ରାଜ୍ୟରେ ୨୪ ଘଣ୍ଟାରେ ୬୪୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ୍ରୁ ୩୮୧ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କଣ୍ଟାକ୍ସ ୨୬୮ ରହିଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୧୦୩ ଜଣ ଅଛନ୍ତି।
କଟକ ଏସ୍ସିବି ମେଡିକାଲରେ ଇକ୍ମୋ ବ୍ୟବସ୍ଥାରେ ଚିକିତ୍ସାଧୀନ ଥିବା ଜଣେ ରୋଗୀଙ୍କର ମୃତ୍ୟୁ ଘଟିଛି। ସେ ହେଉଛନ୍ତି ପ୍ରଥମ ରୋଗୀ, ଯିଏକି ଏସ୍ସିବିରେ ଇକ୍ମୋରେ ଚିକିତ୍ସାଧୀନ ଥାଇ ପ୍ରାଣ ହରାଇଛନ୍ତି। ମୃତକଙ୍କ ଘର କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪
ରାଜ୍ୟର ୨ଟି ସ୍ଥାନରୁ ପାଖାପାଖି ୯୦୦ କେଜିର ଗଞ୍ଜେଇ ଜବତ ହୋଇଛି। ଯାହାର ଆନୁମାନିକ ମୂଲ୍ୟ କୋଟିଏରୁ ଅଧିକ ଟଙ୍କା ହେବ।ମୋହନାରୁ ଗଞ୍ଜାମ ଜିଲ୍ଲାକୁ ଗଞ୍ଜେଇ ଚାଲାଣ ହେଉଥିବା ବେଳେ ପୋଲିସ୍ ଧରି ଥିବାବେଳେ କଟକ ମଙ୍ଗୁଳି ଛକରେ ଚଢ଼ାଉ କରି ଗଞ୍ଜେଇ ଜବତ ହୋଇଛି।
ଖାଲି ପଡ଼ିଥିବା ବିଭିନ୍ନ ପଦବୀ ପାଇଁ Union Public Service Commission (UPSC) ଅନ୍ଲାଇନ୍ ଆବେଦନ ଗ୍ରହଣ କରୁଛି। ଇଚ୍ଛୁକ ପ୍ରାର୍ଥୀ Online Recruitment Application ମାଧ୍ୟମରେ ORA ୱେବ୍ସାଇଟ୍ରେ ସେପ୍ଟେମ୍ବର ୩୦ ସୁଦ୍ଧା ଆବେଦନ କରିପାରିବେ।
ମୁମ୍ବାଇରେ ଜଣେ ୩୪ ବର୍ଷୀୟ ମହିଳାଙ୍କୁ ଅଟୋ ଭିତରେ ଦୁଷ୍କର୍ମ କରାଯିବା ପରେ ଅତି ନିର୍ମମ ଭାବେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଥିଲା। ଗୁରୁତର ଅବସ୍ଥାରେ ମହିଳାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।
ପୂର୍ବକେନ୍ଦ୍ରୀୟ ଓ ଏହା ତତ୍ ସଂଲଗ୍ନ ଉତ୍ତରପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଆହୁରି ଅଧିକ ଘନୀଭୂତ ହୋଇ ଉତ୍ତର ପଶ୍ଚିମ ଦିଗରେ ଗତି କରି ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଅବପାତର ରୂପ ନେବାର ସମ୍ଭାବନା ରହିଛି।
ଟପିଗଲେ ସବୁ ସୀମା, ସାଜିଲେ ପିଶାଚ। ମହିଳାଙ୍କୁ ଦୁଷ୍କର୍ମ ପରେ ଗୁପ୍ତାଙ୍ଗରେ ଲୁହା ରଡ୍ ଭର୍ତ୍ତି କରାଯାଇ ଅତି ନିର୍ମମ ଭାବେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି।
ଆଫଗାନିସ୍ତାନର ପୂର୍ବତନ ଉପ-ରାଷ୍ଟ୍ରପତି ଅମରୁଲ୍ଲା ସାଲେହଙ୍କ ବଡ଼ ଭାଇ ରୋହୁଲ୍ଲା ଅଜିଜିଙ୍କୁ ତାଲିବାନ ଆତଙ୍କୀ ପଞ୍ଜଶିରରେ ହତ୍ୟା କରିଥିବା ସୂଚନା ମିଳିଛି। ଏନେଇ ଅମରୁଲ୍ଲା ସାଲେହଙ୍କ ଭଣଜା ସ୍ପଷ୍ଟ କରିଛନ୍ତି।
୧୬ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍କୁ ପଛରେ ବାଇକ୍ ପିଟି ହେବା ଫଳରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ଜଣେ ଗୁରୁତର ଆହତ ହୋଇଛନ୍ତି। ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି।
ବିଧାନସଭା ଆଗରେ ଆତ୍ମାହୁତି ଉଦ୍ୟମ କରି ପରେ ହସ୍ପିଟାଲ୍ରେ ମୃତ୍ୟୁବରଣ କରିଥିବା କୁଜଙ୍ଗର ଦୁଷ୍ମନ୍ତ ଦାସଙ୍କ ମୃତ୍ୟୁକୁ ନେଇ ବିଜେପି ପକ୍ଷରୁ ଆନ୍ଦୋଳନ କରାଯାଇଛି।
ଟୋକିଓ ପାରା ଅଲିମ୍ପିକ୍ସରେ ସ୍ୱର୍ଣ୍ଣ ଜିତି ଦେଶକୁ ଗୌରବାନ୍ୱିତ କରିଥିବା ସୁନା ପୁଅ ପ୍ରମୋଦ ଭଗତ ଓଡ଼ିଶା ଫେରିଛନ୍ତି। ଆଜି ଅପରାହ୍ଣରେ ପ୍ରମୋଦ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ।
ଆସନ୍ତାକାଲି ଉତ୍ତର ଏବଂ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜି ରାଜ୍ୟର କିଛି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ।
ଚିକିତ୍ସା ଅବହେଳାରୁ ଆତ୍ମହତ୍ୟା ଉଦ୍ୟମ କରି ପରେ ଡାକ୍ତରଖାନାରେ ମୃତ୍ୟୁବରଣ କରିଥିବା କୁଜଙ୍ଗର ଦୁଷ୍ମନ୍ତ ଦାସ ମୃତ୍ୟୁ ଘଟଣାର ସିବିଆଇ ତଦନ୍ତ କରିବାକୁ ବିଜେପି ଦାବି କରିଛି।
ମହଙ୍ଗା ପଡ଼ିଲା ସ୍ୱିମିଂ ପୁଲ୍ରେ ମହିଳା କନଷ୍ଟେବଲଙ୍କ ସହ ପୋଲିସ୍ ବାବୁଙ୍କ ଅଶ୍ଲୀଳ କାରନାମା। ସୋସିଆଲ୍ ମିଡିଆରେ ଭିଡିଓ ଭାଇରାଲ୍ ପରେ ରାଜସ୍ଥାନ ଉଦୟପୁରର ଏକ ରିସର୍ଟରୁ ଡିଏସ୍ପି ହୀରାଲାଲ୍ଙ୍କୁ ଗିରଫ କରାଯାଇଛି।
ଶାନ୍ତିପୂର୍ଣ୍ଣ ଉପାୟରେ ଆଫଗାନିସ୍ତାନରେ ପରିସ୍ଥିତିରେ ସୁଧାର ଆଣିବା ଲାଗି ବ୍ରିକ୍ସ ସମ୍ମିଳନୀରେ ଆହ୍ୱାନ ଦିଆଯାଇଛି। ଗତକାଲି ବିଶ୍ୱର ୫ ଦେଶକୁ ନେଇ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଭିଡିଓ କନଫରେନ୍ସିଂରେ ୧୩ ତମ ବ୍ରିକ୍ସ ସମ୍ମିଳନୀରେ ଏହି ଆହ୍ୱାନ ଦିଆଯାଇଛି।
ବିଜେପି ନେତାଙ୍କ ସନ୍ଦେହଜନକ ମୃତ୍ୟୁ। ବିଜେପି ନେତା ତଥା ପୂର୍ବତନ ମନ୍ତ୍ରୀ ଆତ୍ମାରାମ ତୋମରଙ୍କ ତଣ୍ଟି ଚିପି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ଘର ଭିତରୁ ତାଙ୍କର ମୃତଦେହ ମିଳିଛି। ପୋଲିସ୍ ମୃତଦେହ ଉଦ୍ଧାର କରି ପୋଷ୍ଟମର୍ଟମ ପାଇଁ ପଠାଇଛି।
ଜମି କେଳେଙ୍କାରୀ ମାମଲାରେ ଜଣେ ତତ୍କାଳୀନ ଅତିରିକ୍ତ ତହସିଲଦାର ଓ ଦଲାଲ ସାଜିଥିବା ସ୍ୱାମୀ-ସ୍ତ୍ରୀଙ୍କୁ ଉଠାଇ ନେଲା ପୋଲିସ।ଢେଙ୍କାନାଳ ସଦର ତହସିଲ ଅନ୍ତର୍ଗତ ସାନଷାଠିଏବାଟିଆ ଜମି କେଳେଙ୍କାରୀ ମାମଲାରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।
୨୦୧୮-୧୯ ଆର୍ଥିକ ବର୍ଷ ପାଇଁ ଓଡ଼ିଶା ସରକାରଙ୍କ ଆର୍ଥିକ ପ୍ରଦର୍ଶନ ନେଇ ସିଏଜି ରିପୋର୍ଟ ପ୍ରକାଶ ପାଇଛି। ରିପୋର୍ଟରେ ରାଜ୍ୟ ସରକାରଙ୍କ ଆର୍ଥିକ ପରିଚାଳନାକୁ ନେଇ ସିଏଜି ସନ୍ତୋଷ ପ୍ରକାଶ କରିଛନ୍ତି।
ନିଯୁକ୍ତି ନାଁରେ ହଜାରେରୁ ଅଧିକ ପିଲାଙ୍କୁ ଠକିଥିବା ଅଭିଯୋଗରେ ଗିରଫ ହେଲେ ଦମ୍ପତି। ଅନୁଗୁଳ ପୋଲିସର ଏକ ସ୍ୱତନ୍ତ୍ର ଟିମ୍ ଏହି ଠକ ଦମ୍ପତିଙ୍କୁ ଗିରଫ କରିଛି। ଚିରଫ ଦମ୍ପତି ହେଲେ ରାଉରକେଲାର ଚୈତାଳି ମୁଖାର୍ଜୀ ଓ ତାଙ୍କ ସ୍ୱାମୀ ମର୍ଗଙ୍କ ଗୁପ୍ତା।