ଟିକାର ଦୁଇଟି ଡୋଜ୍ ନେଇସାରିଥିବା ଲୋକଙ୍କୁ ଦିଆଯିବ କି ବୁଷ୍ଟର ଡୋଜ୍ ? ଟିକାର ବୁଷ୍ଟର ଡୋଜ୍ ଦେବା ପାଇଁ କରୋନା ଟିକାକରଣ ଉପରେ ଜାତୀୟ ବିଶେଷଜ୍ଞ ଗୋଷ୍ଠୀ ବିଚାର କରୁଥିବା କହିଛନ୍ତି ନୀତି ଆୟୋଗ ସଦସ୍ୟ ଡକ୍ଟର ଭି.କେ ପଲ । ତେବେ ଏହି ନିଷ୍ପତ୍ତିକୁ ବହୁତ ଗଭୀର ଭାବରେ ଦେଖାଯାଉଛି । ଡେଲଟା ଭାରିଏଣ୍ଟରୁ ରକ୍ଷା ପାଇବା ପାଇଁ କିଛି ଦେଶ ବୁଷ୍ଟର ଡୋଜ୍ ସପକ୍ଷରେ ମତ ଦେଇଥିଲେ ।
ପୁଣି ଚର୍ଚ୍ଚାକୁ ଆସିଲା ଉହାନ। କରୋନା ଭାଇରସର ଉତ୍ପତିସ୍ଥଳ କୁହାଯାଉଥିବା ଉହାନରେ ପୁଣି ବ୍ୟାପିଛି ମହାମାରୀ। ଦୀର୍ଘ ୭ ମାସ ପରେ ମଙ୍ଗଳବାର କରୋନା ସଂକ୍ରମଣ ହାର ସର୍ବୋଚ୍ଚ ସ୍ତରରେ ପହଞ୍ଚିଛି।
ରାଜ୍ୟରେ ପୁଣି ହଜାରେ ଉପରକୁ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଅଗଷ୍ଟ ୧୦ର ରିପୋର୍ଟ ଅନୁସାରେ, ରାଜ୍ୟରେ ୧୦୭୮ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ଦେଶରେ କରୋନା ସ୍ଥିତି ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ମଧ୍ୟ ପ୍ରେସମିଟ୍ କରି ସୂଚନା ଦେଇଛି । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରାଳୟ ଅନୁଯାୟୀ, ୧୧ଟି ରାଜ୍ୟର ୪୪ଟି ଜିଲ୍ଲାରେ ପଜିଟିଭିଟି ହାର ୧୦ ପ୍ରତିଶତ ରହିଛି ।
ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୪୧,୫୧୧ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତା ସଂଖ୍ୟା ୩,୧୧,୮୦,୯୬୮ରେ ପହଞ୍ଚିଛି। ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ବର୍ତ୍ତମାନ ଦେଶରେ ଆକ୍ଟିଭ୍ କେସର ସଂଖ୍ୟା ୩,୮୮, ୫୦୮ ରହିଛି।
ଆଗକୁ କରୋନା କଟକଣା କୋହଳ ହେଲେ ବି, ଟିକାକରଣ ସାର୍ଟିଫିକେଟ୍ର ଆବଶ୍ୟକତା ଆହୁରି ବଢ଼ିଯିବ। ଏହାକୁ ଦୃଷ୍ଟିରେ ରଖି, ଭ୍ୟାକ୍ସିନେସନ୍ ସାର୍ଟିଫିକେଟ୍ ହାସଲ ପ୍ରକ୍ରିୟାକୁ ଅତି ସହଜ କରିଦେଇଛନ୍ତି କେନ୍ଦ୍ର ସରକାର।
ଗତ ୨୪ ଘଣ୍ଟାରେ ୧୪୭୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ସୂଚନା ଓ ଲୋକସମ୍ପର୍କ ବିଭାଗ। ତେବେ ୫୬,୮୫୯ ଟେଷ୍ଟିଂ କରାଯାଇଥିବା ବେଳେ ଟେଷ୍ଟ ପଜିଟିଭିଟି ରେଟ୍ ୨ ପ୍ରତିଶତ ତଳେ ଅର୍ଥାତ୍ ୧.୮୩% ରହିଛି।
୨୩ ତାରିଖରୁ ଭୁବନେଶ୍ୱରରେ ସମସ୍ତ ମସଜିଦ୍, ଚର୍ଚ୍ଚ ଓ ଗୁରୁଦ୍ୱାର ଖୋଲିବାକୁ ଅନୁମତି ମିଳିଛି। ତେବେ ଏସବୁ ଧାର୍ମିକ ସ୍ଥଳରେ ଏକକାଳୀନ ୨୫ରୁ ଅଧିକ ଭକ୍ତଙ୍କୁ ଭିତରକୁ ଛଡ଼ାଯିବ ନାହିଁ। ରୀତିନୀତି ପାଇଁ ନିୟୋଜିତ ହେବାକୁ ଥିବା ପୂଜକଙ୍କ ଆରଟିପିସିଆର ଟେଷ୍ଟ ନେଗେଟିଭ୍ ଥିବା ସହ କୋଭିଡ୍ ଟିକାର ୨ଟି ଯାକ ଡୋଜ୍ ନେଇଥିବା ଜରୁରୀ।
ବିଶେଷକରି ମେଟ୍ରୋ ସହରଗୁଡ଼ିକରେ ବହୁ ସଂଖ୍ୟାରେ ବିଦେଶୀ ରହୁଥିବାରୁ, ସୁରକ୍ଷା ଦୃଷ୍ଟିରୁ ସେମାନଙ୍କ ଲାଗି ମଧ୍ୟ କୋଭିଡ୍ ଟିକା ଦେବା ଲାଗି ପଦକ୍ଷେପ ନେଇଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ। ଏହାଫଳରେ ଦେଶରେ ରହୁଥିବା ବିଦେଶୀ ନାଗରିକ ମଧ୍ୟ ସୁରକ୍ଷାକୁ ମଧ୍ୟ ନିଶ୍ଚିତ କରାଯାଇପାରିବ।
ଏବେ ପ୍ରଶ୍ନ ଉଠୁଛି, କୋଭିଡ୍ ଦ୍ୱିତୀୟ ଲହରରେ ପ୍ରକୃତରେ ରାଜ୍ୟର କେତେ ଲୋକଙ୍କ ଜୀବନ ଯାଇଛି? କଣ ପାଇଁ ସରୁନି ମୃତକଙ୍କ ଗଣତି? ଡେଥ୍ ଅଡିଟ୍ ଲାଗି ଆଉ କେତେ ଦିନ ଲାଗିବ? ସେନେଇ ବି କାହିଁକି କୌଣସି ସ୍ପଷ୍ଟ ଉତ୍ତର ରଖୁନାହାନ୍ତି ସରକାର।
କରୋନାକୁ ହରେଇବାକୁ ହେଲେ ଏହାର ବ୍ରହ୍ମାସ୍ତ୍ର ହେଲା ଟିକାକରଣ। ଏହି ଟିକାକରଣ କାର୍ଯ୍ୟକ୍ରମରେ ସମସ୍ତେ ସାମିଲ ହେବା କଥା ଓ ସମସ୍ତ ନିୟମକୁ ମାନିବା ଆବଶ୍ୟକ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ନବଦାସ ସୂଚନା ଦେଇଛନ୍ତି। ଝାରସୁଗୁଡାରେ ଏକ ଟିକାକରଣ କେନ୍ଦ୍ର ପରିଦର୍ଶନରେ ଯାଇ ସ୍ୱାସ୍ଥ୍ୟମନ୍ତ୍ରୀ ଏଭଳି ସୂଚନା ଦେଇଛନ୍ତି।
କେନ୍ଦୁଝରରେ ମଧ୍ୟ ଜିମ୍ ମାଲିକ, ଟେଣ୍ଟ ହାଉସ ଏବଂ ଲାଇଟ ଆଣ୍ଡ ସାଉଣ୍ଡ ସଂଘର ସଦସ୍ୟ ଆନ୍ଦୋଳନକୁ ଓହ୍ଲାଇଛନ୍ତି । ବିବାହ, ବ୍ରତ ଏବଂ ଶୁଦ୍ଧିକ୍ରିୟା କାଯର୍ୟରେ ୩ଶହ ଜଣଙ୍କୁ ସାମିଲ ହେବାକୁ ଅନୁମତି ଦେବାକୁ ସଂଘ ଦାବି କରିଛି । ଏ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଜିଲ୍ଲାପାଳଙ୍କୁ ଦାବି ପତ୍ର ପ୍ରଦାନ କରାଯାଇଛି ।
ପୂଜା ପାଇଁ ନୂଆ ଗାଇଡ଼୍ଲାଇନ୍ ଆଣିଲେ ସରକାର। ପାର୍ବଣ ଋତୁ ପାଇଁ ରାଜ୍ୟ ସରକାର ଗାଇଡଲାଇନ ଆଣିଛନ୍ତି। ଗଣେଶ ପୂଜା, ଦୁର୍ଗା ପୂଜା, ଲକ୍ଷ୍ମୀ ପୂଜା, କାଳୀ ପୂଜା ଗାଇଡଲାଇନ କରାଯାଇଛି। କଟକଣା ସହ ପୂଜା ଆୟୋଜନ ପାଇଁ କମିଟିକୁ ଅନୁମତି ମିଳିବ ବୋଲି ସୂଚନା ମିଳିଛି। ମଣ୍ଡପ, ପେଣ୍ଡାଲରେ ପୂଜା ପାଇଁ ଅନୁମତି ଜରୁରୀ ଥିବା କହିଛନ୍ତି ସରକାର।
ରାଜ୍ୟରେ କ୍ରମାଗତ ଭାବରେ କମୁଛି ସଂକ୍ରମଣ। ଗତ ୨୪ ଘଂଟାରେ ରାଜ୍ୟରେ ୮୮୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ୍ରୁ ୫୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ଅଂଚଳରୁ ଅର୍ଥାତ୍ ଲୋକାଲ୍ କେସର ସଂଖ୍ୟା ୩୭୪ ରହିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି।
ଜଣେ ବ୍ୟକ୍ତି ଭିନ୍ନ ଭିନ୍ନ ଭ୍ୟାକ୍ସିନ୍ର ଦୁଇଟି ଡୋଜ୍ ନେଲେ ଏହାର ପରିଣାମ କିଭଳି ରହୁଛି ଜାଣିବା ପାଇଁ ଆଇସିଏମ୍ଆର୍ ପକ୍ଷରୁ ଏଭଳି ଗବେଷଣା କରାଯାଇଥିଲା ଏହି ଗବେଷଣାରେ ୯୮ ଜଣଙ୍କୁ ସାମିଲ କରାଯାଇଥିଲା ସେଭିତରୁ ୪୦ ଜଣଙ୍କୁ କୋଭିସିଲ୍ଡର ଦୁଇଟି ଡୋଜ୍, ୪୦ ଜଣଙ୍କୁ କୋଭାକ୍ସିନର ଦୁଇଟି ଡୋଜ୍ ଏବଂ ଅନ୍ୟ ୧୮ ଜଣଙ୍କୁ ପ୍ରଥମେ କୋଭିସିଲ୍ଡ ଓ ପରେ କୋଭାକ୍ସିନ୍ ଟିକା ଦିଆଯାଇଥିଲା।
ମହାମାରୀ ବିରୁଦ୍ଧରେ ସଞ୍ଜିବନୀ ସାଜି କରୋନା ଟିକା । ସମଗ୍ର ବିଶ୍ୱରେ କରୋନା ସଂକ୍ରମଣରକୁ ଦୃଷ୍ଟିରେ ରଖି ଟିକାକୁ ସର୍ବୋତ୍ତମ ସୁରକ୍ଷା ବ୍ୟବସ୍ଥା ବୋଲି କୁହାଯାଉଛି । ଏହି କାରଣରୁ କରୋନା ଟିକା ସମ୍ବନ୍ଧରେ ବିଭିନ୍ନ ପରୀକ୍ଷାନୀରିକ୍ଷା ଜାରି ରହିଛି । ଏହି କ୍ରମରେ ବିଶ୍ୱର ଅନ୍ୟ ଦେଶମାନଙ୍କ ପରି ଟିକାକରଣର ମିଶ୍ରିତ ଡୋଜ୍ ଉପରେ ଭାରତରେ ଗବେଷଣା କରାଯାଉଛି
ଭୁବନେଶ୍ୱରର ୪ ନମ୍ବର ମାଛ ମାର୍କେଟକୁ ସିଲ୍ କରାଗଲା। ଅନିର୍ଦ୍ଦିଷ୍ଟ କାଳ ଯାଏ ସିଲ୍ ଏହି ମାର୍କେଟକୁ ସିଲ କରାଯାଇଛି। ଭୁବନେଶ୍ୱର ମହାନଗର ନିଗମରେ ରବିବାର ସଟ୍ ଡାଉନ ଥିବାବେଳେ ଏହି ମାର୍କେଟ ଖୋଲା ଥିଲା।
ସଂକ୍ରମଣରେ ଲଗାମ୍ ଲାଗୁନି, ଫେରିଲା କରୋନା କଟକଣା । ଦେଶର ଦକ୍ଷିଣୀ ରାଜ୍ୟ କର୍ଣ୍ଣାଟକରେ କରୋନା ବୃଦ୍ଧି ପାଉଥିବାରୁ ପୁଣି ପ୍ରତିବନ୍ଧକକୁ କଡାକଡି କରାଯାଇଛି । କେରଳ ଏବଂ ମହାରାଷ୍ଟ୍ର ସୀମାବର୍ତ୍ତୀ ଜିଲ୍ଲାମାନଙ୍କ ପାଇଁ ସପ୍ତାହାନ୍ତ କର୍ଫ୍ୟୁ ଲାଗୁ କରିବାକୁ ନିଷ୍ପତ୍ତି ନେଇଛନ୍ତି କର୍ଣ୍ଣାଟକ ସରକାର ।
ରାଜ୍ୟରେ କରୋନା ସଂକ୍ରମଣର ପ୍ରଭାବ କମୁଥିବା ଲକ୍ଷ୍ୟ କରାଯାଉଛି। ତଥାପି ସଂକ୍ରମିତଙ୍କ ସଂଖ୍ୟା ୧୦୦୦ ତଳକୁ ଏଯାଏ ଖସି ନାହିଁ। ରାଜ୍ୟରେ ୨୪ ଘଣ୍ଟାରେ ୧,୨୪୩ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ଭାରତରେ ଜରୁରୀକାଳୀନ ବ୍ୟବହାର ପାଇଁ ଜନସନ ଆଣ୍ଡ ଜନସନଙ୍କ ଏକକ-ଡୋଜ କୋଭିଡ -19 ଟିକାକୁ ଅନୁମୋଦନ କରାଯାଇଛି । ବର୍ତ୍ତମାନ ଭାରତରେ ପାଞ୍ଚଟି EUA ରହିଛି । ଏହା ' କୋଭିଡ -19 ବିରୋଧରେ ଭାରତର ମିଳିତ ଲଢ଼େଇକୁ ଆଗକୁ ବଢ଼ାଇବ।
ରାଜ୍ୟରେ କୋଭିଡ ୨ୟ ଲହର ପ୍ରଭାବ କମୁଥିବାବେଳେ ମାଡି ଆସୁଛି ୩ୟ ଲହରର ଭୟ। ତୃତୀୟ ଲହର ଆସିବା ପୂର୍ବରୁ ରାଜ୍ୟରେ ଇକ୍ମୋ ମେସିନ ବସାଇବାର ବ୍ୟବସ୍ଥା କରୁଛନ୍ତି ସରକାର।
ଅଗଷ୍ଟ ୬ର ରିପୋର୍ଟ ଅନୁସାରେ, ୧୦୯୬ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନ୍ରୁ ୬୩୭ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ୪୫୯ ରହିଛି।
ଆସନ୍ତା ଅକ୍ଟୋବରରୁ ଭାରତରେ ଉପଲ୍ଲବ୍ଧ ହୋଇପାରେ ଆଉ ଏକ କରୋନା କବଚ କୋଭାଭାକ୍ସ ଟିକା। ଅକ୍ଟୋବର ସୁଦ୍ଧା କୋଭାଭାକ୍ସ ଟିକା ଦେଶରେ ଉପଲ୍ଲବ୍ଧ ନେଇ ଆଶାବାଦୀ ଥିବା ସେରମ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆର ସିଇଓ ଆଦର ପୁନାୱାଲା ସୂଚନା ଦେଇଛନ୍ତି।
ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଡବଲ୍ ଡୋଜ୍ ପରେ ସଂକ୍ରମିତ ହୋଇଥିବା ଲୋକଙ୍କ ମଧ୍ୟରୁ ୭ ହଜାର ୯୨୪ ଜଣ ଦ୍ୱିତୀୟ ଡୋଜ୍ ନେବାର ୧୪ ଦିନ ପରେ ପଜିଟିଭ ବାହାରିଛନ୍ତି। ଏନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଓ ଡିଏମ୍ଇଟିଙ୍କ କହିବା କଥା- ଟିକା ଶତ ପ୍ରତିଶତ ସୁରକ୍ଷା ଦେଇପାରିବନି କିନ୍ତୁ ଟିକା ନେବା ପରେ ସଂକ୍ରମିତ ହେଉଥିବା ଲୋକଙ୍କ ସଂଖ୍ୟା ନଗଣ୍ୟ ଓ ଖୁବ୍ କମ୍ ରୋଗୀ ଗୁରୁତର ହେଉଛନ୍ତି।
ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ମନ୍ଦିର ଓ ଧର୍ମାନୁଷ୍ଠାନ ଖୋଲାଯାଇଥିବା ବେଳେ ଆସନ୍ତା ସୋମବାରକୁ ରାଜ୍ୟର ବିଭିନ୍ନ ସ୍ଥାନରେ ଧର୍ମାନୁଷ୍ଠାନ ଖୋଲାଯିବ ।