ଭୁବନେଶ୍ୱରର ଅବସରପ୍ରାପ୍ତ ଶିକ୍ଷକ ଲକ୍ଷ୍ମୀଧର ଚହଟରାୟ ବୃଦ୍ଧ ବୟସରେ ମାତ୍ର ୩୯୯ ଟଙ୍କା ଫେରିପାଇବା ଆଶାରେ ଦୌଡ଼ୁଛନ୍ତି ଖଣ୍ଡଗିରିରେ ଥିବା ଖୋର୍ଦ୍ଧା କଞ୍ଜୁମର କୋର୍ଟକୁ । କଥା ୩୯୯ ଟଙ୍କାର ନୁହଁ । ଲଢ଼େଇ ହକ୍ର । ଝାଳବୁହା ପଇସା ଫେରି ପାଇବାର ।
ରାଜନୀତି ପଶାପାଲିରେ ପଛୁଆବର୍ଗ ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ତାଲିକାରୁ ବାଦ୍ ପଡିବା ଦେବା ପରେ ତେଜିଛି ରାଜନୀତି । ମୁହାଁମୁହିଁ ବିଜେପି-ବିଜେଡି । କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟୁଇଟ୍ କରି ରାଜ୍ୟ ସରକାରଙ୍କୁ ନିଶାନା କରିଥିବା ବେଳେ ବିଜେଡି ସଂଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସ ତାର...
ଆଧ୍ୟାତ୍ମିକତାର ସହର ପୁରୀ । ଯେଉଁଠି ଭକ୍ତଟିଏ ପାଦଦେଲେ ବିଭୋର ହୋଇଯାଏ, ମହାପ୍ରଭୁଙ୍କୁ ଦର୍ଶନ କରି ମୁକ୍ତିଲାଭ କରେ, କିନ୍ତୁ ସେହି ସହର ଏବେ ବନିଯାଇଛି ନିଶା ମାଫିଆଙ୍କ ଚରାଭୁଇଁ।
ବଡ଼ଦିନ ପାଳନ କେବଳ ଚର୍ଚ୍ଚ ଭିତରେ ସୀମିତ ରଖିବାକୁ ନିର୍ଦ୍ଦେଶ । କୋଭିଡ କଟକଣାରେ ଚର୍ଚ୍ଚାରେ ସର୍ବାଧିକ ୫୦ ଜଣଙ୍କୁ ନେଇ ବଡ଼ଦିନ ପାଳନ କରିବାକୁ କଡ଼ା ନିର୍ଦେଶ ।
ମଣ୍ଡିରେ ପଡି ରହିଛି ଶହ ଶହ ବସ୍ତା ଧାନ । ଦିନରେ ଖରା ମାଡ, ରାତିରେ ହାଡଭଙ୍ଗା ଜାଡ । ଖୋଲା ଆକାଶ ତଳେ କଷ୍ଟ ଅର୍ଜିତ ଅମଳ ଧାନକୁ ଜଗି ରହିଛି ଚାଷୀ ।
୧୨ ଦିନ ହେଲାଣି ଆନ୍ଦୋଳନରେ ବସିଛନ୍ତି ସେବା ସମବାୟ ସମିତିର ଶହ ଶହ କର୍ମଚାରୀ । ଦାବି ପୂରଣ ନହେବା ଯାଏଁ ଆନ୍ଦୋଳନରୁ ଓହରିବେନି ବୋଲି ସଫା ସଫା ଶୁଣାଇ ଦେଇଛନ୍ତି ।
ଆଜି ଅନୁଷ୍ଠିତ ରାଜ୍ୟ କ୍ୟାବିନେଟରେ ୧୩ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଗ୍ରାମାଞ୍ଚଳରେ ଲୋ-ଭୋଲଟେଜ୍ ଦୂର କରିବାକୁ ପ୍ରସ୍ତାବ ଗ୍ରହଣ କରାଯିବା ସହ ୨୬୦ କୋଟି ବ୍ୟୟରେ ୪ଟି ଜାଗାରେ ହେବ ଗ୍ରୀଡ ସବଷ୍ଟେସନ ।
ନ୍ୟାୟ ପାଇବା ଲାଗି ଲୋକ ଦୌଡ଼ି ଆସୁଛନ୍ତି । କିନ୍ତୁ ଖୋର୍ଦ୍ଧା କଞ୍ଜୁମର କୋର୍ଟ ପ୍ରାୟତଃ ଅଚଳ । ୩ ଜଣିଆ ଖଣ୍ଡପୀଠର ସଭାପତି ଓ ଜଣେ ସଦସ୍ୟଙ୍କ ପଦ ଖାଲି ପଡ଼ିଛି । ସମାନ ଅବସ୍ଥା ରାଜ୍ୟର ସବୁ କଞ୍ଜୁମର ଫୋରମ୍ରେ । ଖାଉଟି ନ୍ୟାୟ ପାଇଁ...
ଘଟଣାଦିନ ରାତିରେ କାହିଁକି ଚକ୍ରପଡ଼ାର ସେହି ଘରକୁ ଯାଇଥିଲା ଜଗନ୍ନାଥ, ତାକୁ ନେଇ ଉପୁଜିଥିଲା ବିବାଦ । ସେହି ବିବାଦରୁ ଚିତ୍ତରଂଜନଙ୍କୁ ହତ୍ୟା କରାଯାଇଥିବା କହିଛି କ୍ରାଇମବ୍ରାଞ୍ଚ ।
ରାଜ୍ୟକୁ ଘାରିଲାଣି ଓମିକ୍ରନ୍ ଚିନ୍ତା। କୋଭିଡ ନିୟମକୁ କଡାକଡି ଭାବେ ପାଳନ କରିବା ପାଇଁ ରାଜ୍ୟ ସରକାରଙ୍କ ବଡ଼ଦିନ ଓ ନୂଆବର୍ଷ ଗାଇଡଲାଇନ୍ ଜାରି କରିଛନ୍ତି ।
ଚୁକ୍ତି ଅନୁଯାୟୀ, ଦଶପଲ୍ଲାରୁ ବଲାଙ୍ଗିର ପର୍ଯ୍ୟନ୍ତ ୧୧୨ କିଲୋମିଟରକୁ ଉଭୟ ରାଜ୍ୟ ଓ କେନ୍ଦ୍ର ସରକାର ୫୦ ପ୍ରତିଶତ ଖର୍ଚ୍ଚ ବହନ କରିବା ସହିତ, ଜମି ମାଗଣାରେ ଦେବେ ରାଜ୍ୟ ସରକାର । ଏବେ ପ୍ରକଳ୍ପର ଏଷ୍ଟିମେଟ ବଢି ୩ ହଜାର ୭୯୧ କୋଟି ୬୭ ଲକ୍ଷରେ ପହଞ୍ଚିଲାଣି...
ପଞ୍ଚାୟତ ନିର୍ବାଚନ ଓବିସି ସଂରକ୍ଷଣ ପ୍ରସଙ୍ଗକୁ ନେଇ ମୁହାଁମୁହିଁ ବିଜେପି-ବିଜେଡି । ଦୁଇ ଦଳ ଭିତରେ ଆରୋପ-ପ୍ରତ୍ୟାରୋପ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିଜେଡି ସଙ୍ଗଠନ ସଂପାଦକ ପ୍ରଣବ ପ୍ରକାଶ ଦାସଙ୍କ ମଧ୍ୟରେ ଟୁଇଟର୍ ଓ୍ୱାର୍ ।
ଖଲିକୋଟ ବିଶ୍ୱବିଦ୍ୟାଳୟ ପଡ଼ିଆରେ ଚାଲିଥିବା ପଲିଶ୍ରୀ ମେଳାରେ ପ୍ରବଳ ଭିଡ଼ । ଏଠି ଲୋକେ ଏତେ ମସଗୁଲ ହେଲେ ଯେ, କରୋନା କଟକଣାକୁ ଯେପରି କାହାରି ନିଘା ହିଁ ନାହିଁ ।
ଉତ୍ତର ପ୍ରଦେଶର ଜଣେ ଅତର ବ୍ୟବସାୟୀଙ୍କ ଘରୁ ନଗଦ ୧୫୦ କୋଟି ଟଙ୍କାରୁ ଅଧିକ ଟଙ୍କା ଜବତ କରାଯାଇଥିବା ଜଣାପଡ଼ିଛି । ଏହା ଜିଏସଟି ଓ ଆୟକର ଅଧିକାରୀମାନେ କରିଛନ୍ତି ।
ବିଶ୍ୱରେ ୧୦୮ ଦେଶରେ ୧ ଲକ୍ଷ ୫୧ ହଜାର ଓମିକ୍ରନ୍ ଆକ୍ରାନ୍ତ । ଓମିକ୍ରନ୍ରେ ଆକ୍ରାନ୍ତ ହୋଇ ୨୬ ଜଣଙ୍କ ମୃତ୍ୟୁ ଘଟିଛି କହିଲେ ରାଜେଶ ଭୂଷଣ । ବ୍ରିଟେନରେ ସର୍ବାଧିକ ୯୦ ହଜାର ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହେଲେଣି । ଡେନମାର୍କରେ ୩୦ ହଜାର ଓ କାନାଡ଼ାରେ...
୨୩ ବର୍ଷର କ୍ରିକେଟ୍ କ୍ୟାରିୟରକୁ ସ୍ମରଣୀୟ ଏବଂ ସୁନ୍ଦର କରିଥିବାରୁ ସମସ୍ତଙ୍କୁ ଧନ୍ୟବାଦ ଜଣାଇଛନ୍ତି ହରଭଜନ । ୧୭ ବର୍ଷ ବୟସରେ ସେ କ୍ରିକେଟ ଖେଳିବା ଆରମ୍ଭ କରିଥିଲେ ।
୭୭ ଦିନ ପରେ ଏତେ ସଂଖ୍ୟାରେ ଆକ୍ରାନ୍ତ ଦିନକରେ ଚିହ୍ନଟ ହୋଇଛନ୍ତି । ଯାହା ପରେ ଏବେ ଟେଷ୍ଟିଂ ଓ ଟ୍ରାକିଂକୁ ଜୋରଦାର କରାଯାଇଛି ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ । ୨୪
ତାରିଣୀଙ୍କ ପୀଠରେ ନୁହଁ, ନବରଙ୍ଗପୁରର ଇଷ୍ଟଦେବୀ ମା’ ଭଣ୍ଡାର ଘରଣୀ ହୁଣ୍ଡିରେ ବି ପଡ଼ିରହିଛି ହଜାର ହଜାର ଟଙ୍କାର କଏନ୍ । ଏସବୁ କଏନ୍କୁ ବ୍ୟାଙ୍କ ନେଉନଥିବାରୁ ଅକଳରେ ପଡ଼ିଯାଇଛନ୍ତି ଏଠାକାର ପୂଜକ ।
କୋଭିଡ୍ ମହାମାରୀ ପାଇଁ ଲକଡାଉନ୍ ଓ ସଟଡାଉନ୍ ଲାଗୁ ହେବାରୁ ୨୦୧୯ ତୁଳନାରେ ୨୦୨୦ରେ ମୃତ୍ୟୁହାର ପ୍ରାୟ ୧୧ ପ୍ରତିଶତ ହ୍ରାସ ପାଇଛି ।