ପୁଣି ମୁଣ୍ଡ ନେଲେ ମାଓବାଦୀ। ରାୟଗଡ଼ା ଜିଲ୍ଲା ଆମ୍ବାଦଳା ଥାନା ଅନ୍ତର୍ଗତ ଟିକରପଡ଼ା ଗାଁର ଜଣେ ଗ୍ରାମରକ୍ଷୀଙ୍କୁ ମାଓବାଦୀମାନେ ହତ୍ୟା କରିଛନ୍ତି।ମାଓମାଦୀମାନେ ତାଙ୍କୁ ମାଡ଼ ମାରିବା ସହ ଗୁଳି କରି ଗାଁ ଦାଣ୍ଡରେ ହତ୍ୟା କରିଥିଲେ।
ମାସ ଆରମ୍ଭରୁ ସାଧାରଣଜନତାଙ୍କୁ ଝଟ୍କା। ପୁଣିଥରେ ସରକାରୀ ତୈଳ କମ୍ପାନୀ ଗୁଡ଼ିକ ଘରୋଇ ଏଲ୍ପିଜି ଗ୍ୟାସ୍ ସିଲିଣ୍ଡରର ଦାମ୍ ବଢ଼ାଇଛନ୍ତି। ଆଜିଠୁ ଘରୋଇ ଏଲ୍ପିଜି ଗ୍ୟାସ୍ ସିଲିଣ୍ଡର(LPG Gas Cylinder)ର ଦାମ୍ ୨୫ ଟଙ୍କା ବୃଦ୍ଧି ପାଇଛି।
ଶିକ୍ଷକ, ଶିକ୍ଷୟତ୍ରୀ ନିଯୁକ୍ତିରେ ଦୁର୍ନୀତି ହୋଇଥିବା ନେଇ ଅଭିଯୋଗ ହୋଇଛି। ଗୋଟେ କି ଦୁଇଟି ନୁହେଁ ଶହ ଶହ ଶିିକ୍ଷକଙ୍କ ନିଯୁକ୍ତି ବେଆଇନ୍ ଭାବେ ହୋଇଛି। ପ୍ରାୟ ୨୪ ବର୍ଷ ପୂର୍ବେ ସମ୍ବଲପୁର ଜିଲ୍ଲାରେ ହୋଇଥିବା ଏହି ଅନିୟମିତତାର ଗୁମର ଏବେ ଫିଟୁଛି।
ଆଜିଠୁ ଲାଗୁ ହୋଇଛି ସେପ୍ଟେମ୍ବର ମାସ ପାଇଁ ରାଜ୍ୟ ସରକାର ଜାରି କରିଥିବା କୋଭିଡ୍ ଗାଇଡଲାଇନ୍। ସୁଧୁରୁଥିବା କରୋନା ସ୍ଥିତିକୁ ଦେଖି ରାଜ୍ୟ ସରକାର ଅଗଷ୍ଟ ଅପେକ୍ଷା ସେପ୍ଟେମ୍ବର ମାସରେ କଟକଣା କୋହଳ କରିଛନ୍ତି।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪
ଚାଷୀଙ୍କୁ ସାଂଘାତିକ ଭାବେ ଠକେଇ କରାଯାଇଥିବା ଅଭିଯୋଗ ହୋଇଛି। ଚାଷୀଙ୍କୁ କିଷାନ ସଭା କାର୍ଡ ଦେଇ ସେଥିରେ ସମସ୍ତ ପ୍ରକାର ସୁବିଧା ମିଳୁଥିବା କହି ଠକେଇ ହୋଇଥିବା ଅଭିଯୋଗ ଆସିଛି।
ମାନବବାଦ ସଙ୍ଗଠନ ନାଁରେ ଗୋଟିଏ ପରେ ଗୋଟିଏ ଗୁମର ଫିଟିବାରେ ଲାଗିଛି। ମାନବବାଦ ସଙ୍ଗଠନର ଅତ୍ୟାଚାରରେ ପ୍ରାୟ ୮ ବର୍ଷ ହେଲା ଗାଁ ଛାଡି ୬ ପରିବାର ଜଙ୍ଗଲରେ ରହୁଛନ୍ତି। ଖୋର୍ଦ୍ଧା ସଦର ଥାନା ଡାଳତୋଳା ଆଦିବାସୀ ସାହିରୁ ଏଭଳି ଅଭିଯୋଗ ଆସିଛି।
ଗତ ୨୪ ଘଣ୍ଟାରେ କୋରାପୁଟରେ ୨ଟି ଦୁର୍ଘଟଣା ଘଟିଛି। ସୌଭାଗ୍ୟବଶତଃ, ଦୁର୍ଘଟଣାରେ କାହାର ମୃତ୍ୟୁ ଘଟି ନାହିଁ। ଭାରସାମ୍ୟ ହରାଇ ରାସ୍ତାକଡ଼କୁ ବସ୍ ଓଲଟି ପଡ଼ିବା ଯୋଗୁ ୪ ଜଣ ଆହତ ହୋଇଥିବା ବେଳେ ବୋଲେରୋ ଓଲଟି ୧୫ ଜଣ ଆହତ ହୋଇଛନ୍ତି।
ସମୁଦ୍ରରୁ ଅନେକ ରହସ୍ୟମୟ ଜୀବ ଠାବ ହେବା ଘଟଣା ସାମ୍ନାକୁ ଆସିଛି। ଏଭଳି ରହସ୍ୟମୟ ଜୀବ ଦୁନିଆ ସାମ୍ନାକୁ ହଠାତ୍ ଆସିଥାନ୍ତି, ଯାହାକୁ ନେଇ ବେଶ୍ ଚର୍ଚ୍ଚା ହୋଇଥାଏ। ଏମିତି କିଛି ଘଟଣା ପଞ୍ଚିମବଙ୍ଗ କୋଲକାତାରରେ ଘଟିଛି।
କଟକ SCB ମେଡିକାଲ୍ରେ ଇକ୍ମୋ ଚିକିତ୍ସା ଆରମ୍ଭ ହେବା ପରେ ଆଉ ଜଣେ ରୋଗୀ ହସ୍ପିଟାଲ୍ରେ ଭର୍ତ୍ତି ହୋଇଛନ୍ତି। ଗତକାଲି ରାତିରେ ବଲାଙ୍ଗିର ଅଞ୍ଚଳର ଜଣେ ମହିଳାଙ୍କ ଇକ୍ମୋ ଚିକିତ୍ସା ଆରମ୍ଭ ହୋଇଛି।
ହଳଦିଆପଦରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଟ୍ରେନ୍ ଧକ୍କାରେ ୩ ଜଣଙ୍କ ମୃତ୍ୟୁ ହୋଇଛି। ଲେଭଲ୍ କ୍ରସିଂ ନିକଟରେ ଏହି ଦୁର୍ଘଟଣା ଘଟିଛି। ରେଳ ଧାରଣା ଅତିକ୍ରମ କରୁଥିବା ବେଳେ ସେମାନଙ୍କୁ ଟ୍ରେନ୍ ଧକ୍କା ଦେଇଥିବା ସନ୍ଦେହ କରାଯାଉଛି।
ଟ୍ୱିନ୍ସିଟିରେ ଚାଞ୍ଚଲ୍ୟ। କଟକରେ ଜଣେ ପୂର୍ବତନ କଲେଜ ଅଧ୍ୟକ୍ଷଙ୍କୁ ଭୁଜାଲିରେ ଆକ୍ରମଣ କରାଯାଇ ହତ୍ୟା କରାଯାଇଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ଜଣେ ଯୁବକଙ୍କୁ ଛୁରୀ ଭୁସି ହତ୍ୟା କରାଯାଇଛି। ଗୋଟିଏ ଦିନରେ ଟ୍ୱିନ୍ସିଟିରେ ୨ଟି ହତ୍ୟାକାଣ୍ଡକୁ ନେଇ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି।
ଲୋକପ୍ରିୟ ଟିଭି କଳାକାର ଗୌରବ ଦୀକ୍ଷିତଙ୍କୁ ଡ୍ରଗ୍ସ ମାମଲାରେ ଗିରଫ କରାଯିବାର ଦିନକ ପରେ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ(ଏନ୍ସିବି) ଡ୍ରଗ୍ସ ମାମଲାରେ ବଲିଉଡ୍ ଅଭିନେତା ଅର୍ମାନ୍ କୋହଲିଙ୍କୁ ଗିରଫ କରିଛି।
ଫିଟୁଛି ମାନବବାଦ ସଂଗଠନର ମୁଖ୍ୟ ମାନସ ଦାସଙ୍କ ଗୋଟିକ ପରେ ଗୋଟିଏ ପଲିଟିକାଲ୍ ଲିଙ୍କ୍ ଅଭିଯୋଗ। ସରକାରୀ ଦଳ ବିଜେଡିରେ ମାନସଙ୍କ ଖୁବ ଦବ୍ଦବା ଥିବା ନେଇ ଏକାଧିକ ଭିଡିଓ ଏବେ ସାମ୍ନାକୁ ଆସିଛି।
ଚଳିତ ମାସରେ Samsung ଭାରତରେ ଏହାର ନୂଆ ବଜେଟ୍ର ସ୍ମାର୍ଟଫୋନ୍ Samsung Galaxy A03s ଲଞ୍ଚ୍ କରିଛି। ଯାହାର ଦାମ୍ ୧୫ ହଜାର ଟଙ୍କାରୁ କମ୍ ରହିଛି। ସବୁଠାରୁ ଖାସ୍ କଥା, ଏହି ଫୋନ୍ କିଣିବାକୁ ଚାହୁଁଥିବା ଗ୍ରାହକଙ୍କୁ କମ୍ପାନୀ ପକ୍ଷରୁ ଡିସ୍କାଉଣ୍ଟ ମଧ୍ୟ ଦିଆଯାଉଛି।
ଭଡ଼ା ଗାଡ଼ିରେ ଲକ୍ଷାଧିକ ଟଙ୍କା ନେଇ ଯାଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ବିଡିଓ। ବରଗଡ଼ ଜିଲ୍ଲା ବିଜେପୁର ବିଡିଓ ପଦ୍ନନାଭ ସାମନ୍ତ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଟଙ୍କାର ହିସାବ ଦେଇ ନ ପାରିବାରୁ ଭିଜିଲାନ୍ସ ଟିମ୍ ତାଙ୍କୁ ଅଟକ ରଖିଥିବା ସୂଚନା ମିଳିଛି।
ଆବାସ ଯୋଜନାର ଲାଭ ଉଠାଇ ପାରୁ ନାହାନ୍ତି ପ୍ରକୃତ ହିତାଧିକାରୀ। ଦୁଃଖ କଷ୍ଟରେ ବର୍ଷା, ଶୀତରେ ସରକାରୀ ଯୋଜନାରେ ଘର କରିବାକୁ ଦିନ ଗଣୁଛନ୍ତି ଗରିବ ଅସହାୟ ପରିବାର। ହେଲେ ସେମାନଙ୍କ ସ୍ଥାନରେ ବଡ଼ବଡ଼ିଆ ଯୋଜନାରେ ସାମିଲ ହେଉଥିବା ବେଳେ ଗରିବଙ୍କୁ ଅବହେଳା କରାଯାଉଥିବା ଅଭିଯୋଗ ହୋଇଛି।
କିଛି ଲୋକ ଟ୍ରାଫିକ ନିୟମକୁ କଡ଼ାକଡ଼ି ଭାବେ ପାଳନ କରୁଥିବା ବେଳେ ଆଉ କିଛି ଲୋକ ନିୟମ ଉଲ୍ଲଂଘନ କରୁଥିବା ଦେଖିବାକୁ ମିଳିଛି। ଏଭଳି ନିୟମ ଉଲ୍ଲଂଘନକାରୀଙ୍କୁ ଉଚିତ୍ ଦଣ୍ଡ ଦେବା ପାଇଁ ଏକ ନିଆରା କ୍ୟାମ୍ପେନ୍ ଆରମ୍ଭ ହୋଇଛି।
ଆଫଗାନିସ୍ତାନରେ ଆତଙ୍କୀଙ୍କୁ ନିପାତ କରିବା ପାଇଁ ଆଗକୁ ଆହୁରି ହେବ ଡ୍ରୋନ୍ ଆକ୍ରମଣ। ଆମେରିକାର ପ୍ରତିରକ୍ଷା ମୁଖ୍ୟାଳୟ ପେଣ୍ଟାଗନ୍ ପକ୍ଷରୁ ଏଭଳି ଚେତାବନୀ ଦିଆଯାଇଛି। କାବୁଲ ସିରିଜ ବିସ୍ଫୋରଣର ପରେ ଆମେରିକା ଡ୍ରୋନ୍ ଆକ୍ରମଣ କରିଥିଲା।
ରାଜ୍ୟରେ ନକଲି କୋଭିସିଲ୍ଡ ଟିକା ପ୍ରତି ନଜର ରଖିବାକୁ ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି। ସବୁ ଜିଲ୍ଲାପାଳମାନଙ୍କୁ ସ୍ୱାସ୍ଥ୍ୟ ବିଭାଗ ଏସିଏସ୍ ଏହି ନିର୍ଦ୍ଦେଶ ଦେଇଛନ୍ତି।