ଭୁବନେଶ୍ୱର: ସାରା ଦେଶରେ କରୋନାର ଦ୍ୱିତୀୟ ଲହରକୁ ନେଇ ଚିନ୍ତା ବଢୁଥିବାବେଳେ ଆଜି ଓଡ଼ିଶାର ତାଲିକା ଏହି ଚିନ୍ତାକୁ ଆହୁରି ତେଜିଛି। ଗତ କିଛି ଦିନ ହେବ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ତଳେ ଥିବାବେଳେ ଆଜି ରେକର୍ଡ ଭାଙ୍ଗିଛି। ଆଜି ରାଜ୍ୟରୁ ୧୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନ କେସ ୬୪ ଥିବାବେଳେ ଲୋକାଲ କଣ୍ଟାକ୍ଟ ୪୬ ରହିଛି। ଆଜି ୨୨ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୧୧୦ କରୋନା […]
ନୂଆଦିଲ୍ଲୀ: ଦେଶରେ ପୁଣି କଡ ଲେଉଟେଇଛି କରୋନା । କ୍ରମାଗତ ଭାବେ ଦେଶରେ ବଢି ବଢି ଚାଲିଛି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ୩୫ହଜାର ୮୭୧ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗତ ୩ ମାସ ମଧ୍ୟରେ ଏହା ସବୁଠାରୁ ଅଧିକ ବୋଲି ରିପୋର୍ଟରୁ ଜଣାଯାଇଛି। ଏଯାବତ୍ ଦେଶରେ ୧କୋଟି ୧୪ ଳକ୍ଷ ଲୋକ କରୋନା ଆକ୍ରାନ୍ତ ହୋଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି । ଗତ ୮ ଦିନ […]
କଟକ: କଟକ ମହାନଗର ନିଗମ ଅଞ୍ଚଳରୁ ଆଉ ୧୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୦ ଜଣଙ୍କ ମଧ୍ୟରୁ ୪ଜଣ ସରକାରୀ କ୍ୱାରେଣ୍ଟିନ୍ରୁ, ୫ଜଣ ହୋମ୍ କ୍ୱାରେଣ୍ଟିନ୍ରୁ ଓ ଗୋଟିଏ ଲୋକାଲ କେସ୍ ରହିଛି। କଟକ ସହରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୩୯ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୩୨ ଜଣ ସୁସ୍ଥ ହୋଇଛନ୍ତି। ୨୦୫ ଜଣ ଚିକିତ୍ସାଧୀନ ଅଛନ୍ତି ଓ ଥିବା ବେଳେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଆହୁରି ମଧ୍ୟ ପଢ଼ନ୍ତୁ: ଭୁବନେଶ୍ୱରରୁ […]
ଭୁବନେଶ୍ୱର: ଭୁବନେଶ୍ୱରରୁ ଆଜି ଆଉ ୩୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୬ଟି କ୍ୱାରେଣ୍ଟିନ୍, ୧୨ଟି ଲୋକାଲ୍ କଣ୍ଟାକ୍ଟସ୍ କେସ୍ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ୱିଟ୍ କରାଯାଇ ସୂଚନା ଦିଆଯାଇଛି। ତେବେ ଆଜି ଭୁବନେଶ୍ୱରରେ ଆଉ ୬ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମିଶାଇ ଭୁବନେଶ୍ୱରରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬୪୦ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୩୧୪ଜଣ ସୁସ୍ଥ ହୋଇଥିବାବେଳେ ୩୧୭ଜଣ ଚିକିତ୍ସାଧୀନ ଅଛନ୍ତି। ୮ଜଣଙ୍କ ମୃତ୍ୟୁ ଘଟିଛି।
ନୂଆଦିଲ୍ଲୀ: ନିଜର ଅବହେଳା ପାଇଁ ସାରା ବିଶ୍ୱକୁ କରୋନା ପରି ବିପଦ ମୁହଁକୁ ଠେଲି ଦେଇଥିବା ଚୀନ ପୁଣି ଏବେ ଟିକାକୁ ନେଇ ଦାଦାଗିରି ଦେଖଉଛି। ଇତି ମଧ୍ୟରେ ଅନେକ ଦେଶ କରୋନା ଭାକ୍ସିନ ବାହାର କରିଥିବାବେଳେ ଚାଇନା ବି ପଛରେ ପଡ଼ିନାହିଁ। ତେବେ ଚୀନ୍ ଦ୍ୱାରା ବିକଶିତ ଟିକା ନେବାକୁ ଅନେକ ଦେଶ ଅମଙ୍ଗ ହେଉଛନ୍ତି । ବିଶ୍ୱସ୍ତରରେ ଆସ୍ଥା ସାଉଁଟି ପାରୁନି ଚାଇନା ପ୍ରସ୍ତୁତ ସିନୋଭ୍ୟାକ୍। ଏଭଳି ସ୍ଥିତିରେ ଜୋର ଜବରଦସ୍ତ ଲୋକଙ୍କୁ ଟିକା […]
ନୂଆଦିଲ୍ଲୀ: ଶିଶୁଙ୍କୁ ଦିଆଯିବ କରୋନା ଭ୍ୟାକ୍ସିନ୍। ଏଥିପାଇଁ ଭାକ୍ସନ ‘କିଡ୍କୋଭ୍’ ଟ୍ରାଏଲ୍ ଆରମ୍ଭ ହୋଇଯାଇଛି। ଏ ନେଇ ଆମେରୀକିୟ ଫାର୍ମା କମ୍ପାନୀ ମଡର୍ଣ୍ଣା ପକ୍ଷରୁ ଘୋଷଣା କରାଯାଇଛି। ମଡର୍ଣ୍ଣା ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ୬ ମାସରୁ ୧୧ ବର୍ଷ ବୟସର ଶିଶୁଙ୍କ ଉପରେ ଦ୍ୱିତୀୟ ଓ ତୃତୀୟ ପର୍ଯ୍ୟାୟ ପରୀକ୍ଷଣ ହୋଇଛି । ୬ହଜାର ୭୫୦ ଜଣ ଶିଶୁଙ୍କୁ ଟିକାକରଣ ନେଇ ଲକ୍ଷ୍ୟ ରଖାଯାଇଛି । ପ୍ରଥମ ପଯର୍ୟାୟରେ ବଡ ପିଲାଙ୍କୁ ଏହି ଟିକା ଦିଆଯିବ। […]
ମାଲକାନିଗିରି: ୧୩ ଜିଲ୍ଲାବାସୀଙ୍କୁ ମାଲକାନଗିରି ଆସିବାକୁ ବାରଣ କରାଯାଇଛି। କରୋନା ସଂକ୍ରମଣ ରୋକିବାକୁ ମାଲକାନଗିରି ଜିଲ୍ଲା ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଥିବା ଜଣାପଡ଼ିଛି। ଏହି ଜିଲ୍ଲାଗୁଡ଼ିକ ହେଲା- ଗଞ୍ଜାମ , କଟକ, ଭଦ୍ରକ, ଖୋର୍ଦ୍ଧା(ଭୁବନେଶ୍ୱର ମଧ୍ୟ), ଯାଜପୁର, ନୟାଗଡ଼, ପୁରୀ, ଢେଙ୍କାନାଳ, ସୁନ୍ଦରଗଡ, କେନ୍ଦ୍ରାପଡା, ଗଜପତି, ବାଲେଶ୍ଵର, ଜଗତସିଂହପୁର ରହିଛି। ଅତି ଆବଶ୍ୟକ ପଡ଼ିଲେ ଏହି ଜିଲ୍ଲାରୁ ଯେଉଁମାନେ ମାଲକାନଗିରି ଆସିବେ, ସେମାନେ ୧୪ଦିନ ସରକାରୀ କ୍ୱାରେଣ୍ଟିନ୍ କିମ୍ବା ପେଡ୍ କ୍ୱାରେଣ୍ଟିନ୍ରେ ରହିବେ ବୋଲି ଚିଠିରେ […]
କଟକ: କଟକ ସହରରେ ସଟ୍ଡାଉନ୍ ଅବଧି ବୃଦ୍ଧି ନେଇ ଫେକ୍ ନ୍ୟୁଜ୍ ଭାଇରାଲ ହେଉଛି। ଏହି Forwarded ମେସେଜ୍ ଫେକ୍ ଓ ଏହା ଉପରେ ବିଶ୍ୱାସ ନ କରିବାକୁ କଟକ ମହାନଗର ନିଗମ(CMC) ପକ୍ଷରୁ ଟ୍ୱିଟ୍ କରାଯାଇ କୁହାଯାଇଛି। କଟକ ସହରରେ ସଟ୍ଡାଉନ୍ ଅବଧି ବୃଦ୍ଧି ନେଇ ଏବେ ସୁଦ୍ଧା କୌଣସି ଅଫିସିଆଲ୍ ଅର୍ଡର ଆସି ନ ଥିବା CMC ପକ୍ଷରୁ କୁହାଯାଇଛି। ସୂଚନାଥାଉ କି, କଟକ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି […]
ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ୫ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ କରାଯାଇ ସୂଚନା ଦିଆଯାଇଛି। ଗଞ୍ଜାମରୁ ୨ଜଣ, ପୁରୀରୁ ଜଣେ, କଟକରୁ ଜଣେ ଓ ଭୁବନେଶ୍ୱରରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୬୧କୁ ବୃଦ୍ଧି ପାଇଛି। ସେହିପରି କେନ୍ଦ୍ରାପଡ଼ାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ତେବେ ତାଙ୍କ ମୃତ୍ୟୁର କାରଣ ଭିନ୍ନ ବୋଲି ସରକାର ଦର୍ଶାଇଛନ୍ତି। ଅନ୍ୟପକ୍ଷରେ ଓଡ଼ିଶାରେ […]
ଭୁବନେଶ୍ୱର: ରାଜ୍ୟରେ ଆଉ ୫୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୯ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୧୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୫୭୦ଆକ୍ରାନ୍ତଙ୍କ ମଧ୍ୟରୁ ୩୮୪ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧୮୬ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ […]
ଅନୁଗୁଳ: ଗଞ୍ଜାମ ଓ ଯାଜପୁର ଜିଲ୍ଲାବାସୀଙ୍କୁ ଅନୁଗୁଳ ଆସିବା ମନା। ଯଦି ଏହି ୨ ଜିଲ୍ଲାରୁ କୌଣସି ବ୍ୟକ୍ତି ଜରୁରୀ କାମରେ ଅନୁଗୁଳ ଆସନ୍ତି, ତା’ହେଲେ ୧୪ ଦିନ ସରକାରୀ କ୍ୱାରେଣ୍ଟିନ୍ରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏହା ବାଧ୍ୟତାମୂଳକ ବୋଲି କୁହାଯାଇଛି। ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶାର ଗଞ୍ଜାମ ଜିଲ୍ଲା ଏବେ କରୋନା ହଟ୍ସ୍ପଟ୍ ହୋଇଛି। ଗଞ୍ଜାମରେ କରୋନା ସଂକ୍ରମିତ ଓ […]
ଭଦ୍ରକ: ମହାମାରୀ କରୋନା ପାଇଁ ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି। ସାଧାରଣ ଲୋକେ ସରକାରୀ କାର୍ଯ୍ୟାଳୟକୁ ନ ଆସି ଡିଜିଟାଲ୍ ପ୍ଲାଟଫର୍ମ ମାଧ୍ୟମରେ ଅଭିଯୋଗ କରି ପାରିବେ। ଅଭିଯୋଗ କରିବାର ୭୨ ଘଣ୍ଟା ମଧ୍ୟରେ ଉତ୍ତର ପାଇପାରିବେ। ଏନେଇ ଭଦ୍ରକ ଜିଲ୍ଲା ପ୍ରଶାସନ ତରଫରୁ ଇମେଲ , ଟ୍ୱିଟର୍ , ଫେସବୁକ ଆଇଡି ଓ ଟେଲିଫୋନ ନମ୍ବର ଜାରି କରାଯାଇଛି। କରୋନା ମହାମାରୀର ସଂକ୍ରମଣକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି […]
ଭୁବନେଶ୍ୱର: ହୋମ୍ ଆଇସୋଲେସନ୍ ନେଇ ଭୁବନେଶ୍ୱର ମହାନଗର ନିଗମ(BMC) ପକ୍ଷରୁ SOP ଜାରି ହୋଇଛି। ଲକ୍ଷଣ ବିହୀନ କିମ୍ବା ସ୍ୱଳ୍ପ ଲକ୍ଷଣ ଥିବା କରୋନା ଆକ୍ରାନ୍ତ ଯେଉଁମାନେ ହୋମ୍ ଆଇସୋଲେସନ୍ରେ ରହିବାକୁ ଚାହୁଁଛନ୍ତି ସେମାନଙ୍କ ପାଇଁ ଏହି SOP ଜାରି କରାଯାଇଛି। SOPରେ କୁହାଯାଇଛି, ହୋମ୍ ଆଇସୋଲେସନରେ ରହିବାକୁ ଚାହୁଁଥିବା ବ୍ୟକ୍ତି ବସ୍ତି ବାସିନ୍ଦା ହୋଇ ନ ଥିବେ ଓ ଘରେ ଆଇସୋଲେସନ୍ ସୁବିଧା ଥିବା ନିହାତି ଜରୁରୀ। ସେଲ୍ଫ ଆଇସୋଲେସନରେ ରହିବା ନେଇ ଅଣ୍ଡରଟେକିଂ ମଧ୍ୟ […]
କଟକ: ଓଡ଼ିଶାର କୌଣସି ହଟ୍ସ୍ପଟ୍ ଜିଲ୍ଲାରୁ ଯଦି କେହି କଟକ ସହରକୁ ଆସିବେ, ତା’ହେଲେ ସେମାନେ ୧୪ ଦିନ କ୍ୱାରେଣ୍ଟିନ୍ରେ ରହିବା ବାଧ୍ୟତାମୂଳକ। ଏନେଇ କଟକ ମହାନଗର ନିଗମ(CMC ) କମିଶନର ସୂଚନା ଦେଇଛନ୍ତି। କଟକ ଜିଲ୍ଲାର ହଟ୍ସ୍ପଟ୍ ବ୍ଲକରୁ କଟକ ସହରକୁ ଆସିଲେ ବି ୧୪ ଦିନ କ୍ୱାରେଣ୍ଟିନ୍ରେ ରହିବେ। କେବଳ ଜିଲ୍ଲା ନୁହେଁ, ଅନ୍ୟ ରାଜ୍ୟ ଓ ବିଦେଶରୁ ଫେରିଥିଲେ ବି ଏଣିକି ୧୪ ଦିନ କ୍ୱାରେଣ୍ଟିନ୍ରେ ରହିବେ। ଯଦି କୌଣସି ବ୍ୟକ୍ତି ଏହି […]
ନୂଆଦିଲ୍ଲୀ: ଭାରତରେ କରୋନା ଜନିତ ମୃତ୍ୟୁ ସଂଖ୍ୟା କମ୍ ରହିଛି। ଏବେ ଭ୍ୟାକ୍ସିନ୍ ମଧ୍ୟ ଆସିସାରିଛି । ତେବେ ଏହାର ଅର୍ଥ ନୁହେଁ ଯେ ଆମେ କରୋନାକୁ ହାଲ୍କା ଭାବେ ନେବା । ଅବହେଳା କରିବା । ଦେଶରେ ଏବେ ଯେଉଁ ୬ଟି ରାଜ୍ୟରେ କୋଭିଡ୍ କେସ୍ ବଢୁଛି ତାହା କେବଳ ଲୋକଙ୍କ ଦାୟିତ୍ୱହୀନତା ଯୋଗୁଁ ବୋଲି କହିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ଡାକ୍ତର ହର୍ଷବର୍ଦ୍ଧନ । କରୋନା ଏବେ ମଧ୍ୟ ସମ୍ପୂର୍ଣ୍ଣ ଯାଇନି। ଏଥିପ୍ରତି ସତର୍କ […]
ଗଜପତି: ଦିନକୁ ଦିନ ଗଞ୍ଜାମରେ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଆଜି ଗଞ୍ଜାମରେ କରୋନା ଆକ୍ରାନ୍ତରେ ୪ଜଣଙ୍କ ମୃତ୍ୟୁ ଘଟିଛି। ଏହାସହ ଗଞ୍ଜାମରେ କରୋନା ମୃତ୍ୟୁ ସଂଖ୍ୟା ୩୪ରେ ପହଞ୍ଚିଛି। ତେଣୁ ପଡ଼ୋଶୀ ଗଞ୍ଜାମ ଓ ଆନ୍ଧ୍ରର ଶ୍ରୀକାକୁଲମ ଜିଲ୍ଲାକୁ ଯିବାକୁ ଗଜପତି ଜିଲ୍ଲାପାଳ ଅନୁପମ ଶାହା ବାରଣ କରିଛନ୍ତି। ଏଥିସହ ଗଞ୍ଜାମ, ଶ୍ରୀକାକୁଲମରୁ କେହି ଗଜପତି ଜିଲ୍ଲାକୁ ମଧ୍ୟ ଆସିପାରିବେନି। ଏମିତିକି ଗଞ୍ଜାମରେ ଚାକିରି କରୁଥିବା ଗଜପତି ଲୋକଙ୍କୁ ଯିବାକୁ […]
କଟକ: କଟକ ମହାନଗର ନିଗମ ଅଞ୍ଚଳରୁ ଆଉ ୧୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ୧୬ରୁ ୧୩ ସରକାରୀ କ୍ୱାରେଣ୍ଟିନ୍, ଜଣେ ପେଡ୍ କ୍ୱାରେଣ୍ଟିନ୍ ଓ ୨ଟି ଲୋକାଲ କଣ୍ଟାକ୍ଟ କେସ୍ ରହିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ କଟକ ମହାନଗର ନିଗମ ଅଞ୍ଚଳରୁ ଏଯାବତ୍ ୨୨୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇସାରିଲେଣି। ସେମାନଙ୍କ ମଧ୍ୟରୁ ୩୨ଜଣ ସୁସ୍ଥ ହୋଇଥିବାବେଳେ ୧୯୫ ଜଣ ଚିକିତ୍ସାଧୀନ ଅଛନ୍ତି। ୨ଜଣଙ୍କ ମୃତ୍ୟୁ ଘଟିଛି। ଆହୁରି ମଧ୍ୟ ପଢ଼ନ୍ତୁ: ଓଡ଼ିଶାରେ ଆଜି ସର୍ବାଧିକ ୭୫୫ […]
ଭୁବନେଶ୍ୱର: ଆଜି ଦିନକ ପାଇଁ ଓଡ଼ିଶା ବିଧାନସଭା ସଟ୍ଡାଉନ୍ ଘୋଷଣା ହୋଇଛି। ବିଧାନସଭାର ଜଣେ କର୍ମଚାରୀଙ୍କ ସଂପର୍କୀୟ ପଜିଟିଭ ଚିହ୍ନଟ ପରେ ଏଭଳି ପଦକ୍ଷେପ ନିଆଯାଇଥିବା ଜଣାପଡ଼ିଛି। ସଟ୍ଡାଉନ୍ ନେଇ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି। ଶନିବାର ଓ ରବିବାର ସଟ୍ଡାଉନ୍ ଥିବାରୁ କେବଳ ଆଜି ଦିନକ ପାଇଁ ସଟ୍ଡାଉନ୍ ଘୋଷଣା କରାଯାଇଛି। ସୋମବାର ସ୍ଥିତିକୁ ଦେଖି ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ବାଚସ୍ପତି କହିଛନ୍ତି। ଅଧିବେଶନ ଚାଲୁ ନ ଥିଲେ ମଧ୍ୟ ବିଧାନସଭାର […]
ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ୪ଜଣଙ୍କ ମୃତ୍ୟୁ ହୋଇଛି। ସମସ୍ତ ମୃତକ ଗଞ୍ଜାମ ଜିଲ୍ଲାର। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫୬କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍ସାଇଟ୍ରେ ସୂଚନା ଦିଆଯାଇଛି। ଏହାସହ ଗଞ୍ଜାମରେ କରୋନା ମୃତ୍ୟୁ ସଂଖ୍ୟା ୩୪ରେ ପହଞ୍ଚିଛି। ସେହିପରି ସୁନ୍ଦରଗଡ଼ ଓ ଭଦ୍ରକରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ତେବେ ସେମାନଙ୍କ ମୃତ୍ୟୁର କାରଣ ଭିନ୍ନ ବୋଲି ସରକାର ଦର୍ଶାଇଛନ୍ତି। ଅନ୍ୟପକ୍ଷରେ ଓଡ଼ିଶାରେ […]
ଭୁବନେଶ୍ୱର: ରାଜ୍ୟରେ ଆଉ 755 ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୩ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୩୨୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୭୫୫ ଆକ୍ରାନ୍ତଙ୍କ ମଧ୍ୟରୁ ୫୦୮ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୨୪୭ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା […]
ରାଉରକେଲା: କରୋନା ସଂକ୍ରମଣକୁ ରୋକିବା ଲାଗି ରାଉରକେଲା ସହରକୁ ସପ୍ତାହରେ ୨ ଦିନ ଅର୍ଥାତ୍ ଶନିବାର ଏବଂ ରବିବାର ସଟ୍ଡାଉନ୍ କରିବାକୁ ସୁନ୍ଦରଗଡ଼ ଜିଲ୍ଲାପାଳ ନିଖିଲ ପବନ କଲ୍ୟାଣ ଘୋଷଣା କରିଛନ୍ତି। ଏହା ଆସନ୍ତାକାଲିଠୁ ଆରମ୍ଭ ହୋଇ ଜୁଲାଇ ୩୧ ପର୍ଯ୍ୟନ୍ତ ଚାଲିବ। ରାଉରକେଲା ସହର ସହ କଲୁଙ୍ଗା ଶିଳ୍ପାଞ୍ଚଳରେ ମଧ୍ୟ ସଟ୍ଡାଉନ୍ କଟକଣା ଲାଗୁ ହେବ। ସଟ୍ଡାଉନ୍ ବେଳେ ଔଷଧ ଦୋକାନ, ମେଡିକାଲ ସେବା ଆଦି ଜାରି ରହିବ। ଗ୍ରୋସରୀ ଏବଂ କ୍ଷୀର କାଉଣ୍ଟର ସକାଳ […]
କଟକ: କଟକରେ କମିଶନରେଟ୍ ପୁଲିସ୍ର ଜଣେ କନଷ୍ଟେବଲ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। କଟକ ମଙ୍ଗଳାବାଗ ଫାଣ୍ଡିର ଜଣେ କନଷ୍ଟେବଲ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ କଟକ ଡିସିପି ଅଖିଳେଶ୍ୱର ସିଂହଙ୍କ ସୂଚନା ଦେଇଛନ୍ତି। କନଷ୍ଟେବଲ ଜଣକ କୋରନା ପଜିଟିଭ୍ ଚିହ୍ନଟ ପରେ ଚିନ୍ତା ବଢ଼ିଛି। ଆଜି ୫୮ ଜଣ ପୁଲିସ୍ କର୍ମଚାରୀଙ୍କର ସ୍ୱାବ୍ ଟେଷ୍ଟ କରାଯିବ। ଏ ନେଇ ଡିସିପି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସେହିପରି SCBରୁ ମଧ୍ୟ ଆଉ ୫ ପଜିଟିଭ ଚିହ୍ନଟ […]
ଭୁବନେଶ୍ୱର: ଭୁବନେଶ୍ୱରରୁ ଆଜି ଆଉ ୩୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୪ଟି କ୍ୱାରେଣ୍ଟିନ୍, ୧୮ଟି ଲୋକାଲ୍ କଣ୍ଟାକ୍ଟସ୍ କେସ୍ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ୱିଟ୍ କରାଯାଇ ସୂଚନା ଦିଆଯାଇଛି। ତେବେ ଆଜି ଭୁବନେଶ୍ୱରରେ ଆଉ ୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମିଶାଇ ଭୁବନେଶ୍ୱରରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୫୫୭ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୩୦୨ଜଣ ସୁସ୍ଥ ହୋଇଥିବାବେଳେ ୨୪୭ଜଣ ଚିକିତ୍ସାଧୀନ ଅଛନ୍ତି। ୭ଜଣଙ୍କ ମୃତ୍ୟୁ ଘଟିଛି।
ଭୁବନେଶ୍ୱର: ଗତକାଲି ରାଜ୍ୟରେ ୬୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ପରବର୍ତ୍ତୀ ୨୪ ଘଣ୍ଟାରେ ୬୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛିନ୍ତି। କ୍ୱାରେଣ୍ଟିନରୁ ୩୭ ଜଣ ଚିହ୍ନଟ ହୋଇଥିବାବେଳେ ୨୭ ଜଣ କ୍ୱାରେଣ୍ଟିନ ସେଣ୍ଟରରୁ ଚିହ୍ନଟ ହୋଇଛନ୍ତି। ଏ ସମସ୍ତ ଆକ୍ରାନ୍ତ ୧୭ଟି ଜିଲ୍ଲାରୁ ଚିହ୍ନଟ ହୋଇଥିବାବେଳେ ୨୪ ଘଣ୍ଟା ମଧ୍ୟରେ ୧୩ଟି ଜିଲ୍ଲାରୁ କେହି ରୋଗୀ ଚିହ୍ନଟ ହୋଇ ନାହାନ୍ତି। ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ। […]