ପୁଣି ପାକିସ୍ତାନୀ ଆତଙ୍କୀଙ୍କ ଟାର୍ଗେଟ୍ରେ ଉରି । ୨୦୧୬ ଭଳି ପୁଣି ଏକ ଉରି ଆଟାକ୍ ପାଇଁ ହୋଇଥିଲା ଷଡ଼ଯନ୍ତ୍ର । ସହାୟତା କରିଥିଲା ପାକିସ୍ତାନ ସେନା । ହେଲେ ସବୁ ଆତଙ୍କୀ ଷଡ଼ଯନ୍ତ୍ରକୁ ପଣ୍ଡ କରିଦେଇଛି ଭାରତ । ବିପୁଳ ପରିମାଣର ଅସ୍ତ୍ରଶସ୍ତ୍ର ସହ ଜାମ୍ମୁ ଓ...
ଏସିଆ ମହାଦେଶର ସବୁଠୁ ଲମ୍ବା ସୁଡ଼ଙ୍ଗ । କାର୍ଗିଲ୍ ସୋନ୍ମାର୍ଗରେ ନିର୍ମାଣାଧୀନ ଜୋଜିଲା ଟନେଲ୍ । ଏଠି ଭୌଗଳିକ ସ୍ଥିତି ଯେତିକି ଜଟିଳ, ପ୍ରତିରକ୍ଷା ଓ ଅର୍ଥନୀତି ଦୃଷ୍ଟିରୁ ସେତିକି ଗୁରୁତ୍ୱପୂର୍ଣ୍ଣ ।
ଓଡ଼ିଶାର ବିଚ୍ଛିନ୍ନାଂଚଳରେ ଓଡିଆ ଭାଷା ପାଇଁ ଆନ୍ଦୋଳନ, ପ୍ରତିବାଦ, ଧାରଣା ଆଉ ବିକ୍ଷୋଭ । ବର୍ଷ ବର୍ଷ ଧରି ଅବହେଳିତ ଓଡ଼ିଆ ଭାଷାକୁ ଉଚିତ୍ ଅଧିକାର ଦେବାକୁ ଉଠିଛି ଦାବି । ଝାଡଖଣ୍ଡର ଷଢେଇକଳା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦେଇଛି କୋଲହାନ ଓଡ଼ିଆ ସମାଜ ।
ଛାତିଥରା ବିସ୍ଫୋରଣରେ ଉଡ଼ିଲା ବଳଙ୍ଗା ଥାନା । ଛିନଛତ୍ର ଛାତ ଓ କାନ୍ଥ, ଇତଃସ୍ତତ ଆସବାବପତ୍ର । କେତେ ଭୟଙ୍କର ଥିଲା ବ୍ଲାଷ୍ଟ, ସ୍ପଷ୍ଟ ବୟାନ କରୁଛି ଘଟଣାସ୍ଥଳ ଓ ପାରିପାର୍ଶ୍ୱିକ ପରିସ୍ଥିତି ।
ପିପିଲି ଉପନିର୍ବାଚନ ପାଇଁ ଜୋରଦାର ପ୍ରସ୍ତୁତି । ଦିନକ ପରେ ଭୋଟ ଗ୍ରହଣ ହେବାକୁ ଥିବାରୁ ବୁଥ୍ ମୁହାଁ ହୋଇଛନ୍ତି ପୋର୍ଲିଂ ପାର୍ଟି । ପୁରୀ ପେଣ୍ଠକଣ୍ଟାରେ ଲାଗି ରହିଛି ପୁଲିଂ ପାର୍ଟିଙ୍କ ଭିଡ ।
ପାଣିରେ ଭାସିଗଲା ବସ୍ । ଏହି ଦୁର୍ଘଟଣାରେ ଜଣେ ଯାତ୍ରୀଙ୍କ ମୃତ୍ୟୁ ହୋଇଛି । ମହାରାଷ୍ଟ୍ର ନାଗପୁର ଅଂଚଳର ଏହି ଘଟଣା ସ୍ଥାନୀ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇ ଦେଇଛି । ନାନ୍ଦେଡ-ନାଗପୁର ରାସ୍ତାରେ ୬ ଜଣ ଯାତ୍ରୀଙ୍କୁ ନେଇ ଏକ ବସ୍ ଯାଉଥିଲା ।
ବାୟା କଲାଣି ସୋସିଆଲ ମିଡିଆ । ବର୍ତ୍ତମାନର ଯୁବପିଢ଼ିଙ୍କୁ ସୋସିଆଲ ମିଡିଆ ଫେସ୍ବୁକ୍-ଇନ୍ଷ୍ଟାଗ୍ରାମ୍ ଆଦି ବାୟା କରୁଛି ।
ଝାଡଖଣ୍ଡରେ ଓଡ଼ିଆ ଭାଷାକୁ ଉଚିତ ଅଧିକାର ଦାବିରେ ବିଚ୍ଛିନ୍ନାଞ୍ଚଳ ଷଡେଇକଳାରେ ଲୋକଙ୍କ ଧାରଣା । ଝାଡଖଣ୍ଡରେ ଥିବା କୋଲହାନ ଓଡିଆ ସମାଜ ପକ୍ଷରୁ ଆଜି ଷଡେଇକଳା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଧାରଣା ଦିଆଯାଇଛି ।
କୋରାପୁଟ ସୁଙ୍କି ଘାଟିରେ ଭୂସ୍ଖଳନ ପରେ ଚାଲିଛି ଉଦ୍ଧାର କାର୍ଯ୍ୟ । ଏନ୍ଡିଆର୍ଏଫ୍ ଟିମ୍ ଘଟଣାସ୍ଥଳକୁ ଯାଇ ସ୍ଥିତି ଅନୁଧ୍ୟାନ ପରେ ରେସ୍କ୍ୟୁ କାର୍ଯ୍ୟ ଜୋରାଦାର ଆରମ୍ଭ ହୋଇଛି ।
ଚାନ୍ଦିପୁରରୁ ଆକାଶ ପ୍ରାଇମ୍ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ । ଚାନ୍ଦିପୁର ସ୍ଥିତ ଇଣ୍ଟିଗ୍ରେଟେଡ୍ ଟେଷ୍ଟ ରେଞ୍ଜ-ITRରୁ ଏହି ଅତ୍ୟାଧୁନିକ ମିଜାଇଲ୍ର ଆଜି ଅପରାହ୍ନ ପ୍ରାୟ ସାଢ଼େ ୪ଟା ସମୟରେ ପରୀକ୍ଷଣ କରାଯାଇଛି ।
ଉପନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗ ଭବାନୀପୁରରେ ଉତ୍ତେଜନା । ଟିଏମ୍ସି ନାଁରେ ଦୁର୍ବ୍ୟବହାର ଅଭିଯୋଗ ଆଣିଛନ୍ତି ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ଦିଲ୍ଲୀପ ଘୋଷ । ପ୍ରଚାର ବେଳେ ଟିଏମ୍ସି କର୍ମୀ ତାଙ୍କୁ ଗାଳିଗୁଲଜ ସହ ଠେଲାପେଲା କରିଥିବା ଅଭିଯୋଗ ଆଣିଛନ୍ତି ।
ମାୟାବିନୀର ଫୋନ୍ ହ୍ୟାକିଂ ଖେଳ । ITR ତଥ୍ୟ ହାସଲ ପାଇଁ ବିଦେଶରୁ ପଡୁଥିଲା ହନିଟ୍ରାପ୍ର ଫାଶ । ୫ ଅଭିଯୁକ୍ତଙ୍କୁ ରୂପଲାବଣ୍ୟରେ ବଶ କରି କଣ୍ଢେଇ ଭଳି ନଚାଉଥିବା ରହସ୍ୟମୟୀ, ମୋବାଇଲ୍ ହ୍ୟାକିଂରେ ବି ମାହିର ଥିବାର ପ୍ରମାଣ ପାଇଛି ତଦନ୍ତକାରୀ ଟିମ୍ ।
ଯୁଆଡେ ଅନାଇଲେ କାର୍ ଆଉ କାର୍ । ଆଖି ପାଉଥିବା ଯାଏଁ ଲମ୍ବିଛି ଲାଇନ୍ । ଭାରତ ବନ୍ଦ ଯୋଗୁଁ ଯାତାୟତରେ ଗୁରୁତର ବାଧା । ଏଭଳି ଚିତ୍ର ଦେଖିବାକୁ ମିଳିଛି ଦିଲ୍ଲୀ-ଗୁରୁଗ୍ରାମ ରାଜକୋରି ବର୍ଡରରେ ।
ବାତ୍ୟା ଗୁଲାବ ଗଲା । ହେଲେ ଦକ୍ଷିଣ ଓଡ଼ିଶାରେ ଦେଖାଇଛି ବର୍ଷା ଓ ପବନର କୋପ । ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ସବୁଠି ଗତକାଲିଠୁ ଲାଗି ରହିଛି ତୁହାକୁ ତୁହା ବର୍ଷା ସାଙ୍ଗକୁ ପବନ ।
ଅସିତ ତ୍ରିପାଠୀ ଭୁବନେଶ୍ୱର କ୍ଲବ ସଭାପତି ନିର୍ବାଚିତ । ବିଜୟ ପଟ୍ଟନାୟକଙ୍କୁ ୨୭୮ ଭୋଟ୍ରେ ହରାଇ ନିର୍ବାଚିତ ହୋଇଛନ୍ତି ଅସିତ ତ୍ରିପାଠୀ । ଅସିତଙ୍କୁ ୭୭୬ ଭୋଟ୍ ମିଳିଥିବା ବେଳେ ବିଜୟଙ୍କୁ ୪୯୮ ଭୋଟ୍ ମିଳିଛି ।
ପିପିଲି ଉପନିର୍ବାଚନ ଲାଗି ଆଜି ସରୁଛି ପ୍ରଚାର । ଏଥିଲାଗି ପ୍ରଚାରରେ ଜି ଜାନ୍ ଲଗାଇ ଦେଇଛନ୍ତି ତିନି ପ୍ରମୁଖ ଦଳର ପ୍ରାର୍ଥୀ । ବିଜେପି ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକ ପିପିଲିରେ ତାଙ୍କର ପ୍ରଚାର ଜୋରଦାର କରିଥିବା ବେଳେ ବିଜେଡି ପ୍ରାର୍ଥୀ ରୁଦ୍ର ମହାରଥୀ ମଧ୍ୟ ପରିଶ୍ରମ କରୁଥିବା...
ମାଲକାନଗିରିରେ ଏବେ ବି ପ୍ରବଳ ବର୍ଷା ଜାରି ରହିଛି । ଏମ୍ଭି ୯୬ ବ୍ରିଜ୍ ଉପରେ ୨ ଫୁଟର ପାଣି ଚାଲୁଥିବାରୁ ମାଲକାନଗିରି-ମୋଟୁ ମଧ୍ୟରେ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି । ରାସ୍ତାରେ ପାଣି ଚାଲୁଥିିବାକୁ ଉଭୟ ପାର୍ଶ୍ୱରେ ଗାଡ଼ିଗୁଡିକ ଅଟକି ରହିଛି । ପୋଲିସ କର୍ମଚାରୀ ଉଭୟ ପାର୍ଶ୍ୱରେ ଜଗିରହିଛନ୍ତି...
ବାତ୍ୟା ଗୁଲାବକୁ ନେଇ SRC ପ୍ରଦୀପ ଜେନାଙ୍କ ସୂଚନା । ଆନ୍ଧ୍ର ଶ୍ରୀକାକୁଲମର ସନ୍ଥଗୁଡ଼ାରେ ଲ୍ୟାଣ୍ଡଫଲ୍ କରିଛି ଗୁଲାବ । ଶ୍ରୀକାକୁଲମରେ ବର୍ତ୍ତମାନ ୭୦ କିମି ବେଗରେ ପବନ ବହୁଛି । ଓଡ଼ିଶାରେ ବର୍ତ୍ତମାନ ସୁଦ୍ଧା ବିଶେଷ ପ୍ରଭାବ ପଡ଼ିନି ।
ସଂଯୁକ୍ତ କୃଷକ ମୋର୍ଚ୍ଚା ପକ୍ଷରୁ ଆସନ୍ତାକାଲି ଦିଆଯାଇଛି ଭାରତ ବନ୍ଦ ଡାକରା । ସକାଳ ୬ଟାରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନ୍ଦ ପାଳନ ପାଇଁ ଦେଶବ୍ୟାପୀ ଆହ୍ୱାନ ଦେଇଛି କିଷାନ ମୋର୍ଚ୍ଚା ।
ଟଳିଲା ବାତ୍ୟା ଭୟ । ଓଡ଼ିଶାରେ ନାହିଁ ବାତ୍ୟା ପ୍ରଭାବ । ଉପକୂଳ ଅତିକ୍ରମ କଲା ବାତ୍ୟା ଗୁଲାବ । ଉତ୍ତର ଆନ୍ଧ୍ର ଓ ଦକ୍ଷିଣ ଓଡ଼ିଶା ଉପକୂଳ ଅତିକ୍ରମ କଲା ଗୁଲାବ ।