Advertisment

କଟକ ସହରରୁ ୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

କଟକ: ଆଜି କଟକ ସହରରୁ ୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୨ ଲୋକାଲ୍‌ କଣ୍ଟାକ୍ଟ କେସ ରହିଥିବା ବେଳେ ୨୬  ଜଣ ହୋମ୍‌ କ୍ୱାରେଣ୍ଟିନ୍‌ରୁ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କେବଳ କଟକ ମାଲଗୋଦାମ ବେହେରା ସାହିରୁ ଆଉ ୩୮ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ୩୮ ଆକ୍ରାନ୍ତଙ୍କ ମଧ୍ୟରେ ୧୬ ପୁରୁଷ, ୨୨ ମହିଳା ରହିଥିବା ଟ୍ୱିଟ୍ କରି ସୂଚନା ଦେଇଛି ସିଏମ୍‌ସି। #COVID19 update in Cuttack city (CMC […]

author-image
Abinash Pati
ଅଦ୍ୟତନ ହୋଇଛି
କଟକ ସହରରୁ ୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

covid-1

କଟକ: ଆଜି କଟକ ସହରରୁ ୮୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୨ ଲୋକାଲ୍‌ କଣ୍ଟାକ୍ଟ କେସ ରହିଥିବା ବେଳେ ୨୬  ଜଣ ହୋମ୍‌ କ୍ୱାରେଣ୍ଟିନ୍‌ରୁ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କେବଳ କଟକ ମାଲଗୋଦାମ ବେହେରା ସାହିରୁ ଆଉ ୩୮ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ୩୮ ଆକ୍ରାନ୍ତଙ୍କ ମଧ୍ୟରେ ୧୬ ପୁରୁଷ, ୨୨ ମହିଳା ରହିଥିବା ଟ୍ୱିଟ୍ କରି ସୂଚନା ଦେଇଛି ସିଏମ୍‌ସି।

Advertisment


ସେହିପରି ଯୋବ୍ରା ପାରେଶ୍ୱର ସାହିରୁ ୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ରାଣୀହାଟରୁ ୬, ଭାଣପୁରରୁ ଆଉ ୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଚାଉଳିଆଗଂଜରୁ ୩ ଲୋକାଲ କଣ୍ଟାକ୍ଟ କେସ୍ ମଧ୍ୟ ଚିହ୍ନଟ ହୋଇଛି।

Advertisment

ସେହିଭଳି ଆଜି ରାଜ୍ୟରେ ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୧,୮୩୩ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୮୩୩ ଆକ୍ରାନ୍ତଙ୍କ ମଧ୍ୟରୁ ୧,୧୧୮ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୭୧୫ ରହିଛି।

ଖୋର୍ଦ୍ଧାରୁ ସର୍ବାଧିକ ୨୯୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୯ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୨,୫୫୦ରେ ପହଞ୍ଚିଛି ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେହିଭଳି ଆଜି ୧୨ ଜଣଙ୍କର ମୃତ୍ୟ ମଧ୍ୟ ହୋଇଛି। ଆଜିର ମୃତ୍ୟୁକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟ ସଂଖ୍ୟା ୨୪୭କୁ ବୃଦ୍ଧି ପାଇଛି।

Advertisment
Advertisment