ଆଜି ସକାଳ ୮ଟାରୁ ଭୁବନେଶ୍ବରରେ ବିମାନସେବା ସ୍ବାଭାବିକ ହେବ । ଭୁବନେଶ୍ବର ବିମାନବନ୍ଦର କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ଜାରି ।
Cyclone Dana: ମଧ୍ୟରାତ୍ରରୁ ତାଣ୍ଡବ ରଚିଥିବା ବାତ୍ୟା ଦାନା ବହୁ ଅଞ୍ଚଳରେ ନିଜର ତାଉ ଦେଖାଇଛି। ଏବେ ଶେଷ ପର୍ଯ୍ୟାୟରେ ରହିଛି ଭୀଷଣ ବାତ୍ୟା ଦାନାର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା।
ଏବେ ପାରାଦୀପ ଠାରୁ ୮୦ କିଲୋମିଟର ଏବଂ ଧାମରା ଠାରୁ ୧୧୦ କିଲୋମିଟର ଦୂରରେ ରହିଛି ଏହି ସାମୁଦ୍ରିକ ଝଡ଼ । ଘଣ୍ଟାକୁ ୧୦ରୁ ୧୨ କିମି ବେଗରେ ଆଗକୁ ବଢୁଛି ।
ମୋଦି ଟେଲିଫୋନ ଯୋଗେ ମୁଖ୍ୟମନ୍ତ୍ରୀଙ୍କ ସହ ଓଡ଼ିଶାରେ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ସଂପର୍କରେ ଆଲୋଚନା କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ରାଜ୍ୟରେ ଚାଲିଥିବା ଲୋକଙ୍କ ସ୍ଥାନାନ୍ତର ପ୍ରକ୍ରିୟା ସଂପର୍କରେ ବିସ୍ତୃତ ସୂଚନା ଦେଇଥିଲେ।
ଜଷ୍ଟିସ ସଞ୍ଜୀବ ଖାନ୍ନା ସୁପ୍ରିମକୋର୍ଟର ପରବର୍ତ୍ତୀ ପ୍ରଧାନ ବିଚାରପତି । ସଞ୍ଜୀବ ଖାନ୍ନାଙ୍କୁ ନିଯୁକ୍ତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।
ବାତ୍ୟା ସ୍ଥଳଭାଗ ଅତିକ୍ରମ କଲା ପରେ ଏହା କ୍ରମଶଃ ଦୁର୍ବଳ ହୋଇ ଡିପ୍-ଡିପ୍ରେସନ ଓ ଲଘୁଚାପରେ ପରିଣତ ହୋଇ ଅଧାରୁ ଅଧିକ ଓଡ଼ିଶାକୁ ଗ୍ରାସିବ।
ଆଜି ଲୋକସେବା ଭବନରେ SRC, ରାଜସ୍ବମନ୍ତ୍ରୀଙ୍କ ସମେତ ବରିଷ୍ଠ ଅଧିକାରୀଙ୍କ ସହ ବାତ୍ୟା ମୁକାବିଲା ନେଇ ରାଜ୍ୟ ସରକାରଙ୍କ ପଦର୍କ୍ଷେପ ଉପରେ ସମୀକ୍ଷା କରିଛନ୍ତି ସିଏମ୍ ।
Cyclone Dana: କେନ୍ଦ୍ରାପଡ଼ା ରାଜନଗରରେ ଦେଖାଦେଇଛି ଗ୍ୟାସ୍ ସିଲିଣ୍ଡର୍ ସଙ୍କଟ l ଲୋକଙ୍କ ଭିତରେ ସିଲିଣ୍ଡର୍ ନେଇ ଘରେ ରଖିବାକୁ ଲାଗିଛି ଯେମିତି ପ୍ରତିଯୋଗିତା ।
୬୭ କର୍ପୋରେଟରଙ୍କୁ ନେଇ ମେୟରଙ୍କ ଅଧ୍ୟକ୍ଷତାରେ ବୈଠକ ହୋଇଛି । ବାତ୍ୟା ମୁକାବିଲା ପାଇଁ ରାଜଧାନୀରେ ୮୦ରୁ ଉର୍ଦ୍ଧ୍ବ ଆଶ୍ରୟସ୍ଥଳୀ କରାଯାଇଥିବା ମେୟର କହିଛନ୍ତି ।
ଚୀନ୍ ରାଷ୍ଟ୍ରପତି ସି-ଜିନ ପିଙ୍ଗଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଦୀର୍ଘ ୫ ବର୍ଷ ପରେ ଉଭୟ ଶୀର୍ଷ ନେତାଙ୍କ ସାକ୍ଷାତ ହୋଇଛି ।
ସୁଭଦ୍ରା ଯୋଜନାରେ ହେଲା ସଂଶୋଧନ । ରାଜ୍ୟ କ୍ୟାବିନେଟ୍ରେ ୫ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ପାରିତ ହୋଇଛି ।
ସମୁଦ୍ରରେ ବାତ୍ୟା ସୃଷ୍ଟି ହେବାରୁ ପାଗ ପରିବର୍ତ୍ତନ ଯୋଗୁ ବିଦେଶୀ ପକ୍ଷୀ ଦିଗ ପରିବର୍ତ୍ତନ କରି ଶ୍ରୀମନ୍ଦିର ଉପରେ ଉଡ଼ୁଥିବା ଅନୁମାନ କରାଯାଉଛି ।
ଶାରଦୀୟ ଦୁର୍ଗାପୂଜାରେ ମା’ଙ୍କ ଆବାହନ ପରେ ଉତ୍ସବମୁଖର ହୋଇ ଉଠିଥିଲା ଇଂଲଣ୍ଡର ବାଥ୍ ସହରରେ ଥିବା ଜଗନ୍ନାଥ ମନ୍ଦିର ।
ଯେଉଁ ବୟସରେ ଘରେ ବସି ନାତି ନାତୁଣୀ ମାନଙ୍କ ସହ ସମୟ ବିତାଇବା କଥା ସେଇ ବୟସରେ ବାଉଁଶ ଚାଷ କରି ବାର୍ଷିକ ଲକ୍ଷ ଲକ୍ଷ ଟଙ୍କା ରୋଜଗାର କରୁଛନ୍ତି ମନିନ୍ଦ୍ର ମୋହନ ପାଣି ।
ଓଡ଼ିଶା ଉପକୂଳ ମୁହାଁ ବାତ୍ୟା ଦାନା । ସମୁଦ୍ରରୁ ବଳ ଗୋଟାଇ ଆଗକୁ ଆଗକୁ ବଢୁଛି । ବାତ୍ୟାର ମୁକାବିଲା କରିବା ପାଇଁ ରାଜ୍ୟ ସରକାର ଜରୁରୀକାଳୀନ ହେଲ୍ପଲାଇନ ଓ କଣ୍ଟ୍ରୋଲ ରୁମ ନମ୍ବର ଜାରି କରିଛନ୍ତି ।
ଆଜି ସନ୍ଧ୍ୟା ପରଠୁ ଉପକୂଳବର୍ତ୍ତୀ ଜିଲ୍ଲାରେ ପ୍ରବଳ ବର୍ଷିବ ନେଇ ସୂଚନା । ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବରରେ ପ୍ରବଳ ବର୍ଷା ହୋଇପାରେ ।
ଭିତରକନିକା-ଧାମରା ଭିତରେ ଲ୍ୟାଣ୍ଡଫଲ୍ କରିପାରେ ବାତ୍ୟା । ଲ୍ୟାଣ୍ଡଫଲ୍ ନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସଙ୍କ ସୂଚନା ।
ଜନଜାତି ଗୌରବ ଦିବସର ଉଦଘାଟନୀ ସମାରୋହରେ ଯୋଗ ଦେବା ଲାଗି ପ୍ରଧାନମନ୍ତ୍ରୀ ରାଉରକେଲା ଆସିବେ । ଏ ନେଇ ସୂଚନା ଦେଇଛନ୍ତି କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରୀ ଜୁଏଲ ଓରାମ ।
ବାତ୍ୟା ପାଇଁ ବ୍ୟାପକ ଟ୍ରେନ୍ ବାତିଲ ଘୋଷଣା କଲା ରେଲୱେ । ମୋଟ ୧୭୮ଟି ଟ୍ରେନ୍ ବାତିଲ ନେଇ ରେଲୱେର ସୂଚନା ।
କଲେଜ ଓ ବିଶ୍ବବିଦ୍ୟାଳୟ ବନ୍ଦ ରଖିବାକୁ ଏସ୍ଆର୍ସିଙ୍କ ନିର୍ଦ୍ଦେଶ ଦେଇଛନ୍ତି । ୧୪ ଜିଲ୍ଲାରେ କଲେଜ, ବିଶ୍ବବିଦ୍ୟାଳୟ ବନ୍ଦ ନେଇ ନିର୍ଦ୍ଦେଶ ଦିଆଯାଇଛି।