download
ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାରେ ୧୭ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୫୯୨ ଛୁଇଁଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର ବିଭାଗ ପକ୍ଷରୁ କୁହାଯାଇଛି।
ସୁନ୍ଦରଗଡ଼ ଜିଲ୍ଲାର ମୃତ୍ୟୁ ସଂଖ୍ୟା ଆଜି ବି ଆଗରେ ରହିଛି। ଆଜି ଏଠାରେ ୪ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହା ପଛରେ ଅଛି ସମ୍ବଲପୁର। ଏଠାରେ ଆଜି ୩ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଭୁବନେଶ୍ୱରରେ ୨ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ କଟକ, ଗଜପତି, ଭଦ୍ରକ, କେନ୍ଦ୍ରାପଡା,ଗଞ୍ଜାମ, ନୟାଗଡ, ରାୟଗଡ଼ାରେ ଜଣେ ଲେଖାଏ ଆକ୍ରାନ୍ତ ଆଖି ବୁଜିଛନ୍ତି।
ସୂଚନାଥାଉ କି, ଗତ ୨୪ ଘଣ୍ଟା ମଧ୍ୟରେ ୮୬୮ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି।
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)
Follow Us/odishatv-khabar/media/post_attachments/uploadimage/library/16_9/16_9_0/download-1_1625102957.jpg)