପ୍ରମାଣପତ୍ର। କେବଳ ସେତିକି ନୁହେଁ, ମହିଳା ଜଣକ କେବେ ଉତ୍ତରପ୍ରଦେଶ ଯାଇ ନାହାନ୍ତି। ହେଲେ ତାଙ୍କୁ ସେଠାକାର...
ହଲିଉଡ୍ ଫିଲ୍ମ ଶୁଟିଂ ସେଟ୍ରେ ଅଘଟଣ। ଲାଇଟ୍-କ୍ୟାମେରା-ଆକ୍ସନ ମଧ୍ୟରେ ଫୁଟିଲା ଗୁଳି। କ୍ଷଣିକରେ ଟଳି ପଡ଼ିଲେ ଜଣେ ଚର୍ଚ୍ଚିତ ସିନେମାଟୋଗ୍ରାଫର। ନକଲି ବନ୍ଧୁକରୁ ଗୁଳି ଫୁଟିଲା। ଆଉ ଜଣଙ୍କ ଜୀବନ ବି ଚାଲିଗଲା।
ବାରିପଦାରେ ବିଜେପି, ଜେଏମ୍ଏମ୍ କର୍ମୀଙ୍କୁ ଆକ୍ରମଣ ଘଟଣାରେ ୨ ଜଣ ବିଜେଡି କର୍ମୀଙ୍କୁ ପୋଲିସ ଗିରଫ କରିଛି। ଗିରଫ ଯୁବକଙ୍କ ମଧ୍ୟରୁ ବିଜେଡିର ଜଣେ ବରିଷ୍ଠ ନେତାଙ୍କ ପୁଅ ଥିବା ସୂଚନା ମିଳିଛି। ଏନେଇ ୪ଟି ମାମଲା ରୁଜୁ ହୋଇଛି।
ଉତ୍ତରାଖଣ୍ଡରେ ବର୍ଷା ଓ ଭୂସ୍ଖଳନରେ ମୃତ୍ୟୁ ସଂଖ୍ୟା ୬୭କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରେ ୧୨ ଜଣ ଟ୍ରେକର ଥିବା ସୂଚନା ମିଳିଛି। ଲାମ୍ଖାଗା ଗିରିପଥରେ ମୋଟ ୧୭ ଜଣ ଟ୍ରେକର ନିଖୋଜ ହୋଇଯାଇଥିଲେ।
ମମିତା ମେହେର ହତ୍ୟା ମାମଲାକୁ ନେଇ ଭୁବନେଶ୍ୱରରେ ବିଜେପି ମହିଳା ମୋର୍ଚ୍ଚା ପକ୍ଷରୁ ପ୍ରତିବାଦ କରାଯାଇଛି। ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ନାଁରେ ଏତଲା ଦେବାକୁ ମହିଳା ମୋର୍ଚ୍ଚାର ନେତ୍ରୀମାନେ କ୍ୟାପିଟାଲ ଥାନା ଭିତରକୁ ଯାଇଥିଲେ।
ଆଜି ଅପରାହ୍ଣରେ ବିଲ୍ଡିଂର ୧୯ ମହଲାରେ ପ୍ରଥମେ ନିଆଁ ଲାଗି ଯାଇଥିଲା। ଧୀରେ ଧୀରେ ଏହା ୨୦ ମହଲାକୁ ବ୍ୟାପି ଥିଲା। ଏହି ସମୟରେ ନିଆଁ କବଳରୁ ନିଜକୁ ବଞ୍ଚାଇବା ପାଇଁ ଜଣେ ବ୍ୟକ୍ତି ୧୯ ମହଲାରୁ ତଳକୁ ଡେଇଁ ପଡ଼ିଥିଲେ।
ବାରିପଦାରେ ବିଜେପି, ଜେଏମ୍ଏମ୍ କର୍ମୀଙ୍କୁ ନିସ୍ତୁକ ମାଡ଼ ମରାଯାଇଥିବା ସୂଚନା ମିଳିଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ କଳା ପତାକା ପ୍ରଦର୍ଶନ ଉଦ୍ୟମ ବେଳେ ନିସ୍ତୁକ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି।
ପ୍ରଦୀପ ମାଝି କଂଗ୍ରେସ ଛାଡ଼ିବା ଅବସରରେ କଂଗ୍ରେସ ନେତା ସୁର ରାଉତରାୟ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ‘ନିଜ ସ୍ୱାର୍ଥ ପାଇଁ ପ୍ରଦୀପ ମାଝି କଂଗ୍ରେସ ଛାଡ଼ିଛନ୍ତି। ସେ ଫେଲ୍ ମାରି ବୁଲୁଛନ୍ତି। ସେ ଯେଉଁଥିରେ ହାତ ମାରିଲେ ଫେଲ୍।
ପଞ୍ଚାୟତ ନିର୍ବାଚନ ପୂର୍ବରୁ ଭୁଶୁଡ଼ୁଛି ରାଜ୍ୟ କଂଗ୍ରେସର ଦୁର୍ଗ। ଅବିଭକ୍ତ ଗଞ୍ଜାମ ଧିରେ ଧିରେ ବିଜେଡି କବ୍ଜାକୁ ଆସି ଥିବାବେଳେ ଏବେ ଅବିଭକ୍ତ କୋରାପୁଟ ଜିଲ୍ଲାର କଂଗ୍ରେସ ଦୁର୍ଗ ନଷ୍ଟ ହେବାରେ ଲାଗିଛି।
ମମିତା ମେହେର ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଗୋବିନ୍ଦ ସାହୁର ସହଯୋଗୀ ରାଧେ ଘରୁ କିଛି ସୁରାଗ ମିଳିଛି। ରାଧେର ସ୍ତ୍ରୀ ଆଶା ଚଣ୍ଡୀ ପୋଲିସ୍ ଏହି ସୁରାଗ ହସ୍ତାନ୍ତର କରିଛନ୍ତି। ରାଧେର ଘର ଖଟ ତଳେ ଥିବା ବ୍ୟାଗକୁ ରାଧେର ସ୍ତ୍ରୀ ପୋଲିସ୍କୁ ଦେଇଛନ୍ତି।
ତୁର୍କୀର ରୁମେସା ଗେଲ୍ଗି ବିଶ୍ୱର ସବୁଠୁ ଲମ୍ଭା ମହିଳା ଭାବେ ଆଖ୍ୟା ପାଇଛନ୍ତି। ରୁମେସାଙ୍କ ଉଚ୍ଚତା ୨୧୫ ଦଶମିକ ୧୬ ସେଣ୍ଟିମିଟର। ଯାହାକି ଫୁଟରେ ୭ ଫୁଟ୍ ୭ ଇଞ୍ଚ। ବିଶ୍ୱର ସବୁଠୁ ଲମ୍ଭା ମହିଳା ଭାବେ ସେ ଗିନିଜ୍ ଓ୍ୱାର୍ଲଡ୍ ରେକର୍ଡର ଅଧିକାରିଣୀ ହୋଇ ପାରିଛନ୍ତି।
ବରିଷ୍ଠ କଂଗ୍ରେସ ନେତା ପ୍ରଦୀପ ମାଝୀ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ଦଳର ପ୍ରାଥମିକ ସଦସ୍ୟ ପଦରୁ ସେ ଇସ୍ତଫା ଦେଇଥିବା ଜଣାପଡ଼ିଛି। ଇସ୍ତଫା ନେଇ ପ୍ରଦୀପ ମାଝୀ ସୋନିଆ ଗାନ୍ଧିଙ୍କୁ ଚିଠି ଲେଖି ଜଣାଇଥିବା ସୂଚନା ମିଳିଛି।