ଦେଶରେ ତୃତୀୟ ଲହରୀ ଚଳିତ ମାସରୁ ଆରମ୍ଭ ହୋଇପାରେ ବୋଲି ଏକ ରିପୋର୍ଟରେ ଦାବି କରାଯାଇଛି । ତୃତୀୟ ଲହରୀ ସମୟରେ ପ୍ରତିଦିନ ଏକ ଲକ୍ଷ ସଂକ୍ରମିତ ଚିହ୍ନଟ ହୋଇପାରନ୍ତି । ସର୍ବାଧିକ ସାଂଘାତିକ ସ୍ଥିତିରେ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୧.୫ ଲକ୍ଷରେ ପହଞ୍ଚିପାରେ ।
ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୧୦୩୨ ନୂତନ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୫୯୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ରହିଛି ୪୩୪ । ଫଳରେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୭୯ ହଜାର ୭୩୭କୁ ବୃଦ୍ଧି ପାଇଛି ।
ଭାରତରେ ୨୬ ଜୁଲାଇରୁ ୧ ଅଗଷ୍ଟ ମଧ୍ୟରେ ଭାରତରେ ୨.୮୬ ଲକ୍ଷ ନୂତନ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୂର୍ବ ସପ୍ତାହ ତୁଳନାରେ ୭.୫ ପ୍ରତିଶତ ବୃଦ୍ଧି ପାଇଛି ସଂକ୍ରମଣ । ଗତ ସପ୍ତାହରେ ଏହି ସଂଖ୍ୟା ଥିଲା ୨.୬୬ ଲକ୍ଷ
ନନ୍ଦନକାନନ ଖୋଲିବା ନେଇ ରାଜ୍ୟ ସରକାର ଅଗଷ୍ଟ ଗାଇଡଲାଇନ୍ ଅନୁମତି ଦେଇଛନ୍ତି। ଦୀର୍ଘ ଦିନ ପରେ ପ୍ରାଣୀ ଉଦ୍ୟାନ ଖୋଲିବାକୁ ଅନୁମତି ମିଳିଥିବାରୁ କେଉଁ ଆଧାରରେ ନନ୍ଦନକାନନ ଖୋଲାଯିବ ତାହାର ତର୍ଜମା କରିଥିଲେ ନିର୍ଦ୍ଦେଶକ ମନୋଜ ମହାପାତ୍ର।
ରାଜ୍ୟରେ ଏବେ ବି ପ୍ରାୟ ୧୫ ହଜାର ଉପରେ ଆକ୍ଟିଭ୍ କେସ୍ ଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୪, ୫୫୬, କଟକ ଜିଲ୍ଲାରେ ୨, ୦୨୬ ଓ ପୁରୀ ଜିଲ୍ଲାରେ ୯୬୨ ଆକ୍ଟିଭ୍ କେସ ରହିଛି। ସେଥିମଧ୍ୟରୁ କେବଳ ଭୁବନେଶ୍ୱରରେ ୨୪୨୨ ଓ କଟକ ସହରରେ ରହିଛି ୧୧୩୨ ଆକ୍ଟିଭ୍ କେସ୍। ପ୍ରଶାସନିକ ଓ ବ୍ୟାବସାୟିକ କାର୍ଯ୍ୟ ବ୍ୟତୀତ ମେଡିକାଲ ସେବା ଓ ପର୍ଯ୍ୟଟନ ସ୍ଥଳ ହୋଇଥିବାରୁ ଏ ତିନି ସହରରେ ଅଧିକ ପଜିଟିଭ୍ କେସ୍ ଚିହ୍ନଟ ହେଉଛନ୍ତି। ତେଣୁ ଏହା ଉପରେ ଫୋକସ୍ କରିଛନ୍ତି ରାଜ୍ୟ ସରକାର।
ଦେଶରେ ଆରମ୍ଭ ହୋଇଗଲାଣି କି କରୋନା ସଂକ୍ରମଣର ତୃତୀୟ ଲହର ନା ଲମ୍ବୁଛି ଦ୍ୱିତୀୟ ଲହର? ଦୈନିକ ସଂକ୍ରମଣ ପୁଣି ଉପରମୁହାଁ ହେବା ସୃଷ୍ଟି କରିଛି ଏଭଳି ଦ୍ୱନ୍ଦ୍ୱ ଅଧିକାଂଶ ରାଜ୍ୟରେ ଦ୍ୱିତୀୟ ଲହରର ପ୍ରକୋପ ହ୍ରାସ ପାଇଥିଲେ ମଧ୍ୟ କେରଳରେ ସଂକ୍ରମଣ ନିୟନ୍ତ୍ରଣ ବାହାରକୁ ଚାଲିଯିବାରୁ ନେଇ ବଢିଛି ଚିନ୍ତା
ତେବେ ମଲ, ଦୋକାନ ମାନଙ୍କରେ କୋଭିଡ଼୍ ନିୟମକୁ କଡାକଡି ପାଳନ କରାଯାଉଥିବା ବେଳେ ସରକାର ପୁଣିଥରେ ସେମାନଙ୍କ ପେଟପାଟଣା କଥାକୁ ବୁଝିପାରି ବ୍ୟବସାୟ ପାଇଁ ସୁଯୋଗ ଦେଇଥିବାରୁ ସେମାନେ ସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି।
ସ୍କୁଲ ଖୋଲିଲା, ସଂକ୍ରମଣ ବଢ଼ିଲା । ହରିୟାଣାରେ ସ୍କୁଲ ଖୋଲାବା ମାତ୍ରେ ପଶିଲା କରୋନା
ଦ୍ୱିତୀୟ ଲହରୀରେ ବହୁ ସଂଖ୍ୟକ ଲୋକ ସଂକ୍ରମିତ ହୋଇ ଜୀବନ ହାରିଛନ୍ତି । କେତେ କୁନି କୁନି ପିଲା ବାପାମା’ ଛେଉଣ୍ଡ ହୋଇ ଯାଇଥିବା ବେଳେ ଅନେକ ପରିବାର ଉଜୁଡ଼ି ଯାଇଛି । ଅପୂରଣୀୟ କ୍ଷତି ଦେଇ ଯାଇଛି ଦ୍ୱିତୀୟ ଲହରୀ ।
ଉପକୂଳ ଓଡ଼ିଶାର ଦୁଇରୁ ତିନୋଟି ଜିଲ୍ଲାକୁ ଛାଡ଼ି ଅନ୍ୟ ଜିଲ୍ଲା ଗୁଡ଼ିକରେ କରୋନା ସ୍ଥିତି ନିୟନ୍ତ୍ରଣରେ ରହିଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ପୁଣି ୧୪୩୭ ନୂତନ ସଂକ୍ରମିତ ଚିହ୍ନଟ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୭୮ ହଜାର ୭୦୫କୁ ବୃଦ୍ଧି ପାଇଛି ।
ଅଗଷ୍ଟ ମାସରେ ଧାର୍ମିକ ପୀଠ ଖୋଲିବାକୁ ଜିଲ୍ଲାପାଳମାନେ ନିଷ୍ପତ୍ତି ନେଇପାରିବେ । ଶ୍ରୀମନ୍ଦିର, ଶ୍ରୀଲିଙ୍ଗରାଜ ପ୍ରଶାସନ ନିଜେ ଏନେଇ ନିଷ୍ପତ୍ତି ନେବେ । ଧାର୍ମିକ ପୀଠକୁ ଭୋଗ ବା ପ୍ରସାଦ ନେଇପାରିବେନି ଶ୍ରଦ୍ଧାଳୁ ।
ରାଜ୍ୟର ସମସ୍ତ ଆହାର କେନ୍ଦ୍ର ଖୋଲା ରହିବ। ଏଣିକି ରାସ୍ତା କଡ଼ ଦୋକାନରେ ଲୋକେ ଖାଇ ପାରିବେ। ରାଜ୍ୟରେ ସାପ୍ତାହିକ ହାଟ ଖୋଲିବାକୁ ମଧ୍ୟ ଅନୁମତି ଦିଆଯାଇଛି। ଶିକ୍ଷାନୁଷ୍ଠାନ, କୋଚିଂ ସେଣ୍ଟର ଖୋଲାଯାଇ ପାରିବ। ମ୍ୟୁଜିୟମ, ପର୍ଯ୍ୟଟନ ସ୍ଥାନ ଖୋଲାଯାଇ ପାରିବ ବୋଲି SRC କହିଛନ୍ତି।
ରାଜ୍ୟ ସରକାର ଜାରି କରିଥିବା କରୋନା କଟକଣା ଆଜି ସରୁଥିବାରୁ ଅଗଷ୍ଟ ପାଇଁ ଆଜି ନୂଆ ଗାଇଡଲାଇନ୍ ଜାରି କରିଛନ୍ତି ସରକାର। ମେ ୫ ରୁ ଲକ୍ଡାଉନ୍ ଘୋଷଣା କରାଯାଇଥିଲା। ଏହାର ୨ ମାସ ପରେ ଅନଲକ୍ ପ୍ରକ୍ରିୟା ଆରମ୍ଭ ହୋଇଥିଲା।
କରୋନା ଭାଇରସ ଠାରୁ ରକ୍ଷା ପାଇବାକୁ ହେଲେ ଟିକାକରଣ ଅଭିଯାନକୁ ତ୍ୱରାନ୍ୱିତ କରିବାକୁ ପଡ଼ିବ । ଏଇ ପରିପ୍ରେକ୍ଷୀରେ ରାଜଧାନୀ ଭୁବନେଶ୍ୱରରେ ଟିକାକରଣ କେତେଦୂର ସଫଳ ହୋଇଛି ତାର ହିସାବ ଦେଖଇଛନ୍ତି ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀ।
ରାଜ୍ୟରେ କରୋନା ସଂକ୍ରମଣ ସ୍ଥିତି ଭଲ ନାହିଁ। ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଦେଢ ହଜାର ତଳକୁ ଖସୁନି। ଏସବୁ ଭିତରେ ପୁଣି ଡରଉଛି ତୃତୀୟ ଲହର। ସ୍ଥିତିକୁ ଦେଖି ସତର୍କ ରହିବାକୁ ଚେତାବନୀ ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର।
କରୋନା ଭାଇରସ ଠାରୁ ରକ୍ଷା ପାଇବାକୁ ହେଲେ ଟିକାକରଣ ଅଭିଯାନକୁ ତ୍ୱରାନ୍ୱିତ କରିବାକୁ ପଡ଼ିବ । ଡେଲଟା ଭାରିଏଣ୍ଟ୍ ଏବଂ ନୂଆ ନୂଆ ଭାରିଏଣ୍ଟ୍ ବର୍ତ୍ତମାନ ତୁଳନାରେ ଅଧିକ ମାରାତ୍ମକ ହୋଇପାରନ୍ତି ବୋଲି ଚେତାବନୀ ଦେଇଛି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ । ଡେଲଟା ଭାରିଆଣ୍ଟ ସମସ୍ତଙ୍କ ପାଇଁ ଏକ ଚେତାବନୀ ।
ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦେଢ ହଜାର ତଳକୁ ଖସୁନି। ଆଜି ପୁଣି ୧,୫୭୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଭାଇରସର ଅନ୍ୟ ଭାରିଏଣ୍ଟ୍ ତୁଳନାରେ ଡେଲଟା ଭାରିଏଣ୍ଟ୍ ଘାତକ ହେବା ସହ ଚିକେନପକ୍ସ ବା ହାଡ଼ଫୁଟି ପରି ଦ୍ରୁତଗତିରେ ବ୍ୟାପିପାରେ ବୋଲି ଏକ ରିପୋର୍ଟରେ କହିଛି ଆମେରିକାର ରୋଗ ନିୟନ୍ତ୍ରଣ ଓ ନିବାରଣ କେନ୍ଦ୍ର (ସିଡିସି) ।
ଦ୍ରୁତ ଗତିରେ ମାଡ଼ି ଚାଲିଛି କରୋନା ସଂକ୍ରମଣ । ଚୀନର ରାଜଧାନୀ ବେଜିଂ ସମେତ ୧୫ଟି ସହରରେ ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି । ଡିସେମ୍ବର ୨୦୧୯ରେ ଉହାନରେ ଭାଇରସ୍ ପ୍ରକୋପ ପରେ ସରକାରୀ ମିଡିଆ ଏହାକୁ ସବୁଠାରୁ ବ୍ୟାପକ ରୋଗ ସଂକ୍ରମଣ ବୋଲି କହିଛି ।
ମଲ୍, ସିନେମା ହଲ୍ ନେଇ କଣ ରହିବ ଗାଇଡଲାନରେ ତାକୁ ମଧ୍ୟ ଅପେକ୍ଷା ରହିଛି । ରାଜ୍ୟରେ କରୋନା ସଂକ୍ରମଣ ଏବେ ୨ ହଜାର ତଳେ ଥିଲେ ବି ଟେଷ୍ଟ ପଜିଟିଭିଟି ରେଟ୍ ୨ ପ୍ରତିଶତ ତଳକୁ ଖସିନି ।
କରୋନାରେ ସାରା ଦେଶରେ ଯେତିକି ପିଲା ବାପା ମାଆ ଛେଉଣ୍ଡ ହୋଇଛନ୍ତି, ସେଥି ମଧ୍ୟରୁ ଦ୍ୱିତୀୟ ସର୍ବାଧିକ ପିଲା ଓଡ଼ିଶାର। ଦେଶରେ ସର୍ବମୋଟ ୭୫ ହଜାର ୩୨୦ ପିଲା ବାପା, ମାଆଙ୍କୁ ହରାଇଥିବା ବେଳେ ଓଡ଼ିଶାରେ ସେଭଳି ପିଲାଙ୍କ ସଂଖ୍ୟା ୬ ହଜାର ୫୬୨ ବୋଲି ସୁପ୍ରିମକୋର୍ଟରେ ସତ୍ୟପାଠ ଜରିଆରେ ଦର୍ଶାଇଛନ୍ତି ଜାତୀୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ NCPCR।
କରୋନା ଭାଇରସକୁ ହରାଇବା ପାଇଁ ଇସ୍ରାଏଲ ଏକ ବଡ ପଦକ୍ଷେପ ନେଇଛି। ଏଠାରେ ୬୦ ବର୍ଷରୁ ଅଧିକ ଲୋକଙ୍କୁ କରୋନା ଭାକ୍ସିନର ତୃତୀୟ ଡୋଜ ଦିଆଯିବ। ଆସନ୍ତା ସପ୍ତାହରେ ତୃତୀୟ ଡୋଜ ଦିଆଯିବା ଆରମ୍ଭ ହେବ।
ଠିକ୍ ସେହିପରି, ୨୪ ଘଂଟାରେ ମୋଟ୍ ୪୨,୬୩୦ ଜଣ କରୋନା ଭାଇରସ୍ଠାରୁ ସୁସ୍ଥ ହୋଇଥିବା ବେଳେ ଦେଶର ମୋଟ୍ କରୋନା ଆକ୍ରାନ୍ତ ଜନିତ ସୁସ୍ଥଙ୍କ ସଂଖ୍ୟା ୩,୦୭,୪୩,୯୭୨ରେ ପହଞ୍ଚିଛି। ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଲା, ଦେଶରେ ଏବେ ବି ୪,୦୫,୧୫୫ ଆକ୍ଟିଭ୍ କେସ୍ ରହିଛି। ଏହାସହ ଦେଶରେ ମୋଟ୍ ୪୬,୪୬,୫୦,୭୨୩ ନମୁନା ପରୀକ୍ଷା ସରିଥିବା ବେଳେ ଗତକାଲି ୧୮,୧୬,୨୭୭ଟି ନମୁନା ପରୀକ୍ଷା ହୋଇଛି।
ରାଜ୍ୟରେ ୧୫୫୮ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇ ଥିବାବେଳେ ଖୋର୍ଦ୍ଧାରୁ ସର୍ବାଧିକ ୪୭୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନ୍ରୁ ୯୦୪ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ୬୫୪ ରହିଛି।
ବିଶ୍ୱବ୍ୟାପି କରୋନା ତା’ର କାୟା ବିସ୍ତାର କରି ଚାଲିଛି। କରୋନା ସଂକ୍ରମଣ ଠାରୁ ବଞ୍ଚିବାକୁ ହେଲେ ଏବେ ଏକମାତ୍ର ଉପାୟ ଭାକ୍ସିନ। ତେବେ କରୋନା ଭାକ୍ସିନକୁ ନେଇ ଏବେ ବି ପରୀକ୍ଷା ଜାରି ରହିଛି। ଜଣେ ବ୍ୟକ୍ତିକୁ ଭିନ୍ନ ଭିନ୍ନ ବ୍ରାଣ୍ଡ ଭାକ୍ସିନ ଦେବା କେତେଦୂର ଠିକ ହେବ ଏ ନେଇ ବୈଜ୍ଞାନିକ ଅଧ୍ୟୟନ ପାଇଁ ସରକାର ଅନୁମତି ଦେଇଛନ୍ତି।