ଭୁବନେଶ୍ୱର: ସବୁ ରେକର୍ଡ ଭାଙ୍ଗିଲା ସୁନ୍ଦରଗଡ। କରୋନା ସଂକ୍ରମଣ ଯେଉଁ ହାରରେ ଏଠାରେ ବଢୁଛି ତାହା ରାଜ୍ୟବାସୀଙ୍କ ଚିନ୍ତା ବଢାଇଛି। ଲଗାତାର ଦୈନିକ କରୋନା ସଂକ୍ରମଣ ତାଲିକାର ଉପରେ ଥିବା ସୁନ୍ଦରଗଡରୁ ଆଜି ରେକର୍ଡ ସଂଖ୍ୟକ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଆଜି ଏଠାରୁ ୬୩୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଗତକାଲି ୨୨୬୭ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ ଆଜି ବାହାରିଛି ୨୯୮୯ ଜଣ ସଂକ୍ରମିତ। ଏମାନଙ୍କ ମଧ୍ୟରୁ ୧୭୩୩ କରୋନା ରୋଗୀ କ୍ୱାରେଣ୍ଟିନରେ ଥିବାବେଳେ ଲୋକାଲ […]
ମୁମ୍ବାଇ: ମହାରାଷ୍ଟ୍ରରେ ଭୟାବହ ହେଉଛି କରୋନା। ରୋଗୀଙ୍କ ସଂଖ୍ୟା ଏତେମାତ୍ରାରେ ବଢୁଛି ଯେ, ଡାକ୍ତରଖାନାରେ ଚିକିତ୍ସା ସେବା ଯୋଗାଇବା ମୁସ୍କିଲ ହୋଇ ଯାଉଛି। ରାଜ୍ୟରେ ଗତକାଲି ପ୍ରାୟ ୬୩ ହଜାର ନୂଆ ସଂକ୍ରମଣ ମାମଲା ରିପୋର୍ଟ ହୋଇଥିବା ବେଳେ ୩୪୯ ଜଣଙ୍କ ମୃତ୍ୟୁ ହୋଇଛି । କେବଳ ମୁମ୍ବାଇରେ ଦିନକରେ ୯ ହଜାର ୨୦୦ ଲୋକ ସଂକ୍ରମିତ ହୋଇଛନ୍ତି । ମୁମ୍ବାଇରେ ରୋଗୀଙ୍କ ସଂଖ୍ୟା ବଢୁଥିବାରୁ ଚିକିତ୍ସାରେ ଅବ୍ୟବସ୍ଥା ଦେଖାଦେଇଛି। ଜୋଗେଶ୍ୱରୀ ଡାକ୍ତରଖାନାରେ ୨ ସପ୍ତାହରେ ୧୨ […]
ପୁରୀ: ପୁରୀରେ ବ୍ୟାପକ ହୋଇଛି କରୋନା ସଂକ୍ରମଣ। ପର୍ଯ୍ୟଟକଙ୍କଠାରୁ ଆରମ୍ଭ କରି ଶ୍ରୀମନ୍ଦିର ପର୍ଯ୍ୟନ୍ତ ସବୁଠି ବ୍ୟାପିଲାଣି କରୋନା ସଂକ୍ରମଣ। ଦୀର୍ଘମାସ ବନ୍ଦ ରହିବା ପରେ ପୁରୀ ଶ୍ରୀମନ୍ଦିର ଭକ୍ତଙ୍କ ପାଇଁ ଖୋଲିଥିଲା। କଟକଣା ଭିତରେ ଜଗା ଦର୍ଶନ ପାଉଥିଲେ ଭକ୍ତ। ହେଲେ ଏବେ ପରିସ୍ଥିତି ସାଂଘାତିକ ହେଲାଣି। ଶ୍ରୀମନ୍ଦିର ସହ ସଂପୃକ୍ତ ୨୩ ଜଣ କରୋନା ପଜିଟିଭ ଆସିଥିବା ଜଣାଯାଇଛି। ଆଜି ମିଳିଥିବା ସୂଚନାରୁ ଜଣାଯାଇଛି, ପୁରୀରେ ୭ ସେବାୟତ ଓ ସେମାନଙ୍କ ୩ ପରିବାର ସଦସ୍ୟଙ୍କ […]
ନୂଆଦିଲ୍ଲୀ: ଦେଶରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମଣ। ପ୍ରଥମ ଲହରଠୁ ଆହୁରି ଭୟାନକ ରୂପ ଧାରଣ କରି ବ୍ୟାପିବାରେ ଲାଗିଛି ସଂକ୍ରମଣ । ଦେଶରେ ୨୪ ଘଣ୍ଟାରେ ଏକ ଲକ୍ଷ ୬୦ ହଜାର ବ୍ୟକ୍ତି କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେହିପରି ୮୮୦ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ମହାରାଷ୍ଟ୍ରରେ ୫୧,୭୫୧ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ ଉତ୍ତରପ୍ରଦେଶରେ ୧୩, ୬୦୪ ଜଣ, ଛତିଶଗଡରେ ୧୩,୫୭୬ ଏବଂ ଦିଲ୍ଲୀରେ […]
ଭୁବନେଶ୍ୱର: ରାଜ୍ୟରେ ବେକାବୁ ହେଉଛି କରୋନା। ଦିନକୁ ଦିନ ସଂକ୍ରମଣ ବଢି ବଢି ଚାଲିଛି। ଆଜି ରାଜ୍ୟର ୩୦ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୧୭୮୪ କରୋନା ପଜିଟିଭ । ସେମାନଙ୍କ ମଧ୍ୟରୁ ୧୦୩୪ କ୍ୱାରେଣ୍ଟିନରୁ ବାହାରି ଥିବାବେଳେ ୭୪୯ ଲୋକାଲ କଣ୍ଟାକ୍ଟ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା। ସେହିପରି ରାଜ୍ୟରେ କରୋନାରେ ଆଜି ୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକ ଦ୍ୱୟ ଭଦ୍ରକ ଓ ବଲାଙ୍ଗିର ଜିଲ୍ଲାର। ଏହାକୁ […]
ନୂଆଦିଲ୍ଲୀ: ଦେଶରେ କରୋନା ଭାଇରସ ସ୍ଥିତି ଦିନକୁ ଦିନ ଭୟଙ୍କର ରୂପ ନେଉଛି। ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ରେକର୍ଡ ଭାଙ୍ଗୁଛି। ଇତିମଧ୍ୟରେ ସୁପ୍ରିମ୍ କୋଟରୁ ଏକ ବଡ ଖବର ସାମ୍ନାକୁ ଆସିଛି। ମିଳିଥିବା ଖବର ଅନୁଯାୟୀ, ସୁପ୍ରିମକୋର୍ଟର ୫୦ ପ୍ରତିଶତ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଛନ୍ତି। ସଂକ୍ରମଣକୁ ରୋକିବା ପାଇଁ ସମସ୍ତ ଶୁଣାଣି ଭିଡିଓ କନ୍ଫରେନ୍ସି ଜରିଆରେ କରାଯିବ ବୋଲି କୁହାଯାଇଛି। ଏବେ ସମସ୍ତ ବିଚାରପତି ଘରେ କାମ କରୁଛନ୍ତି। ଏତେ ସଂଖ୍ୟକ କରୋନା ପଜିଟିଭ ଚିହ୍ନଟ […]
ନୂଆଦିଲ୍ଲୀ: ଡରେଇଲାଣି କରୋନା । ପ୍ରତିଦିନ ରେକର୍ଡ ଭାଙ୍ଗୁଛି ସଂକ୍ରମଣ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ଲକ୍ଷ ୬୮ ହଜାର ୯୧୨ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଦେଶରେ ଗୋଟିଏ ଦିନରେ ଏତେ ସଂଖ୍ୟକ ରୋଗୀ ଚିହ୍ନଟ ହେବା ପ୍ରଥମ। ଏହା ପୂର୍ବରୁ ଏପ୍ରିଲ ୧ ତାରିଖ ୧ ଲକ୍ଷ ୫୨ ହଜାର ୫୬୫ ମାମଲା ସାମ୍ନାକୁ ଆସିଥିଲା। ସେହିପରି ୨୪ ଘଣ୍ଟା ମଧ୍ୟରେ ୯୦୪ ଜଣ ରୋଗୀ ଆଖି ବୁଜିଛନ୍ତି। ଗତ […]
ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ବେଲଗାମ ହେଲାଣି। ଦୈନିକ କରୋନା ସଂକ୍ରମଣ କ୍ରମାଗତ ଭାବେ ବଢି ଚାଲିଥିବାବେଳେ ମୃତ୍ୟୁ ସଂଖ୍ୟା ବି ଧୀରେ ଧୀରେ ବଢୁଛି। ଆଜି କରୋନାରେ ପୁଣି ଦୁଇଜଣଙ୍କର ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗତ ୧୦ ତାରିଖ ରାଜ୍ୟରେ କରୋନାରେ ୨ ଜଣ ଆକ୍ରାନ୍ତ ପ୍ରାଣ ହରାଇଥିବାବେଳେ ଆଜି ପୁଣି ଦୁଇଜଣ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା […]
ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ପ୍ରତିଦିନ ନୂଆ ରେକର୍ଡ କରୁଛି। ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଗତ କିଛି ଦିନ ଧରି ୧ ଲକ୍ଷ ଉପରେ ରହିଛି। ଶନିବାର ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୪୫ ହଜାରରୁ ଅଧିକ ହୋଇଥିବାବେଳେ ମୃତକଙ୍କ ସଂଖ୍ୟା ୭୦୦ରୁ ଅଧିକ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ସୂଚନା ଅନୁସାରେ, ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧, ୪୫, ୩୮୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହି ସମୟ […]
ଭୁବନେଶ୍ୱର:ରାଜ୍ୟରେ ଉପର ମୁହାଁ କରୋନା ଗ୍ରାଫରେ କିଛି ବି ପରିବର୍ତ୍ତନ ଆସିନି। କ୍ରମାଗତ ଭାବେ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ଶୁକ୍ରବାର ରାଜ୍ୟରୁ ୧୨୮୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଆଜି ଚିହ୍ନଟ ହୋଇଛନ୍ତି ୧୩୭୪ କରୋନା ରୋଗୀ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନରେ ଥିଲେ ୮୧୨ ଏବଂ ଲୋକାଲ କେସ ୫୬୨। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସୁନ୍ଦରଗଡ ରେକର୍ଡ କରିଛି। ଏକ ସୁନ୍ଦରଗଡ […]
ଭୁବନେଶ୍ୱର: ରାଜ୍ୟରେ କରୋନାର ଦ୍ୱିତୀୟ ଲହରୀ ଚିନ୍ତା ବଢାଇଛି। ଦୈନିକ ସଂକ୍ରମଣ ରେକର୍ଡ ସଂଖ୍ୟକ ବୃଦ୍ଧି ପାଉଥିବାବେଳେ ଆଜି ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତ ଜଣକ ପୁରୀ ଜିଲ୍ଲାର ବୋଲି ଜଣାପଡ଼ିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ କରି ସୂଚନା ଦେଇଛି। ଏହା ପରେ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୯୨୩କୁ ବୃଦ୍ଧି ପାଇଛି। ଆଜି ରାଜ୍ୟରୁ ରେକର୍ଡ ସଂଖ୍ୟକ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ୨୪ ଘଣ୍ଟାରେ […]
ଭୁବନେଶ୍ୱର: କରୋନା ସଂକ୍ରମଣ ଆଜି ରାଜ୍ୟରେ ବିସ୍ଫୋରକ ରୂପ ନେଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୭୯୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୫୯ କରୋନା କ୍ୱାରେଣ୍ଟିନରେ ଥିବାବେଳେ ୩୩୨ ଲୋକାଲ କେସ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ କରି କୁହାଯାଇଛି। ରାଜ୍ୟରେ ଅଣାୟତ୍ତ ହେଉଛି କରୋନା ସ୍ଥିତି। ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ରେକର୍ଡ ହାରରେ ବୃଦ୍ଧି ପାଉଛନ୍ତି। ଗତ ସୋମବାର ୫୭୩ କରୋନା ରୋଗୀ ଚିହ୍ନଟ […]
ୱାଶିଂଟନ:ଆମେରିକାର ସମସ୍ତ ପ୍ରାପ୍ତ ବୟସ୍କଙ୍କୁ କରୋନା ଟିକା ଦିଆଯିବ। ଏନେଇ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ଘୋଷଣା କରିଛନ୍ତି । ଏପ୍ରିଲ ୧୯ରୁ ଏହି ଟିକାକରଣ ଅଭିଯାନ ଆରମ୍ଭ ହେବ। ପୂର୍ବରୁ ମେ’ ପହିଲାରୁ ପ୍ରାପ୍ତ ବୟସ୍କଙ୍କୁ ଟିକା ଦିଆଯିବ ବୋଲି ଆମେରିକା ପ୍ରଶାସନ ପକ୍ଷରୁ ଲକ୍ଷ୍ୟ ରଖାଯାଇଥିଲା । କିନ୍ତୁ ଗତକାଲି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ୧୮ ବର୍ଷରୁ ଅଧିକ ସମସ୍ତଙ୍କୁ ଏପ୍ରିଲ ୧୯ରୁ ଟିକା ଦିଆଯିବ ବୋଲି ଘୋଷଣା କରିଛନ୍ତି । ସିଏନଏନ […]
ଝାରସୁଗୁଡ଼ା: କୋଭିଡ୍ କଟକଣା ଜୋରଦାର କରିଛି ପ୍ରଶାସନ । ସାପ୍ତାହିକ ହାଟ, ଦୋକାନ, ବଜାର ବନ୍ଦ କରିଛି। ଫଳରେ ବ୍ୟବସାୟୀମାନେ ଘାଟାରେ ପଡ଼ିଛନ୍ତି। ଜିନିଷପତ୍ର ବିକ୍ରି କରିପାରୁ ନାହାନ୍ତି। ଏହି କ୍ରମରେ ଆଜି ଝାରସୁଗୁଡ଼ା ସହରରେ ଏକମାତ୍ର ପରିବା ବଜାରକୁ ପ୍ରଶାସନ ପକ୍ଷରୁ ବନ୍ଦ କରି ଦିଆଯାଇଥିଲା । ଫଳରେ ଏହି ବଜାର ଉପରେ ନିର୍ଭର କରୁଥିବା ଚାଷୀ ଓ ବ୍ୟବସାୟୀ ପନି ପରିବା ବିକି ନପାରି ଅସୁବିଧାର ସମ୍ମୁଖୀନ ହୋଇଛନ୍ତି । ପ୍ରତିବାଦରେ ବ୍ୟବସାୟୀ ପନିପରିବା […]
ଭୁବନେଶ୍ୱର: ରାଜ୍ୟରେ ନିୟନ୍ତ୍ରଣ ବାହାରକୁ ଯାଉଛି କରୋନା ସଂକ୍ରମଣ। ପ୍ରତିଦିନ କରୋନା ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢିଚାଲିଛି। ଗତକାଲି ୫୭୩ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ ଗତ ୨୪ ଘଣ୍ଟାରେ ୫୮୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୫ ପଜିଟିଭ୍ ଚିହ୍ନଟ; ସୁନ୍ଦରଗଡ଼ରୁ ୮୪, କଳାହାଣ୍ଡିରୁ ୬୪, ଝାରସୁଗୁଡ଼ାରୁ ୩୧ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳରୁ ୫, ବାଲେଶ୍ୱରରୁ […]
ମୁମ୍ବାଇ: କରୋନାରେ ସଂକ୍ରମିତ ହୋଇଛନ୍ତି ଡ୍ରଗ୍ସ କେସରେ ଏନସିବି ଦ୍ୱାରା ଗିରଫ ହୋଇଥିବା ଏଜାଜ୍ ଖାନ୍। ଗତ ବୁଧବାର ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାରେ ଜଡିତ ଡ୍ରଗ୍ସ କେସରେ ଆଜାଜଙ୍କୁ ଗିରଫ କରାଯାଇଥିଲା। ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ହସପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ଅନୁସନ୍ଧାନକାରୀ ଅଫିସରମାନଙ୍କୁ ଏବେ କୋଭିଡ୍ ଟେଷ୍ଟ୍ କରାଯାଉଥିବା ଏନସିବି କହିଛି। ପୂର୍ବରୁ ଏନସିବି ଆଞ୍ଚଳିକ ନିର୍ଦ୍ଦେଶକ ସମିର ୱାଙ୍ଖେଡେ କହିଥିଲେ ଯେ, ଶାଦବ […]
କରୋନା ଭାଇରସ୍ ଯଦିଓ ଏକ ଶ୍ୱାସଜନିତ ରୋଗ ତଥାପି ଏହା କାହାରିକୁ ଛାଡୁନି। ଏହାର ରିସ୍କ୍ ଫ୍ୟାକ୍ଟର୍ ଭିନ୍ନ ଭିନ୍ନ ଲୋକଙ୍କୁ ନେଇ ଅଲଗା ରହିଛି। ନିକଟରେ ଏକ ଅଧ୍ୟୟନରୁ କରୋନା ଭାଇରସଜନିତ ଏକ ନୂଆ ରିସ୍କ ପଦାକୁ ଆସିଛି। ପ୍ଲସ୍ ୱାନ୍ ପତ୍ରିକା ଅନୁସାରେ, ଟାଇପ୍-୨ ଡାଇବେଟିସ୍ ରୋଗୀ ଓ ମେଦବହୁଳ ବ୍ୟକ୍ତିମାନଙ୍କ ପକ୍ଷେ କୋଭିଡ୍-୧୯ ଅଧିକ କ୍ଷତିକାରକ। ୟୁକେର ମାରିଲ୍ୟାଣ୍ଡ୍ ସ୍ଲୁଲ୍ ଅଫ୍ ମେଡିସିନ୍ ୟୁନିଭର୍ସିଟି ୪୦ ବର୍ଷରୁ ଊର୍ଦ୍ଧ ପାଞ୍ଚ ଶହ ଲୋକଙ୍କୁ […]
ଭୁବନେଶ୍ୱର: ରାଜ୍ୟରେ କରୋନା ଗ୍ରାଫ୍ ଉପରମୁହାଁ ହୋଇଛି। ଗତ ୨୪ ଘଣ୍ଟାରେ ୫ ଶହରୁ ଅଧିକ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଜାରି ସୂଚନା ଅନୁସାରେ, ଆଜି ରାଜ୍ୟରେ ୫୭୩ ନୂଆ ମାମଲା ସାମ୍ନାକୁ ଆସିଛି। ଏଥିମଧ୍ୟରୁ ୩୩୭ କ୍ୱାରେଣ୍ଟିନରେ ଥିବାବେଳେ ୨୩୬ ଲୋକାଲ କେସ୍ ରହିଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧତ୍କ ୯୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳରୁ ୩୨, କଟକରୁ ୨୮, ବରଗଡରୁ ୪୩, କଳାହାଣ୍ଡିରୁ […]
କଟକ: ରାଜ୍ୟରେ କୋଭିଡ ସଂକ୍ରମଣ ଦ୍ରୁତ ଗତିରେ ବଢୁଥିବାରୁ ପୁଣି ଆରମ୍ଭ ହୋଇଯାଇଛି କଟକଣା। କେଉଁ ଅଞ୍ଚଳକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ କରାଯାଇଛି ତ କେଉଁ ଅଞ୍ଚଳକୁ ଲକ୍ଡାଉନ ଘୋଷଣା କରାଯାଇଛି। କୋଭିଡ ସଂକ୍ରମଣକୁ ନିୟନ୍ତ୍ରଣ ପାଇଁ ବିଏମ୍ସି ପକ୍ଷରୁ ଗାଇଡଲାଇନ ଗତକାଲି ଜାରି କରାଯାଇଥିବାବେଳେ ଏବେ CMC ପକ୍ଷରୁ ନୂଆ ମାର୍ଗଦର୍ଶିକା ଜାରି କରାଯାଇଛି। ନୂଆ ଗାଇଡଲାଇନ ଅନୁଯାୟୀ, ବିବାହ ଓ ଶୁଦ୍ଧି କାଯର୍ୟରେ କୋଭିଡ କଟକଣା କଡ଼ାକଡ଼ି ହେବ। ଏଣିକି ବିବାହ ଉତ୍ସବରେ କେବଳ […]
ଢାକା: କରୋନା ଭାଇରସ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ପଡୋଶୀ ବାଂଲାଦେଶରେ ୭ ଦିନିଆ ସମ୍ପୂର୍ଣ୍ଣ ଲକ୍ଡାଉନ ଘୋଷଣା କରାଯାଇଛି। ଏଠାରେ ସୋମବାର ୫ ଏପ୍ରିଲରୁ ୭ ଦିନ ପର୍ଯ୍ୟନ୍ତ ଲକ୍ଡାଉନ ଘୋଷଣା କରାଯାଇଛି। କେବଳ ଜରୁରୀକାଳୀନ ସେବାକୁ ଏଥିରୁ ବାଦ୍ ଦିଆଯାଇଛି। ବାଂଲାଦେଶରେ କରୋନା ମାମଲା କ୍ରମାଗତ ଭାବେ ବଢିବାରେ ଲାଗିଛି। ଶୁକ୍ରବାର ୬୮୩୦ ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଏଥିସହିତ ୫୦ ଲୋକଙ୍କ ମୃତ୍ୟୁ ଘଟିଛି। ବର୍ତ୍ତମାନ ସୁଦ୍ଧା ବଂଲାଦେଶରେ କରୋନା ରୋଗୀ […]
ନୂଆଦିଲ୍ଲୀ: ଅଧିକାଂଶ ଭାରତୀୟ କୁହନ୍ତି ଚାଇନା ମାଲ୍ ଉପରେ ଗ୍ୟାରେଣ୍ଟି ନାହିଁ। କେତେବେଳେ ବି ଧୋକା ଖାଇଯିବ। ଏମିତି ଧୋକା ଭାରତୀୟମାନେ ଖାଇଛନ୍ତି। ହେଲେ ଜିଗିରି ଦୋସ୍ତକୁ ବି ଏମିତି ଧୋକା କିଏ ଦେଇପାରେ ? ନିଜର ସଦାବାହାର ଦୋସ୍ତ ବୋଲି କହୁଥିବା ପାକିସ୍ତାନକୁ ବି ଏମିତି ଧୋକ୍କା ଦେଇଛି ଚାଇନା। ଗୋଟିଏ ପଟେ ଭାରତ ନିଜର ସୈନ୍ୟବଳ ବୃଦ୍ଧି କରୁଥିବାବେଳେ ପାକିସ୍ତାନ ମଧ୍ୟ ଚାଇନାରୁ ହତିଆର ଆଣି ଏକାଠି କରୁଛି। ୨୦୧୪ ରେ କେନ୍ଦ୍ରରେ ମୋଦି […]
ନୂଆଦିଲ୍ଲୀ: ଦେଶରେ ପୁଣି ଥରେ ଟେନ୍ଶନ ବଢାଇଛି କରୋନା। ପୂର୍ବ ପରି ହୁ ହୁ ହୋଇ ବ୍ୟାପୁଛି ମହାମାରୀ। ଦୈନିକ ସଂକ୍ରମଣ ପ୍ରତିଦିନ ନୂଆ ରେକର୍ଡ କରୁଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯୦ ହଜାର ପାଖାପାଖି କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଗତବର୍ଷ ପରି ଏଥର ମଧ୍ୟ ମହରାଷ୍ଟ୍ର ସବୁଠାରୁ ଅଧିକ ପ୍ରଭାବିତ ହୋଇଛି। ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୮୯, ୧୨୯ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବାବେଳେ କେବଳ ମହାରାଷ୍ଟ୍ରରୁ ଅଛନ୍ତି […]
ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ ବେକାବୁ ହେଉଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୮୧ ହଜାର ୪୬୬ ପଜିଟିଭ । ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୨୩ ଲକ୍ଷ ୩ ହଜାର ୧୩୧କୁ ବୃଦ୍ଧି ପାଇଛି । ସେହିଭଳି ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୬୯ ଜଣଙ୍କ ମୃତ୍ୟୁ ଘଟିଛି। ଦେଶରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୩ ହଜାର ୩୯୬ରେ ପହଞ୍ଚିଛି । […]
ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢିବାରେ ଲାଗିଛି। ଦୈନିକ ସଂକ୍ରମଣ ହାର ଯେପରି ବଢିବାରେ ଲାଗିଛି ତାହାକୁ ଦେଖି ରାଜ୍ୟବାସୀଙ୍କ ନିଦ ହଜି ଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୬୧ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରେଣ୍ଟିନରେ ୨୭୨ ଜଣ ଥିବାବେଳେ ଲୋକାଲ କଣ୍ଟାକ୍ଟ ୧୮୯ ରହିଛନ୍ତି। ସମସ୍ତ ରୋଗୀ ୨୪ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଟୁଇଟରୁ ମିଳିଥିବା ତଥ୍ୟ […]