Advertisment

ରାଜ୍ୟରେ ପୁଣି ୪୫ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ପଟେ ସଂକ୍ରମଣ ହାର ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଥମିବାର ନାଁ ଧରୁନି । ଗତ ୨୪ ଘଣ୍ଟାରେ ରାଜ୍ୟରେ ପୁଣି ୪୫ ଜଣଙ୍କ ମୁଣ୍ଡ ନେଇଛି କରୋନା ମହାମାରୀ । ଖୋର୍ଦ୍ଧା ଜିଲ୍ଲାରୁ…

author-image
Satyendu Shekher Mishra
ରାଜ୍ୟରେ ପୁଣି ୪୫ ଜଣଙ୍କ ମୁଣ୍ଡ ନେଲା କରୋନା

corona death

ଭୁବନେଶ୍ୱର: ରାଜ୍ୟରେ ଗୋଟିଏ ପଟେ ସଂକ୍ରମଣ ହାର ହ୍ରାସ ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଥମିବାର ନାଁ ଧରୁନି । ଗତ ୨୪ ଘଣ୍ଟାରେ ରାଜ୍ୟରେ ପୁଣି ୪୫ ଜଣଙ୍କ ମୁଣ୍ଡ ନେଇଛି କରୋନା ମହାମାରୀ । ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧତ୍କ ୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କଟକରୁ ୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

Advertisment

ସେହିଭୂଳି ଅନୁଗୁଳ, ଭଦ୍ରକ ଓ ଢେଙ୍କାନାଳରୁ ୩ ଜଣ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ରିପୋର୍ଟ କହୁଛି । ଜଗତସିଂହପୁର, ସୁନ୍ଦରଗଡ଼ ଓ ପୁରୀରୁ ମଧ୍ୟ ୩ ଜଣ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ବରଣ କରିଛନ୍ତି । ବାଲେଶ୍ୱର, ବରଗଡ଼ ଓ ଯାଜପୁରରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ କେନ୍ଦ୍ରାପଡ଼ା, କେନ୍ଦୁଝର ଓ ମୟୂରଭଞ୍ଜରୁ ମଧ୍ୟ ୨ ଜଣ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ବରଣ କରିଛନ୍ତି । ସେହିଭଳି ଗଜପତି, ଝାରସୁଗୁଡ଼ା, କଳାହାଣ୍ଡି, ନୟାଗଡ଼ ଓ ନୂଆପଡ଼ାରୁ ଜଣେ ଲେଖାଏଁ ମୃତ୍ୟୁ ହୋଇଥିବା ବେଳେ ରାଜ୍ୟରେ ଏବେ ସୁଦ୍ଧା ମୋଟ ମୃତକଙ୍କ ସଂଖ୍ୟା ୩ ହଜାର ୩୦୨କୁ ବୃଦ୍ଧି ପାଇଛି ।

ଅନ୍ୟପଟେ ଆଜି ଗୋଟିଏ ଦିନରେ ରାଜ୍ୟରେ ୪ ହଜାର ୪୬୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ ୨୫୪୬ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୫୪୬ ଜଣ ଲୋକାଲ କଣ୍ଟାକ୍ଟସରୁ ଚିହ୍ନଟ ହୋଇଛନ୍ତି ।

Advertisment

ଅନୁଗୁଳରୁ ୨୨୬ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ବାଲେଶ୍ୱରରୁ ୩୧୮, ବରଗଡରୁ ୮୫, ଭଦ୍ରକରୁ ୧୬୫, ବଲାଙ୍ଗୀରରୁ ୫୬, ମୟୂରଭଞ୍ଜରୁ ୨୧୬, ନବରଙ୍ଗପୁରରୁ ୧୧୮, ନୟାଗଡ଼ରୁ ୧୨୮, ନୁଆପଡାରୁ ୧୪, ପୁରୀରୁ ୨୪୩, ରାୟାଗଡାରୁ ୧୩୭, ସମ୍ବଲପୁରରୁ ୬୧, ସୋନପୁରରୁ ୬୦, ସୁନ୍ଦରଗଡରୁ ୧୦୩, ବୌଦ୍ଧରୁ ୯୦, କଟକରୁ ୪୧୩, ଦେଓଗଡ଼ରୁ ୨୩, ଢ଼େଙ୍କାନାଳରୁ ୨୫୨, ଗଜପତିରୁ ୨୬, ଗଞ୍ଜାମରୁ ୪୩, ଜଗତ୍‌ସିଂହପୁରରୁ ୧୪୦, ଯାଜପୁରରୁ ୩୭୦, ଝାରସୁଗୁଡାରୁ ୨୭, କାଲାହାଣ୍ଡିରୁ ୯୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିଭଳି କନ୍ଧମାଳରୁ ୨୮, କେନ୍ଦ୍ରାପଡାରୁ ୫୯, କେନ୍ଦୁଝରରୁ ୯୬, ଖୋର୍ଦ୍ଧାରୁ ୬୧୨, କୋରାପୁଟରୁ ୮୭ ଓ ମାଲକାନଗିରି ୭୫ ଜଣ ଚିହ୍ନଟ ହୋଇଛନ୍ତି ।

ଅନ୍ୟପଟେ ଷ୍ଟେଟ୍‌ ପୁଲରୁ ୧୦୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ୭୫୭୮ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ଜଣାପଡ଼ିଛି । ଏବେ ରାଜ୍ୟରେ ମୋଟ ୫୯ ହଜାର ୩୬୧ ସକ୍ରିୟ ମାମଲା ରହିଛି ।

ସେହିଭଳି ରାଜ୍ୟରେ କରୋନା ସଂକ୍ରମଣରେ ଆଜି ୪୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

COVID-19 Corona
Advertisment
Advertisment