ପୂର୍ବରୁ ଗୁଣି କରୁଥିବା ଅଭିଯୋଗରେ ଉଭୟଙ୍କ ମଧ୍ୟରେ ଝଗଡ଼ା ବି ହୋଇଥିଲା। ତେବେ ଏହା ଆଜି ଉଗ୍ର ରୂପ ନେବାରୁ ଏତେ ବଡ଼ କାଣ୍ଡ ଘଟିଛି। ହତ୍ୟା ପରେ ପୋଲିସ୍ ଘଟଣାସ୍ଥଳରେ ପହଞ୍ଚି ଶବକୁ ଜବତ କରିବା ସହ ଅଭିଯୁକ୍ତକୁ ଅଟକ ରଖି ତଦନ୍ତ ଜାରି ରଖିଛି।
ମନ୍ତ୍ରୀଙ୍କ ନାଁରେ ହେଲିକପ୍ଟର ବୁକ୍ ହେଉଛି, ହେଲେ ସେଥିରେ ସଚିବ ବୁଲୁଛନ୍ତି । ତେଣୁ ଏହାର ତନ୍ନତନ୍ନ ତଦନ୍ତ ହେବା ଦରକାର । ଯେହେତୁ ରାଜ୍ୟ ସରକାର ଏହାର ତଦନ୍ତ କରିବେନି, ତେଣୁ କେନ୍ଦ୍ରୀୟ ତଦନ୍ତ ଆଡ଼କୁ ଇଶାରା ଦେଇ ସମୟ ଆସିଲେ କିଏ ତଦନ୍ତ କରିବ ଜଣାପଡ଼ିବ।
ଅଧ ଘଣ୍ଟାରୁ ଅଧିକ ସମୟ ଧରି ଚିଲିକା ମଝିରେ ଏମିତି ଡଙ୍ଗା ଫସି ରହିଛି । ମିଳିଥିବା ସୂଚନା ମୁତାବକ, ଡଙ୍ଗାରେ କିଛି ଯାନ୍ତ୍ରିକ ତ୍ରୁଟି ହୋଇଥିବା ଯୋଗୁଁ ଆଗକୁ ଆଉ ବଢ଼ି ପାରୁନି।
ଏହି ଦୁର୍ଘଟଣାର ସୂଚନା ପାଇ ଦମକଳ ବାହିନୀ, ଆମ୍ବୁଲାନ୍ସ ଓ କୋମନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କରିଥିଲେ । କିନ୍ତୁ ଉଦ୍ଧାର ବେଳକୁ ହିଁ ୨ ଜଣଙ୍କ ମୢତ୍ୟୁ ହୋଇଥିଲା।
ବିରୋଧୀ ଦଳ ନେତାଙ୍କ ପ୍ରତି ବିଜେଡି ବିଧାୟକ ଅରୁଣ ସାହୁ ଏହି ମନ୍ତବ୍ୟ ଦେଇଥିଲେ। ଅରୁଣ ସାହୁଙ୍କ ଏହି ମନ୍ତବ୍ୟ ପରେ ଗୃହ କମ୍ପିଥିଲା। ଏହା ସହ ଏହି ମନ୍ତବ୍ୟକୁ ବିବରଣୀରୁ ବାଦ୍ ଦେବାକୁ ଦାବି ହୋଇଥିଲା।
ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ପକ୍ଷରୁ ୨୦୨୩ ମେ’ ୧୯ରେ ୨୦୦୦ ଟଙ୍କିଆ ନୋଟ୍ ଅଚଳ ହୋଇଯିବ ବୋଲି ଘୋଷଣା କରାଯାଇଥିଲା । ସେପ୍ଟେମ୍ବର ୩୦ ମଧ୍ୟରେ ବଜାରରେ ଥିବା ୨ ହଜାର ଟଙ୍କିଆ ନୋଟକୁ ବ୍ୟାଙ୍କରେ ଫେରସ୍ତ କରାଯାଇପାରିବ ବୋଲି ଆରବିଆଇ ପକ୍ଷରୁ ସ୍ପଷ୍ଟ ବି କରାଯାଇଥିଲା...
ଏହି ହେଲିକପ୍ଟରଗୁଡ଼ିକ ଦୁନିଆର ସବୁଠାରୁ ଖରାପ ପାଣିପାଗସ୍ଥିତିରେ ଏହାକୁ ପରୀକ୍ଷା କରାଯାଇଛି । ସଫଳ ପରୀକ୍ଷଣ ପରେ ଭାରତୀୟ ବାୟୁସେନା ଓ ଭାରତୀୟ ସେନା ଗତ ୧୫ ମାସ ମଧ୍ୟରେ ୧୫ଟି ହେଲିକପ୍ଟରକୁ ଆଣିସାରିଛନ୍ତି ।
ମଣ୍ଡାକିଆରେ ତାଙ୍କ ବାପାଙ୍କ ଜମିରେ ସ୍କୁଲ ତିଆରି ହୋଇଛି । ସରକାରୀ ନଥିପତ୍ରରେ ବାପା ଜୟଦେବ ନାୟକଙ୍କ ନାଁ ରହିଛି । ତା’ର ଖଜଣା ନିଜେ ଦେଉଛନ୍ତି ରବୀନ୍ଦ୍ର । କିନ୍ତୁ ନିଜେ ଅସହାୟ ଭାବେ ରହୁଛନ୍ତି ।
୧୯ତମ ଏସିଆନ୍ ଗେମ୍ସରେ ଏହା ହେଉଛି ଭାରତର ନବମ ସ୍ୱର୍ଣ୍ଣ। ଏହି ଗୋଲ୍ଡ ମେଡାଲ ସହ ଭାରତର ମୋଟ୍ ପଦକ ସଂଖ୍ୟା ୩୫କୁ ବୃଦ୍ଧି ପାଇଛି । ଏହି ପଦକ ମଧ୍ୟରେ ୯ଟି ଗୋଲ୍ଡ, ୧୩ଟି ସିଲଭର୍ ଓ ୧୩ଟି ବ୍ରୋଞ୍ଜ୍ ମେଡାଲ ରହିଛି । ଏସିଆନ୍ ଗେମ୍ସର...
ସୁନୀଲ ନାହାକ ହତ୍ୟା ଘଟଣାରେ ୨ ଜଣଙ୍କୁ ଗିରଫ କରାଯାଇଛି। ତେବେ ବର୍ତ୍ତମାନ ଖଲ୍ଲିକୋଟ ବିଧାୟିକାଙ୍କ ସ୍ୱାମୀଙ୍କ ସମେତ ୪ ଜଣଙ୍କ ନାଁରେ ଏତଲା ଦାୟର ହୋଇଛି । ଅନ୍ୟପକ୍ଷରେ ଏହି ଅଭିଯୋଗ ନେଇ ଦୈତାରୀ ବେହେରାଙ୍କ କୌଣସି ପ୍ରତିକ୍ରିୟା ମିଳିପାରିନାହିଁ।
ବିରୋଧୀ ବିରୋଧ କରିବେ କିନ୍ତୁ ସରକାର ଗୃହ ଚଳାଇବା କଥା । ଗୃହ ନ ଚାଲିବା ଦୁର୍ଭାଗ୍ୟଜନକ ଓ ନିନ୍ଦନୀୟ । ଗୃହ ବନ୍ଦ ହେବାରୁ ରାଜ୍ୟ ସ୍ୱାର୍ଥ ସମ୍ବଳିତ ପ୍ରସଙ୍ଗ ଉଠି ପାରିଲାନି । ସରକାର ଭୟଭୀତ ହୋଇ ରହିଛନ୍ତି।
ପୂର୍ବରୁ ଆମର ଅନେକ ପ୍ରତ୍ୟର୍ପଣ ଅନୁରୋଧ କାନାଡା ପ୍ରତ୍ୟାଖ୍ୟାନ କରିଛି । ହରଦୀପ ନିଜ୍ଜର ହତ୍ୟା ଓ କାନାଡାର ଅଭିଯୋଗକୁ ନେଇ ମଧ୍ୟ ପ୍ରତିକ୍ରିୟା ରଖିଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର।
ନିଜକୁ ଅସୁରକ୍ଷିତ ବୋଲି କହିଲେ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର । ନିଜକୁ ଗୃହ ଓ ଗୃହ ବାହାରେ ଅସୁରକ୍ଷିତ ମନେ କରୁଥିବା କହିଲେ । ଆଜି ମୋର ସମ୍ବଲପୁର ଘର ଆଗରେ ବିକ୍ଷୋଭ କରାଯାଉଛି ।
ଆସନ୍ତା ୪ରେ ଅବସର ଗ୍ରହଣ କରିବେ ଜଷ୍ଟିସ୍ ଶୁଭାଶିଷ ତାଳପତ୍ର। ଜଷ୍ଟିସ୍ ତାଳପତ୍ରଙ୍କ ସ୍ଥାନରେ ମୁଖ୍ୟ ବିଚାରପତି ଦାୟିତ୍ୱରେ ରହିବେ ଜଷ୍ଟିସ୍ ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ।
ସରକାର ଦୁର୍ନୀତି କ୍ଷେତ୍ରରେ ଶୂନ୍ୟ ସହନଶୀଳତା ନୀତି ଆପଣାଉଥିବା ସୂଚନା ଓ ପ୍ରସାରଣ ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି। ଏଥିସହ ବିଶାଲ ଆଣିଥିବା ଅଭିଯୋଗର ତଦନ୍ତ କରିବାକୁ ବିଭାଗର ଜଣେ ବରିଷ୍ଠ ଅଧିକାରୀଙ୍କୁ ଦାୟିତ୍ବ ଦିଆଯାଇଛି।
ଜଣେ ସାଧାରଣ ବ୍ୟକ୍ତି ପାଇଁ ୮୫ ଡେସିବଲରୁ ଅଧିକ ତୀବ୍ରତାର ଶବ୍ଦ କ୍ଷତିକାରକ ହେଉଥିବା ବେଳେ, ଡିଜେ ସାଉଣ୍ଡର ମାତ୍ରା ୧୦୦ରୁ ୧୨୦ ଡେସିବଲ । ଏତେ ତୀବ୍ର ଶବ୍ଦରେ କାନ ପରଦା ଫାଟିଯିବାର ଆଶଙ୍କା ରହିଛି। କାନର ସ୍ନାୟୁ ବା ନର୍ଭ୍ ମସ୍ତିଷ୍କ ଓ ହୃତପିଣ୍ଡ ସହ...
୨୪ ଘଣ୍ଟା ଭିତରେ ଗଞ୍ଜାମ ଜିଲ୍ଲାରେ ଇଏ ଦ୍ବିତୀୟ ପଲିଟିକାଲ୍ ମର୍ଡର। ଗତରାତିରେ କୋଦଳା ଥାନା ଦାନପୁର ଗାଁ ମଝିରେ ବି ହୋଇଥିଲା ଆଉ ଏକ ଜଘନ୍ୟ ହତ୍ୟାକାଣ୍ଡ। ସେଠାକୁ ଗଣେଶ ଭସାଣ ଭୋଜି ଖାଇବାକୁ ଯାଇଥିବା ବେଳେ, ଆସ୍କା ବ୍ଲକ୍ ଅଧ୍ୟକ୍ଷାଙ୍କ ଦେଢ଼ଶୁର ସୁନୀଲ ନାହାକଙ୍କୁ ପଥର...
ଆଗକୁ ପାର୍ବଣ ପାଇଁ ସୋରୁମରେ ଭରା ମାଲ ରଖିଥିଲେ ମାଲିକ। ସୋ ରୁମର ପ୍ରଥମ ଓ ଦ୍ବିତୀୟ ମହଲାରେ ଶାଢୀ ଓ ଡ୍ରେସ୍ ମ୍ୟାଟେରିଆଲ ଥିବା ବେଳେ ତୃତୀୟ ମହଲା କପଡ଼ା ଓ ଅନ୍ୟାନ୍ୟ ସାମଗ୍ରୀ ଭରି ରହିଥିଲା। ଆଉ ଏପଟେ ବିଜୁଳି ବେଗରେ ନିଆଁ ଲାଗିବାରୁ ସାମଗ୍ରୀ...
ରତ୍ନଭଣ୍ଡାରର ଦୁର୍ବଳ ସ୍ଥିତି ଓ ଅଳଙ୍କାର ସୁରକ୍ଷା ନେଇ ଏଏସଆଇ ଓ ଶ୍ରୀମନ୍ଦିର ସେବାୟତ ଏବଂ ଭକ୍ତ ସମସ୍ତେ ଚିନ୍ତା ପ୍ରକଟ କରିଆସୁଛନ୍ତି। ୨୦୧୮ ଏପ୍ରିଲ ମାସରେ ଶେଷ ଥର ପାଇଁ ରତ୍ନଭଣ୍ଡାର ଅନୁଧ୍ୟାନ ପାଇଁ ୧୭ ଜଣିଆ ହାଇଲେବଲ୍ ଟିମ୍ ଯାଇ ଭିତର ଭଣ୍ଡାର ଚାବି ନଥିବାରୁ...
ରାଜ୍ୟ ରାଜନୀତିକୁ ପୁଣି ଫେରିଛି ୧୨ ବର୍ଷ ତଳର ଡାଲି ଦୁର୍ନୀତି ପ୍ରସଙ୍ଗ। ସେତେବେଳେ ଡାଲି ଦୁର୍ନୀତିରେ ଛନ୍ଦି ହୋଇ ମନ୍ତ୍ରୀ ପଦରୁ ବିଦା ହୋଇଥିଲେ ତତ୍କାଳୀନ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରମିଳା ମଲ୍ଲିକ। ଏବେ ସେ ବାଚସ୍ପତି। ତେଣୁ ସାଙ୍କେତିକ ଭାବେ ବାଚସ୍ପଚିଙ୍କ ଉପରକୁ...