• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

COVID-19 Updates

vaxine
ପୂର୍ଣ୍ଣାଙ୍ଗ ରୂପ ନେଲା କୋଭାକ୍ସିନ୍; ହଟିଲା ‘ ହ୍ୟୁମାନ ଟ୍ରାଏଲ ମୋଡ଼୍‌’ ଲେବ୍‌ଲ

ନୂଆଦିଲ୍ଲୀ: ଭାରତର ନିଜସ୍ୱ କରୋନା ଟିକା-କୋଭାକ୍ସିନ୍ ଏବେ ପୂର୍ଣ୍ଣାଙ୍ଗ ରୂପ ନେଇଛି । କୋଭାକ୍ସିନକୁ ଏବେ ମାନବୀୟ ପରୀକ୍ଷଣ ପର୍ଯ୍ୟାୟରେ ରହିଛି ବୋଲି କୁହାଯାଇ ପାରିବ ନାହିଁ । ଏହାଫଳରେ କୋଭାକ୍ସିନ ଟିକା ନେବା ପୂର୍ବରୁ ଆଉ ସ୍ୱୀକୃତୀ ପତ୍ର ଦସ୍ତଖତ କରି ଦେବାକୁ ପଡ଼ିବ ନାହିଁ । ଏନେଇ କୋଭାକ୍ସିନକୁ ନୀରିକ୍ଷଣ କରୁଥିବା ବିଶେଷଜ୍ଞ କମିଟି ଡିସିଜିଆଇକୁ ସୁପାରିସ କରିଛି। ବିସ୍ତୃତ ପର୍ଯ୍ୟବେକ୍ଷଣ ପରେ କୋଭାକ୍ସିନକୁ ଟ୍ରାଏଲ ମୋଡ଼୍‌ରୁ ହଟେଇବା ଲାଗି ବିଶେଷଜ୍ଞ କମିଟି ସୁପାରିସ […]

  • Tuesday, 13 July 2021
corona
ଓଡ଼ିଶାରେ କରୋନା ନେଲା ଆଉ ୪ ଜୀବନ

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ୪ଜଣଙ୍କ ମୃତ୍ୟୁ ହୋଇଛି। ଗଞ୍ଜାମ ଜିଲ୍ଲାରୁ ୩ଜଣ, ଭଦ୍ରକରୁ ଜଣଙ୍କର ମୃତ୍ୟୁ ହୋଇଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫୨କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି। ଗଞ୍ଜାମରେ କରୋନା ମୃତ୍ୟୁ ସଂଖ୍ୟା ୩୦ରେ ପହଞ୍ଚିଛି। ସେହିପରି କେନ୍ଦୁଝର ଓ ଭଦ୍ରକରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ତେବେ ସେମାନଙ୍କ ମୃତ୍ୟୁର କାରଣ ଭିନ୍ନ ବୋଲି ସରକାର […]

  • Tuesday, 13 July 2021
coronavirus
ଓଡ଼ିଶାରେ ଚିହ୍ନଟ ହେଲେ ଆଉ ୫୭୭ କରୋନା ପଜିଟିଭ୍‌, ୧୧ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଆଉ ୫୭୭ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୨ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୬୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୫୭୭ ଆକ୍ରାନ୍ତଙ୍କ ମଧ୍ୟରୁ ୪୧୬ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧୬୧ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା […]

railway station
ଗଞ୍ଜାମରେ ଅଟକିବନି ପାସେଞ୍ଜର ଟ୍ରେନ୍

ବ୍ରହ୍ମପୁର: ଆଜିଠୁ ଗଞ୍ଜାମ ଜିଲ୍ଲାର କୌଣସି ରେଲ୍‌ୱେ ଷ୍ଟେସନ୍‌ରେ ଅଟକିବନି ପାସେଞ୍ଜର ଟ୍ରେନ୍।  ପରବର୍ତ୍ତୀ ନିର୍ଦ୍ଦେଶ ଯାଏ ଏହି କଟକଣା ଜାରି ରହିବ। ଗଞ୍ଜାମ ଜିଲ୍ଲାରେ ବଢୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ କ୍ରମେ ପୂର୍ବତଟ ରେଲ୍‌ୱେ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି।  ରାଜ୍ୟ ସରକାରଙ୍କ ଏହି ନିଷ୍ପତ୍ତି ପରେ ଭୁବନେଶ୍ୱର-ବ୍ରହ୍ମପୁର ସ୍ପେଶାଲ ଟ୍ରେନ୍‌କୁ ବାତିଲ୍ କରି ଦିଆଯାଇଛି। ସେହିପରି ଭୁବନେଶ୍ୱର-ମୁମ୍ବାଇ ସ୍ପେଶାଲ୍ ଟ୍ରେନ୍ ବାଲୁଗାଁ, ଛତ୍ରପୁର ଓ ବ୍ରହ୍ମପୁର ଷ୍ଟେସନ୍‌ରେ ଅଟକିବ […]

  • Tuesday, 13 July 2021
ganjam
ଆଜିଠୁ ଗଞ୍ଜାମ ସହରାଞ୍ଚଳରେ ସଟ୍‌ଡାଉନ୍‌

ବ୍ରହ୍ମପୁର: ଗଞ୍ଜାମରେ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଏବେ ଚିନ୍ତାଜନକ। କରୋନା ସଂକ୍ରମଣକୁ ରୋକିବା ପାଇଁ ଆଜିଠୁ ଜୁଲାଇ ୧୩ ଯାଏ ଗଞ୍ଜାମ ଜିଲ୍ଲା ସହରାଞ୍ଚଳରେ ସଟ୍‌ଡାଉନ୍‌ ଘୋଷଣା ହୋଇଛି। ବ୍ରହ୍ମପୁର ମହାନଗର ନିଗମ, ହିଞ୍ଜିଳିକାଟୁ ମ୍ୟୁନିସିପାଲଟି, ଜିଲ୍ଲାର ସମସ୍ତ NAC, ଜିଲ୍ଲାର ୫ଟି ବ୍ଲକ୍ ହେଡ୍‌କ୍ୱାର୍ଟର- ଧରାକୋଟ, ସାନଖେମୁଣ୍ଡି, ଶେରଗ଼ଡ, ପାତ୍ରପୁର ଓ ଜଗନ୍ନାଥ ପ୍ରସାଦକୁ ସମ୍ପୂର୍ଣ୍ଣ ଭାବେ ସଟ୍‌ଡାଉନ୍‌ କରାଯାଇଛି। ଏହି ସମୟରେ ସ୍ୱାସ୍ଥ୍ୟକର୍ମୀମାନେ […]

  • Tuesday, 13 July 2021
scb medical
SCBରୁ ପୁଣି ୬ କରୋନା ପଜିଟିଭ୍‌ ଚିହ୍ନଟ

କଟକ: କଟକ SCB ମେଡିକାଲ୍‌ରୁ ପୁଣି ୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। SCB ଆଇସୋଲେସନ ଓ୍ୱାର୍ଡରୁ ୩ ଜଣ ଚିହ୍ନଟ ହୋଇଥିବାବେଳେ ରାପିଡ୍ ଟେଷ୍ଟ ମାଧ୍ୟମରେ ଅନ୍ୟ ବିଭାଗରୁ ଅନ୍ୟ ୩ ଜଣ ଚିହ୍ନଟ ହୋଇଛନ୍ତି। ଶିଶୁଭବନରୁ ମଧ୍ୟ ଜଣେ ଶିଶୁ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାସହ ସିଏମ୍‌ସି ଅଞ୍ଚଳରୁ ମଧ୍ୟ ୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ୪ ଆକ୍ରାନ୍ତଙ୍କ ମଧ୍ୟରେ ୨ଜଣ ସରକାରୀ କ୍ୱାରେଣ୍ଟିନ୍‌ରୁ, ଜଣେ ହୋମ୍‌ କ୍ୱାରେଣ୍ଟିନ୍‌ ଓ ଆଉ […]

  • Tuesday, 13 July 2021
corona
ସପ୍ତାହରେ ଓଡ଼ିଶାରେ କରୋନା ନେଲାଣି ୨୩ ମୁଣ୍ଡ

ଭୁବନେଶ୍ୱର: ଜୁଲାଇ ଆରମ୍ଭରୁ ମହାମାରୀ କରୋନା ଏହାର ଭୟଙ୍କର ରୂପ ଦେଖାଇଛି। ଚଳିତ ମାସରେ ଅର୍ଥାତ୍‌ ସପ୍ତାହରେ ଓଡ଼ିଶାରେ ୨୩ ମୁଣ୍ଡ ନେଲାଣି କରୋନା। ଗତ ୨ ତାରିଖରେ ଗଞ୍ଜାମ ଏବଂ ଅନୁଗୁଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିଲା। ଏହାପରେ ୩ ତାରିଖରେ କେବଳ ଗଞ୍ଜାମ ଜିଲ୍ଲାର ୨ କରୋନା ଆକ୍ରାନ୍ତ ପ୍ରାଣ ହରାଇଥିଲେ। ଏହାପରେ ୪ ତାରିଖରେ ରେକର୍ଡ ଭାଙ୍ଗି ରାଜ୍ୟରେ ମହାମାରୀ କରୋନାରେ ୫ ଜଣ ପ୍ରାଣ ହରାଇଥିଲେ। ଏହା ପଛକୁ ଜୁଲାଇ ୬ରେ […]

  • Tuesday, 13 July 2021
rto office
ଭୁବନେଶ୍ୱର RTO-୨ ବନ୍ଦ

ଭୁବନେଶ୍ୱର: ଆସନ୍ତା ସୋମବାର ପର୍ଯ୍ୟନ୍ତ ବନ୍ଦ ରହିବ ଭୁବନେଶ୍ୱର RTO-୨। କରୋନା ସଂକ୍ରମଣ ଆଶଙ୍କାରେ RTO-୨କୁ ବନ୍ଦ କରାଯାଇଥିବା ନେଇ ସୂଚନା ମିଳିଛି। ଗତକାଲି RTO-୧ରେ ୪ଜଣ କରୋନା ପଜିଟିଭ କେସ୍ ବାହାରିବା ପରେ RTO-୨କୁ ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଥିବା ସୂଚନା ମିଳିଛି। RTO-୧ ସହ କୌଣସି ବ୍ୟକ୍ତିଙ୍କର RTO-୨ରେ ଲିଙ୍କ ଥିବ ସେଇ ଆଶଙ୍କାରେ RTO-୨କୁ ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଥିବା ଜଣାପଡ଼ିଛି। ସୂଚନାଥାଉ କି, ୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ଆଚାର୍ଯ୍ୟ […]

  • Tuesday, 13 July 2021
corona
ଜଣେ କରୋନା ରୋଗୀଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହେଲେ ୯୫

ରାଉରକେଲା: ରାଉରକେଲାରେ ସୁପର ସ୍ପ୍ରେଡର ! ଜଣେ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ୯୫ ଜଣ କରୋନା ସଂକ୍ରମିତ ହୋଇଛନ୍ତି। ରାଉରକେଲା ସେକ୍ଟର-୧୬ ଅଞ୍ଚଳର ଜଣେ କରୋନା ପଜିଟିଭଙ୍କ ସଂସ୍ପର୍ଶରେ ଆସି ୯୫ ଜଣ କରୋନା ସଂକ୍ରମିତ ହୋଇଥିବା ନେଇ ସୁନ୍ଦରଗଡ଼ ଜିଲ୍ଲାପାଳ ସୂଚନା ଦେଇଛନ୍ତି। ସମ୍ପୃକ୍ତ ବ୍ୟକ୍ତିଙ୍କ କଣ୍ଟାକ୍ଟସ୍‌ ଟ୍ରେସିଂରୁ ଗତକାଲି ୪୯ ଜଣ ଏବଂ ଆଜି ୪୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଘଟଣା ପରେ ସମ୍ପୃକ୍ତ ଅଞ୍ଚଳ(ସେକ୍ଟର-୧୬)ରେ ସଂକ୍ରମଣ ନ ବ୍ୟାପିବା […]

mkcg hospital
MKCG ଓ ମାଲକାନଗିରି ‌ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର OPD ବନ୍ଦ

ବ୍ରହ୍ମପୁର/ମାଲକାନଗିରି: ସାଧାରଣ ରୋଗୀଙ୍କୁ ବ୍ରହ୍ମପୁର MKCG ହସ୍ପିଟାଲ୍‌ର ରୁଟିନ୍ OPD‌ ମନା। ଗଞ୍ଜାମ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବାରୁ ରୁଟିନ୍ OPD‌ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ମେଡିକାଲର ମୁଖ୍ୟ ପ୍ରବେଶ ପଥ ବ୍ୟତୀତ ଅନ୍ୟ ସମସ୍ତ ପ୍ରବେଶ ପଥ ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ରାଜ୍ୟରେ ସର୍ବାଧିକ କରୋନା ଆକ୍ରାନ୍ତ ଗଞ୍ଜାମ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି। ତେଣୁ କରୋନା ସଂକ୍ରମଣକୁ ରୋକିବା ପାଇଁ ଏଭଳି ନିର୍ଦ୍ଦେଶନାମା ଜାରି କରିଛନ୍ତି ଜିଲ୍ଲାପାଳ। ମେଡିକାଲ […]

  • Tuesday, 13 July 2021
corona
ଓଡ଼ିଶାରେ ଆଉ ୬ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ଓଡ଼ିଶାରେ ଆଉ ୬ ଜଣଙ୍କ ମୁଣ୍ଡ ନେଲା କରୋନା। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୮କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।  ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ୩, ଖୋର୍ଦ୍ଧା, ରାୟଗଡ଼ା ଓ କେନ୍ଦ୍ରାପଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତ ଅଛନ୍ତି। ସେହିପରି ଖୋର୍ଦ୍ଧାରେ ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ତେବେ ତାଙ୍କ ମୃତ୍ୟୁର କାରଣ ଭିନ୍ନ ବୋଲି ସରକାର ଦର୍ଶାଇଛନ୍ତି। ଆଜିର ସଂଖ୍ୟାକୁ […]

corona
ଓଡ଼ିଶାରେ ଆଉ ୫୨୭ କରୋନା ଆକ୍ରାନ୍ତ‌ ଚିହ୍ନଟ, ଗଞ୍ଜାମରୁ ଚିହ୍ନଟ ହେଲେ ସର୍ବାଧିକ

ଭୁବନେଶ୍ୱର: ରାଜ୍ୟରେ ଆଉ ୫୨୭ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୬ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୫୨୭ ଆକ୍ରାନ୍ତଙ୍କ ମଧ୍ୟରୁ ୩୩୮ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧୮୯ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା […]

  • Tuesday, 13 July 2021
EbamH7hWoAAYrt5
ଗଞ୍ଜାମ-ଖୋର୍ଦ୍ଧା ବର୍ଡର ସିଲ୍‌

ଗଞ୍ଜାମ: ସିଲ୍‌ ହେଲା ଗଞ୍ଜାମ-ଖୋର୍ଦ୍ଧା ବର୍ଡର। ଏହାସହ କାହାକୁ ଭୁବନେଶ୍ୱର ଯିବା ପାଇଁ ଅନୁମତି ମିଳିବ ନାହିଁ ବୋଲି ଟ୍ୱିଟ୍‌ କରି ଗଞ୍ଜାମ ଜିଲ୍ଲାପାଳ ଏହି ସୂଚନା ଦେଇଛନ୍ତି। ଦିନକୁ ଦିନ ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେଣୁ କରୋନା ସଂକ୍ରମଣକୁ ରୋକିବା ପାଇଁ ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଥିବା ଜଣାପଡ଼ିଛି। ସୂଚନାଥାଉ କି, ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା […]

  • Tuesday, 13 July 2021
rto office
ବନ୍ଦ ହେଲା ଭୁବନେଶ୍ୱର RTO-୧

ଭୁବନେଶ୍ୱର: କରୋନା ସଂକ୍ରମଣ ରୋକିବାକୁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ଆଚାର୍ଯ୍ୟ ବିହାର ସ୍ଥିତ RTO-୧କୁ ବିଏମ୍‌ସି ପକ୍ଷରୁ ବନ୍ଦ କରାଯାଇଛି। ଏଥିସହ ସଂକ୍ରମିତମାନଙ୍କ ସଂସ୍ପର୍ଶରେ ଆସିଥିବା RTO-୧ର ସମସ୍ତ କର୍ମଚାରୀଙ୍କୁ ବାଧ୍ୟତାମୂଳକ କ୍ୱାରେଣ୍ଟିନରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଅନ୍ୟପକ୍ଷରେ ୧୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ ପରେ ଭୁବନେଶ୍ୱର ସ୍ଥିତ ICICI ବ୍ୟାଙ୍କର ଦୁଇଟି ଶାଖାକୁ ମଧ୍ୟ ବିଏମ୍‌ସି ପକ୍ଷରୁ ବନ୍ଦ କରି […]

  • Tuesday, 13 July 2021
coronavirus
ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୧୭ କରୋନା ଆକ୍ରାନ୍ତ, ସୁସ୍ଥ ହେଲେ ୪

ଭୁବନେଶ୍ୱର: ଭୁବନେଶ୍ୱରରୁ ଆଜି ଆଉ ୧୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୫ଟି କ୍ୱାରେଣ୍ଟିନ୍‌, ୧୦ଟି ଲୋକାଲ୍ କଣ୍ଟାକ୍ଟସ୍‌ କେସ୍ ରହିଛି। ଏହାସହ ୨ଜଣ କୋଭିଡ୍‌ ଯୋଦ୍ଧା ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି।  ଏ ନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ୱିଟ୍‌ କରାଯାଇ ସୂଚନା ଦିଆଯାଇଛି।  ତେବେ ଆଜି ଭୁବନେଶ୍ୱରରେ ଆଉ ୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମିଶାଇ ଭୁବନେଶ୍ୱରରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୫୦ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ […]

  • Tuesday, 13 July 2021
corona
କଟକ ସହରରୁ ବାହାରିଲେ ଆଉ ୩ କରୋନା ପଜିଟିଭ

କଟକ: କଟକ ସହରରୁ ଆଉ ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ କଟକ ମହାନଗର ନିଗମ ପକ୍ଷରୁ ଟ୍ୱିଟ୍‌ କରାଯାଇ ସୂଚନା ଦିଆଯାଇଛି। ଗୋଟିଏ ପେଡ୍‌ କ୍ୱାରେଣ୍ଟିନ୍‌, ଗୋଟିଏ ହୋମ୍‌ କ୍ୱାରେଣ୍ଟିନ୍‌ ଓ ଗୋଟିଏ ଲୋକାଲ୍‌ କଣ୍ଟାକ୍ଟ କେସ୍‌ ରହିଛି। ଚିହ୍ନଟ ୩ ନୂଆ ପଜିଟିଭ୍‌କୁ ମିଶାଇ କଟକ ସହରରେ ଏଯାବତ୍‌ ୧୯୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୨ଜଣ ସୁସ୍ଥ ହୋଇଥିବାବେଳେ ୧୬୯ଜଣ ଚିକିତ୍ସାଧୀନ ଅଛନ୍ତି। ୨ଜଣଙ୍କ ମୃତ୍ୟୁ ଘଟିଛି।

  • Tuesday, 13 July 2021
corona testing
ବାଲେଶ୍ୱରର ଜଣେ ବିଧାୟକଙ୍କୁ କରୋନା !

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲାର ଜଣେ ବିଧାୟକ କରୋନା ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। ପ୍ରଥମ ଥର ପାଇଁ ରାଜ୍ୟର ଜଣେ ବିଧାୟକ କରୋନାରେ ଆକ୍ରାନ୍ତ ହୋଇଥିବା କୁହାଯାଉଛି। କରୋନା ଟେଷ୍ଟ୍‌ ରିପୋର୍ଟ ପଜିଟିଭ ଆସିଥିବା ନେଇ ସଂପୃକ୍ତ ବିଧାୟକ ଜଣକ କହିଥିବା ସୂଚନା ମିଳିଛି। ସୂଚନା ଅନୁସାରେ, ଦୁଇ ଦିନ ତଳେ ସମ୍ପୃକ୍ତ ବିଧାୟକଙ୍କ ସ୍ୱାବ୍‌ ଟେଷ୍ଟ୍‌ କରାଯାଇଥିଲା। ଆଜି ରିପୋର୍ଟ ଆସିବା ପରେ ସେ କରୋନାରେ ଆକ୍ରାନ୍ତ ଥିବା ନେଇ ଜଣାପଡ଼ିଥିଲା। ବିଧାୟକଙ୍କ କରୋନା ପଜିଟିଭ୍‌ ଆସିବା […]

  • Tuesday, 13 July 2021
coronavirus
ଯାଜପୁରରେ ପ୍ରଥମ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ଓଡ଼ିଶାରେ ଆଉ ୨ଜଣଙ୍କ ମୁଣ୍ଡ ନେଲା କରୋନା। ମୃତକ ୨ ଜଣଙ୍କ ମଧ୍ୟରୁ ଜଣେ ଗଞ୍ଜାମର ୭୭ ବର୍ଷୀୟ ବୃଦ୍ଧ ଓ ଅନ୍ୟ ଜଣେ ଯାଜପୁର ଜିଲ୍ଲାର ୬୪ ବର୍ଷୀୟ ବୃଦ୍ଧ ଅଛନ୍ତି। ଗଞ୍ଜାମ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୨୧କୁ ବୃଦ୍ଧି ପାଇଥିବା ବେଳେ ଯାଜପୁରରେ ପ୍ରଥମ ମୁଣ୍ଡ ନେଇଛି କରୋନା। ଏ ଯାବତ୍‌ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୮ରେ ପହଞ୍ଚିଛି।   ଅନ୍ୟପକ୍ଷରେ ଓଡ଼ିଶାରେ ଆଉ ୪୫୬ ଜଣ କରୋନା ଆକ୍ରାନ୍ତ‌ […]

  • Tuesday, 13 July 2021
cuttack
କରୋନା ସଂକ୍ରମିତ ଚିହ୍ନଟ ପରେ କଟକ ଶିଶୁଭବନ ଆଉଟଡୋର ବନ୍ଦ

କଟକ: କରୋନା ସଂକ୍ରମିତ ଚିହ୍ନଟ ହେବା ପରେ କଟକ ଶିଶୁଭବନ ଆଉଟଡୋରକୁ ବନ୍ଦ କରାଯାଇଛି। ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ଆଉଟଡୋର ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ତେବେ ଶିଶୁଭବନରେ ଜରୁରୀକାଳୀନ ସେବା ଜାରି ରହିବ। ଏ ନେଇ ଶିଶୁଭବନ ଅଧୀକ୍ଷକ ପ୍ରଫେସର ଡା. ସରୋଜ ଶତପଥୀ ସୂଚନା ଦେଇଛନ୍ତି।  ସୂଚନାଥାଉ କି, ଗତକାଲି କଟକ ସହରରୁ ଆଉ ୧୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସେମାନଙ୍କ ମଧ୍ୟରୁ କଟକ ଶିଶୁ ଭବନରୁ ଜଣେ ଶିଶୁ ଥିବାବେଳେ SCB ମେଡିକାଲରୁ […]

  • Tuesday, 13 July 2021
choudwar jail
ଚୌଦ୍ୱାର ଜେଲ୍‌ରେ ପଶିଲା କରୋନା

କଟକ: କଟକ ଚୌଦ୍ୱାର ଜେଲ୍‌ର ଜଣେ ୱାର୍ଡର ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଚୌଦ୍ୱାର ଜେଲ୍ ଅଧୀକ୍ଷକ ଶୁଭକାନ୍ତ ମିଶ୍ର ଏହି ସୂଚନା ଦେଇଛନ୍ତି। ଚିହ୍ନଟ ଆକ୍ରାନ୍ତ ଜଣଙ୍କ ଆଚାର୍ଯ୍ୟ ହରିହର କ୍ୟାନ୍ସର ହସ୍ପିଟାଲରେ ଡ୍ୟୁଟି କରିଥିଲେ। ଜଣେ କଏଦୀଙ୍କ ଚିକିତ୍ସା ଚାଲିଥିବା ବେଳେ ୪ ଜଣ ୱାର୍ଡର ଡ୍ୟୁଟି କରିଥିଲେ। ଡ୍ୟୁଟି କରିଥିବା ୪ ୱାର୍ଡରଙ୍କ ମଧ୍ୟରୁ ଜଣଙ୍କର ସ୍ୱାବ୍‌ ରିପୋର୍ଟ ପଜିଟିଭ ‌ଆସିଛି। ଏହି ଘଟଣା ପରେ ଜେଲ୍ ଓ ବାରାକ୍ ଷ୍ଟାଫ୍‌ଙ୍କ ସ୍ୱାବ୍‌ ଟେଷ୍ଟ […]

  • Tuesday, 13 July 2021
coronavirus
ଭୁବନେଶ୍ୱର ESI ହସ୍ପିଟାଲ୍ କଲୋନୀରୁ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱର ଇଏସ୍ଆଇ ହସ୍ପିଟାଲ୍ କଲୋନୀରୁ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସଂପୃକ୍ତ ଆକ୍ରାନ୍ତଙ୍କୁ କିମ୍ସ କୋଭିଡ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏନେଇ ଇଏସ୍ଆଇ ହସ୍ପିଟାଲ ଅଧିକ୍ଷକ ସୂଚନା ଦେଇଛନ୍ତି। ତେବେ ସେ କାହାଦ୍ୱାରା ସଂକ୍ରମିତ ହୋଇଛନ୍ତି, ସେନେଇ କିଛି ସ୍ପଷ୍ଟ ସୂଚନା ମିଳିପାରିନାହିଁ। ଗତ କିଛି ଦିନ ତଳେ ଆକ୍ରାନ୍ତ ଜଣକ ଥଣ୍ଡା ଜ୍ୱରରେ ପୀଡ଼ିତ ଥିଲେ। ଏହାପରେ ପରୀକ୍ଷା ପାଇଁ ତାଙ୍କ ସ୍ୱାବ ପଠାଯାଇଥିଲା। ଗତକାଲି ରିପୋର୍ଟ ଆସିବା ପରେ ସେ କରୋନା […]

  • Tuesday, 13 July 2021
corona
କଟକ ସହରରୁ ବାହାରିଲେ ଆଉ ୭୪ କରୋନା ଆକ୍ରାନ୍ତ

କଟକ: କଟକ ସହରରେ ଆଉ ୭୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪୬ ଜଣ ସରକାରୀ କ୍ୱାରେଣ୍ଟିନ୍‌ରୁ, ୨୮ଜଣ ହୋମ୍ କ୍ୱାରେଣ୍ଟିନରୁ ଚିହ୍ନଟ ହୋଇଛନ୍ତି। ସରକାରୀ କ୍ୱାରେଣ୍ଟିନ୍‌ରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୩୮ଜଣଙ୍କ ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲ ଲିଙ୍କ ରହିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ କଟକ ସହରରେ ଅର୍ଥାତ୍‌ କଟକ ମହାନଗର ନିଗମ ଅଧୀନରେ ଆସୁଥିବା ଅଞ୍ଚଳରୁ ଏଯାବତ୍‌ ୧୯୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୬୬ଜଣ ଚିକିତ୍ସାଧୀନ ଥିବାବେଳେ ୨୨ଜଣ ସୁସ୍ଥ […]

  • Tuesday, 13 July 2021
EYCf8nfXgAQoADH
ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୧୯ କରୋନା ପଜିଟିଭ୍‌

ଭୁବନେଶ୍ୱର: ଭୁବନେଶ୍ୱରୁ ଆଜି ଆଉ ୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୯ଟି କ୍ୱାରେଣ୍ଟିନ୍‌, ୮ଟି ଲୋକାଲ୍ କଣ୍ଟାକ୍ଟସ୍‌ କେସ୍ ରହିଛି। କଳ୍ପନା ଛକ ସ୍ଥିତ ସରକାରୀ ଅଫିସର ୨ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି।  ଏ ନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ୱିଟ୍‌ କରାଯାଇ ସୂଚନା ଦିଆଯାଇଛି।  ତେବେ ଆଜି ଭୁବନେଶ୍ୱରରେ ଆଉ ୨୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମିଶାଇ ଭୁବନେଶ୍ୱରରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୩୩ରେ ପହଞ୍ଚିଛି। ସେମାନଙ୍କ […]

  • Tuesday, 13 July 2021
shutdown
ବଡ଼ବିଲ୍‌ ସହର ସପ୍ତାହେ ସଟ୍‌ଡାଉନ୍‌

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ବଡ଼ବିଲ୍‌ ସହରକୁ ଆଜିଠୁ ସପ୍ତାହେ ପାଇଁ ସଟ୍‌ଡାଉନ୍‌ ଘୋଷଣା କରିଛନ୍ତି ଜିଲ୍ଲାପାଳ। ବଡ଼ବିଲ୍‌ରୁ ଆଜି ୧୧ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଆଜି ଚିହ୍ନଟ ହୋଇଥିବା ସମସ୍ତ ୧୧ ଆକ୍ରାନ୍ତ ଲୋକାଲ୍ କେସ୍ ବୋଲି ଜିଲ୍ଲାପାଳ କହିଛନ୍ତି। ସଟ୍‌ଡାଉନ୍‌ରେ ମାର୍କେଟ କମ୍ପ୍ଲେକ୍ସ ବନ୍ଦ ରହିବ। କିନ୍ତୁ ଅତ୍ୟାବଶ୍ୟକ ସେବା ଚାଲୁ ରହିବ। ସୂଚନାଥାଉ କି, କଟକ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି […]

  • Tuesday, 13 July 2021
corona positive
୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୬ କରୋନା ରୋଗୀ

ଭୁବନେଶ୍ୱର: ସାରା ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କଟକଣା କଡ଼ାକଡ଼ି କରିଥିଲେ ମଧ୍ୟ  ରାଜ୍ୟରେ କରୋନା ଗ୍ରାଫ ଉପରମୁହଁ ହେବାରେ ଲାଗିଛି। ଗତକାଲି ରାଜ୍ୟରୁ ୯୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ  ଆଜି ୮୬ ଜଣ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ କ୍ୱାରେଣ୍ଟିନ ସେଣ୍ଟରରୁ ୫୧ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ ୩୫ ରହିଛି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ମିଳିଥିବା […]

  • Tuesday, 13 July 2021