ରାଜ୍ୟରେ ଆସନ୍ତା ୩ ଦିନ ଯାଏଁ ବର୍ଷା ଓ ବଜ୍ରପାତ ସମ୍ଭାବନା । ୧୯ଟି ଜିଲ୍ଲାକୁ ପାଣିପାଗ ବିଭାଗର ୟେଲୋ ୱାର୍ଣ୍ଣିଂ ଜାରି । ଏହି ଜିଲ୍ଲା ଗୁଡ଼ିକ ହେଲା କୋରାପୁଟ, ମାଲକାନଗିରି, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ ଓ ବୌଦ୍ଧ ।
ଦେଶରେ କରୋନା ସ୍ଥିତି ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ମଧ୍ୟ ପ୍ରେସମିଟ୍ କରି ସୂଚନା ଦେଇଛି । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରାଳୟ ଅନୁଯାୟୀ, ୧୧ଟି ରାଜ୍ୟର ୪୪ଟି ଜିଲ୍ଲାରେ ପଜିଟିଭିଟି ହାର ୧୦ ପ୍ରତିଶତ ରହିଛି ।
ଗୋଟିଏ ପଟେ ରାଜ୍ୟରେ ୩ ବର୍ଷରୁ ଅଧିକ ସମୟ ହେବ ପୌର ନିର୍ବାଚନ ବିଳମ୍ବ ହେଲାଣି । ସେକଥା ଭାବିବାକୁ ସରକାରଙ୍କ ପାଖରେ ସମୟ ନଥିବା ଭଳି ଦେଖାଯାଉଛି ।
ସ୍କୁଲ୍ ଓ କଲେଜ ପରେ କାଲିଠୁ ଖୋଲୁଛି ରାଜ୍ୟର ସବୁ ବୈଷୟିକ ଶିକ୍ଷାନୁଷ୍ଠାନ । ଏଥିପାଇଁ କ୍ୟାମ୍ପସ୍କୁ ବିଶୋଧନ ସହ ଛାତ୍ରଛାତ୍ରୀଙ୍କୁ ସଂକ୍ରମଣମୁକ୍ତ ପରିବେଶରେ ରଖିବାକୁ ସବୁ ପ୍ରକାର ପଦକ୍ଷେପ ନେଇଛନ୍ତି ସମସ୍ତ ଶିକ୍ଷାନୁଷ୍ଠାନ ।
ରାଜ୍ୟରେ ପ୍ରଧାନମନ୍ତ୍ରୀ ଆବାସ କେଳେଙ୍କାରୀକୁ ନେଇ ଜାରି ରହିଛି ରାଜନୈତିକ ଘମାସାନ । ଯୋଜନାରେ ଘୋଟାଲାକୁ ନେଇ ବିରୋଧୀ ଖଡ୍ଗହସ୍ତ ।
ସାରା ଦେଶରେ ଏବେ ବି କରୋନା ଭୟ ସମସ୍ତଙ୍କୁ ଘାରିଛି । କରୋନା ମୁକାବିଲା ପାଇଁ ସବୁ ରାଜ୍ୟ ସରକାର ପ୍ରସ୍ତୁତ ରହିଛନ୍ତି । ଏମିତିକି ବିଶେଷଜ୍ଞଙ୍କ କହିବାନୁଯାୟୀ, ତୃତୀୟ ଲହର ଆସିବାର ସମ୍ଭାବନା ଥିବାରୁ ରାଜ୍ୟ ସରକାର ମାନେ ମଧ୍ୟ ମୁକାବିଲା କରିବାକୁ ପ୍ରସ୍ତୁତ ରହିଛନ୍ତି ।
ବୋଧ ହୁଏ ଏହା ଦୁନିଆର ସବୁଠୁ ଛୋଟ ନଦୀ । ଯାହାକି ମାତ୍ର ୪ରୁ ୫ଟି ଘର ପର୍ଯ୍ୟନ୍ତ ପ୍ରବାହିତ ହୋଇଛି । ଏହାର ଲମ୍ବା ଏତିକି ରହିଛି ଯେ, ଆପଣ ଜାଣିଲେ ଆଶ୍ଚର୍ଯ୍ୟ ହେବେ ।
ଭାରତର ସ୍ୱାଧୀନତା ଦିବସ ଏକ ଜାତୀୟ ଦିବସ । ୧୯୪୭ ମସିହାରେ ଭାରତ ଫିରିଙ୍ଗି ଶାସନରୁ ମୁକ୍ତ ହୋଇଥିଲା । ଆଉ ତା’ପରେ ସ୍ୱତନ୍ତ୍ର ଗଣରାଜ୍ୟରେ ପରିଣତ ହେଲା ।
ଆଫ୍ଗାନିସ୍ତାନରୁ ଆମେରିକା ନିଜ ସୈନ୍ୟମାନଙ୍କୁ ପ୍ରତ୍ୟାହାର କରିନେଇଛି । ଏହା ସମସ୍ତେ ଜାଣନ୍ତି । ଏହାପରେ ଅନେକ ଆଲୋଚନା ଆଉ ସମାଲୋଚନା ମଧ୍ୟ ହୋଇଥିଲା ।
ଅଲିମ୍ପିକ ସ୍ୱର୍ଣ୍ଣ ବିଜୟୀ ନୀରଜ ଚୋପ୍ରାଙ୍କ ରହିଛି ଭୁବନେଶ୍ୱର ଲିଙ୍କ୍ । ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଅଭ୍ୟାସ କରିଥିଲେ ନୀରଜ । ନୀରଜଙ୍କ ସହ ପୂରା ଜାଭେଲିନ୍ ଟିମ୍ କଳିଙ୍ଗ ଷ୍ଟାଡିୟମରେ ଥିଲେ ।
ଟୋକିଓ ଅଲିମ୍ପିକ୍ସରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ ପଦକ ଉପହାର ଦେଲେ ନୀରଜ ଚୋପ୍ରା । ଜାଭେଲିନ୍ ଥ୍ରୋ ପ୍ରତିଯୋଗିତାରେ ବିଜୟୀ ହୋଇ ନୀରଜ ପାଇଛନ୍ତି ସ୍ୱର୍ଣ୍ଣ ପଦକ ।
ଭାରତ ପାଇଁ ଇତିହାସ ରଚିଲେ ନୀରଜ ଚୋପ୍ରା । ପ୍ରଥମ ଥର ପାଇଁ ଆଥଲେଟିକ୍ସରେ ଭାରତ ଜିତିଲା ସ୍ୱର୍ଣ୍ଣ । ଗତ ୧୦୦ ବର୍ଷ ମଧ୍ୟରେ ଆଥଲେଟିକ୍ସରେ ଭାରତ ଜିତିନଥିଲା ସ୍ୱର୍ଣ୍ଣ ।
ଭାରତକୁ ମିଳିଲା ପ୍ରଥମ ସ୍ୱର୍ଣ୍ଣ । ଟୋକିଓରେ ଇତିହାସ ରଚିଲା ଭାରତ । ଟୋକିଓ ଅଲିମ୍ପିକ୍ସରେ ଭାରତକୁ ପ୍ରଥମ ସ୍ୱର୍ଣ୍ଣ ପଦକ ଉପହାର ଦେଲେ ନୀରଜ ଚୋପ୍ରା ।
ଭାରତକୁ ଆଉ ଏକ ପଦକ ଉପହାର । ରେସଲିଂରେ ମିଳିଲା ଆଉ ଏକ ବ୍ରୋଞ୍ଜ ପଦକ । ରେସଲର ବଜରଙ୍ଗ ପୁନିଆ ଜିତିଲେ ବ୍ରୋଞ୍ଜ ପଦକ । ୬୫ କେଜି ବର୍ଗରେ କାଜାକସ୍ଥାନ ପ୍ରତିଦ୍ୱନ୍ଦ୍ୱୀଙ୍କୁ ହରାଇ ବଜରଙ୍ଗ ପୁନିଆ ଭାରତକୁ ବ୍ରୋଞ୍ଜ ପଦକ ଉପହାର ଦେଇଛନ୍ତି ।
ରାଜ୍ୟରେ ଏବେ ପାଖାପାଖି ହଜାରେ ଡେଙ୍ଗୁ ରୋଗୀ ରହିଛନ୍ତି । ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ଏହି ସୂଚନା ଦେଇଛନ୍ତି । ତେବେ ହଜାରେ ଭିତରୁ କେବଳ ଭୁବନେଶ୍ୱର ମହାନଗର ନିଗମରୁ ୭୧୪ କେସ୍ ରହିଛି ।
‘ମୁମ୍ବାଇର ୪ ସ୍ଥାନରେ ହେବ ବୋମା ମାଡ଼’ । ଏଭଳି ଏକ ଫୋନ୍ କଲ୍ ଆସିଥିଲା ମୁମ୍ବାଇ ପୋଲିସକୁ । ଆଉ ତାପରେ ଚାରିଆଡ଼େ ଖେଳିଯାଇଥିଲା ଆତଙ୍କ । ଗତକାଲି ରାତିରେ ଏଭଳି ଏକ ଘଟଣା ସମସ୍ତଙ୍କୁ ଚିନ୍ତାରେ ପକାଇଥିଲା ।
ସରିଲା ରିମାଣ୍ଡ । କଣ ନୂଆ ତଥ୍ୟ ପାଇଲା ଭିଜିଲାନ୍ସ ? ଏଭଳି ପ୍ରଶ୍ନ ଏବେ ସମସ୍ତଙ୍କ ମନରେ । କାରଣ OSSC ନିଯୁକ୍ତିରେ ଅନିୟମିତତା ଅଭିଯୋଗ ହେବା ପରେ ଏବେ ସମସ୍ତଙ୍କ ନଜର ପିଏସ୍ ବିରଞ୍ଚି ସାହୁଙ୍କ ଉପରେ ।
‘କୋଟିଆ ଭିତରେ ପଶିଲେ ପିଟିବୁ’ । ଏଭଳି ଚେତାବନୀ ଦେଇଛନ୍ତି ପଟାଙ୍ଗି ବିଧାୟକ । ଆନ୍ଧ୍ର ଯଦି ଓଡ଼ିଶା ଭିତରେ ପଶି କୋଟିଆ ଉପରେ ନଜର ପକାଏ ତେବେ ସେମାନଙ୍କୁ ଉଚିତ୍ ସାସ୍ତି ସହ ପିଟିବେ ବୋଲି ଧମକ ଦେଇଛନ୍ତି ବିଧାୟକ ।
ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦର ଘରୋଇକରଣ ଯୋଜନାକୁ କଂଗ୍ରେସର ବିରୋଧ । ଓଡିଶା ଯୁବ କଂଗ୍ରେସର ପକ୍ଷରୁ ଏହାକୁ ବିରୋଧ କରି ଧାରଣା ଦିଆଯାଇଛି ।
ପୁଣି ସାମ୍ନାକୁ ଆସିଲା ଚାଷୀ ଆତ୍ମହତ୍ୟା ଘଟଣା । ସମ୍ବଲୁପର ଜିଲ୍ଲାରେ ଜଣେ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ । ଧନକଉଡ଼ା ବ୍ଲକ୍ କୁଦଗୁଣ୍ଡେରପୁର ଗାଁରେ ଜଣେ ଚାଷୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି ।