ବର୍ଷା ଅଭାବରୁ ପୁଣି ଏକ ପ୍ରାକୃତିକ ଦୁର୍ବିପାକର ସାମ୍ନା କରିବାକୁ ଯାଉଛି ଓଡ଼ିଶା । ୩୦ ଜିଲ୍ଲାରୁ ୨୭ ଜିଲ୍ଲାରେ ଆସନ୍ନ ମରୁଡ଼ିର ପଦଧ୍ୱନି । ରାଜ୍ୟରେ ସ୍ୱାଭାବିକଠାରୁ ୩୦ ପ୍ରତିଶତ କମ୍ ବର୍ଷା ହୋଇଥିବା ବେଳେ ଯାଜପୁର, ଭଦ୍ରକ, ଅନୁଗୁଳ, ବଲାଙ୍ଗୀରର ଓ କେନ୍ଦୁଝରରେ ସାଙ୍ଘାତିକ ସ୍ଥିତି...
ଦୀର୍ଘ ଦିନ ଧରି ପଡ଼ି ରହିଥିବା ଖୋର୍ଦ୍ଧା-ବଲାଙ୍ଗୀର ରେଳ ଲାଇନକୁ ଖୁବଶୀଘ୍ର ସଂପୂର୍ଣ୍ଣ କରିବାକୁ ପ୍ରତିଶ୍ରୁତି ଦେଇଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ । ଜୁନାଗଡ଼-ନବରଙ୍ଗପୁର, ଧର୍ମଗଡ଼କୁ ସଂପ୍ରସାରଣ ସହିତ ବିଭିନ୍ନ ଷ୍ଟେସନର ମଧ୍ୟ ଉନ୍ନତି ପାଇଁ ପଦକ୍ଷେପ ନିଆଯାଉଥିବା ସେ କହିଛନ୍ତି ।
ପଟିଆସ୍ଥିତ RMD ଡିଗ୍ରୀ କଲେଜର ରୋଭରସ, ରେଞ୍ଜର୍ସ ଛାତ୍ରୀଙ୍କ ପକ୍ଷରୁ ନିଆରା ରକ୍ଷା ବନ୍ଧନ ଉତ୍ସବ ପାଳିତ । ବିଭିନ୍ନ ପ୍ରକାର ମଞ୍ଜିରେ ଏମାନେ ରାକ୍ଷୀ ପ୍ରସ୍ତୁତ କରିଥିଲେ ।
ଆଉ ପାଦେ ଆଗେଇଲା ଭୁବନେଶ୍ୱର ଏମ୍ସ । ଭୁବନେଶ୍ୱର ଏମ୍ସରେ ଆରମ୍ଭ ହେଲା ଆଡଭାନ୍ସଡ ମୋଲିକ୍ୟୁଲାର ଡାଇଗ୍ନୋଷ୍ଟିକ ସେଣ୍ଟର ।ଇଣ୍ଡିଆନ କାଉନସିଲ ଅଫ୍ ମେଡିକାଲ୍ ରିସର୍ଚ୍ଚ ବା ICMR ପକ୍ଷରୁ ଏହି କେନ୍ଦ୍ର ଆରମ୍ଭ କରାଯାଇଛି ।
ପୁଣି ଡରାଇଲେ ମାଓବାଦୀ । ଚାରିଆଡ଼େ ମାରିଲେ ବ୍ୟାନର ପୋଷ୍ଟର । ପ୍ରଶାସନକୁ ଦେଲେ ଚେତାବନୀ । ନବରଙ୍ଗପୁର ଝରିଗାଁ-ଚନ୍ଦାହାଣ୍ଡି ରାଜ୍ୟ ରାଜପଥରେ ଥିବା ସିଙ୍ଗାଡି ଘାଟି ଠାରେ ମାଓ ପୋଷ୍ଟର ଓ ବ୍ୟାନର ।
ସିଲ୍ ହେଲା ବାର୍ । ସଟ୍ଡାଉନ୍ ନିୟମ ଭାଙ୍ଗି ବାର୍ ଚଲାଇଥିବାରୁ ସିଲ୍ କଲା ବିଡିଏ । ସପ୍ତାହନ୍ତ ସଟ୍ଡାଉନ୍ ସମୟରେ ବାର୍ ବନ୍ଦ ରଖିବାକୁ ନିୟମ ଥିବା ବେଳେ ଏହାକୁ ଖାତିର ନକରି ବାର୍ ଖୋଲାଯାଇଥିଲା ।
ସ୍ମାର୍ଟ ହେଲ୍ଥ କାର୍ଡ ପରେ ସ୍ମାର୍ଟ ସ୍କୁଲ୍ । ପଞ୍ଚାୟତ ନିର୍ବାଚନୀ ହାଓ୍ୱା ଯେତିକିି ବଢୁଛି ପ୍ରଚାର ବି ସେତିକି ବେଗ ଧରୁଛି । ଆଜି ମୁଖ୍ୟମନ୍ତ୍ରୀ ନିଜ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିକାଟୁର ହିଞ୍ଜିଳି ଓ ଶେରଗଡ ବ୍ଲକ୍ର ୫୦ଟି ସ୍କୁଲ୍କୁ ସ୍ମାର୍ଟ ସ୍କୁଲ୍ ଭାବେ ଉଦଘାଟନ କରିଛନ୍ତି...
ACF ସୌମ୍ୟରଂଜନ ମୃତ୍ୟୁ ମାମଲାରେ ଘାଣ୍ଟୁଛି କ୍ରାଇମବ୍ରାଞ୍ଚ । ୧୩ ଜଣଙ୍କୁ ପଚରାଉଚରା ପରେ ଶେଷରେ ପ୍ରଶ୍ନ ଜାଲରେ ଛନ୍ଦିଛି ଡିଏଫ୍ଓ ସଂଗ୍ରାମ କେଶରୀ ବେହେରାଙ୍କୁ ।
ନିଜ ଜୀବନକୁ ବାଜି ଲଗାଇ ଦେଶ ପାଇଁ ସୀମାରେ ଦିନ ରାତି ଜଗୁଛନ୍ତି ଯବାନ । ହେଲେ ଏପଟେ ନିଜ ପରିବାର ଅସୁରକ୍ଷିତ । ଏକ ଜମିଜମା ବିବାଦକୁ ନେଇ ପଡ଼ୋଶୀଙ୍କ ନିର୍ଯାତନା ଓ ପୋଲିସ ବିରୋଧରେ ନାଲିଆଖି ଅଭିଯୋଗ ଆଣିଛନ୍ତି ଜଣେ ଯବାନ ।
ଦିଲ୍ଲୀରେ ପ୍ରବଳ ବର୍ଷା । ରାସ୍ତା ଘାଟରେ ସତେ ଯେମିତି କୃତ୍ରିମ ବନ୍ୟା । ଗତ ୨୪ ଘଣ୍ଟା ଧରି ଲଗାଣ ବର୍ଷା ଫଳରେ ଦିଲ୍ଲୀ ଓ ଏନ୍ସିଆରରେ ପାଣି ଜମି ରହି କୃତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି ।
ମାଷ୍ଟରକ୍ୟାଣ୍ଟିନସ୍ଥିତ ଐତିହ୍ୟ ଘୋଡ଼ା ଚତୁଃପାର୍ଶ୍ୱରେ ସୌନ୍ଦର୍ଯ୍ୟକରଣ ପାଇଁ ମୂର୍ତ୍ତି ସ୍ଥାନାନ୍ତର ବେଳେ ଭାଂଗିଗଲା ନର୍ତ୍ତକୀ ମୂର୍ତ୍ତି । ଏହାର ପ୍ରତିବାଦ କରି ଆଜି ଘୋ଼ଡା ଏବଂ ଯୋଦ୍ଧା ମୂର୍ତ୍ତି ତଳେ ବିକ୍ଷୋଭ ଏବଂ ଧାରଣା ଦିଆଯାଇଥିଲା ।
ଖୁବଶୀଘ୍ର ଓଡ଼ିଶାକୁ ମିଳିବ ରୁଷାର ବକେୟା ଅର୍ଥ । ରାଜ୍ୟରେ ଉଚ୍ଚଶିକ୍ଷା ଓ ଗଣଶିକ୍ଷା ବିଭାଗର ସ୍ଥିତିି ନେଇ ଆଜି ସମୀକ୍ଷା କରିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏଥିସହ ଜାତୀୟ ଶିକ୍ଷାନୀତି ଉପରେ ମଧ୍ୟ ଆଲୋଚନା ହୋଇଛି ।
ଦେଖୁ ଦେଖୁ ଆଖି ଆଗରେ ଧସିଲା ପାହାଡ଼ । ଅଳ୍ପକେ ବର୍ତ୍ତିଗଲେ ବସ୍ ଯାତ୍ରୀ । ଏମିତି ଏକ ଛାତିଥରା ଦୁର୍ଘଟଣା ଦେଖିବାକୁ ମିଳିଛି ଉତ୍ତରାଖଣ୍ଡର ନୈନିତାଲରେ । ସେଠାକାର ପାହାଡ଼ିଆ ରାସ୍ତାରେ ଏକ ବସ୍ ଅନେକ ଯାତ୍ରୀଙ୍କୁ ନେଇ ଯାଉଥିବାବେଳେ ହଠାତ୍ ଧସିଲା ପାହାଡ଼ ।
ସାରା ଓଡ଼ିଶାରେ ଏବେ ଅଶ୍ୱିନୀ କ୍ରେଜ୍ । ତାଙ୍କ କମନମ୍ୟାନ୍ ଅନ୍ଦାଜ ଏବେ ସବୁରିଙ୍କ ମୁହଁରେ । ତେବେ କେନ୍ଦ୍ର ରେଳମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ସେ ବିଜେପିର ଜନ ଆଶୀର୍ବାଦ ଯାତ୍ରାରେ ସାମିଲ ହେବା ପାଇଁ ଓଡ଼ିଶା ଆସିଛନ୍ତି ।
ଆଫଗାନିସ୍ତାନର ରାଜଧାନୀ କାବୁଲରେ ୧୫୦ ଜଣ ଭାରତୀୟଙ୍କୁ ଅପହରଣ କରାଯାଇଥିବା ଖବର ମିଛ । ଏନେଇ ଭାରତ ସରକାରଙ୍କ ସହ ଯୋଗାସୂତ୍ର ରଖୁଥିବା ସଂସ୍ଥା ସୂଚନା ଦେଇଛି ।
ତାଲିବାନର ଦୋମୁହାଁ ନୀତି । କଥା ଗୋଟିଏ କାମ ଆଉ ଗୋଟିଏ । ଆଫଗାନିସ୍ତାନ ଦଖଲ ପରେ ବିଶ୍ୱବାସୀଙ୍କୁ ଭୁତାଇବାକୁ ଦୁଇ ଦିନ ତଳେ ସଂଗଠନର ମୁଖପାତ୍ର ଜବିବୁଲ୍ଲା ମୁଜାହିଦ୍ କହିଥିଲେ, କାହା ପ୍ରତି ଏ ସଂଗଠନ ପ୍ରତିଶୋଧ ପରାୟଣ ହେବନି ।
ତାଲିବାନ ରାଜୁତିରେ ଆତଙ୍କବାଦୀଙ୍କ ନିରାପଦ ଆଶ୍ରୟସ୍ଥଳ ପାଲଟିବନି ତ ଆଫଗାନିସ୍ତାନ ? ତାଲିବାନର ପୃଷ୍ଠପୋଷକତାରେ ସାରା ବିଶ୍ୱପ୍ରତି ବିପଦ ସୃଷ୍ଟି କରିବେନି ତ ଆତଙ୍କୀ ?
୧୯୯୯ ଇଣ୍ଡିଆନ ଏୟାରଲାଇନ୍ସ ବିମାନ ଅପହରଣ ଘଟଣା ଭାରତୀୟଙ୍କ ମନରେ ତାଜା ହୋଇଯାଇଛି ।
ଆଫଗାନିସ୍ତାନରେ ଘରକୁ ଘର ବୁଲି ଲୋକଙ୍କୁ ଧମକ ଦେଉଛି ତାଲିବାନ । ଯେଉଁମାନେ ଆମେରିକାର ସେନାକୁ ସହଯୋଗ କରୁଛନ୍ତି ସେମାନଙ୍କୁ ଚେତାବନୀ ଦେବା ସହ ହତ୍ୟା କରୁଥିବା ସୂଚନା ରହିଛି ।
ଓଡ଼ିଶା ଗସ୍ତରେ ଥିବା କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ କମନ୍ମ୍ୟାନ୍ ଅନ୍ଦାଜ । ଟ୍ରେନ୍ରେ ଯାତ୍ରୀଙ୍କ ସହ ମିଶି ଗପିଲେ, ଆଦିବାସୀଙ୍କ ସହ ନାଚଗୀତ କଲେ, ଚାହା ବିସ୍କୁଟ୍ ଖାଇ ମୋବାଇଲ୍ରେ ଅନ୍ଲାଇନ୍ ପେମେଣ୍ଟ ବି କଲେ ।