କେନ୍ଦୁଝର: କରୋନା ସଂକ୍ରମଣ ଡରରେ ମୃତଦେହକୁ ଛୁଇଁଲେନି ଗାଁ ଲୋକେ। କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନା ଅନ୍ତର୍ଗତ ନାରଦପୁର ଗାଁରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଘଟଣା। ମୃତ ବ୍ୟକ୍ତି ଜଣକ ଗତ ମାର୍ଚ୍ଚ ୧୧ ତାରିଖରେ ବେଙ୍ଗାଲୁରୁରୁ ଗାଁକୁ ଫେରିଥିଲେ। ବେଙ୍ଗାଳୁରୁରୁ ଫେରିଥିବାରୁ ହୋମ୍ କ୍ୱାରେଣ୍ଟିନରେ ମଧ୍ୟ ରହିଥିଲେ। ହେଲେ ଆଜି କୌଣସି କାରଣରୁ ତାଙ୍କର ମୃତ୍ୟୁ ଘଟିଥିଲା। ଏଥିରେ ଭୟଭୀତ ହୋଇ ପଡିଥିଲେ ତାଙ୍କ ପରିବାର ଲୋକେ। ଏମିତିକି ବ୍ୟବଚ୍ଛେଦ ପାଇଁ ମେଡିକାଲ ନେବାକୁ […]
ବିଶାଖାପାଟଣା: ଆୟୁର୍ବେଦିକ ଔଷଧରେ କରୋନା ଭଲ ହେବା ଖବରକୁ ନେଇ ଅସମ୍ଭାଳ ଭିଡ଼। ଔଷଧ ନେବାକୁ ହଜାର ହଜାର ସଂଖ୍ୟକ ଲୋକ ଭିଡ଼ ଜମାଇ ଥିଲେ। ନା ଥିଲା ସାମାଜିକ ଦୂରତା ନା କେହି କୋଭିଡ କଟକଣାକୁ ମାନୁଥିଲେ। ମେ’ ୨୧ ତାରିଖ ସକାଳେ ଆନ୍ଧ୍ରପ୍ରଦେଶର ନେଲ୍ଲୋର ଜିଲ୍ଲା କ୍ରିଷ୍ଣାପାଟନମ ଗାଁରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଥିଲା। ସାମାଜିକ ଦୂରତା ଭୁଲି ଲୋକମାନେ ଆୟୁର୍ବେଦିକ ଔଷଧ ନେବାକୁ ଲମ୍ବା ଲାଇନ ସହ ଭିଡ଼ ଲଗାଇଥିବା ଦେଖିବାକୁ ମିଳିଥିଲା। […]
ନୂଆଦିଲ୍ଲୀ: ଦେଶରେ ମହାମାରୀ କରୋନାର ଦ୍ୱିତୀୟ ଲହର ଏବେ ଚିନ୍ତା ବଢ଼ାଇ ଥିବାବେଳେ ବ୍ଲାକ ଫଙ୍ଗସକୁ ନେଇ ଆହୁରି ଚିନ୍ତା ବଢ଼ିଛି। ଅନେକ ରାଜ୍ୟ ଏହି ରୋଗକୁ ମହାମାରୀ ଘୋଷିତ କରି ସାରିଲେଣି। ଏସବୁ ଭିତରେ ବ୍ଲାକ ଫଙ୍ଗସକୁ ନେଇ ଚକିତ କଲାଭଳି ଏକ ଘଟଣା ସାମ୍ନାକୁ ଆସିଛି। ଦିଲ୍ଲୀ ସ୍ଥିତ ସର ଗଙ୍ଗାରାମ ହସ୍ପିଟାଲରେ mucormycosis ଅର୍ଥାତ ବ୍ଲାକ ଫଙ୍ଗସକୁ ନେଇ ଏହି ବିରଳ ଘଟଣା ସାମ୍ନାକୁ ଆସିଛି। ମେଡିକାଲ ପରୀକ୍ଷଣରୁ ଜଣାପଡ଼ିଛି, ରୋଗୀଙ୍କ ଶରୀରର […]
ନୂଆଦିଲ୍ଲୀ/ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ବେଳେ କରୋନା ରୋଗୀ ଯେଭଳି ସୁରକ୍ଷିତ ରହିବେ ଏବଂ କୋଭିଡ୍ ହସ୍ପିଟାଲ ଓ କେନ୍ଦ୍ର ଗୁଡିକ ପରିଚାଳନାରେ ଯେମିତି କୌଣସି ବ୍ୟାଘାତ ନ ହୁଏ ତାହା ନିଶ୍ଚିତ କରିବା ଉପରେ କେନ୍ଦ୍ର କ୍ୟାବିନେଟ ସଚିବ ରାଜୀବ ଗୌବାଙ୍କ ଗୁରୁତ୍ୱାରୋପ କରିଛନ୍ତି। ଏଥିସହ ବାତ୍ୟା ପ୍ରଭାବିତ ଅଞ୍ଚଳରୁ ଦେଶର ଅନ୍ୟ ଅଞ୍ଚଳକୁ ଚାଲିଥିବା ଅକ୍ସିଜେନ୍ ଉତ୍ପାଦନ ଓ ଯୋଗାଣ ବଜାୟ ରଖିବା ଲାଗି ଆବଶ୍ୟକ ପଦକ୍ଷେପ ନେବାକୁ ସେ ପରାମର୍ଶ ଦେଇଛନ୍ତି। ଆଜି ରାଜୀବ […]
ନୂଆଦିଲ୍ଲୀ: କରୋନାରୁ ବର୍ତ୍ତିବାକୁ ଭାରତୀୟ ସ୍ଥଳସେନାର ନୂଆ ଷ୍ଟ୍ରାଟେଜି। ମହାମାରୀ କରୋନାରେ ସ୍ଥଳସେନାର କେତେକ ଯବାନ ସଂକ୍ରମିତ ହେବା ପରେ ଅନ୍ୟମାନଙ୍କୁ ଏହାର ପ୍ରଭାବରୁ ସୁରକ୍ଷା ଦେବାକୁ ସେନାର ସମସ୍ତ କର୍ମଚାରୀଙ୍କୁ ବର୍ଗିକରଣ କରାଯାଇଛି। ଯବାନମାନେ ଗ୍ରୀନ୍, ୟେଲୋ ଓ ରେଡ୍ ଭଳି ୩ଟି ବିଭାଗରେ ରହିବେ। ୧୪ ଦିନିଆ କ୍ୱାରେଣ୍ଟାଇନ୍ ପିରିୟଡ ସାରିଥିବା ଯବାନଙ୍କୁ ଗ୍ରୀନ୍, ୧୪ ଦିନିଆ କ୍ୱାରେଣ୍ଟାଇନରେ ଯିବାକୁ ଥିଲେ ୟେଲୋ ଓ କରୋନା ଲକ୍ଷଣ ଥିବା କିମ୍ବା ଚିକିତ୍ସା ଦରକାର କରୁଥିବା […]
ନୂଆଦିଲ୍ଲୀ: ଦେଶରେ କରୋନା ମୃତ୍ୟୁସଂଖ୍ୟା ୫୪୩କୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟାରେ ୨୪ ଜଣଙ୍କ ଜୀବନ ଯାଇଛି। ସେହିପରି ଆକ୍ରାନ୍ତଙ୍କ ସଂଖ୍ୟା ୧୭ ହଜାର ୨୬୫କୁ ବୃଦ୍ଧି ପାଇଛି। ୧୪ ହଜାର ୧୭୫ ଜଣଙ୍କ ଚିକିତ୍ସା ଚାଲିଥିବା ବେଳେ ୨ହଜାର ୫୪୭ ଜଣ ସୁସ୍ଥ ହୋଇଛନ୍ତି। ମହାରାଷ୍ଟ୍ରରେ ସର୍ବାଧିକ ୪ ହଜାର ୨୦୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୨୩ ଜଣଙ୍କ ମୃତ୍ୟୁ ହୋଇଛି। ଦିଲ୍ଲୀରେ ୨ ହଜାର ୩ ଜଣ ଆକ୍ରାନ୍ତ ଥିବା ବେଳେ, […]
ନୂଆଦିଲ୍ଲୀ: ଦେଶରେ କରୋନା ଗ୍ରାଫ ଧୀରେ ଧୀରେ ତଳମୁହାଁ ହେଉଛି। କିଛିଦିନ ହେବ ଲଗାତାର ଭାବେ ଦେଶରେ ସଂକ୍ରମିତଙ୍କ ସଂଖ୍ୟା କମିଛି। ଆଜି ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲଭ୍ ଅଗ୍ରଓ୍ବାଲ୍ ସୂଚନା ଦେଇଛନ୍ତି। ମେ ୧୦ରେ ପଜିଟିଭିଟି ହାର ୨୪% ଥିଲା, ଆଜି ଖସି ତାହା ୧୨.୪୫% ରହିଛି। ଗତ ୧୨ ଦିନ ହେଲାଣି ପଜିଟିଭିଟି ହାର ୨୦ % ତଳେ ରହିଛି। ଓଡ଼ିଶାର ୨୮ଟି ଜିଲ୍ଲାରେ ପଜିଟିଭିଟି ହାର ୧୦%ରୁ ଅଧିକ […]
ଭୁବନେଶ୍ୱର: ଓଡ଼ିଶାରେ ଆଜି ନୂଆ ୧୩ ପଜିଟିଭଙ୍କ ସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୪ରେ ପହଞ୍ଚିଛି। ତେବେ ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ରାଜ୍ୟ କୋଭିଡ୍-୧୯ ମୁଖ୍ୟ ମୁଖପାତ୍ରଙ୍କ ସୂଚନା ଅନୁଯାୟୀ ଏମାନଙ୍କ ଭିତରୁ ମୋଟ୍ ୨୪ ଜଣ ଅର୍ଥାତ୍ ପ୍ରାୟ ଏକ ତୃତୀୟାଂଶଙ୍କ ପଶ୍ଚିମବଙ୍ଗ ଲିଙ୍କ୍। ଏମାନେ ହୁଏତ ପଶ୍ଚିମବଙ୍ଗରୁ ଫେରିଛନ୍ତି କିମ୍ବା ପଶ୍ଚିମବଙ୍ଗ ଫେରନ୍ତାଙ୍କ ସଂସ୍ପର୍ଶରେ ଆସିଛନ୍ତି। ସେ ଭିତରୁ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ୧୩ ଜଣଙ୍କ ମଧ୍ୟରୁ ୧୦ ଜଣଙ୍କର […]
ଭୁବନେଶ୍ୱର: ରାଜ୍ୟରେ ଥମିଯାଇଥିବା କରୋନା ସଂକ୍ରମଣ ପୁଣି ବଢ଼ିବାରେ ଲାଗିଲା। ୨୪ ଘଣ୍ଟାରେ ୧୩ କରୋନା ରୋଗୀଙ୍କ ଚିହ୍ନଟ ପରେ ୭୪ରେ ପହଞ୍ଚିଛି ସଂକ୍ରମିତଙ୍କ ସଂଖ୍ୟା। ସକାଳେ ୭, ଅପରାହ୍ନରେ ୬ ଗୋଟିଏ ଦିନରେ ରାଜ୍ୟରୁ ୧୩ ନୂଆ କରୋନା ରୋଗୀ ଚିହ୍ନଟର ଖବର। ଏବେ ନିଦ ହଜାଇଲାଣି ଭଦ୍ରକ ଓ ଯାଜପୁରରେ ସଂକ୍ରମଣର ସ୍ଥିତି। ଭଦ୍ରକରେ ୩ ଆକ୍ରାନ୍ତ ଚିହ୍ନଟ ହେବାର ପାଖାପାଖି ୧୬ ଦିନ ପରେ ଆଜି ଆଉ ୫ ଜଣଙ୍କ ଠାରେ ଠାବ […]
ନୂଆଦିଲ୍ଲୀ: ଦେଶରେ ଯଦିଓ ଦୈନିକ କରୋନା ସଂକ୍ରମଣରେ ସାମାନ୍ୟ ହ୍ରାସ ପାଇଛି, ହେଲେ ମୃତ୍ୟୁ ସଂଖ୍ୟାରେ ହ୍ରାସ ଦେଖିବାକୁ ମିଳିନାହିଁ। ଗତ ୨୪ ଘଣ୍ଟାରେ ଦେଶରେ ୪,୧୯୪ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। କରୋନା କବଳରୁ ଲୋକଙ୍କୁ ରକ୍ଷା କରୁଥିବା ଡାକ୍ତରମାନେ ମଧ୍ୟ ଏଥିରୁ ବର୍ତ୍ତି ପାରି ନାହାନ୍ତି। କରୋନା କବଳରେ ପଡ଼ି ଡାକ୍ତରମାନେ ମଧ୍ୟ ଜୀବନ ହରାଇବାରେ ଲାଗିଛନ୍ତି। ଦେଶରେ କରୋନାର ଦ୍ଵିତୀୟ ଲହରରେ ବର୍ତ୍ତମାନ ସୁଦ୍ଧା ୪୨୦ ଜଣ ଡାକ୍ତରଙ୍କ ମୃତ୍ୟୁ ଘଟିଛି। […]
ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲାରେ ୩ଜଣ କରୋନା ପଜିଟିଭ୍ ରୋଗୀ ଚିହ୍ନଟ ହେବା ପରେ କଣ୍ଟେନମେଣ୍ଟ ଅବଧି ବଢାଇଛି ଜିଲ୍ଲା ପ୍ରଶାସନ। ରାଉରକେଲାର ବିଶ୍ରାରେ କଣ୍ଟେନମେଣ୍ଟ୍ ଜୋନ ଅବଧି ଆଉ ୪୮ ବଢ଼ିଛି। ପଞ୍ଚମ ଥର ପାଇଁ ସୁନ୍ଦରଗଡ଼ ଜିଲ୍ଲାପ୍ରଶାସନ ଏପରି ନିଷ୍ପତ୍ତି ନେଇଛି। ଏପରିକି ପ୍ରତିଦିନ ଉକ୍ତ ଅଞ୍ଚଳକୁ ପ୍ରତିଦିନ ସାନିଟାଇଜ୍ କରାଯାଉଛି। ସ୍ୱାସ୍ଥ୍ୟ କର୍ମୀମାନେ ଘରକୁ ଘର ବୁଲି ଲୋକଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରୁଛନ୍ତି। Second Update On Positive Cases, 20th April, 2020 […]
ନୂଆଦିଲ୍ଲୀ: କରୋନା ସ୍ଥିତି ମୁକାବିଲା ନେଇ ରାଜ୍ୟରେ କେନ୍ଦ୍ର ସରକାରଙ୍କ ପ୍ରଶଂସା। ଓଡ଼ିଶା ଓ କେରଳକୁ ପ୍ରଶଂସା କରିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଯୁଗ୍ମ ସଚିବ ଲବ ଅଗ୍ରଓ୍ୱାଲ। ଲକ୍ଡାଉନ ପୂର୍ବରୁ ଦେଶରେ ପ୍ରତି ୩. ୪ ଦିନରେ କେସ୍ ଦ୍ୱିଗୁଣିତ ହେଉଥିଲା। ଲକଡାଉନ୍ ପରେ ଏବେ ପ୍ରତି ୭. ୫ ଦିନରେ ମାମଲା ଦୁଇ ଗୁଣା ହେଉଛି। କିଛି ରାଜ୍ୟରେ ଆକ୍ରାନ୍ତ ଦ୍ୱିଗୁଣିତ ହାର ଜାତୀୟ ହାର ଠାରୁ କମ ରହିଛି। ଓଡ଼ିଶା ଓ କେରଳରେ […]
ନୂଆଦିଲ୍ଲୀ/ଭୁବନେଶ୍ୱର: ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏହାକୁ ଦୃଷ୍ଟିରେ ରଖି ଦୁର୍ବଳ ଓ ସଂକ୍ରମଣ ପ୍ରବଣ ଲୋକଙ୍କ ପ୍ରତି ଅଧିକ ଯତ୍ନଶୀଳ ହେବାକୁ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ପରାମର୍ଶ ଦିଆଯାଇଛି। ଏନେଇ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ନୂଆ ଆଡଭାଇଜରି ମଧ୍ୟ ଜାରି ହୋଇଛି। ଦୁର୍ବଳ, ମହିଳା, ଶିଶୁ, ବରିଷ୍ଠ ନାଗରିକ ଓ ସଂକ୍ରମଣ ପ୍ରବଣ ଲୋକ ଇତ୍ୟାଦିଙ୍କ ପ୍ରତି ଅଧିକ ଯତ୍ନବାନ ରହିବାକୁ ପରାମର୍ଶ ଦିଆଯାଇଛି। ଏନେଇ ସମସ୍ତ ରାଜ୍ୟର ମୁଖ୍ୟ […]
ମୁମ୍ବାଇ: ମୁମ୍ବାଇରେ କରୋନା ସ୍ଥିତି ଆହୁରି ସଙ୍ଗୀନ ହେବାରେ ଲାଗିଛି। ମୁମ୍ବାଇରେ ୫୩ ଜଣ ସାମ୍ବାଦିକ କରୋନାରେ ଆକ୍ରାନ୍ତ ହୋଇଥିବା ଖବର ସରବରାହ ସଂସ୍ଥାରୁ ଜଣାପଡିଛି। ହଫିଙ୍ଗପୋଷ୍ଟ ନାମକ ଏକ ଖବର ସଂସ୍ଥା ଦେଇଥିବା ସୂଚନା ଅନୁଯାୟୀ ମହାରାଷ୍ଟ୍ରର ହଟ୍ସ୍ପଟ୍ କୁହାଯାଉଥିବା ମୁମ୍ବାଇରେ ୫୩ ଜଣ ସାମ୍ବାଦିକ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏପରିକି ଏହି ସଂଖ୍ୟା ପରେ ବୃଦ୍ଧି ପାଇପାରେ ବୋଲି ଏହି ରିପୋର୍ଟରେ କୁହାଯାଇଛି। ଶିବସେନା ନେତା ଏବଂ ବ୍ରିହନ୍ମୁମ୍ବାଇ ମ୍ୟୁନିସିପାଲ କର୍ପୋରେସନ୍ର ସ୍ୱାସ୍ଥ୍ୟ […]
ଭୁବନେଶ୍ୱର: ଗୋଟିଏ ଦିନରେ ଓଡ଼ିଶାରେ ୧୩ କରୋନା ପଜିଟିଭ ଚିହ୍ନଟ ହେବା ପରେ ପୁଣି ଚିନ୍ତା ବଢ଼ାଇଛି। ଭଦ୍ରକ ଓ ଯାଜପୁରରୁ ଚିହ୍ନଟ ହୋଇଥିବା ୧୦ ଜଣ ଆକ୍ରାନ୍ତଙ୍କର ପଶ୍ଚିମବଙ୍ଗ ଟ୍ରାଭେଲ୍ ହିଷ୍ଟ୍ରି ରହିଛି। ସେମାନେ ନିକଟରେ ପଶ୍ଚିମବଙ୍ଗରୁ ଫେରିଥିଲେ। ତେଣୁ ଗତ ୨୮ ଦିନ ମଧ୍ୟରେ ପଶ୍ଚିମବଙ୍ଗରୁ ଫେରିଥିବା ସମସ୍ତ ବ୍ୟକ୍ତିଙ୍କୁ ସରକାରଙ୍କୁ ନିଜ ଆଡ଼ୁ ସୂଚନା ଦେବାକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ନିବେଦନ କରାଯାଇଛି। 10 persons of Bhadrak and Jajpur districts […]
ଭୁବନେଶ୍ୱର: ଲକଡାଉନ୍ ସତ୍ତ୍ୱେ ଖୋଲିବ ବିଶ୍ୱବିଦ୍ୟାଳୟ। ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ ଓ ଘରୋଇ ବିଶ୍ୱବିଦ୍ୟାଳୟ ଖୋଲିବ। ତେବେ କିଛି କଟକଣା ସହ ବିଶ୍ୱବିଦ୍ୟାଳୟ ଖୋଲିବା ନେଇ କୁଳପତିମାନଙ୍କୁ ଚିଠି ଲେଖିଛନ୍ତି ଉଚ୍ଚଶିକ୍ଷା ବିଭାଗ ସଚିବ। ଏହି ନିର୍ଦ୍ଦେଶ ଅନୁସାରେ, ବିଶ୍ୱବିଦ୍ୟାଳୟ ଖୋଲିଲେ ବି ଛାତ୍ରଛାତ୍ରୀ ଆସିବେନାହିଁ। ଥିଓରୀ ଓ ପ୍ରାକ୍ଟିକାଲ କ୍ଲାସ ସିଧାସଳଖ ହେବନି। ତେବେ ଅନଲାଇନ କ୍ଲାସ୍ ଓ ଡିଷ୍ଟାନ୍ସ ଲର୍ଣ୍ଣିଂ ଚାଲିବ। କୌଣସି ଥିଓରୀ କିମ୍ବା ପ୍ରାକ୍ଟିକାଲ୍ ପରୀକ୍ଷା […]
ହାଇଦ୍ରାବାଦ: ତେଲେଙ୍ଗାନର ଏକ ପ୍ରାଇମେରୀ ସ୍କୁଲର ଜଣେ ଶିକ୍ଷୟିତ୍ରୀ କରୋନାରେ ଆକ୍ରାନ୍ତ ହୋଇ ଆଖି ବୁଜିଛନ୍ତି। ଏପ୍ରିଲ ୧୭ରେ ତେଲେଙ୍ଗାନାର ନାଗାର୍ଜୁନସାଗର ବିଧାନସଭା ଉପନିର୍ବାଚନରେ ସେ ନିର୍ବାଚନୀ ଡ୍ୟୁଟିରେ ଥିଲେ। ଏହାପରେ ସେ କରୋନାରେ ଆକ୍ରାନ୍ତ ହୋଇଥିଲେ। ଶେଷରେ ମହାମାରୀ କରୋନାରେ ଚାଲି ଯାଇଥିଲା ତାଙ୍କ ଜୀବନ। ତାଙ୍କର ୮ ବର୍ଷର ଜଣେ ଝିଅ ଅଛି। ଏପ୍ରିଲ ୨୦ରେ ଶିକ୍ଷୟିତ୍ରୀ ସନ୍ଧ୍ୟାଙ୍କୁ ଜ୍ୱର ଆସିଥିଲା। ଏହାପରେ ସେ କରୋନା ଟେଷ୍ଟ କରାଇଥିଲେ ଓ ରିପୋର୍ଟ ପଜିଟିଭ ଆସିଥିଲା। ସପ୍ତାହକ […]
ଭୁବନେଶ୍ୱର: ଗତ କିଛି ଦିନ ଧରି ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟାରେ ଧିମା ପଡ଼ିଥିବାବେଳେ ଗୋଟିଏ ଦିନରେ ୧୩ ଜଣଙ୍କ ରିପୋର୍ଟ ପଜିଟିଭ ଆସିବା ପୁଣି ଚିନ୍ତା ବଢ଼ାଇଛି। ଆଜି ଆଉ ୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ଘର ସ୍ୱାସ୍ଥ୍ୟ ବିଭାଗ ଜଣାଇ ନଥିବାବେଳେ ମ୍ୟାପ୍ ତଥ୍ୟ ଅନୁସାରେ ଜଣେ ସୁନ୍ଦରଗଡ଼ର ହୋଇଥିବାବେଳେ ଅନ୍ୟ ୫ଜଣ ଯାଜପୁର ଜିଲ୍ଲାର ବୋଲି ଜଣାପଡ଼ିଛି। ଏମାନଙ୍କୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୭୪ରେ ପହଞ୍ଚିଛି। ଆଜି ସକାଳେ […]
ପଦ୍ମପୁର(ବରଗଡ଼): ଯିଏ କରୋନା ମୁକାବିଲାର ସମ୍ମୁଖ ଯୋଦ୍ଧା, କରୋନା ପଜିଟିଭ ଚିହ୍ନଟ ହେବା ପରେ ତାଙ୍କୁ ହିଁ ଅବହେଳା କରାଯାଇଥିବା ଅଭିଯୋଗ ହୋଇଛି। ନା ତାଙ୍କୁ କୋଭିଡ କେୟାର ସେଣ୍ଟରରେ ଭର୍ତ୍ତି କରାଗଲା, ନା ଅନ୍ୟ କିଛି ପରାମର୍ଶ ଦିଆଗଲା। ସାରା ରାତି ହସ୍ପିଟାଲ ପରିସରରେ ଏକ ଗଛ ତଳେ ବସି ବସି ସମୟ କାଟିଲେ ଜଣେ ଅଙ୍ଗନଓ୍ୱାଡ଼ି କର୍ମୀ। ବରଗଡ଼ ଜିଲ୍ଲା ପଦ୍ମପୁରରୁ ଏହି ଅଭିଯୋଗ ଆସିଛି। ଅଭିଯୋଗ ଅନୁସାରେ, ଅଏଁଲାଭଟା ଗାଁର ଜଣେ ଅଙ୍ଗନଓ୍ୱାଡ଼ି […]
ଭୁବନେଶ୍ୱର: ଭୁବନେଶ୍ୱରରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କର୍ମଚାରୀ ଏବଂ ଆଇଟି କଂପାନୀମାନେ କେତେ କର୍ମଚାରୀଙ୍କୁ ନେଇ କାର୍ଯ୍ୟ କରିବେ ସେନେଇ ଟ୍ୱିଟ୍ କରିଛନ୍ତି ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ। ଭୁବନେଶ୍ୱରରେ ଥିବା କେନ୍ଦ୍ର ସରକାରଙ୍କ ବିଭିନ୍ନ କାର୍ଯ୍ୟାଳୟରେ ଅତିରିକ୍ତ ସଚିବ ରାଙ୍କର ଉପରେ ଥିବା ସମସ୍ତ ଅଧିକାରୀ ଅଫିସ୍ ଆସିପାରିବେ ଏବଂ ଅନ୍ୟ କର୍ମଚାରୀଙ୍କ ସଂଖ୍ୟା ୩୦ ପ୍ରତିଶତ ରହିବ ବୋଲି ସିପି ସୂଚନା ଦେଇଛନ୍ତି। ସେମାନେ ପରିଚୟ ପତ୍ର ଦେଖାଇ ଅଫିସ୍ ଯାଇପାରିବେ ଏବଂ […]
ନ୍ୟୁୟର୍କ: କରୋନା କବଳରେ ସାରା ବିଶ୍ୱ। ୨୧୦ ଦେଶରେ ୨୩ ଲକ୍ଷ ୫୦ ହଜାରରୁ ଅଧିକ ଲୋକ ଆକ୍ରାନ୍ତ ହୋଇଥିବା ବେଳେ ଏଯାଏଁ ଏହି ମହାମାରୀରେ ଗଲାଣି ଲକ୍ଷେ ୬୧ ହଜାରରୁ ଅଧିକ ଜୀବନ। କୋଭିଡ ୧୯ ମହାମାରୀରେ ସବୁଠୁ ବେଶୀ ପ୍ରଭାବିତ ହୋଇଛି ଯୁକ୍ତରାଷ୍ଟ୍ର ଆମେରିକା। ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ୩୮ ହଜାର ଟପିଥିବା ବେଳେ ୩୯ ହଜାରରୁ ଅଧିକ ଲୋକଙ୍କ ମୃତ୍ୟୁ ହୋଇସାରିଲାଣି। ଆକ୍ରାନ୍ତ ସଂଖ୍ୟାରେ ସ୍ପେନ୍ ଦ୍ୱିତୀୟରେ ଥିବା ବେଳେ […]
ନୂଆଦିଲ୍ଲୀ: କୋଭିଡ୍ ଭ୍ୟାକ୍ସିନ ଓ ଔଷଧ ପରୀକ୍ଷଣ ପାଇଁ ଉଚ୍ଚସ୍ତରୀୟ ଟାସ୍କଫୋର୍ସ ଗଠନ କଲେ କେନ୍ଦ୍ର ସରକାର। ଜାତୀୟ ଓ ଅନ୍ତର୍ଜାତୀୟ କ୍ଷେତ୍ରରେ ଭ୍ୟାକ୍ସିନ ପ୍ରସ୍ତୁତି ପାଇଁ ଚାଲିଥିବା ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା ଦିଗରେ ଏହି ଟାସ୍କ ଫୋର୍ସ କାର୍ଯ୍ୟ କରିବ ବୋଲି ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଯୁଗ୍ମ ସଚିବ ଲବ ଅଗ୍ରଓ୍ୱାଲ। ନୀତି ଆୟୋଗ ସଦସ୍ୟ ଓ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ବିଜ୍ଞାନ ପରାମର୍ଶଦାତାଙ୍କ ନେତୃତ୍ୱରେ ଏହି ଟାସ୍କଫୋର୍ସ କାର୍ଯ୍ୟ କରିବ। […]
ନୂଆଦିଲ୍ଲୀ: ଦେଶରେ ଯଦିଓ ଦୈନିକ କରୋନା ସଂକ୍ରମଣ ସଂଖ୍ୟା ସାମାନ୍ୟ ହ୍ରାସ ପାଇଛି, ହେଲେ ମୃତ୍ୟୁ ସଂଖ୍ୟାରେ ବ୍ରେକ ଲାଗିପାରୁନି। ଲଗାତାର କିଛିଦିନ ଧରି ଦେଶରେ ପ୍ରତିଦିନ ୪ ହଜାରରୁ ଅଧିକ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଛି। ଏହାଛଡା ଲୋକମାନେ କରୋନା ଟେଷ୍ଟ କରାଇବା ପାଇଁ ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳୁଛି। ଅଧିକ ସଂକ୍ରମିତ ଚିହ୍ନଟ ସହ ଟେଷ୍ଟ ରିପୋର୍ଟ ଆସିବାରେ ମଧ୍ୟ ବିଳମ୍ବ ହେଉଥିବା ନଜର ଆସୁଛି। ଏସବୁ ଭିତରେ ICMR(Indian Council of […]
ପୁରୀ: ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବେଶ ଉପରେ କଟକଣା ଲାଗିଥିବାବେଳେ, ଜଣେ ପୋଲିସ ଅଧିକାରୀ ଏହାକୁ ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଛି। କଟକଣା ଭାଙ୍ଗି ଯାଜପୁର ଜିଲ୍ଲା ବଡ଼ଚଣା ଥାନା ଅଧିକାରୀ ଓ ତାଙ୍କ ପରିବାର ଲୋକେ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରି ମହାପ୍ରଭୁଙ୍କ ଦର୍ଶନ କରିଥିବା ସୂଚନା ମିଳିଛି। ସେ ଦକ୍ଷିଣ ଦ୍ୱାର ଦେଇ ମନ୍ଦିରକୁ ପଶିଥିଲେ। ଏନେଇ ସିଂହଦ୍ୱାର ଥାନାରେ ଜଣେ ହାବିଲଦାରଙ୍କ ଏତଲାକ୍ରମେ ମାମଲା ରୁଜୁ ହୋଇଛି। ଭକ୍ତଙ୍କ ପ୍ରବେଶ କଟକଣା ସତ୍ତ୍ୱେ ଦର୍ଶନ […]
ଭୁବନେଶ୍ୱର: ବିଶ୍ୱକୁ ଘାରିଛି ମହାମାରୀ କରୋନା ଚିନ୍ତା। ସାଂଘାତିକ ସ୍ଥିତିରେ ପହଞ୍ଚିଛି କୋଭିଡ୍-୧୯ ସଂକ୍ରମଣ ହାର। ଚୀନ୍ ପରେ ପରେ ଆମେରିକା, ଇଟାଲୀ, ସ୍ପେନ୍, ଫ୍ରାନ୍ସ ଆଦି ଅନେକ ଶକ୍ତିଶାଳୀ ରାଷ୍ଟ୍ରରେ ମୃତ୍ୟୁର ତାଣ୍ଡବ ରଚୁଛି କରୋନା ଭାଇରସ୍। ଆଉ ସେହି ଭୟଙ୍କର ଭାଇରସର ବାହକ ସାଜି ବିପଦ ସୃଷ୍ଟି କରିଛନ୍ତି ଜଣେ ଜଣେ ସୁପର ସ୍ପ୍ରେଡର୍। କରୋନାର କରାଳ କାୟା ଭିତରେ ଚିନ୍ତା ବଢ଼ାଉଛନ୍ତି ସୁପର୍ ସ୍ପ୍ରେଡର। ନିଜେ ଆକ୍ରାନ୍ତ ହୋଇ ଅନ୍ୟକୁ ବାଣ୍ଟି ଚାଲିଛନ୍ତି […]