Advertisment

ପ୍ରଣବ ମୁଖାର୍ଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ରାଷ୍ଟ୍ରପତି, ଉପରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଭାରତର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କର ସୋମବାର ୮୪ ବର୍ଷ ବୟସରେ ପରଲୋକ ହୋଇଛି। ମଙ୍ଗଳବାର ଅର୍ଥାତ୍ ଆଜି ତାଙ୍କର ରାଜକୀୟ ସମ୍ମାନ ସହ ଅନ୍ତିମ ସଂସ୍କାର ହେବ। ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଉପରାଷ୍ଟ୍ରପତି ଏମ୍ ଭେଙ୍କୟା ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ତିନି ସେନା ମୁଖ୍ୟଙ୍କ ସମେତ ଅନେକ ମାନ୍ୟଗଣ ବ୍ୟକ୍ତି ‘ଭାରତ ରତ୍ନ’ ପ୍ରଣବ ମୁଖାର୍ଜୀଙ୍କର ଅନ୍ତିମ ଦର୍ଶମ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ଏହି ଅବସରରେ ପ୍ରତିରକ୍ଷା […]

ପ୍ରଣବ ମୁଖାର୍ଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ରାଷ୍ଟ୍ରପତି, ଉପରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ

ramanth-kovind

Advertisment

ନୂଆଦିଲ୍ଲୀ: ଭାରତର ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କର ସୋମବାର ୮୪ ବର୍ଷ ବୟସରେ ପରଲୋକ ହୋଇଛି। ମଙ୍ଗଳବାର ଅର୍ଥାତ୍ ଆଜି ତାଙ୍କର ରାଜକୀୟ ସମ୍ମାନ ସହ ଅନ୍ତିମ ସଂସ୍କାର ହେବ। ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ଉପରାଷ୍ଟ୍ରପତି ଏମ୍ ଭେଙ୍କୟା ନାଇଡୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ତିନି ସେନା ମୁଖ୍ୟଙ୍କ ସମେତ ଅନେକ ମାନ୍ୟଗଣ ବ୍ୟକ୍ତି 'ଭାରତ ରତ୍ନ' ପ୍ରଣବ ମୁଖାର୍ଜୀଙ୍କର ଅନ୍ତିମ ଦର୍ଶମ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି।

Advertisment

ଏହି ଅବସରରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଲୋକସଭା ଅଧ୍ୟକ୍ଷ ଓମ୍ ବିର୍ଲା, ପ୍ରତିରକ୍ଷା ମୁଖ୍ୟ ଜେନେରାଲ୍ ବିପିନ ରାୱତ, ଆର୍ମି ଚିଫ୍ ଜେନେରାଲ୍ ଏମଏମ୍ ନାରାଭାନେ, ଏୟାର ଫୋର୍ସ ମୁଖ୍ୟ ଆରକେଏସ୍ ଭଦୁରିଆ, ନୌସେନା ମୁଖ୍ୟ କରମବୀର ସିଂହ ଏବଂ ଅନ୍ୟ ବିଶିଷ୍ଟ ବ୍ୟକ୍ତିମାନେ ଉପସ୍ଥିତ ରହି ଶ୍ରୀ ମୁଖାର୍ଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି।

https://twitter.com/ANI/status/1300668544552562689?s=20

https://twitter.com/ANI/status/1300658621512966145?s=20

ଏହାବ୍ୟତୀତ ପୂର୍ବତନ ପ୍ରଧାନମନ୍ତ୍ରୀ ଡକ୍ଟର ମନମୋହନ ସିଂହ, କଂଗ୍ରେସ ସାଂସଦ ରାହୁଲ ଗାନ୍ଧି, ବିଜେପି ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ, କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଷ ବର୍ଦ୍ଧନ, ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ, କଂଗ୍ରେସ ନେତା ଗୁଲାମ ନବି ଆଜାଦ୍ ମଧ୍ୟ ଖାର୍ଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି।

Advertisment

https://twitter.com/ANI/status/1300656693664071680?s=20

ମୁଖାର୍ଜୀଙ୍କ ଅନ୍ତିମ ସଂସ୍କାର ଆଜି ଅପରାହ୍ଣ ୨ଟା ବେଳେ ଲୋଧି ରୋଡ୍ ସ୍ଥିତ ଶ୍ମଶାନରେ ହେବ। ପୂର୍ବତନ ରାଷ୍ଟ୍ରପତିଙ୍କ ଦେହାନ୍ତରେ କେନ୍ଦ୍ର ସରକାର ଅଗଷ୍ଟ ୩୧ ତାରିଖରୁ ସେପ୍ଟେମ୍ବର ୬ ତାରିଖ ପର୍ଯ୍ୟନ୍ତ ୭ ଦିନ ଧରି ରାଜକୀୟ ଶୋକର ଘୋଷଣା କରିଛନ୍ତି। ମୁଖାର୍ଜୀ ୨୦୧୨ରୁ ୨୦୧୭ ପର୍ଯ୍ୟନ୍ତ ଦେଶର ୧୩ଶ ରାଷ୍ଟ୍ରପତି ପଦବୀରେ ଥିଲେ। ଦେଶପ୍ରତି ଅତୁଳନୀୟ ଅବଦାନ ପାଇଁ ତାଙ୍କୁ ଗତବର୍ଷ ଦେଶର ସର୍ବୋଚ୍ଚ ନାଗରିକ ସମ୍ମାନ 'ଭାରତ ରତ୍ନ'ରେ ସମ୍ମାନିତ କରାଯାଇଥିଲା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ