Advertisment

ଆଉ ଜଣେ କେନ୍ଦ୍ରମନ୍ତ୍ରୀଙ୍କୁ କରୋନା

ନୂଆଦିଲ୍ଲୀ: ମୋଦି ସରକାରରେ ଥିବା ଆଉ ଜଣେ ମନ୍ତ୍ରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସାମାଜିକ ନ୍ୟାୟ ଓ ସଶକ୍ତୀକରଣ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଭାବେ କାର୍ଯ୍ୟ କରୁଥିବା କ୍ରିଷ୍ଣ ପାଲ ଗୁରଜାରଙ୍କ ରିପୋର୍ଟ ପଜିଟିଭ ଆସିଛି। ମନ୍ତ୍ରୀ ଖୋଦ ଏ ସମ୍ପର୍କରେ ଟ୍ୱିଟ କରି ସୂଚନା ଦେଇଛନ୍ତି। स्वास्थ्य संबंधी दिक्कतों को गंभीरता से लेते हुए मैंने कोरोना टेस्ट करवाया जिसकी रिपोर्ट पॉजिटिव आई है। चिकित्सकों के परामर्श पर अब […]

author-image
Ranjeet Kumar Jena
ଆଉ ଜଣେ କେନ୍ଦ୍ରମନ୍ତ୍ରୀଙ୍କୁ କରୋନା

gurjar

ନୂଆଦିଲ୍ଲୀ: ମୋଦି ସରକାରରେ ଥିବା ଆଉ ଜଣେ ମନ୍ତ୍ରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସାମାଜିକ ନ୍ୟାୟ ଓ ସଶକ୍ତୀକରଣ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଭାବେ କାର୍ଯ୍ୟ କରୁଥିବା କ୍ରିଷ୍ଣ ପାଲ ଗୁରଜାରଙ୍କ ରିପୋର୍ଟ ପଜିଟିଭ ଆସିଛି। ମନ୍ତ୍ରୀ ଖୋଦ ଏ ସମ୍ପର୍କରେ ଟ୍ୱିଟ କରି ସୂଚନା ଦେଇଛନ୍ତି।

Advertisment

https://twitter.com/KPGBJP/status/1298866905483100161?s=20

ସେ କହିଛନ୍ତି, ଆପଣ ନିଜେ ହିଁ ନିଜ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ମୁଁ ମୋର କରୋନା ଟେଷ୍ଟ କରାଇଥିଲି ଓ ଏହା ପଜିଟିଭ ଆସିଛି। ଡାକ୍ତରଙ୍କ ପରାମର୍ଶକ୍ରମେ ଚିକିତ୍ସା କରଯାଉଛି। ଯେଉଁମାନେ ବି ମୋ ସଂସ୍ପର୍ଶରେ ଆସିଛନ୍ତି, ସେମାନେ ଏହାକୁ ଗୁରୁତ୍ୱର ସହ ନେଇ ନିଜର ଟେଷ୍ଟ କରାଇ ନିଅନ୍ତୁ ବୋଲି ସେ ନିବେଦନ କରିଛନ୍ତି।

ଏହାପୂର୍ବରୁ ଗୃହମନ୍ତ୍ରୀ ଅମିତ ଶାହଙ୍କ ସମେତ ଏକାଧିକ ବରିଷ୍ଠ ମନ୍ତ୍ରୀଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଥିଲା। କେନ୍ଦ୍ର ପେଟ୍ରୋଲିୟମ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଥିଲେ।

Advertisment
Advertisment
Advertisment