ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ଆଉ ୧୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭ ଜଣ ହୋମ୍ କ୍ୱାରେଣ୍ଟିନ୍ରେ ଥିଲେ ଓ ୬ଟି ଲୋକାଲ୍ କେସ୍ ରହିଛି। ଏ ନେଇ ବିଏମ୍ସି ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଭୁବନେଶ୍ୱର ୟୁନିଟ-୪ ଅଞ୍ଚଳରୁ ୨ଟି ଲୋକାଲ କେସ୍ ଚିହ୍ନଟ ହୋଇଛି। ଡୁମୁଡୁମା, ସାଲିଆ ସାହିରୁ ଜଣେ ଲେଖାଏ ଲୋକାଲ୍ କେସ୍ ଚିହ୍ନଟ ହୋଇଥିବାବେଳେ ଆଇଗିଣିଆ, ଲକ୍ଷ୍ମୀସାଗରରୁ ଜଣେ ଲେଖାଏ ଲୋକାଲ୍ କେସ୍ ଚିହ୍ନଟ ହୋଇଛି। […]
ଭୁବନେଶ୍ୱର: କରୋନା ସଂକ୍ରମଣ ରୋକିବା ପାଇଁ ୧୧ ଜିଲ୍ଲାରେ ସପ୍ତାହକୁ ୨ ଦିନ ସଟ୍ଡାଉନ୍ ଘୋଷଣା କରିଛନ୍ତି ରାଜ୍ୟ ସରକାର। ପ୍ରତି ଶନିବାର ଓ ରବିବାର ୧୧ ଜିଲ୍ଲାକୁ ସଟ୍ଡାଉନ୍ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଗଞ୍ଜାମ, ପୁରୀ, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, ବଲାଙ୍ଗିର ଓ ଖୋର୍ଦ୍ଧା ଜିଲ୍ଲାରେ ସପ୍ତାହକୁ ୨ ଦିନ ସଟ୍ଡାଉନ୍ ଘୋଷଣା ହୋଇଛି। ଜୁନ୍ ୩୦ ଯାଏ ଏହି ନିୟମ ଲାଗୁ ହେବ। ସଟ୍ଡାଉନ୍ ସମୟରେ […]
ଭୁବନେଶ୍ୱର: କିଛି ସମୟ ପୂର୍ବରୁ ରାଜ୍ୟରେ ଆଉ ୧୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ନେଇ ଖବର ସାମ୍ନାକୁ ଆସିଥିବାବେଳେ ଏବେ ଆଉ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। କରୋନା ଆକ୍ରାନ୍ତରେ ରାଜ୍ୟରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ଖୋର୍ଦ୍ଧା ଜିଲ୍ଲାର ୬୩ ବର୍ଷୀୟ ବ୍ୟକ୍ତି ବୋଲି ସୂଚନା ମିଳିଛି। ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮କୁ […]
ଭୁବନେଶ୍ୱର: ରାଜ୍ୟରେ ଆଉ ୧୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୧ଟି ଜିଲ୍ଲାରୁ ଏହି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ କୋରାପୁଟରୁ ୬ଜଣ, ଖୋର୍ଦ୍ଧାରୁ ୨୨ଜଣ, ଯାଜପୁରରୁ ୩ଜଣ, ପୁରୀ, ରାୟଗଡ଼ା ଓ ଜଗତସିଂହପୁରରୁ ଜଣେ ଲେଖାଏ, ଗଜପତିରୁ ୭ଜଣ, ମୟୂରଭଞ୍ଜରୁ ୨୨ଜଣ, କଟକ ୨୩ଜଣ, ଅନୁଗୁଳରୁ ଜଣେ, ବରଗଡ଼ରୁ ୪ଜଣ, ଢେଙ୍କାନାଳରୁ ୨ଜଣ, ବଲାଙ୍ଗିରରରୁ […]
ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରେ ଆଉ ୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ହୋମ୍ କ୍ୱାରେଣ୍ଟିନ୍ରେ ଥିବା ଜଣେ ବ୍ୟକ୍ତି କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ସେ ପୂର୍ବରୁ ଚିହ୍ନଟ ହୋଇଥିବା ଜଣେ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ସେହିପରି ଅନ୍ୟ ୩ କରୋନା ଆକ୍ରାନ୍ତ ଲୋକାଲ କେସ୍ ହୋଇଥିବା ସୂଚନା। ଏହି ୩ ଆକ୍ରାନ୍ତଙ୍କ ମଧ୍ୟରେ AIIMSର ଜଣେ କର୍ମଚାରୀ ଥିବାବେଳେ ଆଇଗିଣିଆ ଓ ଡୁମୁଡୁମାରୁ ଜଣେ ଲେଖାଏ […]
ଭୁବନେଶ୍ୱର: ରାଜ୍ୟରେ ଆଉ ୯୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୯୦ ଆକ୍ରାନ୍ତଙ୍କ ମଧ୍ୟରୁ ୭୯ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କେସ୍ ୧୧ ରହିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୨୫ଜଣ, ନୟାଗଡ଼ରୁ ୭ଜଣ, ଅନୁଗୁଳ, ବାଲେଶ୍ୱର ଓ କଳାହାଣ୍ଡିରୁ […]
ନୟାଗଡ଼: କରୋନା ଯୋଦ୍ଧାଙ୍କୁ କରୋନା। ନୟାଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟରତ ଜଣେ ଷ୍ଟାଫ ନର୍ସ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କାର୍ଯ୍ୟରତ ଷ୍ଟାଫ୍ ନର୍ସଙ୍କ ସ୍ୱାବ୍ ଟେଷ୍ଟ ରିପୋର୍ଟ ଆସିବା ପରେ ସେ କରୋନାରେ ଆକ୍ରାନ୍ତ ବୋଲି ଜଣାପଡ଼ିଛି। ଚିକିତ୍ସା ପାଇଁ ତାଙ୍କୁ କୋଭିଡ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି। ଯେଉଁମାନଙ୍କ ସଂସ୍ପର୍ଶରେ ସମ୍ପୃକ୍ତ ନର୍ସ ଜଣକ ଆସିଛନ୍ତି, ସମସ୍ତଙ୍କୁ ସଙ୍ଗରୋଧରେ ରଖାଯାଇଥିବା ନୟାଗଡ଼ ସିଡିଏମଓ ସୁଧାଂଶୁ ଷଡଙ୍ଗୀ କହିଛନ୍ତି।
ସୋର: କ୍ୱାରେଣ୍ଟିନ୍ ସେଣ୍ଟରରେ ରହୁଥିବା ଜଣେ ପ୍ରବାସୀଙ୍କ ହସ୍ପିଟାଲ୍ରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ମୃତକ ହେଲେ ବାଲେଶ୍ୱର ଜିଲ୍ଲା ଖଇରା ଥାନା ଅନ୍ତର୍ଗତ ଜଳଦା ଗାଁର ବିପିନି ବିହାରି ମଳିକ। ବିପିନ ଗତ କିଛି ବର୍ଷ ଧରି ମୁମ୍ବାଇରେ କାମ କରୁଥିଲେ। ଗତ ୨୭ରେ ବିପିନ ତାଙ୍କ ବଡ ଭାଇଙ୍କ ସହ ମୁମ୍ବାଇରୁ ଫେରିଥିଲେ ଓ ୨୯ରେ ଭଦ୍ରକରେ ପହଞ୍ଚିଥିଲେ। ଭଦ୍ରକରେ ପହଞ୍ଚିବା ପରେ ଭଦ୍ରକ ଷ୍ଟେସନରୁ ସିଧା କ୍ୱାରେଣ୍ଟିନ୍ ସେଣ୍ଟର ଯାଇ ସେଠାରେ ରହିଥିଲେ। […]
ଭୁବନେଶ୍ୱର: ରାଜ୍ୟରେ ଆଉ ୧୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୨ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କେସ୍ ୧୧ ରହିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨,୩୮୮କୁ ଛୁଇଁଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧,୦୫୪ ଜଣ […]
ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ରୋକିବାଳ ପାଇଁ ରାଜ୍ୟ ସରକାର ଦୃଢ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଏଣିକି ବାହାରେ ଛେପ ପକାଇଲେ ଓ ମାସ୍କ ନ ପିନ୍ଧିଲେ ଅଧିକ ଜରିମାନା ଗଣିବାକୁ ପଡ଼ିବ। ଯଦି କୌଣସି ବ୍ୟକ୍ତି ଏହି ନିୟମ ଭାଙ୍ଗନ୍ତି ପ୍ରଥମ ଓ ଦ୍ୱିତୀୟ ଥର ପାଇଁ ତାଙ୍କୁ ୫ଶହ ଟଙ୍କା ଜରିମାନା ଦେବାକୁ ପଡ଼ିବ। ସେହିପରି ତୃତୀୟ ଥର ନିୟମ ଭାଙ୍ଗି ଧରାପଡ଼ିଲେ ୧ ହଜାର […]
ଭୁବନେଶ୍ୱର: କରୋନା ସଂକ୍ରମଣ ବଢ଼ିଥିବା ୧୧ ଜିଲ୍ଲାରେ ସପ୍ତାହକୁ ୨ ଦିନ ସଟ୍ଡାଉନ୍ ଘୋଷଣା ହୋଇଛି। ପ୍ରତି ଶନିବାର ଓ ରବିବାର ୧୧ ଜିଲ୍ଲାକୁ ସଟ୍ଡାଉନ୍ କରିବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଜୁନ୍ ମାସ ପାଇଁ ଏହି ନିୟମ ଲାଗୁ ହୋଇଛି। ଏନେଇ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ମୁଖ୍ୟ ଶାସନ ସଚିବ ସୂଚନା ଦେଇଛନ୍ତି। ସଟ୍ଡାଉନ୍ ଘୋଷଣା ହୋଇଥିବା ଏହି ଜିଲ୍ଲା ଗୁଡ଼ିକ ହେଲା- ଗଞ୍ଜାମ, ପୁରୀ, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, […]
ଭୁବନେଶ୍ୱର: ରାଜ୍ୟରେ କରୋନାରେ ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୪୨୫ରେ ପହଞ୍ଚିଛି। ବରଗଡ, ବଲାଙ୍ଗୀର ଓ ଭୁବନେଶ୍ୱରରୁ ୨ ଜଣ ଲେଖାଏ କରୋନା ରୋଗୀ ଆଖିବୁଜିଥିବା ବେଳେ କଟକ ଓ ଦେବଗଡରୁ ଜଣେ ଲେଖାଏ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୦୧,୫୭୪ରେ ପହଞ୍ଚିଛି। […]
କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲାରେ ଚିହ୍ନଟ ହୋଇଥିବା ନୂଆ ୧୮ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୬ ଜଣ ଅସ୍ଥାୟୀ ମେଡିକାଲ୍ କ୍ୟାମ୍ପ (ଟିଏମ୍ସି)ରେ ନିୟୋଜିତ ହୋଇଥିଲେ। ସେମାନଙ୍କ ମଧ୍ୟରେ ଆଶା କର୍ମୀ, ଅଙ୍ଗନବାଡ଼ି କର୍ମୀ, ସ୍ୱାସ୍ଥ୍ୟକର୍ମୀ, ସଫେଇ କର୍ମଚାରୀ ଏବଂ ସ୍ୱେଚ୍ଛାସେବୀ ଅଛନ୍ତି। ମାର୍ଶାଘାଇ ଓ ପଟ୍ଟାମୁଣ୍ଡାଇ ପେଣ୍ଠପାଳ ହାଇସ୍କୁଲରେ ହୋଇଥିବା କ୍ୱାରେଣ୍ଟିନ୍ ସେଣ୍ଟରରେ ଏମାନେ ନିୟୋଜିତ ହୋଇଥିଲେ। ଏମାନଙ୍କ ଠାରେ କରୋନାର କୌଣସି ଲକ୍ଷଣ ପରିଲକ୍ଷିତ ହୋଇ ନ ଥିଲା। ତେବେ ନମୁନା ପରୀକ୍ଷା ପରେ ରିପୋର୍ଟ […]
ନୂଆଦିଲ୍ଲୀ: କରୋନା ସଂକ୍ରମଣକୁ ରୋକିବା ପାଇଁ ସାରା ଦେଶରେ ଜୁନ୍ ୩୦ ଯାଏ ଲକ୍ଡାଉନ୍ ଅବଧି ବୃଦ୍ଧି କରାଯାଇ ଥିବାବେଳେ ତିନିଟି ପର୍ଯ୍ୟାୟରେ ଲକ୍ଡାଉନ୍ କଟକଣା ହଟିବ। ଏ ନେଇ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ନୂଆ ଗାଇଡ୍ଲାଇନ୍ସ ଜାରି ହୋଇଛି। ନୂଆ ଗାଇଡଲାଇନ୍ସ ଅନୁସାରେ, କଣ୍ଟେନ୍ମେଣ୍ଟ୍ ଜୋନ୍ରେ ଜୁନ୍ ୩୦ ଯାଏ ଲକ୍ଡାଉନ୍ କଟକଣା ବଳବତ୍ତର ରହିଛି। ତେବେ କଣ୍ଟେନ୍ମେଣ୍ଟ୍ ଜୋନ୍ ବାହାରେ ପର୍ଯ୍ୟାୟକ୍ରମେ କଟକଣା ହଟାଇବାକୁ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର। କଣ୍ଟେନ୍ମେଣ୍ଟ୍ ଜୋନ୍ […]
ମେରୁଟ: କରୋନା ସାମ୍ପଲ୍ ନେଇ ପଳାଇଲା ମାଙ୍କଡ଼ ! କଥାଟା ଶୁଣିକି ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ, ଏଭଳି କିଛି ବିଚିତ୍ର ଘଟଣା ଉତ୍ତରପ୍ରଦେଶର ମେରୁଟ୍ରେ ଘଟିଛି। ଲାବ୍ ଟେକ୍ନିସିଆନଙ୍କୁ ଆକ୍ରମଣ କରି ଗୋଟିଏ ମାଙ୍କଡ ୩ କରୋନା ସନ୍ଦିଗ୍ଧଙ୍କ ରକ୍ତ ନମୁନା ନେଇ ପଳାଇଥିବା ଜଣାପଡ଼ିଛି। ମେରୁଟ ମେଡିକାଲ କଲେଜରେ ଶୁକ୍ରବାର ଦିନ ଏହି ଘଟଣା ଘଟିଛି। କରୋନାରେ ଆକ୍ରାନ୍ତ କି ନୁହେଁ ଏହା ଜାଣିବା ପାଇଁ ୩ ଜଣ କରୋନା ସନ୍ଦିଗ୍ଧଙ୍କ ନିକଟରୁ ରକ୍ତ ନମୁନା […]
ବରଗଡ଼: ବରଗଡ଼ ଜିଲ୍ଲାରେ ଆଉ ୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ବରଗଡ଼ ଜିଲ୍ଲାପାଳ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ଚିହ୍ନଟ ୬ ଆକ୍ରାନ୍ତଙ୍କ ମଧ୍ୟରୁ ୪ ଜଣ ଭେଡେନ୍ ବ୍ଲକ୍ ଅଞ୍ଚଳର ହୋଇଥିବୋବଳେ ୨ ଜଣ ଭଟଲି ବ୍ଲକ୍ ଅଞ୍ଚଳର। ସମସ୍ତ ଆକ୍ରାନ୍ତ ପୁରଷ ବୋଲି ଜଣାପଡିଛି। ୬ ଆକ୍ରାନ୍ତଙ୍କ ମଧ୍ୟରୁ ୫ ଜଣ ବାହାର ରାଜ୍ୟରୁ ଫେରିଥିବାବେଳେ ଜଣେ ଲୋକାଲ୍ କେସ୍ ରହିଛି। ପଜିଟିଭ୍ ଚିହ୍ନଟ ପରେ ସମ୍ପୃକ୍ତ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ […]
କଟକ: କରୋନାରେ ଆକ୍ରାନ୍ତ ବ୍ୟକ୍ତିଙ୍କ ପରିଚୟ ପ୍ରଘଟ ହେବନି। ଏନେଇ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। କରୋନାରେ ଆକ୍ରାନ୍ତ ହୋଇ ଯଦି କୌଣସି ବ୍ୟକ୍ତି ସରକାରୀ ହେଉ କି ବେସରକାରୀ ହସ୍ପିଟାଲରେ ଭର୍ତ୍ତି ହୋଇଥାନ୍ତି, କିମ୍ବା କୌଣସି କ୍ୱାରେଣ୍ଟିନ୍ ସେଣ୍ଚରେ ରହୁଥିଲେ ତାଙ୍କ ପରିଚୟ ପ୍ରଘଟ କରାଯାଇପାରିବ ନାହିଁ। ଏପରିକି ସରକାରୀ ବିଭାଗରେ ତଥ୍ୟ ଆଦାନପ୍ରଦାନରେ ବି ଆକ୍ରାନ୍ତଙ୍କ ନାମ ଗୋପନ ରଖାଯିବ। ଏହାସହ ଗଣମାଧ୍ୟମ ଓ ସୋସିଆଲ୍ ମିଡିଆରେ ବି କରୋନା ସଂକ୍ରମିତଙ୍କ ପରିଚୟ ଦିଆଯାଇପାରିବ ନାହିଁ […]
ବାଲେଶ୍ୱର: ବାଲେଶ୍ୱର କୋଭିଡ୍ ହସ୍ପିଟାଲର ୨ ଜଣ ନର୍ସ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ବାଲେଶ୍ୱର ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ସୂଚନା ଦେଇଛନ୍ତି। କରୋନା ଆକ୍ରାନ୍ତ ୨ ନର୍ସ କୋଭିଡ୍ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ୨ ନର୍ସଙ୍କ କରୋନା ଟେଷ୍ଟ୍ ରିପୋର୍ଟ ପଜିଟିଭ୍ ଆସିବା ପରେ ହସ୍ପିଟାଲ୍ର ଅନ୍ୟ କର୍ମଚାରୀମାନେ ପର୍ଯ୍ୟାୟକ୍ରମେ କ୍ୱାରେଣ୍ଟିନ୍ରେ ରହୁଛନ୍ତି। ଡାକ୍ତର ଓ ପାରା ମେଡିକାଲ ଷ୍ଟାଫ୍ ୧୪ ଦିନ ଲେଖାଏ କ୍ୱାରେଣ୍ଟିନ୍ରେ ରହୁଛନ୍ତି। ଅନ୍ୟପକ୍ଷରେ ବାଲେଶ୍ୱର କୋଭିଡ୍ ହସ୍ପିଟାଲରେ କାର୍ଯ୍ୟରତ […]
ଭୁବନେଶ୍ୱର: କରୋନା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟବାସୀଙ୍କୁ ଭିଡିଓ ବାର୍ତ୍ତା ଜରିଆରେ ସମ୍ବୋଧନ କରିଛନ୍ତି। ମେ ୩୦ ତାରିଖ ଅର୍ଥାତ୍ ଶନିବାର ସନ୍ଧ୍ୟା ସାଢ଼େ ୫ଟାରେ ବନ୍ଦେ ଉତ୍କଳ ଜନନୀ ଗାଇବା ପାଇଁ ମୁଖ୍ୟମନ୍ତ୍ରୀ ଆହ୍ୱାନ କରିଛନ୍ତି। ବିଶ୍ୱର କୋଣ ଅନୁକୋଣରେ ଯେଉଁଠି ଓଡ଼ିଆମାନେ ଅଛନ୍ତି, ସେହି ସ୍ଥାନରେ ସାମାଜିକ ଦୂରତ୍ୱ ବଜାୟ ରଖି ବନ୍ଦେ ଉତ୍କଳ ଜନନୀ ଗାଆନ୍ତୁ। ଯାହା ଆମ କରୋନା ଯୋଦ୍ଧାଙ୍କୁ ଅଧିକ ଉତ୍ସାହିତ କରିବ ବୋଲି ମୁଖ୍ୟମନ୍ତ୍ରୀ […]
surat returnee
ବରଗଡ଼: ବରଗଡ଼ ଜିଲ୍ଲାରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମ୍ପୃକ୍ତ ବ୍ୟକ୍ତି ଜଣକ ବରପାଲି ବ୍ଲକ୍ ଅଞ୍ଚଳର। ଏନେଇ ବରଗଡ଼ ଜିଲ୍ଲାପାଳ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ଚିହ୍ନଟ ହୋଇଥିବା ବ୍ୟକ୍ତିଙ୍କ ବୟସ ୪୦ ବର୍ଷ। କିଛି ଦିନ ତଳେ ସେ ମୁମ୍ବାଇରୁ ଫେରିଥିବା ଜିଲ୍ଲାପାଳ ସୂଚନା ଦେଇଛନ୍ତି। ପୂର୍ବରୁ ବରଗଡ଼ରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ନୂଆ ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ଏଯାବତ୍ ୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଭୁବନେଶ୍ୱର: ରାଜ୍ୟରେ ନୂଆ ୧୦୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ମଧ୍ୟରୁ ଦେବଗଡ଼ ଜିଲ୍ଲାରୁ ସର୍ବାଧିକ ୨୨ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ୧୦୩ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଦେବଗଡ଼ରୁ ୨୨ଜଣ,କେନ୍ଦ୍ରାପଡ଼ାରୁ ୧୫ଜଣ, ଜଗତସିଂହପୁର ୧୦ଜଣ, ମାଲକାନଗିରିରେ ୯ଜଣ, ଭଦ୍ରକ ଓ ବଲାଙ୍ଗିରରେ ୮ଜଣ ଲେଖାଏ ଓ କୋରାପୁଟ ଓ ଗଜପତିରୁ ୬ ଜଣ ଲେଖାଏ, ଖୋର୍ଦ୍ଧା ଓ ବାଲେଶ୍ୱରରେ ୫ ଲେଖାଏ, […]
ମୁମ୍ବାଇ: ମହାରାଷ୍ଟ୍ରର କ୍ୟାବିନେଟ୍ ମନ୍ତ୍ରୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଚୌହ୍ୱାନ ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କୁ ଏବେ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ମହାରାଷ୍ଟ୍ର ସରକାରର ପିଡବ୍ଲ୍ୟୁଡି ମନ୍ତ୍ରୀ ଥିବା ଅଶୋକ ମୁମ୍ବାଇ ଓ ମରାଠୱାଡା ଜିଲ୍ଲା ସ୍ଥିତ ଘରକୁ ଅନେକ ଥର ପରିଭ୍ରମଣ କରିଥିଲେ ବୋଲି ସୂଚନା ମିଳିଛି। ସୂଚନାଥାଉ କି, ଏହା ପୂର୍ବରୁ ମହାରାଷ୍ଟ୍ରର ହାଉସିଂ ମନ୍ତ୍ରୀ ଜିତେନ୍ଦ୍ର ଆୱାଡ କରୋନାରେ ଆକ୍ରାନ୍ତ ହୋଇଥିଲେ। ଚିକିତ୍ସା ପରେ ସେ ସୁସ୍ଥ ହୋଇଥିଲେ। ମହାରାଷ୍ଟ୍ରରେ […]
ନୂଆଦିଲ୍ଲୀ: କରୋନାରେ ଆକ୍ରାନ୍ତ ହୋଇ ଦିଲ୍ଲୀ ଏମ୍ସର ବରିଷ୍ଠ ଡାକ୍ତର ଜିତେନ୍ଦ୍ର ନାଥ ପାଣ୍ଡେ ପ୍ରାଣ ହରାଇଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା। ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ତାଙ୍କର ମୃତ୍ୟୁ ହୋଇଛି। ଡାକ୍ତର ପାଣ୍ଡେ ଏମ୍ସରେ କରୋନା ରୋଗୀଙ୍କ ଚିକିତ୍ସା ଦାୟିତ୍ୱରେ ଥିଲେ। ଗତ ୧୯ ତାରିଖରେ ସେ ଓ ତାଙ୍କ ପତ୍ନୀ କରୋନାରେ ଆକ୍ରାନ୍ତ ହୋଇଥିବା କରୋନା ଟେଷ୍ଟ ରିପୋର୍ଟରୁ ଜଣାପଡ଼ିଥିଲା। ଡାକ୍ତର ପାଣ୍ଡେଙ୍କ ମୃତ୍ୟୁ ନେଇ ଦିଲ୍ଲୀର […]
ଭୁବନେଶ୍ୱର: ରାଜ୍ୟରେ ବଦଳିଲା କ୍ୱାରେଣ୍ଟିନ୍ ନିୟମ। ଏଣିକି ପ୍ରବାସୀ ଓଡ଼ିଆମାନେ ୨୧ ଦିନ ବଦଳରେ ୧୪ ଦିନ କ୍ୱାରେଣ୍ଟିନ୍ରେ ରହିବେ। ଆଜି ସାମ୍ବାଦିକ ସମ୍ମିଳନୀରେ ସ୍ୱତନ୍ତ୍ର ରିଲିଫ କମିଶନର(ଏସ୍ଆର୍ସି) ପ୍ରଦୀପ ଜେନା ଏହି ସୂଚନା ଦେଇଛନ୍ତି। ବାହାର ରାଜ୍ୟରୁ ଗାଁକୁ ଫେରୁଥିବା ପ୍ରବାସୀମାନେ ପ୍ରଥମ ୭ ଦିନ କ୍ୱାରେଣ୍ଟିନ୍ ସେଣ୍ଟରରେ ରହିବା ବାଧ୍ୟତାମୂଳକ। କରୋନା ଲକ୍ଷଣ ନ ଥିଲେ ସେମାନଙ୍କୁ କ୍ୱାରେଣ୍ଟି ସେଣ୍ଟରରୁ ଛାଡ଼ି ଦିଆଯିବ। ହେଲେ ସେମାନେ ସେଠାରୁ ବାହାରି ନିଜ ଘରେ ଆଉ ୭ […]